ମଙ୍ଗଳବାର ଏହି ରାଶିର ଲୋକଙ୍କ ପାଇଁ ରହିଛି ଭଲ ଦିନ, ସବୁ କାର୍ଯ୍ୟରେ ମିଳିବ ସଫଳତା

Image Courtesy: AstroWorld
ମେଷ : ଏକାଦଶ ଚନ୍ଦ୍ର, ସୋମବାର ଓ ମଙ୍ଗଳଙ୍କ ନକ୍ଷତ୍ର ଯୋଗୁ ଆୟରେ ଆଖିଦୃଶିଆ ଅଭିବୃଦ୍ଧି ଏବଂ ଧନ, ସମ୍ପଦ ବୃଦ୍ଧି ପାଇବ। ବିଭିନ୍ନ ଉତ୍ସରୁ ଧନ ପ୍ରାପ୍ତି ହେବ ଏବଂ ଅନ୍ୟକୁ ଦେଇଥିବା ଧନ ଓ ବକେୟା ଧନ ଫେରି ପାଇବେ। ବାଣିଜ୍ୟ, ବ୍ୟବସାୟରେ ଆୟ ଉତ୍ତମ ହେବ ଏବଂ କର୍ମରେ ସଫଳତା ଏବଂ କର୍ମସ୍ଥାନର ସମସ୍ତ ସୁବିଧା ସୁଯୋଗ ହାସଲ କରିବେ । ଯେଉଁମାନଙ୍କର ଦ୍ୱିଜା ମେଷ ସେମାନେ ଉପକୃତ ହେବେ।
ଶୁଭରଙ୍ଗ : ହଳଦିଆ, ସଂଖ୍ୟା: ୬, ଆରାଧନା: ପ୍ରଭୁ ହନୁମାନ।
ବୃଷ : ଦଶମ ଚନ୍ଦ୍ର ଯୋଗୁ ନୂତନ କର୍ମାରମ୍ଭ କରିବେ ଏବଂ ନୂତନ ନିଯୁକ୍ତିର ଖବର ପାଇବେ । ବ୍ୟବସାୟ ଅପେକ୍ଷା କର୍ମରେ ଅଧିକ ଧ୍ୟାନ ଦେବେ ଏବଂ ବ୍ୟବସାୟ ଅପେବଜ୍ଞକ୍ଟ୍ରଟ୍ଟକ୍ଷା କର୍ମରେ ଅଧିକ ସଫଳତା ମିଳିବ । ଆଜି ଯେକୌଣସି କର୍ମ ଆରମ୍ଭ କରିବେ ସେଥିରେ ଶତ ପ୍ରତିଶତ ସଫଳତା ପାଇବେ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଯାହା ହେଲେ ମଧ୍ୟ ମନରେ ଆତ୍ମସନ୍ତୋଷ ରହିବ। ଯେଉଁମାନଙ୍କର ରୋହିଣୀ ବୃଷ ସେମାନେ ଉପକୃତ ହେବେ।
ଶୁଭରଙ୍ଗ: ନୀଳ, ସଂଖ୍ୟା: ୪, ଆରାଧନା: ପ୍ରଭୁ ହନୁମାନ।
ମିଥୁନ : ଘାତବାର ଓ ଘାତଚନ୍ଦ୍ର ଯୋଗୁ ବାଦ ବିବାଦ, ଗୁରୁଜନ ଓ ପିତାମାତାଙ୍କ ସହ କଥାବାର୍ତ୍ତା , ଆର୍ଥିକ କାରବାର କଲାବେଳେ ସତର୍କ ହେବେ । ମାନ, ସମ୍ମାନ ହାନି, ମାନସିକ ଦୁଶ୍ଚିନ୍ତା ଏବଂ ପରିବାରରେ ଅଶାନ୍ତିର ବାତାବରଣ ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ସ୍ୱଳ୍ପ ହେବ ଏବଂ କର୍ମରେ ବିଫଳତା ଓ ସହକର୍ମୀଙ୍କ ଉପହାସର ପାତ୍ର ହେବେ ଯେଉଁମାନଙ୍କର ମୃଗଶିରା ଓ ଆର୍ଦ୍ରା ମିଥୁନ ଓ ଯାହାର ପ୍ରଥମ ନାମାକ୍ଷର କା, କ, କୁ ଘ, ଙ, ଛ ସେମାନେ ସତର୍କ ହେବେ ।
ଶୁଭରଙ୍ଗ: ମେରୁନ୍, ସଂଖ୍ୟା: ୧୨, ଆରାଧନା : ଭଗବାନ ବିଷ୍ଣୁ ।
କର୍କଟ : ଅଷ୍ଟମ ଚନ୍ଦ୍ର, ଅମାବାସ୍ୟା ତିଥି ଯୋଗୁ ମାନସିକ ଅସ୍ଥିରତା, ପରିବାରରେ ବିବାଦ, ସ୍ୱଜନରେ ମତାନ୍ତର ଏବଂ ଶାରୀରିକ ପିଡ଼ା ଭୋଗିବେ । ମନ ବିଷାଦଗ୍ରସ୍ତ ରହିବ ଏବଂ ବିନା କାରଣରେ ବହୁତ ବ୍ୟସ୍ତ ରହିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ତୁଳନାରେ ବଦ୍ଖର୍ଚ୍ଚ ଅଧିକ ହେବ ଏବଂ ଆର୍ଥିକ ସ୍ଥିତି ପ୍ରଭାବିତ ହେବ । କର୍ମରେ ବାଧାବିଘ୍ନ ଓ ଅଯଥା ବିଳମ୍ବ ଦେଖାଦେବ । ଯେଉଁମାନଙ୍କର ପୂଷ୍ୟା ଓ ଅଶ୍ଳେଷା କର୍କଟ ଓ ଯାହାର ପ୍ରଥମ ନାମାକ୍ଷର ହୁ, ହେ, ହୋ, ତା, ତି ସେମାନେ ସତର୍କ ହେବେ ।
ଶୁଭରଙ୍ଗ: ଲାଲ, ସଂଖ୍ୟା : ୫, ଆରାଧନା : ମା’ ଭୁବନେଶ୍ୱରୀ ।
ସିଂହ : ମାନସିକ, ପାରିବାରିକ ଶାନ୍ତି ଏବଂ ପରିଚିତ ମହିଳାଙ୍କଠାରୁ ସାହାଯ୍ୟ, ସହଯୋଗ ଓ ଧନପ୍ରାପ୍ତି ହେବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଉତ୍ତମ ହେବ ଏବଂ ଆର୍ଥିକ ସ୍ଥିତିରେ ସୁଧାର ଆସିବ । କର୍ମରେ ବିଫଳତା ଏବଂ ମହିଳା ସହକର୍ମୀଙ୍କ ସହଯୋଗ ପ୍ରାପ୍ତ କରିବେ । ଯେଉଁମାନଙ୍କର ପୂର୍ବାଫାଲ୍ଗୁନୀ ସିଂହ, ସେମାନେ ସୁଫଳ ପାଇବେ ।
ଶୁଭରଙ୍ଗ: ଗୋଲାପୀ, ସଂଖ୍ୟା: ୬, ଆରାଧନା : ପ୍ରଭୁ ଗଜାନନ।
କନ୍ୟା : ଷଷ୍ଠ ଚନ୍ଦ୍ର ଯୋଗୁ ପୂରାତନ ରୋଗରୁ ଆରୋଗ୍ୟ ଲାଭ କରିବେ । ଶତ୍ରୁମାନେ ମିତ୍ରତାର ହାତ ବଢ଼ାଇବେ ଏବଂ ଋଣମୁକ୍ତ ହେବାରେ ପ୍ରୟାସ ଜାରି ରଖିବେ । ପୂର୍ବରୁ ହୋଇଥିବା କ୍ଷତି ଭରଣା କରିବାରେ ସମର୍ଥ ହେବେ ଏବଂ ଆର୍ଥିକ ସ୍ଥିତିରେ ସୁଧାର ଆସିବ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଏବଂ କର୍ମସ୍ଥାନର ସମସ୍ତ ବାଧାବିଘ୍ନ ଦୂର ହେବ । ଯେଉଁମାନଙ୍କର ଉତ୍ତରାଫାଲ୍ଗୁନୀ ଓ ଚିତ୍ରା କନ୍ୟା ସେମାନେ ସୁଫଳ ପାଇବେ ।
ଶୁଭରଙ୍ଗ: ସବୁଜ, ସଂଖ୍ୟା: ୮, ଆରାଧନା: ମା’ ଷୋଡ଼ଶୀ
ତୁଳା : ପଞ୍ଚମ ଚନ୍ଦ୍ର ଏବଂ କୃଷ୍ଣପକ୍ଷ ଦିବା ୧୨ଟା ୩୬ ମିନିଟ୍ ପର୍ଯ୍ୟନ୍ତ ରହୁଥିବାରୁ ସେ ସମୟ ପର୍ଯ୍ୟନ୍ତ ସମସ୍ତ କର୍ମରେ ଓ ବ୍ୟବସାୟରେ ଅଶୁଭ ଫଳ ମିଳିବ ଏବଂ ମାନ, ସମ୍ମାନ ହାନି ଘଟିବ। ଏହାପରେ ଶୁକ୍ଳପକ୍ଷ ଯୋଗୁ ସ୍ଥିତିରେ ପରିବର୍ତ୍ତନ ଆସିବ ଏବଂ କର୍ମରେ ଓ ବ୍ୟବସାୟରେ ଆଂଶିକ ଶୁଭଫଳ ମିଳିବ । ଯେଉଁମାନଙ୍କର ଚିତ୍ରା ଓ ସ୍ୱାତୀ ତୁଳା ଓ ଯାହାର ପ୍ରଥମ ନାମାକ୍ଷର ରା, ରି, ରୁ, ରେ, ରୋ ସେମାନେ ସତର୍କ ହେବେ ।
ଶୁଭରଙ୍ଗ: ଧଳା, ସଂଖ୍ୟା: ୨, ଆରାଧନା: ମା’ ସମଲେଶ୍ୱରୀ ।
ବିଛା : କୃଷ୍ଣପକ୍ଷର ଚତୁର୍ଥ ଚନ୍ଦ୍ର ଏବଂ କୃଷ୍ଣପକ୍ଷ ଦିବା ୧୨ଟା ୩୬ ମିନିଟ୍ ପର୍ଯ୍ୟନ୍ତ ରହୁଥିବାରୁ ସେ ସମୟ ପର୍ଯ୍ୟନ୍ତ ବାଣିଜ୍ୟ, ବ୍ୟବସାୟରେ ମଧ୍ୟମ ଆୟ ଏବଂ କର୍ମରେ କିଛିଟା ସଫଳତା ମିଳିବ । ଏହାପରେ ଶୁକ୍ଳପକ୍ଷ ଯୋଗୁ ବାଣିଜ୍ୟ, ବ୍ୟବସାୟରେ ମାନ୍ଦାବସ୍ଥା ଏବଂ ପରିବହନରେ କ୍ଷତି ଦେଖାଦେବ। ମନରେ ଅସ୍ଥିରତା, ପରିବାରରେ ବିବାଦ ଏବଂ ଯାନବାହନରେ ଖର୍ଚ୍ଚାନ୍ତରେ ପଡ଼ିବେ । କର୍ମରେ ବିଫଳତା ଓ ବିଭିନ୍ନ ସମସ୍ୟା ଦେଖାଦେବ । ଯେଉଁମାନଙ୍କର ଅନୁରାଧା ଓ ଜ୍ୟେଷ୍ଠା ବିଛା ଓ ଯାହାର ପ୍ରଥମ ନାମାକ୍ଷର ନା, ନି, ନୁ, ନେ, ଯୋ ସେମାନେ ସତର୍କ ହେବେ ।
ଶୁଭରଙ୍ଗ : ଲାଲ, ସଂଖ୍ୟା : ୩, ଆରାଧନା : ପ୍ରଭୁ ସ୍କନ୍ଦ
ଧନୁ : ମନରେ ଉତ୍ସାହ, ଉଦ୍ଦୀପନା, ପରିବାରରେ ସୁଖଶାନ୍ତି ଏବଂ ଦେହ, ମନ ସୁସ୍ଥ ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଉତ୍ତମ ହେବ ଏବଂ କର୍ମରେ ସଫଳତା ଏବଂୟ ସମସ୍ତ କର୍ମରେ ଆପବଣଙ୍କର କର୍ମକୁଶଳତା ପ୍ରକାଶ ପାଇବ । ସୁଖବର, ସୁସମ୍ବାଦ ମିଳିବ ଏବଂ ସ୍ୱାସ୍ଥ୍ୟ ଉତ୍ତମ ରହିବ । ଯେଉଁମାନଙ୍କର ପୂର୍ବାଷାଢ଼ା ଓ ଉତ୍ତରାଷାଢ଼ା ଧନୁ ସେମାନେ ସୁଫଳ ପାଇବେ ।
ଶୁଭରଙ୍ଗ : ହଳଦିଆ, ସଂଖ୍ୟା : ୭,ୟ ଆରାଧନା : ମା’ ତାରା ।
ମକର : କୃଷ୍ଣପକ୍ଷର ଦ୍ୱିତୀୟ ଚନ୍ଦ୍ର ଏବଂ କୃଷ୍ଣପକ୍ଷ ଦିବା ୧୨ଟା ୩୬ ମିନିଟ୍ ପର୍ଯ୍ୟନ୍ତ ରହୁଥିବାରୁ ସେ ସମୟ ପର୍ଯ୍ୟନ୍ତ ମନରେ ଅସ୍ଥିରତା, ପରିବାରରେ ବିବାଦ ଏବଂ ବାଣିଜ୍ୟ, ବ୍ୟବସାୟରେ କ୍ଷତି ଦେଖାଦେବ । ଏହାପରେ ଶୁକ୍ଳପକ୍ଷ ଯୋଗୁ ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ବୃଦ୍ଧି ଘଟିବ ଏବଂ ଅନ୍ୟକୁ ଦେଇଥିବା ଧନ ଫେରିପାଇବେ । କର୍ମରେ ସଫଳତା ଓ ଦରମାରେ କିଛି ବୃଦ୍ଧି ଘଟିପାରେ । ଯେଉଁମାନଙ୍କର ଉତ୍ତରାଷାଢ଼ା ଓ ଧନିଷ୍ଠା ମକର ସେମାନେ ଉପକୃତ ହେବେ ।
ଶୁଭରଙ୍ଗ : ଧୂସର, ସଂଖ୍ୟା : ୩, ଆରାଧନା : ମା’ ଭୈରବୀ ।
କୁମ୍ଭ : ଶ୍ରୀ ଚନ୍ଦ୍ର, ସୋମବାର ଯୋଗୁ ମନରେ ପ୍ରସନ୍ନତା, ପରିବାରରେ ସୁଖଶାନ୍ତି ଏବଂ ଦେହ, ମନ ସୁସ୍ଥ ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ସମ୍ମାନ ମିଳିବ । ଆମୋଦ ପମୋଦ ଓ ମଉଜ ମଜଲିସ୍ରେ ଅଧିକ ଆଗ୍ରହ ଏବଂ ପରିବାରର ସମସ୍ତ ସଦସ୍ୟଙ୍କ ପ୍ରତି ସ୍ନେହ ଓ ଶ୍ରଦ୍ଧାଭାବ ପ୍ରକାଶ ପାଇବ । ଯେଉଁମାନଙ୍କର ଧନିଷ୍ଠା ଓ ପାର୍ବଭାଦ୍ର କୁମ୍ଭ ସେମାନେ ଉପକୃତ ହେବେ ।
ଶୁଭରଙ୍ଗ : କଳା, ସଂଖ୍ୟା : ୬, ଆରାଧନା : ମା’ ଚଣ୍ଡୀ ।
ମୀନ : ଘାତଚନ୍ଦ୍ର, ଅମାବାସ୍ୟା ତିଥି ଯୋଗୁ ଅଯଥା ଖର୍ଚ୍ଚ, ବଦ୍ଖର୍ଚ୍ଚ ଏବଂ ପରିବାରର ଖର୍ଚ୍ଚଭାର ଅହେତୁକ ଭାବେ ବଢ଼ି·ଲିବ ଏବଂ ଖର୍ଚ୍ଚ ଭାରରେ ଅତିଷ୍ଠ ହୋଇ ଋଣ କରିବାକୁ ପଡ଼ିପାରେ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ତୁଳନାରେ ବଦ୍ଖର୍ଚ୍ଚ ଅଧିକ ହେବ ଏବଂ ଆର୍ଥିକ ସ୍ଥିତି ବିଗିଡ଼ିଯିବ । କର୍ମରେ ବିଫଳତା ଏବଂ ବାଧାବିଘ୍ନ ଲାଗି ରହିବ । ଯେଉଁମାନଙ୍କର ଉତ୍ତରାଭାଦ୍ର ଓ ରେବତୀ ମୀନ ଓ ଯାହାର ପ୍ରଥମ ନାମାକ୍ଷର ଦୁ, ଥ, ଦ, ଦୋ ସେମାନେ ସତର୍କ ହେବେ ।
ଶୁଭରଙ୍ଗ : ଧଳା, ସଂଖ୍ୟା : ୫, ଆରାଧନା : ପ୍ରଭୁ ଶ୍ରୀଜଗନ୍ନାଥ ।