ମେଷ : ଦ୍ୱିତୀୟ ଚନ୍ଦ୍ର, ଗୁରୁବାର, ଏକାଦଶୀ ତିଥି ଓ ଚନ୍ଦ୍ର, ମଙ୍ଗଳ ଉଭୟଙ୍କ ନକ୍ଷତ୍ରଭୋଗ ହେଉଥିବାରୁ ଧନ ଓ ଆୟପ୍ରତି ମନରେ ଅହେତୁକ ଦୁର୍ବଳତା ପ୍ରକାଶ ପାଇବ ଏବଂ ଧନ ଓ ଆୟ ଯେତେ ଅଧିକ ମିଳିଲେ ମଧ୍ୟ ମନରେ ଆତ୍ମସନ୍ତୋଷ, ଆତ୍ମତୃପ୍ତି ମିଳିବ ନାହିଁ । ଧନର ସତ୍ବିନିଯୋଗ କରିବେ ଏବଂ ଉନ୍ନତିମୂଳକ କର୍ମରେ ଧନର ବିନିଯୋଗ କରିବେ । ନୂତନ ଗୃହାରମ୍ଭ, ବିଦ୍ୟାରମ୍ଭ, କର୍ମାରମ୍ଭ, ଭୂମିପୂଜା, ଗୃହପ୍ରତିଷ୍ଠା ଆଦି ଶୁଭକର୍ମର ଆୟୋଜନ କରିବେ କିମ୍ବା କୌଣସି ଶୁଭକର୍ମରେ ଯୋଗ ଦେବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତିଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ସମସ୍ତକର୍ମ ଆପଣଙ୍କ ପାଇଁ ସହଜ ହେବ । ଯେଉଁ ମାନଙ୍କର ଦ୍ୱିଜା ମେଷ, ସେମାନେ ଉପକୃତ ହେବେ ।
ଶୁଭରଙ୍ଗ : ସିଲ୍ଭର, ସଂଖ୍ୟା : ୩, ଆରାଧନା : ପ୍ରଭୁସ୍କନ୍ଦ।
ବୃଷ : ଶ୍ରୀଚନ୍ଦ୍ର ଯୋଗୁ ମନରେ ପ୍ରସନ୍ନତା, ଚାଲିଚଳନରେ ସଂଯମତା, ବଚନରେ ମଧୁରତା ଏବଂ ସମସ୍ତ କର୍ମରେ ସ୍ୱଚ୍ଛତା ଓ ସମୟାନୁବର୍ତ୍ତିତା ଆପଣାଇବେ । ଆମୋଦ ପ୍ରମୋଦ, ମଉଜ ମଜଲିସ୍ରେ ଅଧିକ ଆଗ୍ରହ ରହିବ ଏବଂ ସ୍ୱଜନ, ପରିଜନ, ବନ୍ଧୁବାନ୍ଧବ, ସହକର୍ମୀ, ସହଯୋଗୀଙ୍କ ସହଯୋଗ ମିଳିବ । ସୁଖବର, ସୁସମ୍ବାଦ ମିଳିବ ଏବଂ ସୁଖାଦ୍ୟ, ସୁବସନ ପ୍ରାପ୍ତିହେବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଯାହାହେଲେ ମଧ୍ୟ ମନରେ ଆତ୍ମସନ୍ତୋଷ ଓ ଆତ୍ମତୃପ୍ତି ରହିବ । କର୍ମରେ ସ୍ୱଳ୍ପ ପରିଶ୍ରମରେ ଅଧିକ ସଫଳତା ଓ ସମ୍ମାନ ମିଳିବ । ଯେଉଁ ମାନଙ୍କର ରୋହିଣୀ ବୃଷ, ସେମାନେ ସୁଫଳ ପାଇବେ ।
ଶୁଭରଙ୍ଗ : ନୀଳ, ସଂଖ୍ୟା : ୨, ଆରାଧନା : ମା କମଳା ।
ମିଥୁନ : ଦ୍ୱାଦଶ ଚନ୍ଦ୍ର ଯୋଗୁ ଆୟ ପାଞ୍ଚ ଟଙ୍କା ହେଲେ ବ୍ୟୟ ପଚିଶ ଟଙ୍କା ହେବ ଏବଂ ଆର୍ଥିକସ୍ଥିତି ବିଗିଡ଼ି ଯିବ । ମନରେ ଅସ୍ଥିରତା, ପରିବାରରେ ମନୋମାଳିନ୍ୟ, ସ୍ୱଜନରେ ବିବାଦ ଏବଂ ଶାରୀରିକ ପୀଡ଼ା ଭୋଗିବେ । ଠିକ୍ ସମୟରେ ଠିକ୍ ନିଷ୍ପତ୍ତି ନେବାରେ ଅସମର୍ଥ ହେବେ ଏବଂ ସମସ୍ତ କର୍ମରେ ଭୁଲ୍ ନିଷ୍ପତ୍ତି ଗ୍ରହଣ କରିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଠାରୁ ବ୍ୟୟ ଅଧିକ ହେବ ଏବଂ କର୍ମରେ ବିଫଳତା ଓ କର୍ମପ୍ରତି ଅନାଗ୍ରହଭାବ ପ୍ରକାଶ ପାଇବ । ଯେଉଁ ମାନଙ୍କର ମୃଗଶିରା ମିଥୁନ, ସେମାନେ ସତର୍କ ହେବେ ।
ଶୁଭରଙ୍ଗ : ମେରୁନ୍, ସଂଖ୍ୟା : ୮, ଆରାଧନା : ମା’ ଛିନ୍ନମସ୍ତା।
କର୍କଟ : ଏକାଦଶ ଚନ୍ଦ୍ର, ଏକାଦଶୀ ତିଥି, ଗୁରୁବାର ଯୋଗୁ ଧନ, ସମ୍ପଦ ବୃଦ୍ଧି ପାଇବ ଏବଂ ଆର୍ଥିକ ସ୍ଥିତିରେ ଉନ୍ନତି ଆସିବ। ଆକସ୍ମିକ ଧନଲାଭ, କୌଣସି ବିଶେଷ ସୂତ୍ରରୁ ଧନପ୍ରାପ୍ତି ଏବଂ ଅନ୍ୟକୁ ଦେଇଥିବା ଧନ ଓ ହୃତଧନ ଫେରି ପାଇବେ । ଉନ୍ନତିମୂଳକ କର୍ମରେ ଧନର ବିନିଯୋଗ କରିବେ ଏବଂ ନୂତନ କର୍ମାରମ୍ଭ, ବ୍ୟବସାୟ ଆରମ୍ଭ, ବିଦେଶ ଯାତ୍ରାର ସୁଯୋଗ ଜୁଟିବ । ସଞ୍ଚୟ ପ୍ରତିମନରେ ଅଧିକ ଆଗ୍ରହ ରହିବ ଏବଂ ଆୟର କିଛି ଅଂଶ ସଞ୍ଚୟରେ ବିନିଯୋଗ କରିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତିଉତ୍ତମ ହେବ ଏବଂ ନୂତନ ବ୍ୟବସାୟ ପାଇଁ ଚୁକ୍ତି ବଦ୍ଧ ହେବେ । କର୍ମରେ ସଫଳତା, ଉଚ୍ଚ ସମ୍ମାନ, ଉଚ୍ଚ ପଦବୀ ପ୍ରାପ୍ତ ହେବ । ଯେଉଁ ମାନଙ୍କର ପୁନର୍ବସୁ ଓ ଅଶ୍ଳେଷା କର୍କଟ, ସେମାନେ ଉପକୃତ ହେବେ ।
ଶୁଭରଙ୍ଗ : ଗୋଲାପି, ସଂଖ୍ୟା : ୫, ଆରାଧନା : ଭଗବାନ ବିଷ୍ଣୁ ।
ସିଂହ : ଦଶମଚନ୍ଦ୍ର, ଗୁରୁବାର ଓ ଚନ୍ଦ୍ର, ମଙ୍ଗଳ ଉଭୟଙ୍କ ନକ୍ଷତ୍ରଭୋଗ ହେଉଥିବାରୁ ଭାଗ୍ୟ ଅପେକ୍ଷା କର୍ମରେ ଅଧିକ ବିଶ୍ୱାସ ଓ ଗୁରୁତ୍ୱ ରହିବ ଏବଂ ବ୍ୟବସାୟ ଅପେକ୍ଷା କର୍ମରେ ଅଧିକ ସଫଳତା ମିଳିବ । ମନରେ ପ୍ରସନ୍ନତା, ଚାଲିଚଳନରେ ସଂଯମତା, ବଚନରେ ମଧୁରତା ଏବଂ ସମସ୍ତ କର୍ମରେ ସ୍ୱଚ୍ଛତା ଓ ସମୟାନୁ ବର୍ତ୍ତିତା ଆପଣାଇବେ । ମନରେ ସତ୍ଚିନ୍ତା, ସତ୍ଭାବନା ପ୍ରକାଶ ପାଇବ ଏବଂ ସତ୍କର୍ମରେ ଅଧିକ ଆଗ୍ରହ ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟମଧ୍ୟମ ହେବ ଏବଂ କର୍ମରେ ସଫଳତା ଓ ସମସ୍ତ କର୍ମରେ ଆପଣଙ୍କର କର୍ମ କୁଶଳତା, କର୍ମ ତତ୍ପରତା ଓ କାର୍ଯ୍ୟଦକ୍ଷତା ପ୍ରକାଶ ପାଇବ । ଯେଉଁ ମାନଙ୍କର ପୂର୍ବା ଫାଲ୍ଗୁନୀ ସିଂହ, ସେମାନେ ଉପକୃତ ହେବେ ।
ଶୁଭରଙ୍ଗ : ଲାଲ, ସଂଖ୍ୟା : ୬, ଆରାଧନା : ମା’ ମାଣିକେଶ୍ୱରୀ ।
କନ୍ୟା : ଶୁକ୍ଳପକ୍ଷର ନବମ ଚନ୍ଦ୍ରଯୋଗୁ ଯଶ, ସମ୍ମାନ, ସାମାଜିକ ପ୍ରତିଷ୍ଠା, ଜନସମ୍ପର୍କ ବୃଦ୍ଧି ପାଇବ ଏବଂ କୌଣସି ସଭା କିମ୍ବା ସଙ୍ଗଠନର ନେତୃତ୍ୱ ମିଳିବ । ଗୁରୁଜନଙ୍କ ପ୍ରତି ସମ୍ମାନ, ଲଘୁଜନଙ୍କ ପ୍ରତିସ୍ନେହ, ଶ୍ରଦ୍ଧା ଓ ଆନ୍ତରିକତା ଅଧିକ ରହିବ ଏବଂ ସମସ୍ତଙ୍କର ଶ୍ରଦ୍ଧାର ପାତ୍ର ହେବେ । ଧନ, ସମ୍ପଦ ବୃଦ୍ଧି ପାଇବ ଏବଂ ଆର୍ଥିକ ସ୍ଥିତିରେ ଉନ୍ନତି ଆସିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତିଉତ୍ତମ ହେବ ଏବଂ ନୂତନ ବ୍ୟବସାୟର ସୁଯୋଗ ଜୁଟିବ । କର୍ମରେ ସଫଳତା ଓ ପଦସ୍ଥ ଅଧିକାରୀଙ୍କ ଶୁଭଦୃଷ୍ଟିରେ ରହିବେ । ଯେଉଁ ମାନଙ୍କର ହସ୍ତାକନ୍ୟା, ସେମାନେ ସୁଫଳ ପାଇବେ ।
ଶୁଭରଙ୍ଗ : ସବୁଜ, ସଂଖ୍ୟା : ୪, ଆରାଧନା : ମା’ ତ୍ରିପୁର ସୁନ୍ଦରୀ ।
ତୁଳା : ଘାତବାର, ଅଷ୍ଟମଚନ୍ଦ୍ର, ଅପରାହ୍ଣ ୧ଟା ୫୫ ମିନିଟ୍ ପରେ ଘାତତିଥି ଯୋଗୁ ବାଦବିବାଦ, ସ୍ୱାସ୍ଥ୍ୟ, ଆର୍ଥିକ କାରବାର ଏବଂ ଯାନବାହନ ଆରୋହଣ କାଳରେ ସତର୍କତା ଅବଲମ୍ବନ କରିବେ । ଧନକ୍ଷତି, ମାନସିକ ଅସ୍ଥିରତା, ପରିବାରରେ ମନୋମାଳିନ୍ୟ, ସ୍ୱଜନରେ ବିବାଦ, ପଡ଼ୋଶୀଙ୍କ ସହ ତିକ୍ତତା ଏବଂ ଶାରୀରିକ ପୀଡ଼ା ଭୋଗିବେ । ଉଚିତ୍କର୍ମରୁ ବିଚ୍ୟୁତ ହୋଇ ଅନୁଚିତ୍ କର୍ମରେ ଆଗ୍ରହ ରଖିବେ ଏବଂ ସମସ୍ତ କର୍ମରେ ଭୁଲ୍ ନିଷ୍ପତ୍ତି ନେବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟଠାରୁ ବ୍ୟୟ ଅଧିକ ହେବ ଏବଂ କର୍ମରେ ବିଫଳତା ଓ ସମସ୍ତ କର୍ମ କଣ୍ଟକ ସଦୃଶ ମନେ ହେବ । ଯେଉଁ ମାନଙ୍କର ଚିତ୍ରା ତୁଳା, ସେମାନେ ସତର୍କ ହେବେ ।
ଶୁଭରଙ୍ଗ : ନୀଳ, ସଂଖ୍ୟା : ୨, ଆରାଧନା : ମା’ କମଳା ।
ବିଛା : ଘାତ ଚନ୍ଦ୍ର ଯୋଗୁ ମନରେ ଦୁଶ୍ଚିନ୍ତା, ଦୁର୍ଭାବନା, ହତୋତ୍ସାହଭାବ ପ୍ରକାଶ ପାଇବ ଏବଂ ଚାଲିଚଳନ, ବ୍ୟବହାର, କଥାବାର୍ତ୍ତା ବିବାଦୀୟ ହେବ । ମନ ଅସ୍ଥିର, ବିଷାଦଗ୍ରସ୍ତ ରହିବ ଏବଂ ଦାମ୍ପତ୍ୟ ଜୀବନରେ ଝଡ଼ର ସୂତ୍ରପାତ ହେବ । ମୂଲ୍ୟବାନ ପଦାର୍ଥ ନଷ୍ଟ କିମ୍ବା ହଜି ଯାଇପାରେ ଏବଂ ପରିଚିତ ମହିଳାଙ୍କ ଠାରୁ ଅପମାନ, ଅପଯଶ ଓ ଅପନିନ୍ଦା ମିଳିପାରେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଠାରୁ ବ୍ୟୟ ଅଧିକ ହେବ ଏବଂ କର୍ମରେ ବିଫଳତା ଓ ମହିଳା ସହକର୍ମୀଙ୍କ ସହ ବିବାଦ ହେବ। ଯେଉଁ ମାନଙ୍କର ଅନୁରାଧା ବିଛା, ସେମାନେ ସତର୍କ ହେବେ ।
ଶୁଭରଙ୍ଗ : ହଳଦିଆ, ସଂଖ୍ୟା : ୩, ଆରାଧନା : ପ୍ରଭୁ ହନୁମାନ ।
ଧନୁ : ଷଷ୍ଠଚନ୍ଦ୍ର ଯୋଗୁ ରୋଗ, ଋଣ, ଦୁଃଖ, ଶୋକ, କ୍ଳେଶ ଓ ମାନସିକ ଅବସାଦରୁ ସାମୟିକ ମୁକ୍ତି ମିଳିବ ଏବଂ ଦେହ, ମନ ସୁସ୍ଥ ରହିବ । ଶତ୍ରୁ ମାନେ ମିତ୍ରତାର ହାତ ବଢ଼ାଇବେ ଏବଂ ଆପଣଙ୍କ ବକ୍ତବ୍ୟରେ ସମ୍ମୋହନର ଶକ୍ତି ରହିବ । ଯଶ, ସମ୍ମାନ, ସାମାଜିକ ପ୍ରତିଷ୍ଠା, ଜନସମ୍ପର୍କ ବୃଦ୍ଧି ପାଇବ ଏବଂ ମହତ୍ ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭ କରିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତିଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ସହକର୍ମୀଙ୍କ ସହଯୋଗ ମିଳିବ । ଯେଉଁ ମାନଙ୍କର ପୂର୍ବାଷାଢ଼ା ଧନୁ, ସେମାନେ ଉପକୃତ ହେବେ ।
ଶୁଭ ରଙ୍ଗ ଲାଲ, ସଂଖ୍ୟା : ୨, ଆରାଧନା : ପ୍ରଭୁ ଶ୍ରୀଜଗନ୍ନାଥ ।
ମକର : ଶୁକ୍ଳପକ୍ଷର ପଞ୍ଚମ ଚନ୍ଦ୍ର ଯୋଗୁ ଯଶ, ସମ୍ମାନ, ସାମାଜିକ ପ୍ରତିଷ୍ଠା, ଜନସମ୍ପର୍କ ବୃଦ୍ଧି ପାଇବ ଏବଂ ବିଦ୍ୟାରେ ବିଚକ୍ଷଣତା ହାସଲ କରିବେ । ସନ୍ତାନ ମାନଙ୍କର ଶିକ୍ଷା, ଦୀକ୍ଷା ଓ କର୍ମରେ ଉନ୍ନତି ଆସିବ ଏବଂ ପୈତୃକ ସମ୍ପତ୍ତିକୁ ନେଇ ଥିବା ବିବାଦର ସମାଧାନ ହେବ ଏବଂ ପରିବାରରେ ସମସ୍ତ ସଦସ୍ୟଙ୍କ ମଧ୍ୟରେ ଉତ୍ତମ ବୁଝାମଣା ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ମଧ୍ୟମ ହେବ ଏବଂ କର୍ମରେ ଆଶା ଠାରୁ ଅଧିକ ସଫଳତା, ସହକର୍ମୀଙ୍କ ସହଯୋଗ, ଉଚ୍ଚ ସମ୍ମାନ ପ୍ରାପ୍ତ ହେବ । ଯେଉଁ ମାନଙ୍କର ଶ୍ରବଣା ମକର, ସେମାନେ ସୁଫଳ ପାଇବେ ।
ଶୁଭରଙ୍ଗ : ବାଇଗଣୀ, ସଂଖ୍ୟା : ୧୧, ଆରାଧନା : ମା’ ଦୁର୍ଗା ।
କୁମ୍ଭ : ଘାତବାର, ଶୁକ୍ଳପକ୍ଷର ଚତୁର୍ଥ ଚନ୍ଦ୍ର ଯୋଗୁ ବାଦ ବିବାଦ, ସ୍ୱାସ୍ଥ୍ୟ, ଆର୍ଥିକ କାରବାର, ଉଚ୍ଚ ସ୍ଥାନ ଆରୋହଣ, ଗ୍ୟାସ୍, ଇଲେକ୍ଟ୍ରିକ୍ ଦ୍ରବ୍ୟ ବ୍ୟବହାର ଓ ଯାନବାହନ ଆରୋହଣକାଳରେ ସତର୍କତା ଅବଲମ୍ବନ କରିବେ ଏବଂ ଗୁରୁଜନ, କ୍ଷମତାଶାଳୀ ବ୍ୟକ୍ତିଙ୍କ ସହ କଥାବାର୍ତ୍ତା ବେଳେ ଯଥା ସମ୍ଭବ ବାକ୍ ସଂଯମତା ରକ୍ଷା କରିବେ । ମନରେ ଅସ୍ଥିରତା, ପରିବାରରେ ମନୋମାଳିନ୍ୟ, ବନ୍ଧୁବାନ୍ଧବଙ୍କ ସହ ଅପ୍ରିୟତା, ଯାନବାହନରେ ଖର୍ଚ୍ଚାନ୍ତ ଏବଂ ଆର୍ଥିକ ଠକାମିରେ ପଡ଼ିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ପହଞ୍ଚିବ ଏବଂ କର୍ମରେ ବିଫଳତା ଏବଂ ପଦସ୍ଥ ଅଧିକାରୀଙ୍କ ରୋଷର ଶିକାର ହେବେ । ଯେଉଁ ମାନଙ୍କର ଧନିଷ୍ଠା କୁମ୍ଭ, ସେମାନେ ସତର୍କ ହେବେ ।
ଶୁଭରଙ୍ଗ : ଇନ୍ଦ୍ରନୀଳ, ସଂଖ୍ୟା : ୬, ଆରାଧନା : ମା’ କମଳା ।
ମୀନ : ତୃତୀୟ ଚନ୍ଦ୍ର, ଗୁରୁବାର, ଚନ୍ଦ୍ର ଓ ମଙ୍ଗଳ ଉଭୟଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ଅସମ୍ଭବକୁ ସମ୍ଭବ କରିବାରେ ସମର୍ଥ ହେବେ ଏବଂ ସମସ୍ତ ଆଶା, ଆକାଂକ୍ଷା, ଅଭିଳାଷ ପୂର୍ଣ୍ଣହେବ । ନୂତନ କର୍ମାରମ୍ଭ, ବିଦ୍ୟାରମ୍ଭ, ଗୃହାରମ୍ଭ ଆଦି ଶୁଭକର୍ମର ଆୟୋଜନ କରିପାରନ୍ତି କିମ୍ବା ପରିବାର ସହ କୌଣସି ଶୁଭକର୍ମରେ ଯୋଗ ଦେଇପାରନ୍ତି । ମନରେ ଉତ୍ସାହ, ଉଦ୍ଦୀପନା, ପରିବାରରେ ସୁଖଶାନ୍ତି, ସ୍ୱଜନରେ ସୁସମ୍ପର୍କ ଏବଂ ଭାଇଭଉଣୀଙ୍କ ସାହାଯ୍ୟ, ସହଯୋଗ ପ୍ରାପ୍ତ ହେବ ଏବଂ ସମସ୍ତଙ୍କର ଶ୍ରଦ୍ଧାର ପାତ୍ର ହେବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତିଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ସମସ୍ତ କର୍ମରେ ନିଜର ଶ୍ରେଷ୍ଠତା ପ୍ରତିପାଦନ କରିବେ । ଯେଉଁ ମାନଙ୍କର ପୂର୍ବଭାଦ୍ର ଓ ରେବତୀ ମୀନ, ସେମାନେ ଉପକୃତ ହେବେ ।
ଶୁଭରଙ୍ଗ : ହଳଦିଆ, ସଂଖ୍ୟା : ୯, ଆରାଧନା : ପ୍ରଭୁ ହନୁମାନ ।
ଜ୍ୟୋତିର୍ବିଦ୍: କୈଳାସ ଦାଶ : ୯୪୩୭୧୩୩୪୭୩