PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ନୂଆଦିଲ୍ଲୀ: ଅବକାରୀ ନୀତି ମାମଲାରେ ମନୀଷ ସିସୋଦିଆଙ୍କୁ ଝଟକା, ଜାମିନ ଆବେଦନ ଖାରଜ କଲେ କୋର୍ଟ
  • ||
  • ମନମୁଣ୍ଡା ଏବଂ ବିଳାଶପୁରରେ ସମବାୟ ବ୍ୟାଙ୍କିଙ୍ଗ୍‌ ସେବା ଓ ଋଣ କର୍ମଶାଳା ଅନୁଷ୍ଠିତ
  • ||
  • ଭୁବନେଶ୍ବର: ଝାରସୁଗୁଡ଼ା ଉପନିର୍ବାଚନ; ଦିବଂଗତ ମନ୍ତ୍ରୀ ନବ ଦାସଙ୍କ ଝିଅ ଦୀପାଳି ଦାସ ହେଲେ ବିଜେଡି ପ୍ରାର୍ଥୀ
  • ||
  • ନୀଳଗିରି : ଜାମୁଡିସାହି ଗ୍ରାମରେ ଅଭିଯୁକ୍ତକୁ ନୋଟିସ୍ ଦେବାକୁ ଯାଇ ପାଲଟା ଆକ୍ରମଣର ଶିକାର ହେଲେ ନୀଳଗିରି ପୋଲିସ। ୫ ପୋଲିସଙ୍କୁ ହାଣିଲା ଅଭିଯୁକ୍ତ
  • ||
  • ହରଭଙ୍ଗା : ଦଣ୍ଡ ଯାତ୍ରାରେ ଆଖିବୁଜିଲେ କାଳିସୀ, ମୃତ୍ୟୁର କାରଣ ଅସ୍ପଷ୍ଟ
  • ||
  • ଭୁବନେଶ୍ୱର : ଏପ୍ରିଲ ୩ରୁ ଜାପାନ ଯିବେ ନବୀନ, ଓଡ଼ିଶା ପାଇଁ ପୁଞ୍ଜିନିବେଶ ଖୋଜିବେ
  • ||
  • ଭୁବନେଶ୍ୱର : ଆଜି ପ୍ରବଳ ବର୍ଷା ସମ୍ଭାବନା, ବିଜୁଳି, ଘଡ଼ଘଡ଼ି ସହ କୁଆପଥର ବର୍ଷିବ: ୭ ଜିଲ୍ଲାକ ଅରେଞ୍ଜ ୱାର୍ଣ୍ଣିଂ
  • ||

ସୋମବାର ଏହି ରାଶିର ଲୋକଙ୍କ ପାଇଁ ରହିଛି ଭଲ ଦିନ, ସବୁ କାର୍ଯ୍ୟରେ ମିଳିବ ସଫଳତା

pic- internet

ମେଷ : ଘାତବାର, ଏକାଦଶ ଚନ୍ଦ୍ର, ସୋମବାର ଯୋଗୁ ଆୟର ମାର୍ଗ ଅତି ଉତ୍ତମ ହେବ ଏବଂ ଅନ୍ୟକୁ ନେଇଥିବା ଧନ ଓ ବକେୟା ଧନ ଫେରି ପାଇବେ।  ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ ବିଭିନ୍ନ ଉତ୍ସରୁ ଧନପ୍ରାପ୍ତି ହେବ। କର୍ମରେ ଅସମ୍ଭବ ସଫଳତା, ପଦୋନ୍ନତି କିମ୍ବା ଦରମାରେ କିଛି ବୃଦ୍ଧି ଘଟିପାରେ। ଯେଉଁମାନଙ୍କର ଅଶ୍ୱିନୀ ଓ କୃତ୍ତିକା ମେଷ ସେମାନେ ସୁଫଳ ପାଇବେ। ଶୁଭରଙ୍ଗ: ହଳଦିଆ, ସଂଖ୍ୟା: ୬, ଆରାଧନା: ପ୍ରଭୁ ହନୁମାନ ।

ବୃଷ : ଦଶମ ଚନ୍ଦ୍ର ଯୋଗୁ କର୍ମ ପ୍ରତି ଏକାଗ୍ରତା ଓ ଆନ୍ତରିକତା ଅଧିକ ରହିବ ଏବଂ ସମସ୍ତ କର୍ମରେ ଆଶାଠାରୁ ଅଧିକ ସଫଳତା ଏବଂ ସମସ୍ତ କର୍ମରେ ଆପଣଙ୍କର କର୍ମକୁଶଳତା ଓ ର୍କ୍ୟାଦକ୍ଷତା ପ୍ରକାଶ ପାଇବ। ମନରେ ସତ୍‌ଚିନ୍ତା, ସତ୍‌ଭାବନା ପ୍ରକାଶ ପାଇବ ଏବଂ କୁସଙ୍ଗ ପରିତ୍ୟାଗ କରି ସତ୍‌ସଙ୍ଗ କରିବେ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଯାହା ହେଲେ ମଧ୍ୟ ମନରେ ଆତ୍ମସନ୍ତୋଷ ଓ ଆତ୍ମତୃପ୍ତି ରହିବ। ଯେଉଁମାନଙ୍କର କୃତ୍ତିକା ଓ ମୃଗଶିରା ବୃଷ ସେମାନେ ଉପକୃତ ହେବେ।  ଶୁଭରଙ୍ଗ: ଧଳା, ସଂଖ୍ୟା: ୨, ଆରାଧନା : ପ୍ରଭୁ ଶ୍ରୀରାମ ।

ମିଥୁନ : ଘାତଚନ୍ଦ୍ର, ଘାତବାର ଏବଂ ବିଷ୍ଟିକରଣ ହେତୁ ମନରେ ଦୁଶ୍ଚିନ୍ତା, ଦୁର୍ଭାବନା ଓ ହତୋତ୍ସାହ ଭାବ ପ୍ରକାଶ ପାଇବ ଏବଂ ଅପମାନ, ଅପଯଶ ଓ ଅପନିନ୍ଦା ମିଳିବ। ଗୁରୁଜନଙ୍କ ସହ ବିବାଦ, କ୍ଷମତାଶାଳୀ ବ୍ୟକ୍ତିଙ୍କ ସହ ଶତ୍ରୁତା ଏବଂ ରାଜନୈତିକ ବ୍ୟକ୍ତିଙ୍କ ଆକ୍ରୋଶର ଶିକାର ହେବେ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ମାନ୍ଦାବସ୍ଥା ଲାଗି ରହିବ ଏବଂ କର୍ମରେ ବିଫଳତା ଓ ସହକର୍ମୀଙ୍କ ଉପହାସର ପାତ୍ର ହେବେ। ଯେଉଁମାନଙ୍କର ଆର୍ଦ୍ରା ମିଥୁନ ଓ ଯାହାର ପ୍ରଥମ ନାମାକ୍ଷର କୁ, ଘ, ଙ, ଛ ସେମାନେ ସତର୍କ ହେବେ। ଶୁଭରଙ୍ଗ: କଫି, ସଂଖ୍ୟା : ୪, ଆରାଧନା : ମା’ ତ୍ରିପୁର ସୁନ୍ଦରୀ ।

କର୍କଟ : ଅଷ୍ଟମ ଚନ୍ଦ୍ର, ରାହୁଙ୍କ ନକ୍ଷତ୍ର ଏବଂ ବିଷ୍ଟିକରଣ ହେତୁ ବାଦବିବାଦ, ସ୍ୱାସ୍ଥ୍ୟ, ଆର୍ଥିକ କାରବାର, ଉଚ୍ଚ ସ୍ଥାନ ଆରୋହଣ, ଗ୍ୟାସ ହିଟର ବ୍ୟବହାର ଏବଂ ନବାହନ ଚଳାଇଲା ବେଳେ ସତର୍କ ହେବେ। ଉଚିତ୍‌ କର୍ମରୁ ବିଚ୍ୟୁତ ହୋଇ ଅନୁଚିତ୍‌ କର୍ମରେ ଆଗ୍ରହ ରଖିବେ ଏବଂ ବିନା କାରଣରେ ବହୁତ ବ୍ୟସ୍ତ ରହିବେ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ସ୍ୱଳ୍ପ ହେବ ଏବଂ କର୍ମରେ ବିଫଳତା ଓ ସମସ୍ତ କର୍ମରେ ଅଯଥା ବିଳମ୍ବ ଦେଖାଦେବ । ଯେଉଁମାନଙ୍କର ଅଶ୍ଳେଷା କର୍କଟ ଓ ଯାହାର ପ୍ରଥମ ନାମାକ୍ଷର ଡି, ଡୁ, ଡେ, ଡୋ ସେମାନେ ସତର୍କ ହେବେ। ଶୁଭରଙ୍ଗ: ଲାଲ, ସଂଖ୍ୟା: ୧, ଆରାଧନା : ମା’ ସମଲେଶ୍ୱରୀ ।

ସିଂହ : ସପ୍ତମ ଚନ୍ଦ୍ର, ସୋମବାର ଯୋଗୁ ମାନସିକ, ପାରିବାରିକ ଶାନ୍ତି, ପରିଚିତ ମହିଳାଙ୍କଠାରୁ ସାହ୍ୟା, ସହଯୋଗ ଏବଂ ଧନ ପ୍ରାପ୍ତି ହେବ। ଆମୋଦ ପ୍ରମୋଦ ଓ ମଉଜ ମଜଲିସ୍‌ରେ ଅଧିକ ଆଗ୍ରହ ରହିବ ଏବଂ ଦାମ୍ପତ୍ୟ ଜୀବନ ମଧୁର ହେବ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ସମ୍ମାନ ମିଳିବ। ଯେଉଁମାନଙ୍କର ମଘା ଓ ଉତ୍ତରାଫାଲ୍‌ଗୁନୀ ସିଂହ ସେମାନେ ସୁଫଳ ପାଇବେ। ଶୁଭରଙ୍ଗ: ହଳଦିଆ, ସଂଖ୍ୟା: ୬, ଆରାଧନା: ପ୍ରଭୁ ଶ୍ରୀଜଗନ୍ନାଥ ।

କନ୍ୟା : ଷଷ୍ଠ  ଚନ୍ଦ୍ର ଯୋଗୁ ରୋଗ, ଋଣ ଓ ଶତ୍ରୁ-ଏଥିରୁ କିଛି ମାତ୍ରାରେ ମୁକ୍ତି ମିଳିବ ଏବଂ ଆପଣଙ୍କ ବକ୍ତବ୍ୟରେ ସମ୍ମୋହନର ଶକ୍ତି ରହିବ। ପରୋପକାର, ସମାଜସେବା ଏବଂ ଧାର୍ମିକ କର୍ମରେ ଅଧିକ ଆଗ୍ରହ ରହିବ ଏବଂ ସମସ୍ତଙ୍କର ସ୍ନେହ, ଶ୍ରଦ୍ଧାର ପାତ୍ର ହେବେ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା, ଉଚ୍ଚ ସମ୍ମାନ ଓ ଉଚ୍ଚ ପଦବୀ ପ୍ରାପ୍ତ ହେବ। ଯେଉଁମାନଙ୍କର ଉତ୍ତରାଫାଲ୍‌ଗୁନୀ ଓ ଚିତ୍ରା କନ୍ୟା ସେମାନେ ଉପକୃତ ହେବେ। ଶୁଭରଙ୍ଗ: ମେରୁନ୍‌, ସଂଖ୍ୟା: ୬, ଆରାଧନା: ଭଗବାନ ବିଷ୍ଣୁ।

ତୁଳା : କୃଷ୍ଣପକ୍ଷର ପଞ୍ଚମ ଚନ୍ଦ୍ର, ଘାତ ନକ୍ଷତ୍ର ଏବଂ ବିଷ୍ଟିକରଣ ହେତୁ ଗୁରୁଜନ, ପିତାମାତା ଏବଂ ସନ୍ତାନ ସନ୍ତତିଙ୍କ ସହ କଥାବାର୍ତ୍ତା ବେଳେ ସତର୍କ ହେବେ । ମାନ, ସମ୍ମାନ ହାନି, ମାନସିକ ଦୁଶ୍ଚିନ୍ତା ଏବଂ ଇତର ଜନଠାରୁ ଅପମାନ ପାଇବେ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ସ୍ୱଳ୍ପ ହେବ ଏବଂ କର୍ମରେ ବିଫଳତା ଓ ସହକର୍ମୀଙ୍କ ସହ ମତଭେଦ ଘଟିବ । ଯେଉଁମାନଙ୍କର ସ୍ୱାତୀ ତୁଳା ଓ ଯାହାର ପ୍ରଥମ ନାମାକ୍ଷର ରୁ, ରେ, ରୋ, ପ ସେମାନେ ସତର୍କ ହେବେ । ଶୁଭରଙ୍ଗ : ନୀଳ, ସଂଖ୍ୟା : ୮, ଆରାଧନା : ମା’ କମଳା ।

ବିଛା : ଚତୁର୍ଥ ଚନ୍ଦ୍ର, ଚତୁର୍ଦ୍ଦଶୀ ତିଥି ଓ ସୋମବାର ଯୋଗୁ ଗୁରୁଜନଙ୍କ କୃପା, କ୍ଷମତାଶାଳୀ ବ୍ୟକ୍ତିଙ୍କ ସହାୟତା ଏବଂ ରାଜନୈତିକ ବ୍ୟକ୍ତିଙ୍କ ଶୁଭଦୃଷ୍ଟିରେ ରହିବେ। ସ୍ୱଜନରେ ସୁସମ୍ପର୍କ, ପରିବାରରେ ସୁଖଶାନ୍ତି ଏବଂ ଆର୍ଥିକ ଅବସ୍ଥାରେ ଉନ୍ନତି ଆସିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ ନୂତନ ପରିବହନ ବ୍ୟବସାୟର ସୁଯୋଗ ଜୁଟିବ । କର୍ମରେ ସଫଳତା ଏବଂ ପଦସ୍ଥ ଅଧିକାରୀଙ୍କ କୃପା ଲାଭ କରିବେ। ଯେଉଁମାନଙ୍କର ବିଶାଖା ଓ ଅନୁରାଧା ବିଛା ସେମାନେ ଉପକୃତ ହେବେ। ଶୁଭରଙ୍ଗ :  ଗୋଲାପି, ସଂଖ୍ୟା : ୧୧, ଆରାଧନା : ପ୍ରଭୁ ସ୍କନ୍ଦ ।

ଧନୁ : ମାନସିକ, ପାରିବାରିକ ଶାନ୍ତି, ସମସ୍ତ ସଦସ୍ୟଙ୍କ ମଧ୍ୟରେ ଉତ୍ତମ ବୁଝାମଣା, ମନରେ ଉତ୍ସାହ, ଉଦ୍ଦୀପନା ଏବଂ ଭାତୃ, ଭଗ୍ନିଙ୍କ ସହ ଆନ୍ତରିକତା ଅଧିକ ରହିବ। ସମସ୍ତ କର୍ମରେ ସୁଚିନ୍ତିତ ପଦକ୍ଷେପ ନେବେ ଏବଂ ଉନ୍ନତିମୂଳକ କର୍ମରେ ଅଧିକ ଧ୍ୟାନ ଦେବେ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଉତ୍ତମ ହେବ ଏବଂ କର୍ମରେ ଆଶାଠାରୁ ଅଧିକ ସଫଳତା ମିଳିବ। ଯେଉଁମାନଙ୍କର ମୂଳା ଓ ଉତ୍ତରାଷାଢ଼ା ଧନୁ ସେମାନେ ଉପକୃତ ହେବେ। ଶୁଭରଙ୍ଗ : ହଳଦିଆ, ସଂଖ୍ୟା : ୫, ଆରାଧନା : ମା’ ଧୂମାବତୀ ।

ମକର : କୃଷ୍ଣପକ୍ଷର ଦ୍ୱିତୀୟ ଚନ୍ଦ୍ର ଯୋଗୁ ଧନକ୍ଷତି, ମାନସିକ ଅସ୍ଥିରତା, ପରିବାରରେ ବିବାଦ ଏବଂ ଶାରୀରିକ ପୀଡ଼ା ଭୋଗିବେ। ଅନ୍ୟକୁ ଦେଇଥିବା ଧନ ପାଇବାରେ ବିଫଳ ହେବେ ଏବଂ ଅନ୍ୟଠାରୁ ଆଣିଥିବା ଧନ ଫେରାଇବାରେ ଅସମର୍ଥ ହେବେ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ତୁଳନାରେ ବ୍ୟୟ ଅଧିକ ହେବ ଏବଂ ଆର୍ଥିକ ସ୍ଥିତି ପ୍ରଭାବିତ ହେବ। କର୍ମରେ ବିଫଳତା ଏବଂ ବହୁବିଧ ସମସ୍ୟା ଦେଖାଦେବ । ଯେଉଁମାନଙ୍କର ଶ୍ରବଣା ମକର ଓ ଯାହାର ପ୍ରଥମ ନାମାକ୍ଷର ଖି, ଖୁ, ଖେ, ଖୋ ସେମାନେ ସତର୍କ ହେବେ।  ଶୁଭରଙ୍ଗ : କଳା, ସଂଖ୍ୟା : ୧୧, ଆରାଧନା : ମା’ ଚଣ୍ଡୀ ।

କୁମ୍ଭ : ଶ୍ରୀ ଚନ୍ଦ୍ର ଯୋଗୁ ଧନ, ମାନ, ସମ୍ମାନ, ସୁଖାଦ୍ୟ, ସୁବସନ ପ୍ରାପ୍ତି ଏବଂ ସ୍ୱଜନରେ ସୁସମ୍ପର୍କ ରହିବ। ମନରେ ପ୍ରସନ୍ନତା, ପରିବାରରେ ସୁଖଶାନ୍ତି ଏବଂ ସ୍ୱାସ୍ଥ୍ୟ ଉତ୍ତମ ରହିବ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଉତ୍ତମ ହେବ । କର୍ମରେ ସଫଳତା ଏବଂ ସମସ୍ତଙ୍କର ସହଯୋଗ ପ୍ରାପ୍ତ କରିବେ। ଯେଉଁମାନଙ୍କର ଧନି  ଓ ପୂର୍ବଭାଦ୍ର କୁମ୍ଭ ସେମାନେ ସୁଫଳ ପାଇବେ। ଶୁଭରଙ୍ଗ : ବାଇଗଣୀ, ସଂଖ୍ୟା : ୩, ଆରାଧନା : ମା’ ଦୁର୍ଗା ।

ମୀନ : ଘାତଚନ୍ଦ୍ର, ଚତୁର୍ଦ୍ଦଶୀ ତିଥି ଓ ବିଷ୍ଟିକରଣ ହେତୁ ଅଥା ଖର୍ଚ୍ଚ, ବଦ୍‌ଖର୍ଚ୍ଚ ଓ ପରିବାରର ଖର୍ଚ୍ଚଭାର ଅହେତୁକ ଭାବେ ବୃଦ୍ଧି ପାଇବ ଏବଂ ଆୟ ପାଞ୍ଚ ଟଙ୍କା ହେଲେ ବ୍ୟୟ ପଚିଶ ଟଙ୍କା ହେବ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ସ୍ୱଳ୍ପ ହେବ ଏବଂ ଅଥା ଖର୍ଚ୍ଚ ଅଧିକ ରହିବ । କର୍ମରେ ବିଫଳତା ଏବଂ ସମସ୍ତ କର୍ମରେ ସମୟାନୁବର୍ତ୍ତିତାର ଅଭାବ ରହିବ । ଯେଉଁମାନଙ୍କର ରେବତୀ ମୀନ ଓ ଯାହାର ପ୍ରଥମ ନାମାକ୍ଷର ଦେ, ଦୋ ସେମାନେ ସତର୍କ ହେବେ । ଶୁଭରଙ୍ଗ : ହଳଦିଆ, ସଂଖ୍ୟା : ୭, ଆରାଧନା : ପ୍ରଭୁ ଗଜାନନ ।