ମେଷ : କୃଷ୍ଣପକ୍ଷର ପଞ୍ଚମ ଚନ୍ଦ୍ର, ପୂର୍ବାହ୍ଣ ୧୧ଟା ୫୭ ମିନିଟ୍‌ ପର୍ଯ୍ୟନ୍ତ ଘାତ ନକ୍ଷତ୍ର ଯୋଗୁ ମାନ, ସମ୍ମାନ ହାନି, ମାନସିକ ଦୁଶ୍ଚିନ୍ତା, ପରିବାରରେ ମନୋମାଳିନ୍ୟ, ସ୍ୱଜନରେ ବିବାଦ, ପଡ଼ୋଶୀଙ୍କ ସହ ତିକ୍ତତା ଏବଂ ଇତର ଜନଠାରୁ ଅପମାନ ପାଇବେ । ସନ୍ତାନମାନଙ୍କ ଶିକ୍ଷା, ଦୀକ୍ଷା, ଚାଲିଚଳନ, ବ୍ୟବହାର, କଥାବାର୍ତ୍ତା ବିବାଦୀୟ ହେବ ଏବଂ ସେମାନଙ୍କ ସ୍ୱାସ୍ଥ୍ୟ ସମସ୍ୟା ଦେଖାଦେବ । ପାରିବାରିକ ବିବାଦ ଓ ପୈତୃକ ସମ୍ପତ୍ତିକୁ ନେଇ ବିବାଦ ଦେଖାଦେବ ଏବଂ ପରିବାରର ସମସ୍ତ ସଦସ୍ୟଙ୍କ ମଧ୍ୟରେ ବୁଝାମଣାର ଅଭାବ ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ଦେଖାଦେବ ଏବଂ କର୍ମରେ ବିଫଳତା ଓ ସହକର୍ମୀଙ୍କ ଉପହାସର ପାତ୍ର ହେବେ । ଯେଉଁମାନଙ୍କର ଅଶ୍ୱିନୀ ଓ ଦ୍ୱିଜା ମେଷ, ସେମାନେ ସତର୍କ ହେବେ । ଶୁଭ ରଙ୍ଗ : ଲାଲ, ସଂଖ୍ୟା : ୬, ଆରାଧନା : ପ୍ରଭୁ ସ୍କନ୍ଦ ।

ବୃଷ : ଚତୁର୍ଥ ଚନ୍ଦ୍ର, ଶୁକ୍ରବାର, ଏକାଦଶୀ ତିଥି ଓ କେତୁ, ଶୁକ୍ର ଉଭୟଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ଧନ, ସମ୍ପଦ, ପ୍ରାଚୁର୍ଯ୍ୟ, ପ୍ରତିପତ୍ତି ବୃଦ୍ଧି ପାଇବ ଏବଂ ସମସ୍ତ ଇପ୍‌ସିତ ପଦାର୍ଥ ହାତ ପାହାନ୍ତାରେ ଉପଲବ୍ଧ ହେବ । ଗୁରୁଜନଙ୍କ କୃପା, କ୍ଷମତାଶାଳୀ ବ୍ୟକ୍ତିଙ୍କ ସାହାଯ୍ୟ ଏବଂ ରାଜନୈତିକ ବ୍ୟକ୍ତିଙ୍କ ଶୁଭଦୃଷ୍ଟିରେ ରହିବେ । ମନରେ ଉନ୍ନତ ଚିନ୍ତାଧାରା, ଉଚ୍ଚାଭିଳାଷ ପ୍ରକାଶ ପାଇବ ଏବଂ ଉନ୍ନତିମୂଳକ କର୍ମରେ ଧ୍ୟାନ ଅଧିକ ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ ନୂତନ ପରିବହନ ବ୍ୟବସାୟର ସୁଯୋଗ ଜୁଟିବ । କର୍ମରେ ସଫଳତା, ସହକର୍ମୀଙ୍କ ସହଯୋଗ ଓ ପ୍ରମୋଶନ ମିଳିପାରେ । ଯେଉଁମାନଙ୍କର କୃତ୍ତିକା ବୃଷ, ସେମାନେ ସୁଫଳ ପାଇବେ । ଶୁଭ ରଙ୍ଗ : ମେରୁନ୍‌, ସଂଖ୍ୟା : ୨, ଆରାଧନା : ମା’ ଗାୟତ୍ରୀ ।

ମିଥୁନ : ତୃତୀୟ ଚନ୍ଦ୍ର, ଶୁକ୍ରବାର ଏବଂ କେତୁ, ଶୁକ୍ର ଉଭୟଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ମନରେ ଉତ୍ସାହ, ଉଦ୍ଦୀପନା, ପରିବାରରେ ସୁଖଶାନ୍ତି, ସ୍ୱଜନରେ ସୁସମ୍ପର୍କ ଏବଂ ଭାଇଭଉଣୀଙ୍କ ପ୍ରତି ସ୍ନେହ, ଶ୍ରଦ୍ଧା ଓ ଆନ୍ତରିକତା ଅଧିକ ରହିବ । ନୂତନ କର୍ମାରମ୍ଭ, ବ୍ୟବସାୟ ଆରମ୍ଭ ଏବଂ ବିଦେଶ ଯାତ୍ରାର ସୁଯୋଗ ଜୁଟିବ ଏବଂ ଜନସମ୍ପର୍କ ବୃଦ୍ଧି ପାଇବ । ସୁଖବର, ସୁସମ୍ବାଦ ମିଳିବ ଏବଂ ସମସ୍ତ କର୍ମରେ ସୁଚିନ୍ତିତ ପଦକ୍ଷେପ ନେବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଏବଂ ସମସ୍ତ କର୍ମରେ ଆପଣଙ୍କର କର୍ମକୁଶଳତା, କର୍ମ ତତ୍ପରତା, କାର୍ଯ୍ୟଦକ୍ଷତା ଓ ସମୟାନୁବର୍ତ୍ତିତା ପ୍ରକାଶ ପାଇବ । ଯେଉଁମାନଙ୍କର ଆର୍ଦ୍ରା ମିଥୁନ, ସେମାନେ ଉପକୃତ ହେବେ ।  ଶୁଭ ରଙ୍ଗ : କଫି, ସଂଖ୍ୟା : ୪, ଆରାଧନା : ମା’ ତ୍ରିପୁର ସୁନ୍ଦରୀ ।

କର୍କଟ : ଘାତଚନ୍ଦ୍ର ଯୋଗୁ ବାଦବିବାଦ, ସ୍ୱାସ୍ଥ୍ୟ ଓ ଆର୍ଥିକ କାରବାର କଲାବେଳେ ସତର୍କତା ଅବଲମ୍ବନ କରିବେ । ମନରେ ଦୁଶ୍ଚିନ୍ତା, ଦୁର୍ଭାବନା, ହତୋତ୍ସାହ ଭାବ ପ୍ରକାଶ ପାଇବ ଏବଂ ଶାରୀରିକ ପୀଡ଼ା ଭୋଗିବେ । ଧନକ୍ଷତି, ମାନସିକ ଅସ୍ଥିରତା, ପରିବାରରେ ମନୋମାଳିନ୍ୟ, ସ୍ୱଜନରେ ବିବାଦ, ପଡ଼ୋଶୀଙ୍କ ସହ ତିକ୍ତତା ଏବଂ ସମସ୍ତ କର୍ମ ବିବାଦୀୟ ହେବ । ମୂଲ୍ୟବାନ ପଦାର୍ଥ ନଷ୍ଟ କିମ୍ବା ହଜିଯାଇପାରେ ଏବଂ ଆର୍ଥିକ ଠକାମିରେ ପଡ଼ିପାରନ୍ତି । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ପହଞ୍ଚିବ ଏବଂ ଆର୍ଥିକ ସ୍ଥିତି ବିଗିଡ଼ିଯିବ । କର୍ମରେ ବିଫଳତା ଓ ସମସ୍ତ କର୍ମରେ ଅଯଥା ବିଳମ୍ବ ଦେଖାଦେବ । ଯେଉଁମାନଙ୍କର ଅଶ୍ଳେଷା କର୍କଟ, ସେମାନେ ସତର୍କ ହେବେ । ଶୁଭ ରଙ୍ଗ : ଧଳା, ସଂଖ୍ୟା : ୧, ଆରାଧନା : ଭଗବାନ ଶିବ ।

ସିଂହ : ଶ୍ରୀଚନ୍ଦ୍ର ଯୋଗୁ ଧନ, ମାନ, ସମ୍ମାନ, ସ୍ୱଜନରେ ସୁସମ୍ପର୍କ, ପରିବାରରେ ସୁଖଶାନ୍ତି, ଲକ୍ଷ୍ମୀଙ୍କର କୃପା ଏବଂ ସୁଖାଦ୍ୟ, ସୁବସନ ପ୍ରାପ୍ତି ହେବ । ଆମୋଦପ୍ରମୋଦ, ମଉଜ ମଜଲିସ୍‌ରେ ଅଧିକ ଆଗ୍ରହ ରହିବ ଏବଂ ପରିବାରର ସମସ୍ତ ସଦସ୍ୟଙ୍କ ମଧ୍ୟରେ ଉତ୍ତମ ବୁଝାମଣା ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଯାହାହେଲେ ମଧ୍ୟ ମନରେ ଆତ୍ମସନ୍ତୋଷ ଓ ଆତ୍ମତୃପ୍ତି ରହିବ । କର୍ମରେ ସ୍ୱଳ୍ପ ପରିଶ୍ରମରେ ଅଧିକ ସଫଳତା ଓ ସମ୍ମାନ ମିଳିବ । ଯେଉଁମାନଙ୍କର ଉତ୍ତରା ଫାଲ୍‌ଗୁନୀ ସିଂହ, ସେମାନେ ସୁଫଳ ପାଇବେ । ଶୁଭ ରଙ୍ଗ : ଲାଲ, ସଂଖ୍ୟା : ୩, ଆରାଧନା : ମା’ ମାଣିକେଶ୍ୱରୀ ।

କନ୍ୟା : ଦ୍ୱାଦଶ ଚନ୍ଦ୍ର ଯୋଗୁ ଅପବ୍ୟୟ, ଅପବାଦ ଏବଂ ଅପଯଶରୁ ମୁକ୍ତି ମିଳିବ ଏବଂ ଅଯଥା ଖର୍ଚ୍ଚ, ବଦ୍‌ଖର୍ଚ୍ଚ କମ୍‌ ରହିବ । ଠିକ୍‌ ସମୟରେ ଠିକ୍‌ ନିଷ୍ପତ୍ତି ନେବାରେ ସମର୍ଥ ହେବେ ଏବଂ ସମସ୍ତ କର୍ମରେ ଆପଣଙ୍କର କର୍ମତତ୍ପରତା ଓ ସମୟାନୁବର୍ତ୍ତିତା ପ୍ରକାଶ ପାଇବ । କୁସଙ୍ଗ ପରିତ୍ୟାଗ କରି ସତ୍‌ସଙ୍ଗ କରିବେ ଏବଂ ଗୁରୁଜନଙ୍କ ପ୍ରତି ସମ୍ମାନ, ଲଘୁଜନଙ୍କ ପ୍ରତି ସ୍ନେହ, ଶ୍ରଦ୍ଧା ଓ ଆନ୍ତରିକତା ଅଧିକ ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟଠାରୁ ବ୍ୟୟ ବହୁତ କମ୍‌ ରହିବ ଏବଂ ଆୟର କିଛି ଅଂଶ ସଞ୍ଚୟରେ ବିନିଯୋଗ କରିବେ । କର୍ମରେ ସଫଳତା ଓ ସମସ୍ତ ଅଟକିଥିବା କାମକୁ ସଫଳତାର ସହ ସମ୍ପାଦନ କରିବେ । ଯେଉଁମାନଙ୍କର ଉତ୍ତରା ଫାଲ୍‌ଗୁନୀ କନ୍ୟା, ସେମାନେ ସୁଫଳ ପାଇବେ । ଶୁଭ ରଙ୍ଗ :  ଚକୋଲେଟ୍‌,  ସଂଖ୍ୟା : ୨, ଆରାଧନା : ମା’ ତ୍ରିପୁର ସୁନ୍ଦରୀ ।

ତୁଳା : ଏକାଦଶ ଚନ୍ଦ୍ର, ଏକାଦଶୀ ତିଥି, ଶୁକ୍ରବାର ଏବଂ କେତୁ, ଶୁକ୍ର ଉଭୟଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ଅସମ୍ଭବକୁ ସମ୍ଭବ କରିବାରେ ସମର୍ଥ ହେବେ ଏବଂ ସମସ୍ତ ଆଶା, ଆକାଂକ୍ଷା ଓ ଅଭିଳାଷ ପୂର୍ଣ୍ଣ ହେବ । ମୂଲ୍ୟବାନ ଧାତୁ, ଭୂମି, ଯାନବାହନ କ୍ରୟ କରିବେ ଏବଂ ଉନ୍ନତିମୂଳକ କର୍ମରେ ଧନର ବିନିଯୋଗ କରିବେ । ଆକସ୍ମିକ ଧନଲାଭ, କୌଣସି ବିଶେଷ ସୂତ୍ରରୁ ଧନପ୍ରାପ୍ତି ଏବଂ ଆୟର ନୂତନ ମାର୍ଗ ଖୋଲିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ ନୂତନ ବ୍ୟବସାୟର ସୁଯୋଗ ଜୁଟିବ । କର୍ମରେ ଆଶାଠାରୁ ଅଧିକ ସଫଳତା, ଉଚ୍ଚ ସମ୍ମାନ, ଉଚ୍ଚ ପଦବୀ ପ୍ରାପ୍ତ ହେବ । ଯେଉଁମାନଙ୍କର ସ୍ୱାତୀ ତୁଳା, ସେମାନେ ଉପକୃତ ହେବେ । ଶୁଭ ରଙ୍ଗ : ନୀଳ, ସଂଖ୍ୟା : ୮, ଆରାଧନା : ପ୍ରଭୁ ଶ୍ରୀରାମ ।

ବିଛା : ଘାତବାର ଓ ଦଶମ ଚନ୍ଦ୍ର ଯୋଗୁ ଘାତବାରର ପ୍ରଭାବ ରହିବ ନାହିଁ । ନୂତନ କର୍ମାରମ୍ଭ କିମ୍ବା ନୂତନ ନିଯୁକ୍ତିର ଖବର ମିଳିବ ଏବଂ କର୍ମ ପ୍ରତି ଏକାଗ୍ରତା ଓ ଆନ୍ତରିକତା ଅଧିକ ରହିବ । ସମସ୍ତ ଅସମ୍ପୂର୍ଣ୍ଣ କର୍ମକୁ ପୂର୍ଣ୍ଣାଙ୍ଗ କରିବାରେ ସମର୍ଥ ହେବେ ଏବଂ ସମସ୍ତ କଷ୍ଟସାଧ୍ୟ କାମ ଆଜି ଆପଣଙ୍କ ପାଇଁ ସହଜ ହେବ । ଆଜି ଯେକୌଣସି କର୍ମ କରିବେ, ସେଥିରେ ଶତପ୍ରତିଶତ ସଫଳତା ପାଇବେ ଏବଂ ସମସ୍ତ କର୍ମରେ ନିଜର ଶ୍ରେଷ୍ଠତା ପ୍ରତିପାଦନ କରିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଯାହାହେଲେ ମଧ୍ୟ ମନରେ ଆତ୍ମସନ୍ତୋଷ ଓ ଆତ୍ମତୃପ୍ତି ରହିବ ଏବଂ ଦେହ, ମନ ସୁସ୍ଥ ରହିବ । ଯେଉଁମାନଙ୍କର ବିଶାଖା ବିଛା, ସେମାନେ ଉପକୃତ ହେବେ । ଶୁଭ ରଙ୍ଗ : ଗୋଲାପି, ସଂଖ୍ୟା : ୧୧, ଆରାଧନା : ପ୍ରଭୁ ହନୁମାନ ।

ଧନୁ : ଘାତବାର ଏବଂ କୃଷ୍ଣପକ୍ଷର ନବମ ଚନ୍ଦ୍ର ଯୋଗୁ ଗୁରୁଜନଙ୍କ ସହ ବିବାଦ, କ୍ଷମତାଶାଳୀ ବ୍ୟକ୍ତିଙ୍କ ସହ ଶତ୍ରୁତା ଏବଂ ରାଜନୈତିକ ବ୍ୟକ୍ତିଙ୍କ ଆକ୍ରୋଶର ଶିକାର ହେବେ । ମନ ଅସ୍ଥିର, ବିଷାଦଗ୍ରସ୍ତ ରହିବ ଏବଂ ଅପମାନ, ଅପଯଶ ଓ ଅପନିନ୍ଦା ମିଳିବ । ଧନକୁ ନେଇ ବିବାଦ, ମାଲିମକଦ୍ଦମାରେ ପଡ଼ିପାରନ୍ତି ଏବଂ ମୂଲ୍ୟବାନ ପଦାର୍ଥ ନଷ୍ଟ କିମ୍ବା ଆର୍ଥିକ ଠକାମିରେ ପଡ଼ିପାରନ୍ତି । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ମାନ୍ଦାବସ୍ଥା ଲାଗି ରହିବ ଏବଂ କର୍ମରେ ବିଫଳତା ଓ ସହକର୍ମୀଙ୍କ ଉପହାସର ପାତ୍ର ହେବେ । ଯେଉଁମାନଙ୍କର ମୂଳା ଓ ପୂର୍ବାଷାଢ଼ା ଧନୁ, ସେମାନେ ସତର୍କ ହେବେ । ଶୁଭ ରଙ୍ଗ : ହଳଦିଆ, ସଂଖ୍ୟା : ୭, ଆରାଧନା : ମା’ ମାଣିକେଶ୍ୱରୀ ।

ମକର :  ଘାତଚନ୍ଦ୍ର ଯୋଗୁ ବାଦବିବାଦ, ସ୍ୱାସ୍ଥ୍ୟ, ଆର୍ଥିକ କାରବାର, ଉଚ୍ଚସ୍ଥାନ ଆରୋହଣ, ଗ୍ୟାସ୍‌, ଇଲେକ୍ଟ୍ରିକ୍‌ ସରଞ୍ଜାମ ବ୍ୟବହାର ଏବଂ ଯାନବାହନ ଆରୋହଣ କାଳରେ ସତର୍କତା ଅବଲମ୍ବନ କରିବେ । ପରିବାରରେ ମନୋମାଳିନ୍ୟ, ସ୍ୱଜନରେ ବିବାଦ, ପଡ଼ୋଶୀଙ୍କ ସହ ତିକ୍ତତା, ବନ୍ଧୁବାନ୍ଧବଙ୍କ ସହ ଅପ୍ରିୟତା ଏବଂ ଶାରୀରିକ ପୀଡ଼ା ଭୋଗ କରିବେ । ଉଚିତ୍‌ କର୍ମରୁ ବିଚ୍ୟୁତ ହୋଉ ଅନୁଚିତ୍‌ କର୍ମରେ ଆଗ୍ରହ ରଖିବେ ଏବଂ ସମସ୍ତ କର୍ମରେ ଭୁଲ୍‌ ନିଷ୍ପତ୍ତି ନେବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟଠାରୁ ବ୍ୟୟ ଅଧିକ ହେବ ଏବଂ କର୍ମରେ ବିଫଳତା ଏବଂ ସମସ୍ତ କର୍ମରେ ଅଯଥା ବିଳମ୍ବ ଦେଖାଦେବ । ଯେଉଁମାନଙ୍କର ଶ୍ରବଣା ଓ ଧନିଷ୍ଠା ମକର, ସେମାନେ ସତର୍କ ହେବେ ।  ଶୁଭ ରଙ୍ଗ : ଇନ୍ଦ୍ରନୀଳ, ସଂଖ୍ୟା : ୬, ଆରାଧନା : ମା’ ଭୈରବୀ ।

କୁମ୍ଭ : ସପ୍ତମ ଚନ୍ଦ୍ର, ଶୁକ୍ରବାର ଏବଂ କେତୁ, ଶୁକ୍ର ଉଭୟଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ଆମୋଦପ୍ରମୋଦ, ମଉଜ ମଜଲିସ୍‌ରେ ଅଧିକ ଆଗ୍ରହ ରହିବ ଏବଂ ଆମୋଦପ୍ରମୋଦରେ ଅଧିକ ଧନ ବ୍ୟୟ କରିବେ । ମୂଲ୍ୟବାନ ଧାତୁ, ବସନଭୂଷଣ, ସୌଖୀନ ଘରୋଇ ଉପକରଣ କ୍ରୟ କରିବେ ଏବଂ ପରିଚିତ ମହିଳାଙ୍କଠାରୁ ସାହାଯ୍ୟ, ସହଯୋଗ ମିଳିବ ତଥା ଆର୍ଥିକ ସ୍ଥିତିରେ ସୁଧାର ଆସିବ । ମନରେ ପ୍ରସନ୍ନତା, ଦାମ୍ପତ୍ୟ ଜୀବନରେ ମଧୁରତା, ପରିବାରରେ ସୁଖଶାନ୍ତି ଏବଂ ସମସ୍ତଙ୍କର ଶ୍ରଦ୍ଧାର ପାତ୍ର ହେବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ମହିଳା ସହକର୍ମୀଙ୍କ ସହଯୋଗ ମିଳିବ । ଯେଉଁମାନଙ୍କର ଶତଭିଷା କୁମ୍ଭ, ସେମାନେ ସୁଫଳ ପାଇବେ ।  ଶୁଭ ରଙ୍ଗ : ମାଟିଆ, ସଂଖ୍ୟା : ୩, ଆରାଧନା : ମା’ ଚଣ୍ଡୀ ।

ମୀନ :  ଘାତବାର ଓ ଷଷ୍ଠ ଚନ୍ଦ୍ର ଯୋଗୁ ଘାତବାରର ପ୍ରଭାବ ରହିବ ନାହିଁ । ରୋଗ, ଋଣ, ଦୁଃଖ, ଶୋକ, କ୍ଳେଶରୁ ସାମୟିକ ମୁକ୍ତି ମିଳିବ ଏବଂ ଶତ୍ରୁମାନେ ବଶୀଭୂତ ହେବେ । ମନରେ ପ୍ରସନ୍ନତା, ଚାଲିଚଳନରେ ସଞ୍ଜମତା, ବଚନରେ ମଧୁରତା ଏବଂ ସମସ୍ତଙ୍କ ଶ୍ରଦ୍ଧାର ପାତ୍ର ହେବେ ତଥା ପରୋପକାର, ସମାଜସେବା, ଧାର୍ମିକ କର୍ମରେ ଅଧିକ ଆଗ୍ରହ ରହିବ । କୌଣସି ସଭା କିମ୍ବା ସଙ୍ଗଠନର ନେତୃତ୍ୱ ମିଳିବ ଏବଂ ମହତ୍‌ ଜନଙ୍କ ସାନ୍ନିଧ୍ୟ ଲାଭ କରିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ କର୍ମସ୍ଥାନର ସମସ୍ତ ବାଧାବିଘ୍ନ ଦୂର ହେବ । ଯେଉଁମାନଙ୍କର ପୂର୍ବଭାଦ୍ର ମୀନ, ସେମାନେ ସୁଫଳ ପାଇବେ । ଶୁଭ ରଙ୍ଗ : ହଳଦିଆ, ସଂଖ୍ୟା : ୫, ଆରାଧନା : ପ୍ରଭୁ ଗଜାନନ ।

ଜ୍ୟୋତିର୍ବିଦ୍‌: କୈଳାସ ଦାଶ

୯୪୩୭୧୩୩୪୭୩