PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଟୋକିଓ – ରନୱେରେ ଧକ୍କା ହେଲା ଦୁଇଟି ବିମାନ ; ଆତଙ୍କରେ ଥରିଲେ ଯାତ୍ରୀ
  • ||
  • ଧାରା ୩୭୦ ଉଚ୍ଛେଦ ବେଳେ କେଜ୍ରିଓ୍ବାଲ କେଉଁଠି ଥିଲେ ? ଏବେ ଆମକୁ ସମର୍ଥନ ମାଗୁଛନ୍ତି : ଓମାର ଅବଦୁଲ୍ଲା
  • ||
  • ରାଉରକେଲା : ପାଞ୍ଚ ବର୍ଷର ପୁଅକୁ ମାରି ଟାଙ୍ଗି ଦେଲା ବାପା, ପରକୀୟା ପ୍ରୀତିରୁ ହତ୍ୟା ସନ୍ଦେହ
  • ||
  • ହିନ୍ଦୋଳ : ହାତୀ ଆକ୍ରମଣରେ ବୃଦ୍ଧ ମୃତ, ସ୍ଥାନୀୟ ଅଞ୍ଚଳରେ ଉତ୍ତେଜନା
  • ||
  • ଭୁବନେଶ୍ଵର : ୧୭ରେ ଓଡ଼ିଶା ଆସିବେ ଅମିତ ଶାହ, ଢେଙ୍କାନାଳ ସମାବେଶରେ ୫୦ ହଜାର ଲୋକଙ୍କୁ ଦେବେ ଉଦବୋଧନ
  • ||

ସୋମବାର ଏହି ରାଶିର ଲୋକଙ୍କ ପାଇଁ ରହିଛି ଭଲ ଦିନ, ସବୁ କାର୍ଯ୍ୟରେ ମିଳିବ ସଫଳତା

Image Courtesy: MARCA

ମେଷ : ଶୁକ୍ଳପକ୍ଷର ଦ୍ୱିତୀୟ ଚନ୍ଦ୍ର ଓ ଘାତତିଥି ଯୋଗୁ ସମସ୍ତ କର୍ମରେ ଶୁଭଫଳ ମିଳିଲେ ମଧ୍ୟ ମନରେ ଅସ୍ଥିରତା ଭାବ ପ୍ରକାଶ ପାଇବ ଏବଂ ମନ ବିଷାଦଗ୍ରସ୍ତ ରହିବ। ଆକସ୍ମିକ ଧନଲାଭ, କୌଣସି ବିଶେଷ ସୂତ୍ରରୁ ଧନପ୍ରାପ୍ତି ଏବଂ ବାକି ପଡ଼ିଥିବା ଧନ ଆଦାୟ ହେବ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ମିଳିଲେ ମଧ୍ୟ କିଛି ସମସ୍ୟା ଦେଖାଦେବ। ଯେଉଁମାନଙ୍କର ଅଶ୍ୱିନୀ ଓ କୃତ୍ତିକା ବୃଷ ସେମାନେ ସୁଫଳ ପାଇବେ। ଶୁଭରଙ୍ଗ: ହଳଦିଆ, ସଂଖ୍ୟା: ୩, ଅରାଧନା : ମା’ ବଗଳାମୁଖୀ ।

ବୃଷ : ଶ୍ରୀଚନ୍ଦ୍ର, ସୋମବାର ଏବଂ ଚନ୍ଦ୍ରଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ସ୍ୱଜନରେ ସୁସମ୍ପର୍କ, ପରିବାରରେ ସୁଖଶାନ୍ତି ଏବଂ ଚାଲିଚଳନ, ବ୍ୟବହାର ମାର୍ଜିତ ଓ ସର୍ବଜନ ଆଦୃତ ହେବ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଯାହା ହେଲେ ମଧ୍ୟ ମନରେ ଆତ୍ମସନ୍ତୋଷ ଓ ଆତ୍ମତୃପ୍ତି ରହିବ। କର୍ମରେ ପରିଶ୍ରମ ତୁଳନାରେ ଅଧିକ ସଫଳତା ଏବଂ ସମସ୍ତଙ୍କର ସ୍ନେହ, ଶ୍ରଦ୍ଧା ପ୍ରାପ୍ତ କରିବେ। ଯେଉଁମାନଙ୍କର କୃତ୍ତିକା ବୃଷ ସେମାନେ ଉପକୃତ ହେବେ। ଶୁଭରଙ୍ଗ: ନୀଳ, ସଂଖ୍ୟା: ୨, ଆରାଧନା : ମା’ ସମଲେଶ୍ୱରୀ ।

ମିଥୁନ : ଘାତବାର ଓ ଦ୍ୱାଦଶ ଚନ୍ଦ୍ର ଯୋଗୁ ଆୟ ପାଞ୍ଚ ଟଙ୍କା ହେଲେ ବ୍ୟୟ ପଚିଶ ଟଙ୍କା ହେବ ଏବଂ ଅଯଥା ଖର୍ଚ୍ଚ, ବଦ୍‌ଖର୍ଚ୍ଚ ଓ ପରିବାରର ଖର୍ଚ୍ଚ ଭାର ବୃଦ୍ଧି ପାଇବ ଏବଂ ମନରେ ହତୋତ୍ସାହ ଭାଗ ପ୍ରକାଶ ପାଇବ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ସ୍ୱଳ୍ପ ହେବ ଏବଂ କର୍ମରେ ବିଫଳତା ଓ କର୍ମପ୍ରତି ଆଳସ୍ୟତା ଭାବ ପ୍ରକାଶ ପାଇବ। ଯେଉଁମାନଙ୍କର ମୃଗଶିରା ଓ ପୁନର୍ବସୁ ମିଥୁନ ଓ ଯାହାର ପ୍ରଥମ ନାମାକ୍ଷର କା, କି, କେ, କୋ ସେମାନେ ସତର୍କ ହେବେ। ଶୁଭରଙ୍ଗ: ମେରୁନ୍‌, ସଂଖ୍ୟା : ୪, ଆରାଧନା : ମା’ ଷୋଡ଼ଶୀ ।

କର୍କଟ : ଏକାଦଶ ଚନ୍ଦ୍ର, ସୋମବାର ଏବଂ ଚନ୍ଦ୍ରଙ୍କ ନକ୍ଷତ୍ର ଯୋଗୁ ଧନ, ସମ୍ପଦ, ପ୍ରାର୍ଚ୍ୟୁ ବୃଦ୍ଧି ପାଇବ ଏବଂ ସମସ୍ତ ଆଶା, ଆକାଂକ୍ଷା ଓ ଅଭିଳାଷ ପୂର୍ଣ୍ଣ ହେବ। ସମସ୍ତ ସୁବିଧା ସୁୋଗ, ଐଶ୍ୱର୍ଯ୍ୟ ହାତ ପାହାନ୍ତାରେ ଉପଲବ୍ଧ ହେବ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଶୀର୍ଷରେ ରହିବ ଏବଂ ନୂତନ କର୍ମାରମ୍ଭର ସୁଯୋଗ ଜୁଟିବ। ଯେଉଁମାନଙ୍କର ପୁଷ୍ୟା କର୍କଟ ସେମାନେ ଉପକୃତ ହେବେ। ଶୁଭରଙ୍ଗ: ଧଳା, ସଂଖ୍ୟା: ୫, ଆରାଧନା : ଭଗବାନ ଶିବ।

ସିଂହ : ନୂତନ କର୍ମାରମ୍ଭ କରିବେ କିମ୍ବା ନୂତନ ନିଯୁକ୍ତି ମିଳିପାରେ। ବ୍ୟବସାୟ ଅପେକ୍ଷା କର୍ମରେ ଅଧିକ ଧ୍ୟାନ ଦେବେ ଏବଂ ବ୍ୟବସାୟ ଅପେକ୍ଷା କର୍ମରେ ଅଧିକ ସଫଳତା ମିଳିବ। ସମସ୍ତ କଷ୍ଟସାଧ୍ୟ କାମ ଆଜି ଆପଣଙ୍କ ପାଇଁ ସହଜ ହେବ ଏବଂ କର୍ମ କରିବାର ଶୈଳୀରେ ଉନ୍ନତି ଆସିବ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ମଧ୍ୟମ ହେବ ଏବଂ ମନରେ ପ୍ରସନ୍ନତା, ଶରୀରରେ ସୁସ୍ଥତା ଓ ପରିବାରରେ ସୁଖଶାନ୍ତି ଅତୁଟ ରହିବ। ଯେଉଁମାନଙ୍କର ମଘା ଓ ଉତ୍ତରାଫାଲ୍‌ଗୁନୀ ସିଂହ ସେମାନେ ଉପକୃତ ହେବେ। ଶୁଭରଙ୍ଗ: ଗୋଲାପି, ସଂଖ୍ୟା: ୧୧, ଆରାଧନା: ମା’ ମାଣିକେଶ୍ୱରୀ ।

କନ୍ୟା : ନବମ ଚନ୍ଦ୍ର ଯୋଗୁ ଯଶ, ସମ୍ମାନ, ସାମାଜିକ ପ୍ରତି  ଏବଂ ଉଚ୍ଚ ପଦବୀ ପ୍ରାପ୍ତ କରିବେ । ମନରେ ଉନ୍ନତ ଚିନ୍ତାଧାରା ଏବଂ ଉଚ୍ଚାଭିଳାଷ ପ୍ରକାଶ ପାଇବ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ ଅର୍ଜିତ ଆୟର କିଛି ଅଂଶ ମୂଲ୍ୟବାନ ଧାତୁ ଓ ବସନ ଭୂଷଣ କ୍ରୟରେ ବିନିଯୋଗ କରିବେ। କର୍ମରେ ସଫଳତା ଏବଂ ପଦସ୍ଥ ଅଧିକାରୀଙ୍କ ଶୁଭଦୃଷ୍ଟିରେ ରହିବେ। ଯେଉଁମାନଙ୍କର ଉତ୍ତରାଫାଲ୍‌ଗୁନୀ କନ୍ୟା ସେମାନେ ସୁଫଳ ପାଇବେ। ଶୁଭରଙ୍ଗ: ଚକୋଲେଟ୍‌, ସଂଖ୍ୟା: ୫, ଆରାଧନା : ଭଗବାନ ବିଷ୍ଣୁ ।

ତୁଳା  : ଅଷ୍ଟମ ଚନ୍ଦ୍ର ଯୋଗୁ ବାଦବିବାଦ, ସ୍ୱାସ୍ଥ୍ୟ ଓ ଆର୍ଥିକ କାରବାର ଏବଂ ଯାନବାହନ ଆରୋହଣ କାଳରେ ସତର୍କ ହେବେ। ନିଶ୍ଚିତତାକୁ ପରିତ୍ୟାଗ କରି ଅନିଶ୍ଚିତତା ପଛରେ ପଶ୍ଚାତ୍‌ଧାବନ କରିବେ ଏବଂ ସମସ୍ତ କର୍ମରେ ଭୁଲ୍‌ ନିଷ୍ପତ୍ତି ନେବେ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଠାରୁ ବଦ୍‌ଖର୍ଚ୍ଚ ଅଧିକ ରହିବ ଏବଂ କର୍ମରେ ବାଧାବିଘ୍ନ ଲାଗି ରହିବ। ଯେଉଁମାନଙ୍କର ବିଶାଖା ତୁଳା ଓ ଯାହାର ପ୍ରଥମ ନାମାକ୍ଷର ତ, ତୁ, ତେ ସେମାନେ ସତର୍କ ହେବେ। ଶୁଭରଙ୍ଗ : ସିଲ୍‌ଭର, ସଂଖ୍ୟା : ୧୨, ଆରାଧନା : ମା’ ସମଲେଶ୍ୱରୀ।

ବିଛା : ଘାତଚନ୍ଦ୍ର ଯୋଗୁ ମନରେ ଅସ୍ଥିରତା, ପରିବାରରେ ଅଶାନ୍ତି ଏବଂ ପରିଚିତ ମହିଳାଙ୍କ ସହ ବିବାଦ କିମ୍ବା ତାଙ୍କଠାରୁ ଅପମାନ ମିଳିପାରେ। ସ୍ତ୍ରୀ ହେତୁକ ଧନକ୍ଷତି ଏବଂ ଦାମ୍ପତ୍ୟ ଜୀବନରେ କଳହର ସୂତ୍ରପାଦ ହେବ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ସ୍ୱଳ୍ପ ହେବ ଏବଂ ମଉଜ ମସ୍ତିରେ ଅଧିକ ଖର୍ଚ୍ଚ ହେବ। କର୍ମରେ ବିଫଳତା ଏବଂ ମହିଳା ସହକର୍ମୀଙ୍କ ସହ ବିବାଦ କିମ୍ବା ତାଙ୍କଠାରୁ ଅପମାନ ମିଳିପାରେ। ଯେଉଁମାନଙ୍କର ଅନୁରାଧା ବିଛା ଓ ଯାହାର ପ୍ରଥମ ନାମାକ୍ଷର ନ, ନି, ନୁ, ନେ ସେମାନେ ସତର୍କ ହେବେ । ଶୁଭରଙ୍ଗ :  ହଳଦିଆ, ସଂଖ୍ୟା : ୩, ଆରାଧନା : ମା’ ବଗଳାମୁଖୀ ।

ଧନୁ : ଷ  ଚନ୍ଦ୍ର, ଷଷ୍ଠୀ ତିଥି ଯୋଗୁ ରୋଗ, ଋଣ ଓ ଶତ୍ରୁ-ଏଥିରୁ ମୁକ୍ତି ମିଳିବ। ମନରେ ପ୍ରସନ୍ନତା, ଶରୀରରେ ସୁସ୍ଥତା ଏବଂ ସମସ୍ତ କର୍ମରେ ସ୍ୱଚ୍ଛତା ଓ ସମୟାନୁବର୍ତ୍ତିତା ଆପଣାଇବେ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ ଆର୍ଥିକ ସ୍ଥିତିରେ ସୁଧାର ଆସିବ। କର୍ମରେ ସଫଳତା, ସମ୍ମାନ ଏବଂ ସହକର୍ମୀଙ୍କ ସହୋଗ ପ୍ରାପ୍ତ ହେବ। ଯେଉଁମାନଙ୍କର ମୂଳା ଓ ଉତ୍ତରାଷାଢ଼ା ଧନୁ ସେମାନେ ସୁଫଳ ପାଇବେ। ଶୁଭରଙ୍ଗ : ଲାଲ, ସଂଖ୍ୟା : ୨, ଆରାଧନା : ପ୍ରଭୁ ଗଜାନନ ।

ମକର : ପଞ୍ଚମ ଚନ୍ଦ୍ର ଯୋଗୁ ବିଦ୍ୟା, ବୁଦ୍ଧି, ଜ୍ଞାନ, ଗରିମା, ପ୍ରତ୍ୟୁତ୍ପନ୍ନମତି ଏବଂ ଦୂରଦୃଷ୍ଟିର ବିକାଶ ଘଟିବ। ପିତାମାତାଙ୍କ କୃପା ଏବଂ ପୈତୃକ ସମ୍ପତ୍ତିକୁ ନେଇ ଥିବା ବିବାଦର ସମାଧାନ ହେବ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ମଧ୍ୟମ ହେବ ଏବଂ କର୍ମରେ ଆଶାଠାରୁ ଅଧିକ ସଫଳତା ଓ ସମ୍ମାନ ମିଳିବ। ଯେଉଁମାନଙ୍କର ଉତ୍ତରାଷାଢ଼ା ମକର ସେମାନେ ସୁଫଳ ପାଇବେ ।  ଶୁଭରଙ୍ଗ : ମାଟିଆ, ସଂଖ୍ୟା : ୧୧, ଆରାଧନା : ମା’ ଚଣ୍ଡୀ ।

କୁମ୍ଭ : ଚତୁର୍ଥ ଚନ୍ଦ୍ର, ସୋମବାର ଓ ଚନ୍ଦ୍ରଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ବାଦବିବାଦ, ସ୍ୱାସ୍ଥ୍ୟ, ଆର୍ଥିକ କାରବାର, ଗୁରୁଜନ, ବନ୍ଧୁବାନ୍ଧବଙ୍କ ସହ କଥାବାର୍ତ୍ତା  ବେଳେ ସତର୍କ ହେବେ। ଗୁରୁଜନଙ୍କ ସହ ବିବାଦ, କ୍ଷମତାଶାଳୀ ବ୍ୟକ୍ତିଙ୍କ ଆକ୍ରୋଶର ଶିକାର ହେବେ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ଦେଖାଦେବ ଏବଂ କର୍ମରେ ବିଫଳତା ଏବଂ ସହକର୍ମୀଙ୍କ ବିରୋଧର ଶିକାର ହେବେ । ଯେଉଁମାନଙ୍କର ପୂର୍ବଭାଦ୍ର କୁମ୍ଭ ଓ ଯାହାର ପ୍ରଥମ ନାମାକ୍ଷର ସେ, ସୋ, ଦା ସେମାନେ ସତର୍କ ହେବେ। ଶୁଭରଙ୍ଗ : ଇନ୍ଦ୍ରନୀଳ, ସଂଖ୍ୟା : ୩, ଆରାଧନା : ମା’ ଭୈରବୀ ।

ମୀନ : ଦ୍ୱିତୀୟ ଚନ୍ଦ୍ର, ସୋମବାର ଏବଂ ଚନ୍ଦ୍ରଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ସୁଖାଦ୍ୟ, ସୁବସନ ପ୍ରାପ୍ତି ଏବଂ ନୂତନ କର୍ମାରମ୍ଭ କରିପାରନ୍ତି । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ ନୂତନ ବ୍ୟବସାୟର ସୁୋଗ ଜୁଟିବ । କର୍ମରେ ଆଶାଠାରୁ ଅଧିକ ସଫଳତା ଏବଂ ସମସ୍ତ କର୍ମରେ ଆପଣଙ୍କ କର୍ମ କୁଶଳତା ଏବଂ ର୍କ୍ୟା ଦକ୍ଷତା ପ୍ରକାଶ ପାଇବ । ଯେଉଁମାନଙ୍କର ଉତ୍ତରାଭାଦ୍ର ମୀନ ସେମାନେ ଉପକୃତ ହେବେ । ଶୁଭରଙ୍ଗ : ଗୋଲାପି, ସଂଖ୍ୟା : ୫, ଆରାଧନା : ମା’ ତାରା ।