PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ବୁଧବାର ଏହି ରାଶିର ଲୋକଙ୍କ ପାଇଁ ରହିଛି ଭଲ ଦିନ, ସବୁ କାର୍ଯ୍ୟରେ ମିଳବ ସଫଳତା

pic- internet

ମେଷ: ଶୁକ୍ଳପକ୍ଷର ଦ୍ୱାଦଶ ଚନ୍ଦ୍ର ଯୋଗୁ ଅଯଥା ଖର୍ଚ୍ଚ, ବଦ୍‌ଖର୍ଚ୍ଚ, ପରିବାରର ଖର୍ଚ୍ଚ ବଢ଼ି ଚାଲିବ ଏବଂ ଖର୍ଚ୍ଚଭାରରେ ଅତି  ହୋଇ ଋଣ କରିବାକୁ ପଡ଼ିପାରେ । ସମସ୍ତ କର୍ମରେ ଭୁଲ୍‌ ନିଷ୍ପତ୍ତି ନେବେ ଏବଂ ନିଶ୍ଚିତତାକୁ ପରିତ୍ୟାଗ କରି ଅନିଶ୍ଚିତତା ପଛରେ ପଶ୍ଚାତ୍‌ଧାବନ କରିବେ। ବାଣିଜ୍ୟ, ବ୍ୟବସାୟରେ ଆୟ ଅପେକ୍ଷା ବ୍ୟୟ ଅଧିକ ରହିବ ଏବଂ କର୍ମରେ ବିଫଳତା ଓ ଅଯଥା ବିଳମ୍ବ ଦେଖାଦେବ। ଯେଉଁମାନଙ୍କର ଦ୍ୱିଜା ମେଷ ଓ ଯାହାର ପ୍ରଥମ ନାମାକ୍ଷର ଲି, ଲୁ, ଲେ, ଲୋ, ସେମାନେ ସତର୍କ ହେବେ । ଶୁଭରଙ୍ଗ: ହଳଦିଆ, ସଂଖ୍ୟା: ୧୧, ଅରାଧନା : ପ୍ରଭୁ ହନୁମାନ ।

ବୃଷ: ଏକାଦଶ ଚନ୍ଦ୍ର, ବୁଧବାର ଓ ଶନିଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ଆର୍ଥିକ ଅବସ୍ଥାରେ ଉନ୍ନତି ଏବଂ ଧନ ସମ୍ପଦ ବୃଦ୍ଧି ପାଇବ। ମନରେ ଉଚ୍ଚାଭିଳାଷ ପ୍ରକାଶ ପାଇବ ଏବଂ ଉନ୍ନତିମୂଳକ କର୍ମରେ ଅଧିକ ଧ୍ୟାନ ରହିବ। ସମସ୍ତ ଆଶା, ଆକାଂକ୍ଷା ଅଭିଳାଷ ପୂର୍ଣ୍ଣ ହେବ ଏବଂ ସଞ୍ଚୟ ପ୍ରତି ଅଧିକ ଆଗ୍ରହ ପ୍ରକାଶ ପାଇବ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ଆଶାଠାରୁ ଅଧିକ ସଫଳତା ଓ କର୍ମସ୍ଥାନର ସମସ୍ତ ସୁବିଧା ସୁଯୋଗ ହାସଲ କରିବେ। ଯେଉଁମାନଙ୍କର କୃତ୍ତିକା ଓ ମୃଗଶିରା ବୃଷ ସେମାନେ ସୁଫଳ ପାଇବେ। ଶୁଭରଙ୍ଗ: ଧଳା, ସଂଖ୍ୟା: ୨, ଆରାଧନା : ମା’ ଗାୟତ୍ରୀ ।

ମିଥୁନ: ଦଶମ ଚନ୍ଦ୍ର, ବୁଧବାର ଯୋଗୁ କର୍ମ ପ୍ରତି ଆନ୍ତରିକତା ଅଧିକ ରହିବ ଏବଂ ସମସ୍ତ କର୍ମରେ ସୁଚିନ୍ତିତ ପଦକ୍ଷେପ ନେବେ। ମନରେ ସତ୍‌ଚିନ୍ତା, ସଦ୍‌ଭାବନା ପ୍ରକାଶ ପାଇବ ଏବଂ ସତ୍‌କର୍ମରେ ଅଧିକ ଆଗ୍ରହ ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଯାହା ହେଲେ ମଧ୍ୟ ମନରେ ଆତ୍ମସନ୍ତୋଷ ଓ ଆତ୍ମତୃପ୍ତି ରହିବ। ଯେଉଁମାନଙ୍କର ମୃଗଶିରା ଓ ପୁନର୍ବସୁ ମିଥୁନ ସେମାନେ ଉପକୃତ ହେବେ । ଶୁଭରଙ୍ଗ: ସବୁଜ, ସଂଖ୍ୟା : ୪, ଆରାଧନା : ମା’ ତ୍ରିପୁରସୁନ୍ଦରୀ ।

କର୍କଟ: ଘାତବାର, ଶୁକ୍ଳପକ୍ଷର ନବମ ଚନ୍ଦ୍ର ଯୋଗୁ ସମସ୍ତ କର୍ମରେ ଶୁଭଫଳ ମିଳିଲେ ମଧ୍ୟ ମନରେ ଆତ୍ମସନ୍ତୋଷ ଓ ଆତ୍ମତୃପ୍ତି ମିଳିବ ନାହିଁ । ଗୁରୁଜନଙ୍କ କୃପା, କ୍ଷମତାଶାଳୀ ବ୍ୟକ୍ତିଙ୍କ ସହାୟତା ଏବଂ ରାଜନୈତିକ ବ୍ୟକ୍ତିଙ୍କ ଆଶ୍ରୟରେ ରହିବେ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଉତ୍ତମ ହେବ ଏବଂ ନୂତନ ବ୍ୟବସାୟରେ ସୁଯୋଗ ଜୁଟିବ। କର୍ମରେ ସଫଳତା ଓ ପଦସ୍ଥ ଅଧିକାରୀଙ୍କ ଶୁଭଦୃଷ୍ଟିରେ ରହିବେ। ଯେଉଁମାନଙ୍କୁ ପୁନର୍ବସୁ ଓ ଅଶ୍ଳେଷା କର୍କଟ ସେମାନେ ଉପକୃତ ହେବେ। ଶୁଭରଙ୍ଗ: ସିଲ୍‌ଭର, ସଂଖ୍ୟା: ୧, ଆରାଧନା : ଭଗବାନ ଶିବ ।

ସିଂହ: ଅଷ୍ଟମ ଚନ୍ଦ୍ର ଏବଂ ଶନିଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ବାଦବିବାଦ, ସ୍ୱାସ୍ଥ୍ୟ, ଆର୍ଥିକ କାରବାର କଲାବେଳେ ସତର୍କ ହେବେ। ମନରେ ଅସ୍ଥିରତା, ପରିବାରରେ ବିବାଦ ଏବଂ ଶାରୀରିକ ପୀଡ଼ା ଭୋଗିବେ । ବିନା କାରଣରେ ବହୁତ ବ୍ୟସ୍ତ ରହିବେ ଏବଂ ମନରେ ବିରକ୍ତିଭାବ ଦେଖାଦେବ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟଠାରୁ ବଦ୍‌ଖର୍ଚ୍ଚ ଅଧିକ ହେବେ ଏବଂ କର୍ମରେ ବିଫଳତା ଓ ବାଧାବିଘ୍ନ ଲାଗି ରହିବ । ପୂର୍ବା ଫାଲଗୁନୀ ସିଂହ ଓ ଯାହାର ପ୍ରଥମ ନାମାକ୍ଷର ମୋ, ଟା, ଟି, ଟୁ, ସେମାନେ ସତର୍କ ହେବେ । ଶୁଭରଙ୍ଗ: ଲାଲ୍‌, ସଂଖ୍ୟା: ୬, ଆରାଧନା: ମା’ ମାଣିକେଶ୍ୱରୀ ।

କନ୍ୟା: ସପ୍ତମ ଚନ୍ଦ୍ର, ବୁଧବାର ଯୋଗୁ ଆମୋଦପ୍ରମୋଦ ଓ ମଉଜ ମସ୍ତିରେ ଅଧିକ ଆଗ୍ରହ ରହିବ। ମୂଲ୍ୟବାନ ଧାତୁ, ବସନଭୂଷଣ ଓ ଘରୋଇ ଉପକରଣ କ୍ରୟ କରିବେ ଏବଂ ସନ୍ତାନସନ୍ତତିଙ୍କ ବୈବାହିକ କର୍ମର ଆୟୋଜନ କରିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ ଆର୍ଥିକ ସ୍ଥିତି ସୁଧୁରିବ। କର୍ମରେ ସଫଳତା ଓ ସମ୍ମାନ ଓ ସମସ୍ତଙ୍କର ସ୍ନେହ, ଶ୍ରଦ୍ଧାର ପାତ୍ର ହେବେ। ଯେଉଁମାନଙ୍କର ଉତ୍ତରା ଫାଲଗୁନୀ ଓ ଚିତ୍ରା କନ୍ୟା ସେମାନେ ସୁଫଳ ପାଇବେ । ଶୁଭରଙ୍ଗ: ମେରୁନ୍‌, ସଂଖ୍ୟା: ୮, ଆରାଧନା : ମା’ ଷୋଡ଼ଶୀ ।

ତୁଳା: ଷଷ୍ଠ  ଚନ୍ଦ୍ର ଯୋଗୁ ରୋଗ, ଋଣ ଓ ଶତ୍ରୁ ଏଥିରୁ କିଛି ମାତ୍ରାରେ ମୁକ୍ତି ମିଳିବ। ଆପଣଙ୍କ ବକ୍ତବ୍ୟରେ ସମ୍ମୋହନର ଶକ୍ତି ରହିବ ଏବଂ ପରୋପକାର, ସମାଜସେବା ଏବଂ ଧାର୍ମିକ କର୍ମରେ ଅଧିକ ଆଗ୍ରହ ରହିବ। ଚାଲିଚଳନ, ବ୍ୟବହାର ମାର୍ଜିତ ଓ ସର୍ବଜନ ଆଦୃତ ହେବେ ଏବଂ ପରିବାରରେ ସ୍ୱର୍ଗୀୟ ସୁଖ ଅନୁଭୂତ ହେବ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ କର୍ମସ୍ଥାନର ସମସ୍ତ ବାଧାବିଘ୍ନ ଦୂର ହେବ। ଯେଉଁମାନଙ୍କର ଚିତ୍ରା ଓ ବିଶାଖା ତୁଳା ସେମାନେ ଉପକୃତ ହେବେ । ଶୁଭରଙ୍ଗ : ନୀଳ, ସଂଖ୍ୟା : ୮, ଆରାଧନା : ପ୍ରଭୁ ଶ୍ରୀରାମ ।

ବିଛା : ଶୁକ୍ଳପକ୍ଷର ପଞ୍ଚମ ଚନ୍ଦ୍ର ଯୋଗୁ ବିଦ୍ୟା, ବୁଦ୍ଧି, ଜ୍ଞାନ, ଗରିମା, ପ୍ରତ୍ୟୁତ୍ପନ୍ନମତି ଏବଂ ଦୂରଦୃଷ୍ଟିର ବିକାଶ ଘଟିବ। ମନରେ ପ୍ରସନ୍ନତା, ପରିବାରରେ ସୁଖଶାନ୍ତି ଏବଂ ପିତାମାତାଙ୍କ କୃପା ଲାଭ କରିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ମଧ୍ୟମ ହେବ ଏବଂ ନୂତନ ବିଦ୍ୟା ଓ କଳା ସଂସ୍କୃତି ପ୍ରତି ଅଧିକ ଆଗ୍ରହ ରହିବ । କର୍ମରେ ସଫଳତା, ସମ୍ମାନ ବୃଦ୍ଧି ପାଇବ । ଯେଉଁମାନଙ୍କର ବିଶାଖା ଓ ଜ୍ୟେଷ୍ଠ । ବିଛା ସେମାନେ ଉପକୃତ ହେବେ । ଶୁଭରଙ୍ଗ :  ଲାଲ, ସଂଖ୍ୟା : ୧୧, ଆରାଧନା : ପ୍ରଭୁ ସ୍କନ୍ଦ ।

ଧନୁ : ଘାତଚନ୍ଦ୍ର ଯୋଗୁ ସ୍ୱଜନରେ କଥାବାର୍ତ୍ତା, ଆର୍ଥିକ କାରାବର ଏବଂ ଯାନବାହନ ଆରୋହଣ କାଳରେ ସତର୍କ ହେବେ। ଗୁରୁଜନଙ୍କ ସହ ବିବାଦ, କ୍ଷମତାଶାଳୀ ବ୍ୟକ୍ତିଙ୍କ ସହ ଶତ୍ରୁତା ଏବଂ ରାଜନୈତିକ ବ୍ୟକ୍ତିଙ୍କ ଆକ୍ରୋଶର ଶିକାର ହେବେ। ପରିବହନ ବ୍ୟବସାୟରେ ଅଧିକ କ୍ଷତି ଏବଂ ବାଣିଜ୍ୟ, ବ୍ୟବସାୟରେ ଆୟ ସ୍ୱଳ୍ପ ହେବ। କର୍ମରେ ବିଫଳତା, ସହକର୍ମୀଙ୍କ ସହ ବିବାଦ ଏବଂ ସମସ୍ତ କର୍ମ କଣ୍ଟକସଦୃଶ ମନେ ହେବ। ଯେଉଁମାନଙ୍କର ପୂର୍ବାଷାଢ଼ା ଧନୁ ଓ ଯାହାର ପ୍ରଥମ ନାମାକ୍ଷର ଭୁ, ଧା, ଫା, ତା ସେମାନେ ସତର୍କ ହେବେ । ଶୁଭରଙ୍ଗ : ହଳଦିଆ, ସଂଖ୍ୟା : ୫, ଆରାଧନା : ପ୍ରଭୁ ଶ୍ରୀଜଗନ୍ନାଥ ।

ମକର: ତୃତୀୟ ଚନ୍ଦ୍ର, ବୁଧବାର ଏବଂ ଶନିଙ୍କ ନକ୍ଷତ୍ର ଭୋଗ ହେଉଥିôବାରୁ ମନରେ ଉତ୍ସାହ, ଉଦ୍ଦୀପନା, ପରିବାରରେ ସୁଖଶାନ୍ତି, ଭ୍ରାତୃ, ଭଗ୍ନୀଙ୍କ ସହ ସୁସମ୍ପର୍କ ଏବଂ ନୂତନ କର୍ମାରମ୍ଭର ସୁଯୋଗ ଜୁଟିବ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ ଆର୍ଥିକ ସ୍ଥିତିରେ ସୁଧାର ଆସିବ। କର୍ମରେ ଆଶାଠାରୁ ଅଧିକ ସଫଳତା ଏବଂ ସମସ୍ତ କର୍ମରେ ଆପଣଙ୍କର କର୍ମକୁଶଳତା ଓ ର୍କ୍ୟାଦକ୍ଷତା ପ୍ରକାଶ ପାଇବ । ଯେଉଁମାନଙ୍କର ଉତ୍ତରାଷାଢ଼ା ଓ ଧନି । ମକର ସେମାନେ ସୁଫଳ ପାଇବେ । ଶୁଭରଙ୍ଗ : ବାଇଗଣୀ, ସଂଖ୍ୟା : ୩, ଆରାଧନା : ମା’ ଦୁର୍ଗା ।

କୁମ୍ଭ : ଶୁକ୍ଳପକ୍ଷର ଦ୍ୱିତୀୟ ଚନ୍ଦ୍ର ଯୋଗୁ ଧନ ପ୍ରତି ଏବଂ ଆୟ ପ୍ରତି ମନରେ ଅଧିକ ଦୁର୍ବଳତା ପ୍ରକାଶ ପାଇବ । ଆୟ ଓ ଧନ ଯେତେ ଅଧିକ ମିଳିଲେ ମଧ୍ୟ ମନରେ ଆତ୍ମସନ୍ତୋଷ ମିଳିବ ନାହିଁ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଉତ୍ତମ ହେବ ଏବଂ କର୍ମରେ ସଫଳତା ମିଳିଲେ ମଧ୍ୟ କିଛି ସମସ୍ୟା ଦେଖାଦେବ। ଯେଉଁମାନଙ୍କର ଧନି  ଓ ପୂର୍ବଭାଦ୍ର କୁମ୍ଭ ସେମାନେ ଉପକୃତ ହେବେ। ଶୁଭରଙ୍ଗ :କଳା, ସଂଖ୍ୟା : ୬, ଆରାଧନା : ମା’ ଚଣ୍ଡୀ ।

ମୀନ : ଶ୍ରୀଚନ୍ଦ୍ର, ବୁଧବାର ଯୋଗୁ ଧନ, ମାନ, ସମ୍ମାନ, ଲକ୍ଷ୍ମୀଙ୍କର କୃପା ଏବଂ ସୁଖାଦ୍ୟ, ସୁବସନ ପ୍ରାପ୍ତି ହେବ। ଆମୋଦପ୍ରମୋଦ, ମଉଜ ମଜଲିସ୍‌ରେ ଅଧିକ ଆଗ୍ରହ ରହିବ ଏବଂ ପରିବାରର ସୁଖଶାନ୍ତି ଅତୁଟ ରହିବ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଯାହା ହେଲେ ମଧ୍ୟ ମନରେ ଆତ୍ମସନ୍ତୋଷ ରହିବ ଏବଂ କର୍ମରେ ପରିଶ୍ରମ ତୁଳନାରେ ଅଧିକ ସଫଳତା ମିଳିବ। ଯେଉଁମାନଙ୍କର ପୂର୍ବଭାଦ୍ର ଓ ରେବତୀ ମୀନ ସେମାନେ ଉପକୃତ ହେବେ । ଶୁଭରଙ୍ଗ : ଲାଲ, ସଂଖ୍ୟା : ୭, ଆରାଧନା : ପ୍ରଭୁ ଗଜାନନ ।