PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଟୋକିଓ – ରନୱେରେ ଧକ୍କା ହେଲା ଦୁଇଟି ବିମାନ ; ଆତଙ୍କରେ ଥରିଲେ ଯାତ୍ରୀ
  • ||
  • ଧାରା ୩୭୦ ଉଚ୍ଛେଦ ବେଳେ କେଜ୍ରିଓ୍ବାଲ କେଉଁଠି ଥିଲେ ? ଏବେ ଆମକୁ ସମର୍ଥନ ମାଗୁଛନ୍ତି : ଓମାର ଅବଦୁଲ୍ଲା
  • ||
  • ରାଉରକେଲା : ପାଞ୍ଚ ବର୍ଷର ପୁଅକୁ ମାରି ଟାଙ୍ଗି ଦେଲା ବାପା, ପରକୀୟା ପ୍ରୀତିରୁ ହତ୍ୟା ସନ୍ଦେହ
  • ||
  • ହିନ୍ଦୋଳ : ହାତୀ ଆକ୍ରମଣରେ ବୃଦ୍ଧ ମୃତ, ସ୍ଥାନୀୟ ଅଞ୍ଚଳରେ ଉତ୍ତେଜନା
  • ||
  • ଭୁବନେଶ୍ଵର : ୧୭ରେ ଓଡ଼ିଶା ଆସିବେ ଅମିତ ଶାହ, ଢେଙ୍କାନାଳ ସମାବେଶରେ ୫୦ ହଜାର ଲୋକଙ୍କୁ ଦେବେ ଉଦବୋଧନ
  • ||

ବୁଧବାର ଏହି ରାଶିର ଲୋକଙ୍କ ପାଇଁ ରହିଛି ଭଲ ଦିନ, ସବୁ କାର୍ଯ୍ୟରେ ମିଳିବ ସଫଳତା

Image Courtesy: MARCA

ମେଷ: ନୂତନ କର୍ମାରମ୍ଭ କରିବେ କିମ୍ବା ନୂତନ ନିୁକ୍ତି ମିଳିପାରେ। ମନରେ ଉତ୍ସାହ, ଉଦ୍ଦୀପନା, ପରିବାରରେ ସୁଖଶାନ୍ତି ଏବଂ ଭ୍ରାତୃଭଗ୍ନୀଙ୍କ ସାହ୍ୟା, ସହଯୋଗ ମିଳିବ। ଦୃଢ଼ ମନୋବଳ ଓ ଆତ୍ମବିଶ୍ୱାସ ବଳରେ ସମସ୍ତ କର୍ମରେ ବିଜୟ ଓ ସଫଳତା ମିଳିବ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ଉଚ୍ଚ ସମ୍ମାନ, ଉଚ୍ଚ ପଦବୀ ପ୍ରାପ୍ତ ହେବ। ଯେଉଁମାନଙ୍କର ଅଶ୍ୱିନୀ ଓ କୃତ୍ତିକା ମେଷ ସେମାନେ ଉପକୃତ ହେବେ। ଶୁଭରଙ୍ଗ: ଧଳା, ସଂଖ୍ୟା: ୩, ଆରାଧନା : ମା’ ବଗଳାମୁଖୀ।

ବୃଷ: ଶୁକ୍ଳପକ୍ଷର ଦ୍ୱିତୀୟ ଚନ୍ଦ୍ର ଯୋଗୁ ଧନ, ସମ୍ପଦ, ପ୍ରାଚୁର୍ଯ୍ୟ, ପ୍ରତିପତ୍ତି ବୃଦ୍ଧି ପାଇବ ଏବଂ ଧନ ଯେତେ ଅଧିକ ମିଳିଲେ ମଧ୍ୟ ମନରେ ଆତ୍ମସନ୍ତୋଷ ମିଳିବ ନାହିଁ। ଅନ୍ୟକୁ ଦେଇଥବା ଧନ ଫେରାଇବାରେ ସମର୍ଥ ହେବେ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ ଆର୍ଥିକ ସ୍ଥିତିରେ ଉନ୍ନତି ଆସିବ। କର୍ମରେ ସଫଳତା ମିଳିଲେ ମଧ୍ୟ ମନରେ ଆତ୍ମସନ୍ତୋଷ ମିଳିବ ନାହିଁ। ଯେଉଁମାନଙ୍କର କୃତ୍ତିକା ଓ ମୃଗଶିରା ବୃଷ ସେମାନେ ଉପକୃତ ହେବେ। ଶୁଭରଙ୍ଗ: ନୀଳ, ସଂଖ୍ୟା: ୨, ଆରାଧନା : ମା’ କମଳା ।

ମିଥୁନ: ଶ୍ରୀଚନ୍ଦ୍ର, ବୁଧବାର ଏବଂ ରାହୁଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ଅସମ୍ଭବକୁ ସମ୍ଭବ କରିବାରେ ସମର୍ଥ ହେବେ ଏବଂ ସମସ୍ତ ସୁବିଧା ସୁଯୋଗ ହାତପାଆନ୍ତାରେ ଉପଲବ୍ଧ ହେବ। ମନରେ ପ୍ରସନ୍ନତା, ପରିବାରରେ ସୁଖଶାନ୍ତି ଏବଂ ସ୍ୱଜନ, ପଡ଼ୋଶୀଙ୍କ ସହ ସମ୍ପର୍କ ମଧୁର ହେବ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ସହକର୍ମୀଙ୍କ ସହଯୋଗ ପ୍ରାପ୍ତ କରିବେ। ଯେଉଁମାନଙ୍କର ମୃଗଶିରା ଓ ପୁନର୍ବସୁ ମିଥୁନ ସେମାନେ ସୁଫଳ ପାଇବେ । ଶୁଭରଙ୍ଗ: ମେରୁନ୍‌, ସଂଖ୍ୟା : ୪, ଆରାଧନା : ମା’ ଛିନ୍ନମସ୍ତା ।

କର୍କଟ: ଘାତବାର ଓ ଦ୍ୱାଦଶ ଚନ୍ଦ୍ର ଯୋଗୁ ଆୟ ପାଞ୍ଚ ଟଙ୍କା ହେଲେ ବ୍ୟୟ ପଚିଶ ଟଙ୍କା ହେବ ଏବଂ ଅଯଥା ଖର୍ଚ୍ଚ, ବଦ୍‌ଖର୍ଚ୍ଚ ଓ ପରିବାରର ଖର୍ଚ୍ଚଭାର ବୃଦ୍ଧି ପାଇବ। ମନରେ ଅସ୍ଥିରତା, ପରିବାରରେ କୌଣସି ସଦସ୍ୟଙ୍କ ସ୍ୱାସ୍ଥ୍ୟଗତ ସମସ୍ୟା ଏବଂ ସମସ୍ତ କର୍ମରେ ଭୁଲ୍‌ ପଦକ୍ଷେପ ନେବେ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅପେକ୍ଷା ବ୍ୟୟ ଅଧିକ ହେବ ଏବଂ ଆର୍ଥିକ ସଙ୍କଟ ଉପୁଯିବ। କର୍ମରେ ବିଫଳତା ଏବଂ କର୍ମ ପ୍ରତି ଅନାଗ୍ରହ ଓ ଆଳସ୍ୟତା ଭାବ ପ୍ରକାଶ ପାଇବ। ଯେଉଁମାନଙ୍କର ଅଶ୍ଳେଷା କର୍କଟ ଓ ଯାହାର ପ୍ରଥମ ନାମାକ୍ଷର ଡି, ଡୁ, ଡେ, ଡୋ ସେମାନେ ସତର୍କ ହେବେ। ଶୁଭରଙ୍ଗ: ସିଲ୍‌ଭର, ସଂଖ୍ୟା: ୫, ଆରାଧନା : ମା’ ସମଲେଶ୍ୱରୀ ।

ସିଂହ: ଏକାଦଶ ଚନ୍ଦ୍ର ଆୟ ପ୍ରତି ଓ ବ୍ୟବସାୟ ପ୍ରତି ଅଧିକ ଧ୍ୟାନ ରହିବ ଏବଂ ବ୍ୟବସାୟର ଉନ୍ନତି କରିବା ପାଇଁ ଯୋଜନା କରିବେ। ଆକସ୍ମିକ ଧନଲାଭ ଏବଂ କୌଣସି ବିଶେଷ ସୂତ୍ରରୁ ଧନପ୍ରାପ୍ତି ହେବ ଏବଂ ଆର୍ଥିକ ସ୍ଥିତି ସୁଧୁରିବ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ କର୍ମସ୍ଥାନର ସମସ୍ତ ସୁବିଧା ସୁଯୋଗ ହାସଲ କରିବେ। ଯେଉଁମାନଙ୍କର ମଘା ଓ ଉତ୍ତରା ଫାଲଗୁନୀ ସିଂହ ସେମାନେ ସୁଫଳ ପାଇବେ। ଶୁଭରଙ୍ଗ: ଲାଲ୍‌, ସଂଖ୍ୟା: ୬, ଆରାଧନା: ପ୍ରଭୁ ଶ୍ରୀଜଗନ୍ନାଥ ।

କନ୍ୟା: ଘାତଚନ୍ଦ୍ର, ଘାତତିଥି ଏବଂ ରାହୁଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ବାଦବିବାଦ, ସ୍ୱାସ୍ଥ୍ୟ, ଆର୍ଥିକ କାରବାର ଏବଂ ଯାନବାହନ ଆରୋହଣ କାଳରେ ସତର୍କ ହେବେ। ଧନକ୍ଷତି, ମାନସିକ ଅସ୍ଥିରତା, ପରିବାରରେ ବିବାଦ ଏବଂ ଶାରୀରିକ ପୀଡ଼ା ଭୋଗିବେ। ନିଶ୍ଚିତତାକୁ ପରିତ୍ୟାଗ କରି ଅନିଶ୍ଚିତତା ପଛରେ ପଶ୍ଚାତ୍‌ଧାବନ କରିବେ ଏବଂ ସମସ୍ତ କର୍ମରେ ଭୁଲ୍‌ ନିଷ୍ପତ୍ତି ନେବେ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅପେକ୍ଷା ବ୍ୟୟ ଅଧିକ ହେବ ଏବଂ କର୍ମରେ ବିଫଳତା ଓ କର୍ମ ପ୍ରତି ବିପଦ ଆସିବ। ଯେଉଁମାନଙ୍କର ହସ୍ତା କନ୍ୟା ଓ ଯାହର ପ୍ରଥମ ନାମାକ୍ଷର ପୁ, ଷ, ଣ ଓ ଠ, ସେମାନେ ସତର୍କ ହେବେ। ଶୁଭରଙ୍ଗ: ମେରୁନ୍‌, ସଂଖ୍ୟା: ୮, ଆରାଧନା : ମା’ ତ୍ରିପୁରସୁନ୍ଦରୀ ।

ତୁଳା: ନବମ ଚନ୍ଦ୍ର, ବୁଧବାର ଯୋଗୁ ଯଶ, ସମ୍ମାନ, ସାମାଜିକ ପ୍ରତି। ବୃଦ୍ଧି ପାଇବ ଏବଂ କୌଣସି ସଭା କିମ୍ବା ସଙ୍ଗଠନର ନେତୃତ୍ୱ ନେବେ। ଗୁରୁଜନଙ୍କ ପ୍ରତି ସମ୍ମାନ ଏବ ଲଘୁଜନଙ୍କ ପ୍ରତି ସ୍ନେହ, ଶ୍ରଦ୍ଧା ଓ ଆନ୍ତରିକତା ଅଧିକ ରହିବ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଉତ୍ତମ ହେବ ଏବଂ କର୍ମରେ ସଫଳତା, ସମ୍ମାନ ଓ ପ୍ରମୋଶନ ମିଳିପାରେ। ଯେଉଁମାନଙ୍କର ଚିତ୍ରା ତୁଳା ସେମାନେ ଉପକୃତ ହେବେ। ଶୁଭରଙ୍ଗ : ଧଳା, ସଂଖ୍ୟା : ୧୨, ଆରାଧନା : ମା’ ଗାୟତ୍ରୀ।

ବିଛା : ଅଷ୍ଟମ ଚନ୍ଦ୍ର, ଅଷ୍ଟମୀ ତିଥି ଯୋଗୁ ବାଦବିବାଦ, ସ୍ୱାସ୍ଥ୍ୟ, ଆର୍ଥିକ କାରବାର ଏବଂ ଯାନବାହନ ଆରୋହଣ କାଳରେ ସତର୍କ ହେବେ। ଚାଲିଚଳନ, ବ୍ୟବହାର ବିବାଦୀୟ ହେବ ଏବଂ ମନରେ ବିରକ୍ତିଭାବ ଓ ଚିଡ଼ିଚିଡ଼ାପଣ ପ୍ରକାଶ ପାଇବ। ଉଚିତ୍‌ କର୍ମରୁ ବିଚ୍ୟୁତ ହୋଇ ଅନୁଚିତ୍‌ କର୍ମରେ ଅଗ୍ରସର ହେବେ ଏବଂ ସମସ୍ତ କର୍ମରେ ଭୁଲ୍‌ ନିଷ୍ପତ୍ତି ନେବେ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ତୁଳନାରେ ବଦ୍‌ଖର୍ଚ୍ଚ ଅଧିକ ହେବ ଏବଂ କର୍ମରେ ବାଧାବିଘ୍ନ ଓ ଅଥା ବିଳମ୍ବ ଦେଖାଦେବ। ଯେଉଁମାନଙ୍କର ଜ୍ୟେଷ୍ଠ  ବିଛା ଓ ଯାହାର ପ୍ରଥମ ନାମାକ୍ଷର ଯେ, ଯୋ, ଯି, ଯୁ ସେମାନେ ସତର୍କ ହେବେ।  ଶୁଭରଙ୍ଗ :  ହଳଦିଆ, ସଂଖ୍ୟା : ୧୧, ଆରାଧନା : ମା’ ଚଣ୍ଡୀ ।

ଧନୁ : ମାନସିକ, ପାରିବାରିକ ଶାନ୍ତି ଏବଂ ଦାମ୍ପତ୍ୟ ଜୀବନ ମଧୁର ହେବ। ପରିଚିତ ମହିଳାଙ୍କଠାରୁ ସାହ୍ୟା, ସହୋଗ ଓ ଧନପ୍ରାପ୍ତିର ସମ୍ଭାବନା ରହିଛି । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ ଆୟର କିଛି ଅଂଶ ମଉଜ ମଜଲିସ୍‌ରେ ଖର୍ଚ୍ଚ ହେବ। କର୍ମରେ ସଫଳତା ଏବଂ ମହିଳା ସହକର୍ମୀଙ୍କ ସହାୟତା ପ୍ରାପ୍ତ କରିବେ। ଯେଉଁମାନଙ୍କର ମୂଳା ଓ ଉତ୍ତରାଷାଢ଼ା ଧନୁ ସେମାନେ ଉପକୃତ ହେବେ । ଶୁଭରଙ୍ଗ : ଲାଲ, ସଂଖ୍ୟା : ୨, ଆରାଧନା : ମା’ ଧୂମାବତୀ ।

ମକର : ଷଷ୍ଠ ଚନ୍ଦ୍ର ଓ ବୁଧବାର ଯୋଗୁ ଯଶ, ସମ୍ମାନ, ସାମାଜିକ ପ୍ରତି  ଏବଂ ଜନ ସମ୍ପର୍କ ବୃଦ୍ଧି ପାଇବ। ମନରେ ପ୍ରସନ୍ନତା, ପରିବାରରେ ସୁଖଶାନ୍ତି ଏବଂ ସମସ୍ତଙ୍କୁ ବଶୀଭୂତ କରିବାର ଶକ୍ତି ଜାଗ୍ରତ ହେବ। ରୋଗ, ଋଣ ଓ ଶତ୍ରୁ- ଏଥିରୁ ସାମୟିକ ମୁକ୍ତି ମିଳିବ ଏବଂ ସ୍ୱାସ୍ଥ୍ୟ ଉତ୍ତମ ରହିବ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ସମ୍ମାନ ମିଳିବ। ଯେଉଁମାନଙ୍କର ଉତ୍ତରାଷାଢ଼ା ଓ ଧନି ମକର ସେମାନେ ଉପକୃତ ହେବେ। ଶୁଭରଙ୍ଗ : କଫି, ସଂଖ୍ୟା : ୪, ଆରାଧନା: ମା’ ବିମଳା ।

କୁମ୍ଭ : ପଞ୍ଚମ ଚନ୍ଦ୍ର ଏବଂ ଘାତ ନକ୍ଷତ୍ର ଯୋଗୁ ସମସ୍ତ କର୍ମରେ ଶୁଭଫଳ ମିଳିଲେ ମଧ୍ୟ ମନରେ ଆତ୍ମସନ୍ତୋଷ ମିଳିବ ନାହିଁ । ମନ ବିଷାଦଗ୍ରସ୍ତ ରହିବ। ବିଦ୍ୟା, ବୁଦ୍ଧି, ଜ୍ଞାନ, ଗରିମାର ବିକାଶ ଘଟିବ ଏବଂ ସନ୍ତାନମାନଙ୍କ ପ୍ରତି ଦୁର୍ବଳତା ପ୍ରକାଶ ପାଇବ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ସମସ୍ତଙ୍କର ସ୍ନେହ, ଶ୍ରଦ୍ଧା ପ୍ରାପ୍ତ ହେବ। ଯେଉଁମାନଙ୍କର ଧନି ଓ ପୂର୍ବଭାଦ୍ର କୁମ୍ଭ ସେମାନେ ଉପକୃତ ହେବେ । ଶୁଭରଙ୍ଗ : ଇନ୍ଦ୍ରନୀଳ, ସଂଖ୍ୟା : ୩, ଆରାଧନା : ମା’ କାଳୀ ।

ମୀନ : ଚତୁର୍ଥ ଚନ୍ଦ୍ର, ଅଷ୍ଟମୀ ତିଥି ଯୋଗୁ ଧନକ୍ଷତି, ମାନସିକ ଅସ୍ଥିରତା, ପରିବାରରେ ବିବାଦ, ସ୍ୱଜନରେ ମତାନ୍ତର, ପଡ଼ୋଶୀଙ୍କ ସହ ତିକ୍ତତା, ଯାନବାହନରେ ଖର୍ଚ୍ଚାନ୍ତ ଏବଂ ମୂଲ୍ୟବାନ ପଦାର୍ଥ ନଷ୍ଟ କିମ୍ବା ଚୋରି ଏବଂ ମାଲିମକଦ୍ଦମାରେ ପଡ଼ିପାରନ୍ତି। ବାଣିଜ୍ୟ, ବ୍ୟବସାୟରେ ସ୍ୱଳ୍ପ ଆୟ ଏବଂ ପରିବହନରେ କ୍ଷତି ଅଧିକ ହେବ। କର୍ମରେ ବିଫଳତା ଏବଂ ସହକର୍ମୀଙ୍କ ଉପହାସର ପାତ୍ର ହେବେ । ଯେଉଁମାନଙ୍କର ରେବତୀ ମୀନ ସେମାନେ ସତର୍କ ହେବେ । ଶୁଭରଙ୍ଗ: ଗୋଲାପି, ସଂଖ୍ୟା : ୯, ଆରାଧନା : ପ୍ରଭୁ ଗଜାନନ ।