ଶନିବାର ଏହି ରାଶିର ଲୋକଙ୍କ ପାଇଁ ରହିଛି ଭଲ ଦିନ, ସବୁ କାର୍ଯ୍ୟରେ ମିଳିବ ସଫଳତା

Image Courtesy: AstroWorld
ମେଷ: ଘାତଚନ୍ଦ୍ର, ଚତୁର୍ଥୀ ତିଥି, ବିଷୁମ୍ଭ ଯୋଗ ବିଷ୍ଟୀକରଣ ହେତୁ ମନରେ ଦୁଶ୍ଚିନ୍ତା, ଦୁର୍ଭାବନା ଓ ହତୋତ୍ସାହ ଭାବ ପ୍ରକାଶ ପାଇବ ଏବଂ ଚାଲିଚଳନ, ବ୍ୟବହାର କଥାବାର୍ତ୍ତା ବିବାଦୀୟ ହେବ । ଅଯଥା ଶତ୍ରୁବୃଦ୍ଧି, ଅଯଥା ଖର୍ଚ୍ଚ, ବୃଥା ଭ୍ରମଣ ଏବଂ ପଦେ ପଦେ ବିପଦର ସମ୍ଭାବନା ରହିଛି । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ସ୍ୱଳ୍ପ ହେବ ଏବଂ କର୍ମରେ ବିଫଳତା ଓ ସହକର୍ମୀଙ୍କ ସହ ମତାନ୍ତର ଦେଖାଦେବ। ଯେଉଁମାନଙ୍କର ଦ୍ୱିଜା ଓ କୃତ୍ତିକା ମେଷ ସେମାନେ ସତର୍କ ହେବେ। ଯେଉଁମାନଙ୍କର ପ୍ରଥମ ନାମାକ୍ଷର ଲି, ଲୁ, ଲୋ, ଆ, ସେମାନେ ସତର୍କ ହେବେ। ଶୁଭରଙ୍ଗ: ଧଳା, ସଂଖ୍ୟା: ୩, ଅରାଧନା : ପ୍ରଭୁ ସ୍କନ୍ଦ ।
ବୃଷ: ଘାତବାର ଓ ଦ୍ୱାଦଶ ଚନ୍ଦ୍ର ହେତୁ ଅଯଥା ଖର୍ଚ୍ଚ, ବଦ୍ଖର୍ଚ୍ଚ ଏବଂ ପରିବାରରେ ଖର୍ଚ୍ଚଭାର ଅହେତୁକ ଭାବେ ବଢ଼ିଚାଲିବ ଏବଂ ଖର୍ଚ୍ଚଭାରରେ ଅତି ହୋଇ ଋଣ କରିବାକୁ ପଡ଼ିପାରେ। ନିଶ୍ଚିତତାକୁ ପରିତ୍ୟାଗ କରି ଅନିଶ୍ଚିତତା ପଛରେ ପଶ୍ଚାତଧାବନ କରିବେ ଏବଂ ସମସ୍ତ କର୍ମରେ ଭୁଲ୍ ନିଷ୍ପତ୍ତି ନେବେ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅପେକ୍ଷା ବ୍ୟୟ ଅଧିକ ହେବ ଏବଂ କର୍ମରେ ବିଫଳତା ଏବଂ ସମୟାନୁବର୍ତ୍ତିତାର ଅଭାବ ରହିବ। ଯେଉଁମାନଙ୍କର କୃତ୍ତିକା ଓ ମୃଗଶିରା ବୃଷ ଓ ଯାହାର ପ୍ରଥମ ନାମାକ୍ଷର ଇ, ଉ, ଏ, ବେ, ବୋ, ସେମାନେ ସତର୍କ ହେବେ । ଶୁଭରଙ୍ଗ: ନୀଳ, ସଂଖ୍ୟା: ୨, ଆରାଧନା : ପ୍ରଭୁ ଶ୍ରୀରାମ।
ମିଥୁନ: ଏକାଦଶ ଚନ୍ଦ୍ର ହେତୁ ଆୟରେ ଆଖିଦୃଶିଆ ଉନ୍ନତି ଆସିବ ଏବଂ ବିଭିନ୍ନ ଉତ୍ସରୁ ଧନପ୍ରାପ୍ତି ହେବ । ସମସ୍ତ ଆଶା, ଅଭିଳାଷ ପୂର୍ଣ୍ଣ ହେବ ଏବଂ ସମସ୍ତ ସୁଖ, ସମ୍ପଦ, ପ୍ରାଚୁର୍ଯ୍ୟ ହାତପାଆନ୍ତାରେ ଉପଲବ୍ଧ ହେବ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ ନୂତନ ବ୍ୟବସାୟର ସୁଯୋଗ ଜୁଟିବ। କର୍ମରେ ଆଶାତୀତ ସଫଳତା ଏବଂ କର୍ମସ୍ଥାନର ସମସ୍ତ ସୁବିଧା ସୁଯୋଗ ହାସଲ କରିବେ। ଯେଉଁମାନଙ୍କର ପୁନର୍ବସୁ ମିଥୁନ ସେମାନେ ସୁଫଳ ପାଇବେ। ଶୁଭରଙ୍ଗ: ସବୁଜ, ସଂଖ୍ୟା : ୪, ଆରାଧନା : ମା’ ଛିନ୍ନମସ୍ତା।
କର୍କଟ: ଦଶମ ଚନ୍ଦ୍ର ଯୋଗୁ କର୍ମ ପ୍ରତି ଏକାଗ୍ରତା ଓ ଆନ୍ତରିକତା ଅଧିକ ରହିବ ଏବଂ ସମସ୍ତ କର୍ମରେ ଆଶାଠାରୁ ଅଧିକ ସଫଳତା ମିଳିବ। ମନରେ ପ୍ରସନ୍ନତା, ପରିବାରରେ ସୁଖଶାନ୍ତି ଏବଂ ସ୍ୱାସ୍ଥ୍ୟ ଉତ୍ତମ ରହିବ। ମନରେ ସତ୍ଚିନ୍ତା, ସତ୍ଭାବନା ପ୍ରକାଶ ପାଇବ ଏବଂ ସମସ୍ତ କର୍ମ ଆପଣଙ୍କ ଆୟତ୍ତରେ ରହିବେ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଯାହା ହେଲେ ମଧ୍ୟ ମନରେ ଆତ୍ମସନ୍ତୋଷ ଏବଂ ଆତ୍ମତୃପ୍ତି ରହିବ। ଯେଉଁମାନଙ୍କର ପୁନର୍ବସୁ କର୍କଟ ସେମାନେ ଉପକୃତ ହେବେ । ଶୁଭରଙ୍ଗ: ସିଲ୍ଭର, ସଂଖ୍ୟା: ୨, ଆରାଧନା : ଭଗବାନ ଶିବ ।
ସିଂହ: ଘାତବାର ଓ ନବମ ଚନ୍ଦ୍ର ଯୋଗୁ ସମସ୍ତ କର୍ମରେ ଶୁଭଫଳ ମିଳିଲେ ମଧ୍ୟ ମନ ବିଷାଦଗ୍ରସ୍ତ ରହିବ । ଯଶ, ସମ୍ମାନ, ସାମାଜିକ ପ୍ରତି । ଏବଂ ଜନ ସମ୍ପର୍କ ବୃଦ୍ଧି ପାଇବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ ଆର୍ଥିକ ସ୍ଥିତିରେ ଉନ୍ନତି ଆସିବ । କର୍ମରେ ସଫଳତା, ପଦସ୍ଥ ଅଧିକାରୀଙ୍କ କୃପା ଏବଂ ପ୍ରମୋଶନ ମିଳିପାରେ । ଯେଉଁମାନଙ୍କର ପୂର୍ବା ଫାଲଗୁନୀ ସିଂହ ସେମାନେ ଉପକୃତ ହେବେ । ଶୁଭରଙ୍ଗ: ଗୋଲାପୀ, ସଂଖ୍ୟା: ୬, ଆରାଧନା: ପ୍ରଭୁ ଶ୍ରୀଜଗନ୍ନାଥ ।
କନ୍ୟା: ଘାତବାର, ଚତୁର୍ଥୀ ତିଥି, ବିଷୁମ୍ଭ ଯୋଗୁ, ବିଷ୍ଟୀକରଣ ଏବଂ ଅଷ୍ଟମ ଚନ୍ଦ୍ର ଯୋଗୁ ବାଦବିବାଦ, ସ୍ୱାସ୍ଥ୍ୟ, ଆର୍ଥିକ କାରବାର, ଗ୍ୟାସ୍, ହିଟର ବ୍ୟବହାର ଏବଂ ଯାନବାହନ ଆରୋହଣ କାଳରେ ସତର୍କ ହେବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ତୁଳନାରେ ବ୍ୟୟ ଦ୍ୱିଗୁଣ ହେବ ଏବଂ ଆର୍ଥିକ ସ୍ଥିତି ପ୍ରଭାବିତ ହେବ। ଧନକ୍ଷତି, ମାସିକ ଅସ୍ଥିରତା, ପରିବାରରେ ବିବାଦ ଏବଂ ଉଚିତ୍ କର୍ମରୁ ବିଚ୍ୟୁତ ହୋଇ ଅନୁଚିତ୍ କର୍ମରେ ଆଗ୍ରହ ରଖିବେ। କର୍ମରେ ବିଫଳତା ଏବଂ ସମସ୍ତ କର୍ମ ବିବାଦୀୟ ହେବ ଏବଂ ଯାହାର ପ୍ରଥମ ନାମାକ୍ଷର, ପେ, ପୋ, ସେମାନେ ସତର୍କ ହେବେ। ଶୁଭରଙ୍ଗ: ମେରୁନ୍, ସଂଖ୍ୟା: ୬, ଆରାଧନା : ଭଗବାନ ବିଷ୍ଣୁ।
ତୁଳା: ସପ୍ତମ ଚନ୍ଦ୍ର, ଶନିବାର ଏବଂ ଶୁକ୍ରବାର ନକ୍ଷତ୍ର ଭୋଗ ହେଉଥିବାରୁ ମଉଜ, ମଜଲିସ ଏବଂ ଆମୋଦ ପ୍ରମୋଦରେ ଅଧିକ ଆଗ୍ରହ ରହିବ। ମାନସିକ, ପାରିବାରିକ ଶାନ୍ତି ଏବଂ ଦାମ୍ପତ୍ୟ ଜୀବନରେ ମଧୁରତା ଆସିବ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ ପରିଚିତ ମହିଳାଙ୍କଠାରୁ ସାହ୍ୟା, ସହଯୋଗ ଏବଂ ଧନପ୍ରାପ୍ତି ହେବ। କର୍ମରେ ସଫଳତା ଏବଂ ମହିଳା ସହକର୍ମୀଙ୍କ ସହଯୋଗ ପ୍ରାପ୍ତ କରିବେ। ଯେଉଁମାନଙ୍କର ସ୍ୱାତୀ ତୁଳା ସେମାନେ ସୁଫଳ ପାଇବେ । ଶୁଭରଙ୍ଗ : ଧଳା, ସଂଖ୍ୟା : ୧୨, ଆରାଧନା : ପ୍ରଭୁ ଶ୍ରୀରାମ ।
ବିଛା : ଷଷ୍ଠ ଚନ୍ଦ୍ର ଯୋଗୁ ପୁରାତନ ରୋଗରୁ ଆରୋଗ୍ୟ ଲାଭ କରିବେ ଏବଂ ଶତ୍ରୁମାନେ ମିତ୍ରତାର ହାତ ବଢ଼ାଇବେ। ଆପଣଙ୍କ ବକ୍ତବ୍ୟରେ ସମ୍ମୋହନର ଶକ୍ତି ରହିବ ଏବଂ ସମସ୍ତ କର୍ମରେ ସୁଚିନ୍ତିତ ପଦକ୍ଷେପ ନେବେ। ପରୋପକାର, ସମାଜସେବା ଏବଂ ଧାର୍ମିକ କର୍ମରେ ଅଧିକ ଆଗ୍ରହ ରହିବ ଏବଂ ଚାଲିଚଳନ, ବ୍ୟବହାର ମାର୍ଜିତ ଏବଂ ଶତମୁଖରେ ପ୍ରଶଂସିତ ହେବେ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ସମ୍ମାନ ମିଳିବ । ଯେଉଁମାନଙ୍କର ଅନୁରାଧା ବିଛା ସେମାନେ ଉପକୃତ ହେବେ। ଶୁଭରଙ୍ଗ : ହଳଦିଆ, ସଂଖ୍ୟା : ୩, ଆରାଧନା : ମା’ ବଗଳାମୁଖୀ ।
ଧନୁ : ପଞ୍ଚମ ଚନ୍ଦ୍ର ଏବଂ ଘାତ ନକ୍ଷତ୍ର ଯୋଗୁ ସମସ୍ତ କର୍ମରେ ସଫଳତା ମିଳିଲେ ମଧ୍ୟ ମନରେ ବ୍ୟସ୍ତତା ଓ ବ୍ୟଗ୍ରତା ବୃଦ୍ଧି ପାଇବ । ବିଦ୍ୟା, ବୁଦ୍ଧି, ଜ୍ଞାନ, ଗରିମା, ପ୍ରତ୍ୟୁତ୍ପନ୍ନମତି ଏବଂ ଦୂରଦୃଷ୍ଟିର ବିକାଶ ଘଟିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ମଧ୍ୟମ ହେବ ଏବଂ କର୍ମରେ ସଫଳତା ଓ ସମ୍ମାନ ମିଳିବ । ସନ୍ତାନମାନେ ଆଜ୍ଞାଧୀନ ହେବେ ଏବଂ ପିତାମାତାଙ୍କ କୃପା ଲାଭ କରିବେ । ଯେଉଁମାନଙ୍କର ପୂର୍ବାଷାଢ଼ା ଧନୁ ସେମାନେ ଉପକୃତ ହେବେ । ଶୁଭରଙ୍ଗ : ଲାଲ, ସଂଖ୍ୟା : ୭, ଆରାଧନା : ମା’ ତାରା ।
ମକର : ଚତୁର୍ଥ ଚନ୍ଦ୍ର, ଚତୁର୍ଥୀ ତିଥି, ବିଷୁମ୍ଭ ଯୋଗ, ବିଷ୍ଟୀକରଣ ଯୋଗୁ ବାଦବିବାଦ, ସ୍ୱାସ୍ଥ୍ୟ, ଆର୍ଥିକ କାରବାର, ସ୍ୱଜନ ଓ ବନ୍ଧୁବାନ୍ଧବଙ୍କ ସହ କଥାବାର୍ତ୍ତା, ଯାନବାହନ ଆରୋହଣ ଏବଂ ଗୁରୁଜନଙ୍କ ସହ ମିଳାମିଶା ବେଳେ ସତର୍କ ହେବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ଦେଖାଦେବ ଏବଂ ଆର୍ଥିକ ଠକାମିରେ ପଡ଼ିବେ। କର୍ମରେ ବିଫଳତା ଏବଂ ସହକର୍ମୀଙ୍କ ସହ ବିବାଦ ହେବ। ଯେଉଁମାନଙ୍କର ଧନି ମକର ଓ ଯାହାର ପ୍ରଥମ ନାମାକ୍ଷର ଗା, ଗି ସେମାନେ ସତର୍କ ହେବେ। ଶୁଭରଙ୍ଗ : ଧୂସର, ସଂଖ୍ୟା : ୬, ଆରାଧନା : ମା’ ଭୈରବୀ ।
କୁମ୍ଭ : ତୃତୀୟ ଚନ୍ଦ୍ର ଏବଂ ଘାତତିଥି ହେତୁ ସମସ୍ତ କର୍ମରେ ସଫଳତା ମିଳିଲେ ମଧ୍ୟ ମନରେ ଆତ୍ମସନ୍ତୋଷ ଏବଂ ଆତ୍ମତୃପ୍ତି ମିଳିବ ନାହିଁ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ ଆର୍ଥିକ ସ୍ଥିତିରେ ଉନ୍ନତି ଆସିବ । ନୂତନ କର୍ମାରମ୍ଭ କରିବେ କିମ୍ବା ନୂତନ କର୍ମ ନିଯୁକ୍ତି ମିଳିପାରେ । କର୍ମରେ ଆଶାଠାରୁ ଅଧିକ ସଫଳତା ଏବଂ ସମସ୍ତ କର୍ମରେ ଆପଣଙ୍କର କର୍ମକୁଶଳତା ଓ ର୍କ୍ୟାଦକ୍ଷତା ପ୍ରକାଶ ପାଇବ। ଯେଉଁମାନଙ୍କର ଶତଭିଷା କୁମ୍ଭ ସେମାନେ ସୁଫଳ ପାଇବେ । ଶୁଭରଙ୍ଗ : ମାଟିଆ, ସଂଖ୍ୟା : ୩, ଆରାଧନା : ମା’ ବିମଳା ।
ମୀନ : ଦ୍ୱିତୀୟ ଚନ୍ଦ୍ର, ଚତୁର୍ଥୀ ହେତୁ ସମସ୍ତ କର୍ମରେ ସଫଳତା ମିଳିଲେ ମଧ୍ୟ ମନରେ ଅସ୍ଥିରତା ପ୍ରକାଶ ପାଇବ ଏବଂ ସାମାନ୍ୟ ଶାରୀରିକ ପୀଡ଼ା ଭୋଗିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଉତ୍ତମ ହେବ ଏବଂ ଅନ୍ୟକୁ ଦେଇଥିବା ଧନ ଫେରିପାଇବେ । କର୍ମରେ ସଫଳତା ମିଳିଲେ ମଧ୍ୟ ଆତ୍ମସନ୍ତୋଷ ମିଳିବ ନାହିଁ । ଯେଉଁମାନଙ୍କର ଉତ୍ତରଭାଦ୍ର ମୀନ ସେମାନେ ଉପକୃତ ହେବେ । ଶୁଭରଙ୍ଗ : ଗୋଲାପି, ସଂଖ୍ୟା : ୩, ଆରାଧନା : ମା’ ଧୂମାବତୀ ।