PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ନୂଆଦିଲ୍ଲୀ: ଅବକାରୀ ନୀତି ମାମଲାରେ ମନୀଷ ସିସୋଦିଆଙ୍କୁ ଝଟକା, ଜାମିନ ଆବେଦନ ଖାରଜ କଲେ କୋର୍ଟ
  • ||
  • ମନମୁଣ୍ଡା ଏବଂ ବିଳାଶପୁରରେ ସମବାୟ ବ୍ୟାଙ୍କିଙ୍ଗ୍‌ ସେବା ଓ ଋଣ କର୍ମଶାଳା ଅନୁଷ୍ଠିତ
  • ||
  • ଭୁବନେଶ୍ବର: ଝାରସୁଗୁଡ଼ା ଉପନିର୍ବାଚନ; ଦିବଂଗତ ମନ୍ତ୍ରୀ ନବ ଦାସଙ୍କ ଝିଅ ଦୀପାଳି ଦାସ ହେଲେ ବିଜେଡି ପ୍ରାର୍ଥୀ
  • ||
  • ନୀଳଗିରି : ଜାମୁଡିସାହି ଗ୍ରାମରେ ଅଭିଯୁକ୍ତକୁ ନୋଟିସ୍ ଦେବାକୁ ଯାଇ ପାଲଟା ଆକ୍ରମଣର ଶିକାର ହେଲେ ନୀଳଗିରି ପୋଲିସ। ୫ ପୋଲିସଙ୍କୁ ହାଣିଲା ଅଭିଯୁକ୍ତ
  • ||
  • ହରଭଙ୍ଗା : ଦଣ୍ଡ ଯାତ୍ରାରେ ଆଖିବୁଜିଲେ କାଳିସୀ, ମୃତ୍ୟୁର କାରଣ ଅସ୍ପଷ୍ଟ
  • ||
  • ଭୁବନେଶ୍ୱର : ଏପ୍ରିଲ ୩ରୁ ଜାପାନ ଯିବେ ନବୀନ, ଓଡ଼ିଶା ପାଇଁ ପୁଞ୍ଜିନିବେଶ ଖୋଜିବେ
  • ||
  • ଭୁବନେଶ୍ୱର : ଆଜି ପ୍ରବଳ ବର୍ଷା ସମ୍ଭାବନା, ବିଜୁଳି, ଘଡ଼ଘଡ଼ି ସହ କୁଆପଥର ବର୍ଷିବ: ୭ ଜିଲ୍ଲାକ ଅରେଞ୍ଜ ୱାର୍ଣ୍ଣିଂ
  • ||

ଗୁରୁବାର ଏହି ରାଶିର ଲୋକଙ୍କ ପାଇଁ ରହିଛି ଭଲ ଦିନ, ସବୁ କାର୍ଯ୍ୟରେ ମିଳିବ ସଫଳତା

pic - internet

ମେଷ: ଷଷ୍ଠ ସପ୍ତମ ଚନ୍ଦ୍ର ଉଭୟ ଭୋଗ ହେଉଥବାରୁ ସମସ୍ତ କର୍ମରେ ଶୁଭଫଳ ମିଳିଲେ ମଧ୍ୟ ସକାଳ ୯ଟା ୦୮ ମିନିଟ୍‌ ପରେ ଘାତତିଥି ଯୋଗୁ ମନ ଅସ୍ଥିର ରହିବ ଏବଂ ସାମାନ୍ୟ ଶାରୀରିକ ପୀଡ଼ା ଭୋଗିବେ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ସହକର୍ମୀଙ୍କ ସହାୟତା ପ୍ରାପ୍ତ କରିବେ। ମନ ପ୍ରଫୁଲ୍ଲ ରହିବ ଏବଂ ପରିବାରରେ ସୁଖଶାନ୍ତିର ଅତୁଟ ରହିବ। ଯେଉଁମାନଙ୍କର ଦ୍ୱିଜା ମେଷ ସେମାନେ ଉପକୃତ ହେବେ ।
ଶୁଭରଙ୍ଗ : ଧଳା, ସଂଖ୍ୟା: ୩, ଆରାଧନା: ପ୍ରଭୁ ହନୁମାନ ।

ବୃଷ: ଘାତବାର, ଘାତଚନ୍ଦ୍ର ଯୋଗୁ ମନରେ ଅସ୍ଥିରତା, ପରିବାରରେ ବିବାଦ, ସ୍ୱଜନରେ ମତାନ୍ତର ଓ ମାନ ସମ୍ମାନ ହାନି ଘଟିବ। ବାଣିଜ୍ୟ, ବ୍ୟବସାୟ ମାନ୍ଦା ରହିବ ଏବଂ କର୍ମରେ ବାଧାବିଘ୍ନ ଦେଖାଦେବ। ଅପରାହ୍ନ ଗୋଟାଏ ପରେ ଷ  ଚନ୍ଦ୍ର, ଷଷ୍ଠୀ ତିଥି ଯୋଗୁ ସମସ୍ତ କର୍ମରେ କିଛି ଶୁଭଫଳ ମିଳିଲେ ମଧ୍ୟ ମନରେ ଆତ୍ମସନ୍ତୋଷ ମିଳିବ ନାହିଁ। ଯେଉଁମାନଙ୍କର ମୃଗଶିରା ବୃଷ ଓ ଯାହାର ପ୍ରଥମ ନାମାକ୍ଷର ବେ, ବୋ, ସେମାନେ ସତର୍କ ହେବେ।
ଶୁଭରଙ୍ଗ: ସିଲ୍‌ଭର, ସଂଖ୍ୟା: ୧୨, ଆରାଧନା: ମା’ କମଳା।

ମିଥୁନ: ଅପରାହ୍ନ ଗୋଟାଏ ପର୍ଯ୍ୟନ୍ତ ଚତୁର୍ଥ ଚନ୍ଦ୍ର ଯୋଗୁ ସେ ସମୟ ପର୍ଯ୍ୟନ୍ତ ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ସମ୍ମାନ ମିଳିବ। ଏହା ପରେ ପଞ୍ଚମ ଚନ୍ଦ୍ର ଯୋଗୁ ମନ ଅସ୍ଥିର ଓ ବିଷାଦଗ୍ରସ୍ତ ରହିବ ଏବଂ ଇତର ଜନଠାରୁ ଅପମାନ ମିଳିବ। ବାଣିଜ୍ୟ, ବ୍ୟବସାୟ ମାନ୍ଦାବସ୍ଥାକୁ ଚାଲିଆସିବ ଏବଂ କର୍ମରେ ବାଧାବିଘ୍ନ ଓ ସହକର୍ମୀଙ୍କ ସହ ବିବାଦ ଦେଖାଦେବ। ଯେଉଁମାନଙ୍କର ମୃଗଶିରା ମିଥୁନ ଓ ଯାହାର ପ୍ରଥମ ନାମାକ୍ଷର କା, କି, ସେମାନେ ସତର୍କ ହେବେ।
ଶୁଭରଙ୍ଗ: ସବୁଜ, ସଂଖ୍ୟା : ୮, ଆରାଧନା : ମା’ ଷୋଡ଼ଶୀ ।

କର୍କଟ: ତୃତୀୟ ଓ ଚତୁର୍ଥ ଚନ୍ଦ୍ର ଉଭୟ ଭୋଗ ହେଉଥିବାରୁ ଧନ, ସମ୍ପଦ, ପ୍ରାର୍ଚ୍ୟୁ, ପ୍ରତିପତ୍ତି ବୃଦ୍ଧି ପାଇବ ଏବଂ ଅସମ୍ଭବକୁ ସମ୍ଭବ କରିବାରେ ସମର୍ଥ ହେବେ। ସମସ୍ତ ଆଶା, ଆକାଂକ୍ଷା, ଅଭିଳାଷ ପୂର୍ଣ୍ଣ ହେବ ଏବଂ ମନରେ  ଉଚ୍ଚାଭିଳାଷ ପ୍ରକାଶ ପାଇବ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଉତ୍ତମ ହେବ ଏବଂ ନୂତନ ପରିବହନ ବ୍ୟବସାୟର ସୁୋଗ ଜୁଟିବ । କର୍ମରେ ସଫଳତା ଓ ପ୍ରମୋଶନ ମିଳିପାରେ। ଯେଉଁମାନଙ୍କର ପୁନର୍ବସୁ ଓ ଅଶ୍ଳେଷା କର୍କଟ ସେମାନେ ଉପକୃତ ହେବେ ।
ଶୁଭରଙ୍ଗ: ଧଳା, ସଂଖ୍ୟା : ୨, ଆରାଧନା : ମା’ ଭୁବନେଶ୍ୱରୀ ।

ସିଂହ: ଘାତବାର ଓ ଅପରାହ୍ନ ଗୋଟାଏ ପର୍ଯ୍ୟନ୍ତ ଦ୍ୱିତୀୟ ଚନ୍ଦ୍ର ହେତୁ ସେ ସମୟ ପର୍ଯ୍ୟନ୍ତ ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ମାନ୍ଦାବସ୍ଥା ଲାଗି ରହିବ ଏବଂ କର୍ମରେ ବହୁବିଧ ସମସ୍ୟା ଦେଖାଦେବ । ଏହା ପରେ ତୃତୀୟ ଚନ୍ଦ୍ର ଯୋଗୁ ସ୍ଥିତିରେ ମଧ୍ୟମ ଧରଣର ପରିବର୍ତ୍ତନ ଆସିବ ଏବଂ ବ୍ୟବସାୟ ଓ କର୍ମରେ କିଛିଟା ଶୁଭଫଳ ମିଳିବ। ଯେଉଁମାନଙ୍କର ଉତ୍ତରା ଫାଲଗୁନୀ ସିଂହ ଓ ଯାହାର ପ୍ରଥମ ନାମାକ୍ଷର ଟେ, ସେମାନେ ସତର୍କ ହେବେ ।
ଶୁଭରଙ୍ଗ: ଗୋଲାପୀ, ସଂଖ୍ୟା: ୩, ଆରାଧନା : ପ୍ରଭୁ ଶ୍ରୀଜଗନ୍ନାଥ ।

କନ୍ୟା: ଘାତବାର ଓ ଦିନ ଗୋଟାଏ ର୍ପ୍ୟନ୍ତ ଶ୍ରୀଚନ୍ଦ୍ର ଯୋଗୁ ସେ ସମୟ ପର୍ଯ୍ୟନ୍ତ ସମସ୍ତ କର୍ମରେ ଶୁଭଫଳ ମିଳିଲେ ମଧ୍ୟ ମନ ଅସ୍ଥିର ରହିବ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ମଧ୍ୟମ ହେବ ଏବଂ କର୍ମରେ ସଫଳତା ଓ ସମ୍ମାନ ମିଳିବ। ଏହାର ପରେ ଦ୍ୱିତୀୟ ଚନ୍ଦ୍ର ଯୋଗୁ ଧନକୁ ନେଇ ବିବାଦ ଓ ମାଲିମକଦ୍ଦମାରେ ପଡ଼ିପାରନ୍ତି । ବାଣିଜ୍ୟ, ବ୍ୟବସାୟରେ ମାନ୍ଦାବସ୍ଥା ଲାଗି ରହିବ ଏବଂ କର୍ମରେ ବିଫଳତା ଓ କର୍ମ ପ୍ରତି ଅନାଗ୍ରହ ଭାବ ପ୍ରକାଶ ପାଇବ । ଯେଉଁମାନଙ୍କର ଚିତ୍ରା କନ୍ୟା ଓ ଯାହାର ପ୍ରଥମ ନାମାକ୍ଷର ରା, ରି, ସେମାନେ ସତର୍କ ହେବେ ।
ଶୁଭରଙ୍ଗ: କଫି, ସଂଖ୍ୟା: ୪, ଆରାଧନା: ମା’ ଛିନ୍ନମସ୍ତା ।

ତୁଳା: ଦ୍ୱାଦଶ ଚନ୍ଦ୍ର ଓ ଶ୍ରୀଚନ୍ଦ୍ର ଉଭୟ ଭୋଗ ହେଉଥିବାରୁ ଧନ, ମାନ, ସମ୍ମାନ, ଲକ୍ଷ୍ମୀଙ୍କର କୃପା ଏବଂ ସୁଖାଦ୍ୟ, ସୁବସନ ପ୍ରାପ୍ତି ହେବ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଉତ୍ତମ ହେବ ଏବଂ ବ୍ୟୟ ବହୁତ କମ୍‌ ରହିବ। ମନରୁ ଦୁଶ୍ଚିନ୍ତା, ଦୁର୍ଭାବନା ଲୋପ ପାଇବ ଏବଂ ମନରେ ଉତ୍ସାହ, ଉଦ୍ଦୀପନା ଭାବ ପ୍ରକାଶ ପାଇବ। କର୍ମରେ ଆଶାଠାରୁ ଅଧିକ ସଫଳତା ମିଳିବ। ଯେଉଁମାନଙ୍କର ସ୍ୱାତୀ ଓ ବିଶାଖା ତୁଳା, ସେମାନେ ଉପକୃତ ହେବେ।
ଶୁଭରଙ୍ଗ: ମେରୁନ୍‌, ସଂଖ୍ୟା: ୨, ଆରାଧନା: ମା’ ସମଲେଶ୍ୱରୀ ।

ବିଛା: ଏକାଦଶ ଓ ଦ୍ୱାଦଶ ଚନ୍ଦ୍ର ଉଭୟ ଭୋଗ ହେଉଥିôବାରୁ ଖର୍ଚ୍ଚ ଅପେକ୍ଷା ଅଧିକ ସଞ୍ଚୟ ପ୍ରତି ଅଧିକ ଆଗ୍ରହ ରହିବ। ଧନ, ସମ୍ପଦ ବୃଦ୍ଧି ପାଇବ ଏବଂ କୌଣସି ବିଶେଷ ସୂତ୍ରରୁ ଧନପ୍ରାପ୍ତି ହେବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ ଆୟର କିଛି ଅଂଶ ସଞ୍ଚୟରେ ବିନିଯୋଗ କରିବେ। କର୍ମରେ ଆଶାଠାରୁ ଅଧିକ ସଫଳତା ଏବଂ ସମସ୍ତ କଷ୍ଟସାଧ୍ୟ କାମ ଓ ଅଟକିଥିବା କାମକୁ ସଫଳତାର ସହ ସମ୍ପାଦନ କରିବେ । ଯେଉଁମାନଙ୍କର ବିଶାଖା ଓ ଜ୍ୟେ । ବିଛା ସେମାନେ ସୁଫଳ ପାଇବେ।
ଶୁଭରଙ୍ଗ : ଲାଲ, ସଂଖ୍ୟା : ୬, ଆରାଧନା : ପ୍ରଭୁ ସ୍କନ୍ଦ ।

ଧନୁ: ଦଶମ ଓ ଏକାଦଶ ଚନ୍ଦ୍ର ଉଭୟ ଭୋଗ ହେଉଥିବାରୁ ଭାଗ୍ୟରେ, କର୍ମରେ ଓ ଆର୍ଥିକ ଅବସ୍ଥାରେ ଉନ୍ନତି ଦେଖାଦେବ। ଆଜି କୌଣସି କର୍ମ ହାତକୁ ନେବେ ସେଥିରେ ଶତ ପ୍ରତିଶତ ସଫଳତା ପାଇବେ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଉତ୍ତମ ହେବ ଏବଂ ଆର୍ଥିକ ସ୍ଥିତି ସୁଦୃଢ଼ ହେବ। ଉନ୍ନତିମୂଳକ କର୍ମରେ ଧ୍ୟାନ ଅଧିକ ରହିବ ଏବଂ ଧନର ସତ୍‌ ବିନିୋଗ ହେବ । ଯେଉଁମାନଙ୍କର ପୂର୍ବାଷାଢ଼ା ଧନୁ ସେମାନେ ଉପକୃତ ହେବେ ।
ଶୁଭରଙ୍ଗ : ହଳଦିଆ, ସଂଖ୍ୟା : ୫, ଆରାଧନା : ମା’ ତାରା ।

ମକର: ଅପରାହ୍ନ ଗୋଟାଏ ର୍ପ୍ୟନ୍ତ ନବମ ଚନ୍ଦ୍ର ଯୋଗୁ ମନରେ ଅସ୍ଥିରତା, ପରିବାରରେ ମନୋମାଳିନ୍ୟ ଏବଂ ଅପମାନ, ଅପଶ ଓ ଅପନିନ୍ଦା ମିଳିବ । ବାଣିଜ୍ୟ, ବ୍ୟବସାୟ ମାନ୍ଦା ରହିବ ଏବଂ କର୍ମରେ ବିଶେଷ ସଫଳତା ମିଳିବ ନାହିଁ । ଏହା ପରେ ଦଶମ ଚନ୍ଦ୍ର ଯୋଗୁ ସ୍ଥିତିରେ ପରିବର୍ତ୍ତନ ଆସିବ ଏବଂ ମନରୁ ଦୁଶ୍ଚିନ୍ତା, ଦୁର୍ଭାବନା ଲୋପ ପାଇବ। ବାଣିଜ୍ୟ, ବ୍ୟବସାୟରେ ଆୟ ମଧ୍ୟମ ହେବ ଏବଂ କର୍ମରେ ଆଶାଠାରୁ ଅଧିକ ସଫଳତା ମିଳିବ । ଯେଉଁମାନଙ୍କର ଶ୍ରବଣା ମକର ସେମାନେ ଅଧିକ ସୁଫଳ ପାଇବେ ।
ଶୁଭରଙ୍ଗ : କଳା, ସଂଖ୍ୟା : ୬, ଆରାଧାନା : ମା’ ଦୁର୍ଗା ।

କୁମ୍ଭ: ଅଷ୍ଟମ ଓ ନବମ ଚନ୍ଦ୍ର ଉଭୟ ଭୋଗ ହେଉଥିବାରୁ ପଦେ ପଦେ ବିପଦର ସମ୍ଭାବନା ରହିଛି । ଏଣୁ ବିଶେଷ ସତର୍କତା ଜରୁରୀ । ବାଦବିବାଦ, ସ୍ୱାସ୍ଥ୍ୟ, ଆର୍ଥିକ କାରବାର, ଗୁରୁଜନ କିମ୍ବା କ୍ଷମତାଶାଳୀ ବ୍ୟକ୍ତିଙ୍କ ସହ କଥାବାର୍ତ୍ତା ଏବଂ ଯାନବାହନ ଆରୋହଣ କାଳରେ ସତର୍କ ହେବେ । ବାଣିଜ୍ୟ, ବ୍ୟବସାୟରେ କ୍ଷତି ଦେଖାଦେବ ଏବଂ କର୍ମରେ ବିଫଳତା ଓ ସହକର୍ମୀଙ୍କ ଉପହାସର ପାତ୍ର ହେବେ । ଯେଉଁମାନଙ୍କର ଧନି । କୁମ୍ଭ ଓ ଯାହାର ପ୍ରଥମ ନାମାକ୍ଷର ଗେ, ଗୁ ସେମାନେ ସତର୍କ ହେବେ ।
ଶୁଭରଙ୍ଗ : ବାଇଗଣୀ, ସଂଖ୍ୟା : ୧୧, ଆରାଧନା : ମା’ କାଳୀ ।

ମୀନ: ଅପରାହ୍ନ ଗୋଟାଏ ର୍ପ୍ୟନ୍ତ ସପ୍ତମ ଚନ୍ଦ୍ର ଯୋଗୁ ସେ ସମୟ ର୍ପ୍ୟନ୍ତ ମାନସିକ, ପାରିବାରିକ ଶାନ୍ତି, ସ୍ତ୍ରୀସୌଖ୍ୟ, ସ୍ତ୍ରୀହେତୁକ ଧନପ୍ରାପ୍ତି ଏବଂ ଦାମ୍ପତ୍ୟ ଜୀବନ ମଧୁର ହେବ । ବାଣିଜ୍ୟରେ ମଧ୍ୟମ ଆୟ ଏବଂ କର୍ମରେ ସଫଳତା ମିଳିବ। ଏହା ପରେ ଅଷ୍ଟମ ଚନ୍ଦ୍ର ଯୋଗୁ ମନରେ ଅସ୍ଥିରତା ଏବଂ ସମସ୍ତ କର୍ମରେ ବାଧାବିଘ୍ନ ଆସିବ। ବାଣିଜ୍ୟ, ବ୍ୟବସାୟ କ୍ଷତିରେ ·ଲିବ ଏବଂ କର୍ମରେ ବାଧାବିଘ୍ନ ଏବଂ ବହୁବିଧ ସମସ୍ୟା ଆସିବ। ଯେଉଁମାନଙ୍କର ଉତ୍ତରାଭାଦ୍ର ମୀନ ଓ ଯାହାର ପ୍ରଥମ ନାମାକ୍ଷର ଦୁ, ଥ, ଟ ସେମାନେ ସତର୍କ ହେବେ ।
ଶୁଭରଙ୍ଗ: ଲାଲ, ସଂଖ୍ୟା : ୭, ଆରାଧନା : ପ୍ରଭୁ ଗଜାନନ ।

ସମ୍ବନ୍ଧିତ ଖବର