ମଙ୍ଗଳବାର ଏହି ରାଶିର ଲୋକଙ୍କ ପାଇଁ ରହିଛି ଭଲ ଦିନ, ସବୁ କାର୍ଯ୍ୟରେ ମିଳିବ ସଫଳତା

Image Courtesy: AstroWorld
ମେଷ: ମଙ୍ଗଳବାର, ମଙ୍ଗଳଙ୍କ ନକ୍ଷତ୍ର ଏବଂ ତୃତୀୟ ଚନ୍ଦ୍ର ଯୋଗୁ ଉଚ୍ଚ ସମ୍ମାନ, ଉଚ୍ଚ ପଦବୀ ଏବଂ କ୍ଷମତାଶାଳୀ ବ୍ୟକ୍ତିଙ୍କ ସାହ୍ୟା, ସହଯୋଗ ମିଳିବ। ମୂଲ୍ୟବାନ ଧାତୁ, ଭୂମି କ୍ରୟ କରିପାରନ୍ତି କିମ୍ବା ସେଥିପାଇଁ ଚିନ୍ତା କରିପାରନ୍ତି। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଉତ୍ତମ ହେବ ଏବଂ କର୍ମ କରିବାରେ ଶୈଳୀରେ ଉନ୍ନତି ଆସିବ। ଯେଉଁମାନଙ୍କର ଦ୍ୱିଜା ମେଷ, ସେମାନେ ଉପକୃତ ହେବେ । ଶୁଭରଙ୍ଗ: ଲାଲ୍, ସଂଖ୍ୟା: ୬, ଆରାଧନା : ପ୍ରଭୁ ସ୍କନ୍ଦ ।
ବୃଷ: ଶୁକ୍ଳପକ୍ଷର ଦ୍ୱିତୀୟ ଚନ୍ଦ୍ର ଯୋଗୁ ଧନ ପ୍ରତି ମନରେ ଅହେତୁକ ଦୁର୍ବଳତା ପ୍ରକାଶ ପାଇବ ଏବଂ ଆୟ ଓ ଧନ ଯେତେ ଅଧିକ ରହିଲେ ମଧ୍ୟ ମନରେ ଅବସୋସ ରହିବ। ସାମାନ୍ୟ କଥାରେ ବ୍ୟତିବ୍ୟସ୍ତ ହେବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଉତ୍ତମ ହେବ ଏବଂ କର୍ମରେ ସଫଳତା ମିଳିଲେ ମଧ୍ୟ କିଛି ସମସ୍ୟା ଦେଖାଦେବ। ଯେଉଁମାନଙ୍କର ରୋହିଣୀ ବୃଷ ସେମାନେ ସୁଫଳ ପାଇବେ । ଶୁଭରଙ୍ଗ: ଧଳା, ସଂଖ୍ୟା: ୪, ଆରାଧନା : ପ୍ରଭୁ ଶ୍ରୀରାମ ।
ମିଥୁନ: ଶ୍ରୀଚନ୍ଦ୍ର ଯୋଗୁ ଲକ୍ଷ୍ମୀଙ୍କର କୃପା ଆପଣଙ୍କ ଉପରେ ରହିବ ଏବଂ ସୁଖାଦ୍ୟ, ସୁବସନ ପ୍ରାପ୍ତି ହେବ। ମନରେ ପ୍ରସନ୍ନତା, ପରିବାରରେ ସୁଖଶାନ୍ତି ଏବଂ ଚାଲିଚଳନ ବ୍ୟବହାର ମାର୍ଜିତ ଓ ସର୍ବଜନ ଆଦୃତ ହେବ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ସମ୍ମାନ ଆପଣଙ୍କର ପଶ୍ଚାତ୍ଧାବନ କରିବେ । ଯେଉଁମାନଙ୍କର ଆର୍ଦ୍ରା ଓ ପୁନର୍ବସୁ ମିଥୁନ, ସେମାନେ ଉପକୃତ ହେବେ । ଶୁଭରଙ୍ଗ: କଫି, ସଂଖ୍ୟା : ୮, ଆରାଧନା : ମା’ ଭୈରବୀ ।
କର୍କଟ: ଦ୍ୱାଦଶ ଚନ୍ଦ୍ର ଯୋଗୁ ମନରେ ଦୁଶ୍ଚିନ୍ତା, ଦୁର୍ଭାବନା ଓ ହତୋତ୍ସାହ ଭାବ ପ୍ରକାଶ ପାଇବ ଏବଂ ମନରେ ବ୍ୟସ୍ତତା, ବ୍ୟାଘାତ ଓ ବ୍ୟାକୁଳତା ବୃଦ୍ଧି ପାଇବ। ସମସ୍ତ କର୍ମରେ ଭୁଲ୍ ନିଷ୍ପତ୍ତି ନେବେ ଏବଂ ଶାରୀରିକ ପୀଡ଼ା ଭୋଗିବେ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ତୁଳନାରେ ବ୍ୟୟ ଅଧିକ ହେବ ଏବଂ ଆର୍ଥିକ ସ୍ଥିତି ପ୍ରଭାବିତ ହେବ। କର୍ମରେ ବିଫଳତା ଏବଂ ସମସ୍ତ ଅଯଥା ବିଳମ୍ବ ଦେଖାଦେବ। ଯେଉଁମାନଙ୍କର ପୁଷ୍ୟା କର୍କଟ ଓ ଯାହାର ପ୍ରଥମ ନାମାକ୍ଷର ହୁ, ହେ, ହୋ, ଡା, ସେମାନେ ସତର୍କ ହେବେ । ଶୁଭରଙ୍ଗ: ଲାଲ୍, ସଂଖ୍ୟା: ୧, ଆରାଧନା : ମା’ ଭୁବନେଶ୍ୱରୀ ।
ସିଂହ: ଏକାଦଶ ଚନ୍ଦ୍ର, ମଙ୍ଗଳବାର ଏବଂ ମଙ୍ଗଳଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ଭାଗ୍ୟରେ, କର୍ମରେ, ଆର୍ଥିକ ଅବସ୍ଥାରେ ଉନ୍ନତି ଆସିବ। ମୂଲ୍ୟବାନ ଧାତୁ, ବସନଭୂଷଣ ଓ ଭୂମି କ୍ରୟ କରିବେ ଏବଂ କୌଣସି ଉଚ୍ଚ ପଦସ୍ଥ ଅଧିକାରୀଙ୍କ ସହାୟତା ପ୍ରାପ୍ତ କରିବେ ଏବଂ କୌଣସି ଉଚ୍ଚ ପଦସ୍ଥ ଅଧିକାରୀଙ୍କ ସହାୟତା ପ୍ରାପ୍ତ କରିବେ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଉତ୍ତମ ହେବ ଏବଂ କର୍ମରେ ଆଶାତୀତ ସଫଳତା ମିଳିବ। ଯେଉଁମାନଙ୍କର ପୂର୍ବା ଫାଲଗୁନୀ ସିଂହ, ସେମାନେ ଉପକୃତ ହେବେ । ଶୁଭରଙ୍ଗ: ହଳଦିଆ, ସଂଖ୍ୟା: ୮, ଆରାଧନା: ପ୍ରଭୁ ଗଜାନନ ।
କନ୍ୟା: ଘାତଚନ୍ଦ୍ର ଯୋଗୁ ଚାଲିଚଳନ, ବ୍ୟବହାର, କଥାବାର୍ତ୍ତା ବିବାଦୀୟ ହେବ ଏବଂ ସମସ୍ତ କର୍ମରେ ଭୁଲ୍ ନିଷ୍ପତ୍ତି ନେବେ। ଉଚିତ୍ କର୍ମରୁ ବିଚ୍ୟୁତ ହୋଇ ଅନୁଚିତ୍ କର୍ମରେ ଅଗ୍ରସର ହେବେ ଏବଂ ସମସ୍ତ କର୍ମ ବିବାଦୀୟ ହେବ। କର୍ମରେ ବିଫଳତା, ବିର୍ପ୍ୟୟ ଏବଂ କର୍ମ ପ୍ରତି ବିପଦର ସମ୍ଭାବନା ରହିଛି। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ମଧ୍ୟମ ହେବ ଏବଂ ମନରେ ଅସ୍ଥିରତା, ପରିବାରରେ ମତାନ୍ତର ଏବଂ ଶାରୀରିକ ପୀଡ଼ା ଭୋଗିବେ। ଯେଉଁମାନଙ୍କର ଉତ୍ତରା ଫାଲଗୁନୀ ଓ ଚିତ୍ରା କନ୍ୟା ଏବଂ ଯାହାର ପ୍ରଥମ ନାମାକ୍ଷର ଟୋ, ପ, ପି, ପେ, ପୋ, ସେମାନେ ସତର୍କ ହେବେ । ଶୁଭରଙ୍ଗ: ସବୁଜ, ସଂଖ୍ୟା: ୧୨, ଆରାଧନା : ମା’ ଛିନ୍ନମସ୍ତା ।
ତୁଳା: ନବମ ଚନ୍ଦ୍ର ଯୋଗୁ ଗୁରୁଜନଙ୍କ କୃପା, କ୍ଷମତାଶାଳୀ ବ୍ୟକ୍ତିଙ୍କ ସହାୟତା ଏବଂ ରାଜନୈତିକ ବ୍ୟକ୍ତିଙ୍କ ଶୁଭଦୃଷ୍ଟିରେ ରହିବେ। ମନରେ ଉନ୍ନତ ଚିନ୍ତାଧାରା ଓ ଉଚ୍ଚାଭିଳାଷ ପ୍ରକାଶ ପାଇବ ଏବଂ ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ। କର୍ମରେ ସଫଳତା, ଉଚ୍ଚ ସମ୍ମାନ ଓ ଉଚ୍ଚ ପଦବୀ ମିଳିପାରେ। ଯେଉଁମାନଙ୍କର ସ୍ୱାତୀ ଓ ବିଶାଖା ତୁଳା, ସେମାନେ ଉପକୃତ ହେବେ । ଶୁଭରଙ୍ଗ : ନୀଳ, ସଂଖ୍ୟା : ୨, ଆରାଧନା : ମା’ କମଳା ।
ବିଛା : ଅଷ୍ଟମ ଚନ୍ଦ୍ର ଯୋଗୁ ଧନକ୍ଷତି, ମାନସିକ ଅସ୍ଥିରତା, ପରିବାରରେ ବିବାଦ ଏବଂ ଶାରୀରିକ ପୀଡ଼ା ଭୋଗିବେ। ମନ ଅସ୍ଥିର ରହିବ ଏବଂ ବିନା କାରଣରେ ବହୁତ ବ୍ୟସ୍ତ ରହିବେ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟଠାରୁ ବଦ୍ଖର୍ଚ୍ଚ ଦ୍ୱିଗୁଣ ଅଧିକ ହେବ ଏବଂ ଆର୍ଥିକ ସ୍ଥିତି ବିଗିଡ଼ିଯିବ। କର୍ମରେ ବିଫଳତା ଏବଂ କର୍ମ ପ୍ରତି ଅନାଗ୍ରହ ଓ ଆଳସ୍ୟତା ଭାବ ପ୍ରକାଶ ପାଇବ। ଯେଉଁମାନଙ୍କର ଅନୁରାଧା ବିଛା ଓ ଯାହାର ପ୍ରଥମ ନାମାକ୍ଷର ନ, ନି, ନୁ, ନେ, ସେମାନେ ସତର୍କ ହେବେ । ଶୁଭରଙ୍ଗ : ଗୋଲାପୀ, ସଂଖ୍ୟା : ୬, ଆରାଧନା : ପ୍ରଭୁ ହନୁମାନ ।
ଧନୁ : ସପ୍ତମ ଚନ୍ଦ୍ର, ସପ୍ତମୀ ତିଥି ଏବଂ ମଙ୍ଗଳବାର, ମଙ୍ଗଳଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ସ୍ତ୍ରୀସୌଖ୍ୟ, ସ୍ତ୍ରୀହେତୁକ ଧନପ୍ରାପ୍ତି ଏବଂ ପରିବାର ପ୍ରତି ଅଧିକ ଆକର୍ଷଣ ରହିବ । ମୂଲ୍ୟବାନ ଧାତୁ, ବସନଭୂଷଣ ଓ ଘରୋଇ ଉପକରଣ କ୍ରୟ କରିବେ ଏବଂ ମଉଜ ମସ୍ତିରେ ଅଧିକ ଆଗ୍ରହ ରହିବ। ବାଣିଜ୍ୟ, ବ୍ୟବସାୟରେ ଆୟ ଉତ୍ତମ ହେବ ଏବଂ କର୍ମରେ ଆଶାତୀତ ସଫଳତା ମିଳିବ। ଯେଉଁମାନଙ୍କର ପୂର୍ବାଷାଢ଼ା ଧନୁ, ସେମାନେ ସୁଫଳ ପାଇବେ। ଶୁଭରଙ୍ଗ : ହଳଦିଆ, ସଂଖ୍ୟା : ୫, ଆରାଧନା : ମା’ ତାରା ।
ମକର : ଘାତବାର ଓ ଷ ଚନ୍ଦ୍ର ହେତୁ ଘାତବାରର ପ୍ରଭାବ କମ୍ ରହିବ। ପୁରାତନ ରୋଗରୁ ଆରୋଗ୍ୟ ଲାଭ କରିବେ। ଶତ୍ରୁମାନେ ମିତ୍ରତାର ହାତ ବଢ଼ାଇବେ ଏବଂ ଋଣମୁକ୍ତ ହେବା ପାଇଁ ଉଦ୍ୟମ ଜାରି ରଖିବେ। ପରୋପକାର, ସମାଜସେବା, ଧାର୍ମିକ କର୍ମରେ ଅଧିକ ଆଗ୍ରହ ବଢ଼ିବ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ ନୂତନ ବ୍ୟବସାୟର ଶାଖା ବଢ଼ାଇବା ପାଇଁ ଉଦ୍ୟମ କରିବେ। କର୍ମରେ ଆଶାଠାରୁ ଅଧିକ ସଫଳତା, ସମ୍ମାନ ଏବଂ କର୍ମସ୍ଥାନର ସମସ୍ତ ବାଧାବିଘ୍ନ ଦୂର ହେବ । ଯେଉଁମାନଙ୍କର ଶ୍ରବଣା ମକର ସେମାନେ ଉପକୃତ ହେବେ । ଶୁଭରଙ୍ଗ : ବାଇଗଣୀ, ସଂଖ୍ୟା : ୩, ଆରାଧନା : ମା’ ଦୁର୍ଗା ।
କୁମ୍ଭ : ପଞ୍ଚମ ଚନ୍ଦ୍ର ଯୋଗୁ ଯଶ, ସମ୍ମାନ, ସାମାଜିକ ପ୍ରତି । ଏବଂ ଜନ ସମ୍ପର୍କ ବୃଦ୍ଧି ପାଇବ। ସନ୍ତାନମାନେ ଆଜ୍ଞାଧୀନ ହେବେ ଏବଂ ତାଙ୍କ କର୍ମକୁ ନେଇ ଗର୍ବ ଅନୁଭବ କରିବେ। ପିତାମାତାଙ୍କ କୃପା ଏବଂ ପୈତୃକ ସମ୍ପତ୍ତିକୁ ନେଇ ଥିବା ବିବାଦର ସମାଧାନ ହେବ। ବିଦ୍ୟା, କଳା, ସଂସ୍କୃତି ପ୍ରତି ମନରେ ଅଧିକ ଆଗ୍ରହ ରହିବ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ମଧ୍ୟମ ହେବ । କର୍ମରେ ପରିଶ୍ରମ ତୁଳନାରେ ଅଧିକ ସଫଳତା, ସହକର୍ମୀଙ୍କ ସହୋଗ ଏବଂ ସମସ୍ତଙ୍କର ପ୍ରଶଂସାଭାଜନ ହେବେ । ଯେଉଁମାନଙ୍କର ଶତଭିଷା କୁମ୍ଭ ଏବଂ ପୂର୍ବଭାଦ୍ର କୁମ୍ଭ ସେମାନେ ଉପକୃତ ହେବେ । ଶୁଭରଙ୍ଗ : କଳା, ସଂଖ୍ୟା : ୬, ଆରାଧନା : ମା’ ଚଣ୍ଡୀ ।
ମୀନ : ଚତୁର୍ଥ ଚନ୍ଦ୍ର ଓ ଶୁକ୍ଳପକ୍ଷ ଯୋଗୁ ବାଦବିବାଦ, ସ୍ୱାସ୍ଥ୍ୟ, ଆର୍ଥିକ କାରବାର ଓ ସ୍ୱଜନ, ବନ୍ଧୁବାନ୍ଧବ, ପଡ଼ୋଶୀ ଏବଂ ଗୁରୁଜନଙ୍କ ସହ କଥାବାର୍ତ୍ତା ଓ ଯାନବାହନ ଆରୋହଣ କାଳରେ ସତର୍କ ହେବେ । ଧନକ୍ଷତି, ମାନସିକ ଅସ୍ଥିରତା, ପରିବାରରେ ବିବାଦ ଏବଂ ଆର୍ଥିକ ଠକାମି କିମ୍ବା ମାଲିମକଦ୍ଦମାରେ ପଡ଼ିପାରନ୍ତି । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି, ଆର୍ଥିକ ସ୍ଥିତିରେ ଅବନତି, କର୍ମରେ ବିଫଳତା, ସହକର୍ମୀଙ୍କ ସହ ବିବାଦ ଏବଂ ପଦସ୍ଥ ଅଧିକାରୀଙ୍କ ରୋଷର ଶିକାର ହେବେ । ଯେଉଁମାନଙ୍କର ଉତ୍ତରଭାଦ୍ର ମୀନ ଓ ଯାହାର ପ୍ରଥମ ନାମାକ୍ଷର ଦୁ, ଥ, ଝ, ସେମାନେ ସତର୍କ ହେବେ । ଶୁଭରଙ୍ଗ : ଲାଲ୍, ସଂଖ୍ୟା : ୭, ଆରାଧନା : ଶ୍ରୀଜଗନ୍ନାଥ ।