PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ସମ୍ବଲପୁର: ଶେଷରେ ଚେତିଲେ ସମ୍ବଲପୁର ପୁଲିସ, ଭାଙ୍ଗିଲା କୋରେକ୍ସ ମାଫିଆଙ୍କ ଘର
  • ||
  • ବଲାଙ୍ଗୀର: ରାସ୍ତା ଉପରେ ଜଳିଗଲା ଚଳନ୍ତା କାର୍, ନିଆଁକୁ ଆୟତ୍ତ କଲେ ଅଗ୍ନିଶମ ଟିମ୍
  • ||
  • ନୂଆପଡ଼ା : ଘର ଭିତରୁ ବୃଦ୍ଧାଙ୍କୁ ଟାଣିନେଲା ମହାବଳ ବାଘ, ସ୍ଥାନୀୟ ଅଞ୍ଚଳରେ ଚାଞ୍ଚଲ୍ୟ
  • ||
  • ବିଶ୍ୱ ଘରଚଟିଆ ଦିବସ, ଏ ବର୍ଷର ଥିମ୍ ‘ଆଇ ଲଭ୍‌ ସ୍ପାରୋ’..
  • ||
  • ଭୁବନେଶ୍ଵର : ଆଜି ବିଶ୍ୱ ପଖାଳ ଦିବସ, ପାଗ ଖରାପ ଲାଗି ଟିକେ ମାନ୍ଦା, ଆଗୁଆ ପାଳିଲେ ଆମିଷ ପ୍ରେମୀ
  • ||
  • କେନ୍ଦୁଝର ସଦର : ଥାନାରେ ପହଞ୍ଚିଲା ସ୍ଵାମୀ-ସ୍ତ୍ରୀଙ୍କ କଳି, ଫାଶୀ ଲଗାଇ ଆତ୍ମହତ୍ୟା କଲା ସ୍ଵାମୀ
  • ||
  • ବୌଦ୍ଧ : କେନ୍ଦୁକାଠ ବୋଝେଇ ଟ୍ରକ୍ ଜବତ, ୩ ଗିରଫ
  • ||

ମଙ୍ଗଳବାର ଏହି ରାଶିର ଲୋକଙ୍କ ପାଇଁ ରହିଛି ଭଲ ଦିନ, ସବୁ କାର୍ଯ୍ୟରେ ମିଳିବ ସଫଳତା

pic - internet

ମେଷ: କୃଷ୍ଣପକ୍ଷର ପଞ୍ଚମ ଚନ୍ଦ୍ର ଯୋଗୁ ମାନ, ସମ୍ମାନ ହାନି, ମାନସିକ ଦୁଶ୍ଚିନ୍ତା, ପରିବାରରେ ମତାନ୍ତର, ପିତାମାତାଙ୍କ ସ୍ୱାସ୍ଥ୍ୟଗତ ସମସ୍ୟା ଏବଂ ଇତର ଜନଠାରୁ ଅପମାନ ପାଇବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ମାନ୍ଦାବସ୍ଥା ଲାଗି ରହିବ ଏବଂ ଆର୍ଥିକ ସଙ୍କଟ ଉପୁଯିବ। ସନ୍ତାନମାନେ ବିଶୃଙ୍ଖଳିତ ହେବେ ଏବଂ ତାଙ୍କ କର୍ମକୁ ନେଇ ବିପଦରେ ପଡ଼ିବେ । କର୍ମରେ ବିଫଳତା ଏବଂ ସହକର୍ମୀଙ୍କ ସହ ବିବାଦ ହେବ। ଯେଉଁମାନଙ୍କର ଅଶ୍ୱିନୀ ମେଷ ଓ ଯାହାର ପ୍ରଥମ ନାମାକ୍ଷର ଚୁ, ଚେ, ଚୋ, ଲା, ସେମାନେ ସତର୍କ ହେବେ। ଶୁଭରଙ୍ଗ : ଲାଲ, ସଂଖ୍ୟା: ୩, ଆରାଧନା: ପ୍ରଭୁ ସ୍କନ୍ଦ ।

ବୃଷ: କୃଷ୍ଣପକ୍ଷର ଚତୁର୍ଥ ଚନ୍ଦ୍ର ଯୋଗୁ ଗୁରୁଜନଙ୍କ କୃପା, କ୍ଷମତାଶାଳୀ ବ୍ୟକ୍ତିଙ୍କ ସହାୟତା ଏବଂ ରାଜନୈତିକ ବ୍ୟକ୍ତିଙ୍କ ଶୁଭଦୃଷ୍ଟିରେ ରହିବେ। ସ୍ୱଜନରେ ସୁସମ୍ପର୍କ, ପରିବାରରେ ସୁଖଶାନ୍ତି ଏବଂ ପଡ଼ୋଶୀଙ୍କ ସହିତ ମଧୁର ସମ୍ପର୍କ ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଉତ୍ତମ ହେବ ଏବଂ ପରିବହନ ବ୍ୟବସାୟ ଆଜି ଅଧିକ ଲାଭ ଆଣିବ। କର୍ମରେ ସଫଳତା, ଉଚ୍ଚ ସମ୍ମାନ ଓ ଉଚ୍ଚ ପଦବୀ ମିଳିପାରେ। ଯେଉଁମାନଙ୍କର କୃତ୍ତିକା ଓ ମୃଗଶିରା ବୃଷ ସେମାନେ ଉପକୃତ ହେବେ।  ଶୁଭରଙ୍ଗ : ନୀଳ, ସଂଖ୍ୟା: ୪, ଆରାଧନା: ମା’ ସମଲେଶ୍ୱରୀ।

ମିଥୁନ: ମନରେ ଉତ୍ସାହ, ଉଦ୍ଦୀପନା, ପରିବାରରେ ସୁଖଶାନ୍ତି, ସମସ୍ତ ସଦସ୍ୟଙ୍କ ମଧ୍ୟରେ ଉତ୍ତମ ବୁଝାମଣା ଏବଂ ଭାଇଭଉଣୀଙ୍କ ସାହ୍ୟା, ସହଯୋଗ ମିଳିବ । ମନରେ ଉନ୍ନତ ଚିନ୍ତାଧାରା ଓ ଉଚ୍ଚାଭିଳାଷ ପ୍ରକାଶ ପାଇବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଉତ୍ତମ ହେବ ଏବଂ କର୍ମରେ ଆଶାଠାରୁ ଅଧିକ ସଫଳତା ଓ କର୍ମ କରିବାରେ ଶୈଳୀରେ ଉନ୍ନତି ଆସିବ । ଯେଉଁମାନଙ୍କର ମୃଗଶିରା ଓ ପୁନର୍ବସୁ ମିଥୁନ, ସେମାନେ ସୁଫଳ ପାଇବେ । ଶୁଭରଙ୍ଗ: ମେରୁନ୍‌, ସଂଖ୍ୟା : ୧୨, ଆରାଧନା : ମା’ ଷୋଡ଼ଶୀ ।

କର୍କଟ: ଘାତଚନ୍ଦ୍ର ଯୋଗୁ ଧନକ୍ଷତି, ମାନସିକ ଅସ୍ଥିରତା, ପରିବାରରେ ବିବାଦ ଏବଂ ଶାରୀରିକ ପୀଡ଼ା ଭୋଗିବେ । ଧନକୁ ନେଇ ବିବାଦ ଓ ମାଲିମକଦ୍ଦମାରେ ପଡ଼ିପାରନ୍ତି । ମୂଲ୍ୟବାନ ପଦାର୍ଥ ନଷ୍ଟ କିମ୍ବା ହଜିଯାଇପାରେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟଠାରୁ ବଦ୍‌ଖଚ୍ଚ ଦ୍ୱିଗୁଣ ରହିବ ଏବଂ ଆର୍ଥିକ ସ୍ଥିତି ବିଗିଡ଼ିଯିବ ।  କର୍ମରେ ବିଫଳତା ଏବଂ ବହୁବିଧ ସମସ୍ୟା ଦେଖାଦେବ । ଯେଉଁମାନଙ୍କର ପୁଷ୍ୟା କର୍କଟ ଓ ଯାହାର ପ୍ରଥମ ନାମାକ୍ଷର ହୁ, ହେ, ହୋ, ହା, ସେମାନେ ସତର୍କ ହେବେ । ଶୁଭରଙ୍ଗ: ଧଳା, ସଂଖ୍ୟା : ୧, ଆରାଧନା : ମା’ ସମଲେଶ୍ୱରୀ ।

ସିଂହ: ଶ୍ରୀଚନ୍ଦ୍ର ଯୋଗୁ ସ୍ୱଜନରେ ସୁସମ୍ପର୍କ, ପରିବାରରେ ମାର୍ଜିତ ଓ ସର୍ବଜନ ଆଦୃତ ହେବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଉତ୍ତମ ହେବ ଏବଂ ଆର୍ଥିକ ସ୍ଥିତି ସୁଧାର ଆସିବ। କର୍ମରେ ପରିଶ୍ରମ ତୁଳନାରେ ସଫଳତା ଅଧିକ ମିଳିବ ଏବଂ ସମସ୍ତଙ୍କର ଶ୍ରଦ୍ଧାଭାଜନ ହେବେ। ଯେଉଁମାନଙ୍କର ପୂର୍ବା ଫାଲଗୁନୀ ଓ ଉତ୍ତରା ଫାଲଗୁନୀ ସିଂହ ସେମାନେ ଉପକୃତ ହେବେ। ଶୁଭରଙ୍ଗ: ଗୋଲାପୀ, ସଂଖ୍ୟା: ୩, ଆରାଧନା : ପ୍ରଭୁ ଶ୍ରୀଜଗନ୍ନାଥ ।

କନ୍ୟା: ଦ୍ୱାଦଶ ଚନ୍ଦ୍ର ଓ କୃଷ୍ଣପକ୍ଷ ଯୋଗୁ ଖର୍ଚ୍ଚ ଅପେକ୍ଷା ସଞ୍ଚୟରେ ଅଧିକ ଆଗ୍ରହ ରହିବ ଏବଂ ଖର୍ଚ୍ଚ ହେବାରେ ଟାଳଟୁଳ ନୀତି ଅବଲମ୍ବନ କରିବେ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅପେକ୍ଷା ବ୍ୟୟ ବହୁତ କମ୍‌ ରହିବ।  କର୍ମରେ ସଫଳତା ଓ ସମସ୍ତ ଅଟକିଥିବା କାମ ସୁଚାରୁରୂପେ ସମ୍ପାଦନ କରିବେ। ମୂଲ୍ୟବାନ ଧାତୁ, ଭୂମି ଓ ଘରୋଇ ଉପକରଣ କ୍ରୟ କରିବେ ଏବଂ ଧନର ସତ୍‌ ବିନିଯୋଗ କରିବେ । ଯେଉଁମାନଙ୍କର ଉତ୍ତରା ଫାଲଗୁନୀ ଓ ଚିତ୍ରା କନ୍ୟା, ସେମାନେ ଉପକୃତ ହେବେ।  ଶୁଭରଙ୍ଗ : ସବୁଜ, ସଂଖ୍ୟା: ୮, ଆରାଧନା: ମା’ ଭୈରବୀ ।

ତୁଳା: ଏକାଦଶ ଚନ୍ଦ୍ର, ଦ୍ୱିତୀୟା ତିଥି ଯୋଗୁ ଆର୍ଥିକ ସ୍ଥିତି ଯୋଗୁ ଆର୍ଥିକ  ସ୍ଥିତିରେ ଉନ୍ନତି ଏବଂ ଧନ, ସମ୍ପଦ ବୃଦ୍ଧି ପାଇବ। ବିଭିନ୍ନ ଉତ୍ସରୁ ଧନପ୍ରାପ୍ତି ହେବ ଏବଂ ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଉତ୍ତମ ହେବ । ନୂତନ ବ୍ୟବସାୟ ପାଇଁ ସୁଯୋଗ ଜୁଟିବ ଏବଂ ସମସ୍ତ ଆଶା, ଆକାଂକ୍ଷା, ଅଭିଳାଷ ପୂର୍ଣ୍ଣ ହେବ। କର୍ମରେ ସଫଳତା ଓ ସମ୍ମାନ ମିଳିବ । ଯେଉଁମାନଙ୍କର ଚିତ୍ରା ଓ ବିଶାଖା ତୁଳା, ସେମାନେ ଉପକୃତ ହେବେ । ଶୁଭରଙ୍ଗ: ଧଳା, ସଂଖ୍ୟା: ୬, ଆରାଧନା: ମା’ କମଳା ।

ବିଛା: ଦଶମ ଚନ୍ଦ୍ର ଓ ମଙ୍ଗଳବାର ଯୋଗୁ କର୍ମ ପ୍ରତି ଏକାଗ୍ରତା ଓ ଆନ୍ତରିକତା ଅଧିକ ରହିବ ଏବଂ ସମସ୍ତ କର୍ମରେ ଆଶାଠାରୁ ଅଧିକ ସଫଳତା ମିଳିବ । ମନରେ ସତ୍‌ଚିନ୍ତା, ସତ୍‌ଭାବନା ପ୍ରକାଶ ପାଇବ ଏବଂ ସତ୍‌କର୍ମରେ ଅଧିକ ଆଗ୍ରହ ରହିବ । ମନରେ ପ୍ରସନ୍ନତା, ପରିବାରରେ ସୁଖଶାନ୍ତି ଏବଂ ସ୍ୱାସ୍ଥ୍ୟ ଉତ୍ତମ ରହିବ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଯାହା ହେଲେ ମଧ୍ୟ ମନରେ ଆତ୍ମସନ୍ତୋଷ ଓ ଆତ୍ମତୃପ୍ତି ରହିବ । ଯେଉଁମାନଙ୍କର ବିଶାଖା ଓ ଜ୍ୟେ । ବିଛା ସେମାନେ ଉପକୃତ ହେବେ।  ଶୁଭରଙ୍ଗ : ହଳଦିଆ, ସଂଖ୍ୟା : ୬, ଆରାଧନା : ପ୍ରଭୁ ହନୁମାନ।

ଧନୁ: କୃଷ୍ଣପକ୍ଷର ନବମ ଚନ୍ଦ୍ର ଯୋଗୁ ମାନ, ସମ୍ମାନ ହାନି, ପରିବାରରେ ମନୋମାଳିନ୍ୟ ଏବଂ ନିଜର ପ୍ରିୟବନ୍ଧୁ କିମ୍ବା ପୁରାତନ ବନ୍ଧୁଙ୍କ ସହ ମତାନ୍ତର ହେବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ସ୍ୱଳ୍ପ ହେବ ଏବଂ ମନରେ ହତୋତ୍ସାହ ଭାବ ପ୍ରକାଶ ପାଇବ । କର୍ମରେ ବିଫଳତା ଏବଂ ସହକର୍ମୀଙ୍କ ଉପହାସର ପାତ୍ର ହେବେ। ଶୁଭରଙ୍ଗ : ଲାଲ, ସଂଖ୍ୟା : ୨, ଆରାଧନା : ପ୍ରଭୁ ନାରାୟଣ ।

ମକର: ଘାତଚନ୍ଦ୍ର, ମଙ୍ଗଳବାର ଓ କେତୁଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ବାଦବିବାଦ, ସ୍ୱାସ୍ଥ୍ୟ, ଆର୍ଥିକ କାରବାର ଓ ଯାନବାହନ ଆରୋହଣ କାଳରେ ସତର୍କ ହେବେ । ମନରେ ଅସ୍ଥିରତା, ପରିବାରରେ ବିବାଦ ଏବଂ ଶାରୀରିକ ପୀଡ଼ା ଭୋଗିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅପେକ୍ଷା ବଦ୍‌ଖର୍ଚ୍ଚ ଅଧିକ ରହିବ ଏବଂ କର୍ମରେ ବିଫଳତା ଓ ବାଧାବିଘ୍ନ ଲାଗି ରହିବ । ଯେଉଁମାନଙ୍କର ଶ୍ରବଣା ମକର ଓ ଯାହାର ପ୍ରଥମ ନାମାକ୍ଷର ଖି, ଖୁ, ଖେ, ଖୋ, ସେମାନେ ସତର୍କ ହେବେ । ଶୁଭରଙ୍ଗ : ବାଇଗଣୀ, ସଂଖ୍ୟା : ୧୧, ଆରାଧନା : ମା’ ଦୁର୍ଗା ।

କୁମ୍ଭ: ଆମୋଦପ୍ରମୋଦ ଓ ମଉଜ, ମଜଲିସରେ ଅଧିକ ଆଗ୍ରହ ରହିବ ଏବଂ ପରିବାର ପ୍ରତି ମନରେ ଅଧିକ ଦୁର୍ବଳତା ପ୍ରକାଶ ପାଇବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଉତ୍ତମ ହେବ ଏବଂ ସ୍ତ୍ରୀହେତୁକ ଧନପ୍ରାପ୍ତି ହେବ । ମୂଲ୍ୟବାନ ଧାତୁ ଓ ବସନଭୂଷଣ ଓ ଘରୋଇ ଉପକରଣ କ୍ରୟ କରିବେ ଏବଂ କର୍ମରେ ସଫଳତା ଓ ସମ୍ମାନ ମିଳିବ । ଯେଉଁମାନଙ୍କର ଧନି । ଓ କୁମ୍ଭଭାଦ୍ର କୁମ୍ଭ, ସେମାନେ ଉପକୃତ ହେବେ । ଶୁଭରଙ୍ଗ :  କଳା, ସଂଖ୍ୟା : ୩, ଆରାଧନା : ମା’ ଚଣ୍ଡୀ ।

ମୀନ: ରୋଗ, ଋଣ ଓ ଶତ୍ରୁ- ଏଥିରୁ ମୁକ୍ତି ମିଳିବ ଏବଂ ଶରୀର ସୁସ୍ଥ ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଉତ୍ତମ ହେବ ଏବଂ ଆର୍ଥିକ ସ୍ଥିତିରେ ଉନ୍ନତି ଆସିବ । ପରୋପକାର, ସମାଜସେବା ଓ ଧାର୍ମିକ କର୍ମରେ ଅଧିକ ଆଗ୍ରହ ରହିବ ଏବଂ ଆପଣଙ୍କ ବକ୍ତବ୍ୟରେ ସମ୍ମୋହନର ଶକ୍ତି ରହିବ । କର୍ମରେ ସଫଳତା ଓ କର୍ମସ୍ଥାନର ସମସ୍ତ ବାଧାବିଘ୍ନ ଦୂର ହେବ । ଯେଉଁମାନଙ୍କର ପୂର୍ବଭାଦ୍ର ଓ ରେବତୀ ମୀନ, ସେମାନେ ଉପକୃତ ହେବେ ।  ଶୁଭରଙ୍ଗ : ଲାଲ୍‌, ସଂଖ୍ୟା : ୫, ଆରାଧନା : ମା’ ତାରା ।