PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ଘୋଷଣା କଲେ ଆରୋନ୍‌ ଫିଞ୍ଚ, ଏବେ ବି ତାଙ୍କ ବିଶ୍ବ ରେକର୍ଡ ରହିଛି ଅତୁଟ
  • ||
  • ବିବାହ ବନ୍ଧନରେ ବାନ୍ଧିହେଲେ ସିଦ୍ଧାର୍ଥ ଓ କିଆରା, ସୂର୍ଯ୍ୟଗଡ ପ୍ୟାଲେସ୍‌ରେ ହେଲା ବାହାଘର
  • ||
  • କ୍ରିକେଟର ସମସ୍ତ ଫର୍ମାଟରୁ ଅବସର ଘୋଷଣା କଲେ କାମରାନ ଆକମଲ, ୨୦୧୭ ପରଠୁ ମିଳୁନଥିଲା ସୁଯୋଗ
  • ||
  • ତୁର୍କୀରେ ଜରୁରୀ ପରିସ୍ଥିତି ଘୋଷଣା କଲେ ରାଷ୍ଟ୍ରପତି, ଭୂମିକମ୍ପରେ ମୃତ୍ୟୁସଂଖ୍ୟା ୫ ହଜାର ପାର୍
  • ||
  • କଟକ: କଟକରେ ଜିଏସ୍‌ଟି ରେଡ୍, ଲିଙ୍ଗରୋଡ୍‌ରେ ଥିବା ପଞ୍ଚମୁଖୀ ସାନିଟାରି ଦୋକାନରେ ଜିଏସ୍‌ଟି ଚଢ଼ଉ ଜାରି
  • ||
  • ଭୁବନେଶ୍ୱର: ପ୍ରକାଶ ପାଇଲା JEE(ମେନ୍) ରେଜଲ୍ଟ, ଆଫିସିଆଲ ୱେବସାଇଟ୍‌ରେ ଜାଣିପାରିବେ ଫଳ
  • ||
  • ପୁରୀ : ବୁଧବାର ମହାପ୍ରଭୁଙ୍କ ବନକ ଲାଗି, ଦର୍ଶନ କଟକଣା
  • ||
  • ଭୁବନେଶ୍ୱର: ଦେଖୁଦେଖୁ ଜଳିଗଲା ଏଟିଏମ୍, କାରଣ ଅସ୍ପଷ୍ଟ
  • ||
  • ଜଗତସିଂହପୁର : ତିର୍ତ୍ତୋଲ୍‌ ବିଧାୟକଙ୍କ ପ୍ରେମ-ପ୍ରତାରଣା ମାମଲା: ୭ ଘଣ୍ଟା ଧରି ସୋମାଲିକାଙ୍କ ବୟାନ ରେକର୍ଡ, ବିଜୟ ଶଙ୍କର ନିରବ…
  • ||
  • ଭୁବନେଶ୍ୱର : ଅଧିକ ଚିକିତ୍ସା ଲାଗି ଆଜି ଦିଲ୍ଲୀ ଯିବେ ଅଭିନେତା ପିଣ୍ଟୁ ନନ୍ଦ, କରାଯିବ ଲିଭର ଟ୍ରାନ୍ସପ୍ଲାଣ୍ଟ
  • ||
  • ଭୁବନେଶ୍ୱର : ଆରମ୍ଭ ହେଲା ଭାଲେଣ୍ଟାଇନ୍‌ ସପ୍ତାହ, ଗୋଲାପ ମହକରୁ ଆରମ୍ଭ ହେବ ପ୍ରେମ
  • ||
  • ଭୁବନେଶ୍ୱର : ରାଜ୍ୟରେ କଲବଲ କରିବ ଖରା, ରାତି ତାପମାତ୍ରା ଆହୁରି ବଢ଼ିବ: ଉପକୂଳରେ ୩ଡିଗ୍ରୀ ବଢ଼ିବ
  • ||

ଆଜି ହେବ ରଥ କାଠ ପୂଜାର୍ଚ୍ଚନା, ମା’ ସରସ୍ଵତୀଙ୍କ ନିକଟରେ ସ୍ଵତନ୍ତ୍ର ପୂଜା କରିବେ ଶ୍ରୋତୀୟ ବ୍ରାହ୍ମଣ

ପୁରୀ, ୨୬/୦୧ : ଆଜି ପବିତ୍ର ଶ୍ରୀପଞ୍ଚମୀ । ଆଗାମୀ ବିଶ୍ୱପ୍ରସିଦ୍ଧ ରଥଯାତ୍ରା ପାଇଁ ଆଜିର ତିଥିରେ ରଥ କାଠକୁ ପୂଜାର୍ଚ୍ଚନା କରାଯିବ। ଏଥିପାଇଁ ନୟାଗଡ଼  ବନଖଣ୍ଡରୁ ଆସିଥିବା କାଠ ମଧ୍ୟରୁ ତିନିଖଣ୍ଡ  ୧୨ ଫୁଟିଆ ଧଉରା କାଠକୁ ଶ୍ରୀମନ୍ଦିର କାର୍ଯ୍ୟାଳୟ ସମ୍ମୁଖରେ ରଖାଯାଇ ଆଜି ସନ୍ଧ୍ୟାରେ ପୂଜାପାଠ କରାଯିବ। ପରମ୍ପରା ଅନୁସାରେ ରାଜପୁରୋହିତ ଓ ଶ୍ରୋତୀୟ ବ୍ରାହ୍ମଣଙ୍କ ଦ୍ୱାରା ମା’ ସରସ୍ଵତୀଙ୍କ ନିକଟରେ ସ୍ଵତନ୍ତ୍ର ପୂଜା କରାଯିବା ପରେ ରଥଖଳାରେ ତିନିଖଣ୍ଡ ଧଉରା କାଠକୁ ରାଜଗୁରୁ ଓ ବ୍ରାହ୍ମଣମାନେ ବନ୍ଦାପନା ସହିତ ପୂଜା କରିବେ।

ଚଳିତବର୍ଷ ରଥଯାତ୍ରା କିଭଳି ଶାନ୍ତି ଶୃଙ୍ଖଳାର ସହିତ ସମାପନ ହେବ ସେନେଇ ଶ୍ରୀଜିଉଙ୍କ ନିକଟରେ ପ୍ରାର୍ଥନା କରାଯିବ। ସେହିପରି ଆସନ୍ତା ରାମନବମୀ ତିଥିରେ ରଥ କାଠ ଚିରଟ ପ୍ରକ୍ରିୟା ଆରମ୍ଭ କରାଯିବାର ବିଧି ରହିଛି। ରଥ ନିର୍ମାଣ ପାଇଁ ମୋଟ ୮୬୫ ଖଣ୍ଡ କାଠର ଆବଶ୍ୟକତା ଥିବାବେଳେ ପୂର୍ବ ବର୍ଷରୁ ଶ୍ରୀମନ୍ଦିର ପ୍ରଶାସନ ପାଖରେ ୧୧୮ ଖଣ୍ଡ କାଠ ମହଜୁଦ ଅଛି। ଅବଶିଷ୍ଟ ୭୪୭ ଖଣ୍ଡ କାଠ ନୟାଗଡ ଓ ବୌଦ୍ଧ ବନଖଣ୍ଡରୁ ଅଣାଯିବାକୁ ଥିବାବେଳେ ଗତ ୨୧ ତାରିଖ ସନ୍ଧ୍ୟାରେ ତିନୋଟି ଟ୍ରକରେ ୧୦୪ ଖଣ୍ଡ କାଠ ପୁରୀରେ ଆସି ପହଞ୍ଚିଛି। ସେଥି ମଧ୍ୟରୁ ତିନୋଟି ୧୨ ଫୁଟିଆ ଧଉରା କାଠକୁ ଆଜି ପୂଜାର୍ଚ୍ଚନା କରାଯିବ।