PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ନୂଆଦିଲ୍ଲୀ: ଅବକାରୀ ନୀତି ମାମଲାରେ ମନୀଷ ସିସୋଦିଆଙ୍କୁ ଝଟକା, ଜାମିନ ଆବେଦନ ଖାରଜ କଲେ କୋର୍ଟ
  • ||
  • ମନମୁଣ୍ଡା ଏବଂ ବିଳାଶପୁରରେ ସମବାୟ ବ୍ୟାଙ୍କିଙ୍ଗ୍‌ ସେବା ଓ ଋଣ କର୍ମଶାଳା ଅନୁଷ୍ଠିତ
  • ||
  • ଭୁବନେଶ୍ବର: ଝାରସୁଗୁଡ଼ା ଉପନିର୍ବାଚନ; ଦିବଂଗତ ମନ୍ତ୍ରୀ ନବ ଦାସଙ୍କ ଝିଅ ଦୀପାଳି ଦାସ ହେଲେ ବିଜେଡି ପ୍ରାର୍ଥୀ
  • ||
  • ନୀଳଗିରି : ଜାମୁଡିସାହି ଗ୍ରାମରେ ଅଭିଯୁକ୍ତକୁ ନୋଟିସ୍ ଦେବାକୁ ଯାଇ ପାଲଟା ଆକ୍ରମଣର ଶିକାର ହେଲେ ନୀଳଗିରି ପୋଲିସ। ୫ ପୋଲିସଙ୍କୁ ହାଣିଲା ଅଭିଯୁକ୍ତ
  • ||
  • ହରଭଙ୍ଗା : ଦଣ୍ଡ ଯାତ୍ରାରେ ଆଖିବୁଜିଲେ କାଳିସୀ, ମୃତ୍ୟୁର କାରଣ ଅସ୍ପଷ୍ଟ
  • ||
  • ଭୁବନେଶ୍ୱର : ଏପ୍ରିଲ ୩ରୁ ଜାପାନ ଯିବେ ନବୀନ, ଓଡ଼ିଶା ପାଇଁ ପୁଞ୍ଜିନିବେଶ ଖୋଜିବେ
  • ||
  • ଭୁବନେଶ୍ୱର : ଆଜି ପ୍ରବଳ ବର୍ଷା ସମ୍ଭାବନା, ବିଜୁଳି, ଘଡ଼ଘଡ଼ି ସହ କୁଆପଥର ବର୍ଷିବ: ୭ ଜିଲ୍ଲାକ ଅରେଞ୍ଜ ୱାର୍ଣ୍ଣିଂ
  • ||

ବୁଧବାର ଏହି ରାଶିର ଲୋକଙ୍କ ପାଇଁ ରହିଛି ଭଲ ଦିନ, ସବୁ କାର୍ଯ୍ୟରେ ମିଳିବ ସଫଳତା

pic - zeenews.india.com

ମେଷ: ଏକାଦଶ ଚନ୍ଦ୍ର ଯୋଗୁ ଆୟରେ ଉନ୍ନତି ଏବଂ ବିଭିନ୍ନ ଉତ୍ସରୁ ଧନପ୍ରାପ୍ତି ହେବ। ବାଣିଜ୍ୟ, ବ୍ୟବସାୟ, ପରିବହନରେ ଆୟ ଉତ୍ତମ ହେବ ଏବଂ ନୂତନ ବ୍ୟବସାୟ ପାଇଁ ସୁୋଗ ସୃଷ୍ଟି ହେବ। ଧନର ସତ୍‌ ବିନିଯୋଗ ଓ ଉନ୍ନତିମୂଳକ କର୍ମରେ ମନୋନିବେଶ କରିବେ । କର୍ମରେ ସଫଳତା ଓ କର୍ମସ୍ଥାନର ସମସ୍ତ ସୁବିଧାସୁଯୋଗ ହାସଲ କରିବେ । ଯେଉଁମାନଙ୍କର କୃତ୍ତିକା ମେଷ, ସେମାନେ ସୁଫଳ ପାଇବେ । ଶୁଭରଙ୍ଗ: ଧଳା, ସଂଖ୍ୟା: ୬, ଆରାଧନା: ପ୍ରଭୁ ହନୁମାନ ।

ବୃଷ: ବୁଧବାର, ରାହୁଙ୍କ ନକ୍ଷତ୍ର, ଷଷ୍ଠୀ ତିଥି ଓ ଦଶମ ଚନ୍ଦ୍ର ଯୋଗୁ ମନରେ ସତ୍‌ଚିନ୍ତା, ସତ୍‌ଭାବନା ପ୍ରକାଶ ପାଇବ ଏବଂ ସତ୍‌କର୍ମରେ ଅଧିକ ଆଗ୍ରହ ରହିବ। ଭାଗ୍ୟ ଅପେକ୍ଷା କର୍ମରେ ଅଧିକ ବିଶ୍ୱାସ ରଖିବେ ଏବଂ ସମସ୍ତ କର୍ମରେ ଆଶାଠାରୁ ଅଧିକ ସଫଳତା ମିଳିବ । ମନରେ ପ୍ରସନ୍ନତା, ପରିବାରରେ ସୁଖଶାନ୍ତି ଏବଂ ସ୍ୱାସ୍ଥ୍ୟ ଉତ୍ତମ ରହିବ । ବାଣିଜ୍ୟ, ବ୍ୟବସାୟ, ପରିବହନରେ ଆୟ ଯାହା ହେଲେ ମଧ୍ୟ ମନରେ ଆତ୍ମସନ୍ତୋଷ ରହିବ । ଯେଉଁମାନଙ୍କର କୃତ୍ତିକା ବୃଷ ସେମାନେ ଉପକୃତ ହେବେ । ଶୁଭରଙ୍ଗ: ନୀଳ, ସଂଖ୍ୟା: ୧୨, ଆରାଧନା: ମା’ ସମଲେଶ୍ୱରୀ ।

ମିଥୁନ: ଘାତଚନ୍ଦ୍ର ଓ ରାହୁଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ସ୍ୱାସ୍ଥ୍ୟ ଓ ଦୁର୍ଘଟଣା ପ୍ରତି ସତର୍କ ରହିବ। ମନ ଅସ୍ଥିର ଓ ବିଷାଦଗ୍ରସ୍ତ ରହିବ ଏବଂ ମାନ ସମ୍ମାନ ହାନି ହେବ । ଗୁରୁଜନଙ୍କ ସହ ବିବାଦ, କ୍ଷମତାଶାଳୀ ବ୍ୟକ୍ତିଙ୍କ ସହ ଶତ୍ରୁତା ଓ ରାଜନୈତିକ ବ୍ୟକ୍ତିଙ୍କ ଆକ୍ରୋଶର ଶିକାର ହେବେ। ବାଣିଜ୍ୟ, ବ୍ୟବସାୟରେ କ୍ଷତି ଏବଂ କର୍ମରେ ବିଫଳତା ଓ ପଦସ୍ଥ ଅଧିକାରୀଙ୍କ ରୋଷର ଶିକାର ହେବେ । ଯେଉଁମାନଙ୍କର ଆର୍ଦ୍ରା ଓ ପୁନର୍ବସୁ ମିଥୁନ ଓ ଯାହାର ପ୍ରଥମ ନାମାକ୍ଷର କୁ, ଙ୍ଗ, ତ, ଛ, କେ, କୋ, ସେମାନେ ସତର୍କ ହେବେ । ଶୁଭରଙ୍ଗ: ମେରୁନ୍‌, ସଂଖ୍ୟା: ୪, ଆରାଧନା: ଭଗବାନ ବିଷ୍ଣୁ ।

କର୍କଟ: ଅଷ୍ଟମ ଚନ୍ଦ୍ର, ଘାତବାର ଓ ରାହୁଙ୍କ ନକ୍ଷତ୍ର ଦିବା ୧୨ଟା ୪୬ ମିନିଟ୍‌ ପର୍ଯ୍ୟୟନ୍ତ ରହୁଥିବାରୁ ସେ ସମୟ ଯାଏ ଦୁର୍ଘଟଣା ଓ ଉଚ୍ଚସ୍ଥାନ ଆରୋହଣ କାଳରେ ସତର୍କ ରହିବେ । ଚାଲିଚଳନ, ବ୍ୟବହାର ବିବାଦୀୟ ହେବ ଏବଂ ବିନା କାରଣରେ ବହୁତ ବ୍ୟସ୍ତ ରହିବେ ଏବଂ ମନରେ ବିରକ୍ତିଭାବ ପ୍ରକାଶ ପାଇବ । ବାଣିଜ୍ୟ, ବ୍ୟବସାୟରେ ଆୟ ସ୍ୱଳ୍ପ ହେବ ଏବଂ କର୍ମରେ ବାଧାବିଘ୍ନ ଓ କର୍ମ ପ୍ରତି ଅନାଗ୍ରହ ଭାବ ପ୍ରକାଶ ପାଇବ । ଯେଉଁମାନଙ୍କର ପୁନର୍ବସୁ ଓ ଅଶ୍ଳେଷା କର୍କଟ ଓ ଯାହାର ପ୍ରଥମ ନାମାକ୍ଷର ହା, ହି,  ଡୁ, ସେମାନେ ସତର୍କ ହେବେ । ଶୁଭରଙ୍ଗ: ଧଳା, ସଂଖ୍ୟା: ୧, ଆରାଧନା: ମା’ ଭୁବନେଶ୍ୱରୀ ।

ସିଂହ: ମୂଲ୍ୟବାନ ଧାତୁ, ବସନଭୂଷଣ ଓ ଘରୋଇ ଉପକରଣ କ୍ରୟ କରିବେ ଏବଂ ଆଭୂଷଣ ପ୍ରତି ମନରେ ଦୁର୍ବଳତା ପ୍ରକାଶ ପାଇବ । ବାଣିଜ୍ୟ, ବ୍ୟବସାୟ, ପରିବହନରେ ଆୟ ଉତ୍ତମ ହେବ ଏବଂ ପରିବାରର ସୁଖଶାନ୍ତି ଅତୁଟ ରହିବ। ଅପରିଚିତ ମହିଳାଙ୍କଠାରୁ ସାହ୍ୟା, ସହଯୋଗ ମିଳିବ ଏବଂ ଦାମ୍ପତ୍ୟ ଜୀବନ ମଧୁର ହେବ । କର୍ମରେ ସଫଳତା ଓ ମହିଳା ସହକର୍ମୀଙ୍କ ସହାୟତା ପ୍ରାପ୍ତ କରିବେ । ଯେଉଁମାନଙ୍କର ଉତ୍ତରା ଫାଲଗୁନୀ ସିଂହ ସେମାନେ ଉପକୃତ ହେବେ। ଶୁଭରଙ୍ଗ: ଗୋଲାପୀ, ସଂଖ୍ୟା: ୬, ଆରାଧନା: ମା’ ମାଣିକେଶ୍ୱରୀ ।

କନ୍ୟା: ଷଷ୍ଠ  ଚନ୍ଦ୍ର, ଷଷ୍ଠୀ ତିଥି ଓ ବୁଧବାର ଯୋଗୁ ଉଚ୍ଚ ସମ୍ମାନ, ଉଚ୍ଚ ପଦବୀ ଏବଂ ପରୋପକାର, ସମାଜସେବାରେ ଆଗ୍ରହ ଅଧିକ ରହିବ । ଆପଣଙ୍କ ବକ୍ତବ୍ୟରେ ସମ୍ମୋହନର ଶକ୍ତି ରହିବ ଏବଂ ଆପଣଙ୍କର ବାକ୍‌ ବିଚକ୍ଷଣତା ପ୍ରକାଶ ପାଇବ । ବାଣିଜ୍ୟ, ବ୍ୟବସାୟ, ପରିବହନରେ ଆୟ ଉତ୍ତମ ରହିବ ଏବଂ କର୍ମରେ ସଫଳତା, ସମ୍ମାନ ଓ କର୍ମସ୍ଥାନର ସମସ୍ତ ବାଧାବିଘ୍ନ ଦୂର ହେବ । ଯେଉଁମାନଙ୍କର ଉତ୍ତରା ଫାଲଗୁନୀ କନ୍ୟା ସେମାନେ ସୁଫଳ ପାଇବେ । ଶୁଭରଙ୍ଗ: କଫି, ସଂଖ୍ୟା: ୧୨, ଆରାଧନା: ମା’ ଷୋଡ଼ଶୀ।

ତୁଳା: ପଞ୍ଚମ ଚନ୍ଦ୍ର, ବୁଧବାର ଯୋଗୁ ବିଦ୍ୟା, ବୁଦ୍ଧି, ଜ୍ଞାନ, ଗରିମା, ପ୍ରତ୍ୟୁତ୍ପନ୍ନମତି ଓ ଦୂରଦୃଷ୍ଟିର ବିକାଶ ଘଟିବ ଏବଂ ଆପଣଙ୍କର ବାକ୍‌ ବିଚକ୍ଷଣତା ପ୍ରକାଶ ପାଇବ। ବାଣିଜ୍ୟ, ବ୍ୟବସାୟ, ପରିବହନରେ ଆୟ ମଧ୍ୟମ ହେବ ଏବଂ କର୍ମରେ ସଫଳତା ଏବଂ ସମସ୍ତ କର୍ମରେ ଆପଣଙ୍କର କର୍ମକୁଶଳତା ଓ କାର୍ଯ୍ୟଦକ୍ଷତା ପ୍ରକାଶ ପାଇବ । ମନ ପ୍ରଫୁଲ୍ଲ ରହିବ ଏବଂ ପରିବାରରେ ହସଖୁସିର ପରିବେଶ ରହିବ। ଯେଉଁମାନଙ୍କର ଚିତ୍ରା ତୁଳା ସେମାନେ ଉପକୃତ ହେବେ। ଶୁଭରଙ୍ଗ: ସିଲ୍‌ଭର, ସଂଖ୍ୟା: ୧୨, ଆରାଧନା: ମା’ ଗାୟତ୍ରୀ ।

ବିଛା: ଶୁକ୍ଳପକ୍ଷର ଚତୁର୍ଥ ଚନ୍ଦ୍ର ଯୋଗୁ ସ୍ୱଜନରେ ଓ ବନ୍ଧୁବାନ୍ଧବଙ୍କ ସହ ବିବାଦ, ପରିବାରରେ ମତାନ୍ତର, ଆର୍ଥିକ କ୍ଷତି, ଯାନବାହନରେ ଖର୍ଚ୍ଚାନ୍ତ, ମୂଲ୍ୟବାନ ପଦାର୍ଥ ନଷ୍ଟ ଏବଂ ମାଲିମକଦ୍ଦମାରେ ପଡ଼ିପାରନ୍ତି । ମନ ଅସ୍ଥିର ଓ ବିଷାଦଗ୍ରସ୍ତ ରହିବ ଏବଂ ଗୁରୁଜନଙ୍କ ସହ ବିବାଦ ହେବ । ପରିବହନ ବ୍ୟବସାୟରେ ଆଜି ଅଧିକ କ୍ଷତି ସହିବେ ଏବଂ ବାଣିଜ୍ୟ, ବ୍ୟବସାୟରେ ଆୟ ସ୍ୱଳ୍ପ ହେବ । କର୍ମରେ ବିଫଳତା, ବାଧାବିଘ୍ନ ଓ ସହକର୍ମୀଙ୍କ ବିରୋଧର ଶିକାର ହେବେ । ଯେଉଁମାନଙ୍କର ବିଶାଖା ଓ ଜ୍ୟେ ।  ବିଛା ଓ ଯାହାର ପ୍ରଥମ ନାମାକ୍ଷର ତୋ, ନୋ, ଯି, ଯୁ ସେମାନେ ସତର୍କ ହେବେ । ଶୁଭରଙ୍ଗ: ହଳଦିଆ, ସଂଖ୍ୟା: ୩, ଆରାଧନା: ପ୍ରଭୁ ସ୍କନ୍ଦ ।

ଧନୁ: ମନରେ ଉତ୍ସାହ, ଉଦ୍ଦୀପନା, ପରିବାରରେ ସୁଖଶାନ୍ତି ଏବଂ ଭାଇ, ଭଉଣୀଙ୍କ ପ୍ରତି ସ୍ନେହ, ଶ୍ରଦ୍ଧା ଭାବ ପ୍ରକାଶ ପାଇବ । ସମସ୍ତ ଆଶା, ଆକାଂକ୍ଷା, ଅଭିଳାଷ ପୂର୍ଣ୍ଣ ହେବ ଏବଂ ଦୂରଦୃଷ୍ଟିର ବିକାଶ ଘଟିବ । ବାଣିଜ୍ୟ, ବ୍ୟବସାୟ, ପରିବହନରେ ଆୟ ଉତ୍ତମ ହେବ ଏବଂ ଆର୍ଥିକ ସ୍ଥିତିରେ ଉନ୍ନତି ଆସିବ । କର୍ମରେ ସଫଳତା ଓ ସମସ୍ତଙ୍କର ସ୍ନେହ, ଶ୍ରଦ୍ଧା ପ୍ରାପ୍ତ ହେବ । ଯେଉଁମାନଙ୍କର ଉତ୍ତରଷାଢ଼ା ଧନୁ ସେମାନେ ଉପକୃତ ହେବେ । ଶୁଭରଙ୍ଗ: ଲାଲ, ସଂଖ୍ୟା: ୨, ଆରାଧନା: ମା’ ତାରା ।

ମକର: ଶୁକ୍ଳପକ୍ଷର ଦ୍ୱିତୀୟ ଚନ୍ଦ୍ର, ବୁଧବାର ଯୋଗୁ ଧନ, ସମ୍ପଦ ବୃଦ୍ଧି ପାଇବ ଏବଂ ଆର୍ଥିକ ସ୍ଥିତିରେ ସୁଧାର ଆସିବ । ଖର୍ଚ୍ଚ ଅପେକ୍ଷା ସଞ୍ଚୟରେ ଅଧିକ ଆଗ୍ରହ ରହିବ ଏବଂ ଧନ ଓ ଆୟ ଯେତେ ଅଧିକ ହେଲେ ମଧ୍ୟ ମନରେ ଆତ୍ମସନ୍ତୋଷ ମିଳିବ ନାହିଁ । ବାଣିଜ୍ୟ, ବ୍ୟବସାୟ, ପରିବହନରେ ଆୟ ଉତ୍ତମ ହେବ ଏବଂ କର୍ମରେ ସଫଳତା ମିଳିଲେ ମଧ୍ୟ କିଛି ସମସ୍ୟା ଦେଖାଦେବ । ଯେଉଁମାନଙ୍କର ଉତ୍ତରାଷାଢ଼ା ମକର ସେମାନେ ଉପକୃତ ହେବେ । ଶୁଭରଙ୍ଗ: କଫି,  ସଂଖ୍ୟା: ୧୧, ଆରାଧନା: ମା’ ଚଣ୍ଡୀ।