PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ବର : ପିପିଲି ଟୋଲ ପ୍ଲାଜା ନିକଟରେ ଓଲଟିଲା ବସ୍, ଜଣେ ମୃତ ଓ ୨୦ଆହତ
  • ||
  • ନୟାଗଡ଼ : ବାଘ ଶୀକାର କରି ଫଟୋ ଉଠାଇବା ପଡ଼ିଲା ମହଙ୍ଗା, ୫ ବର୍ଷ ପରେ ଧରାପଡ଼ିଲା ବାଘ ଶିକାରୀ
  • ||
  • ବାରିପଦା : ସୁବର୍ଣ୍ଣରେଖା ଓ ଦେଓ ଜଳସେଚନ ପ୍ରକଳ୍ପ ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ, ୨୭ ହଜାର ହେକ୍ଟରରୁ ଉର୍ଦ୍ଧ୍ଵ ଜମିକୁ ମିଳିବ ଜଳସେଚନ ସୁବିଧା
  • ||
  • ଉଦଳା : ଉଦଳା ଏନଏସି ଅଧୀନ ୱାର୍ଡ ନମ୍ବର ୩ରେ ଥିବା ଅଙ୍ଗନବାଡି କେନ୍ଦ୍ରରେ କୃମି ଔଷଧ ଖାଇ ଶିଶୁ ପୁତ୍ର ଗୁରୁତର , ଡାକ୍ତରଖାନାରେ ଭର୍ତ୍ତି
  • ||
  • ସମ୍ବଲପୁର : ହୀରାକୁଦର ତଳମୁଣ୍ଡରେ ବନ୍ୟା ପରିସ୍ଥିତି ସୃଷ୍ଟି ସମ୍ଭାବନା, ସତର୍କ ସୂଚନା ଜାରି କଲା ପ୍ରଶାସନ
  • ||
  • ପାଟଣା : ଘର ଉପରେ ମାଡ଼ି ବସିଲା ବିରାଟକାୟ ବଉଳ ବୃକ୍ଷ, ଅଳ୍ପକେ ବର୍ତ୍ତିଲେ ପରିବାର ଲୋକ
  • ||
  • ପୁରୀ : ଶ୍ରୀମନ୍ଦିରରେ ଗହ୍ମା ପୂର୍ଣ୍ଣିମା ଉତ୍ସବ, ବୀରଡୋରିରେ ଦୁଇ ଭାଇଙ୍କ ହାତରେ ୬ ଥାକିଆ ରାକ୍ଷୀ ବାନ୍ଧିଲେ ଭଉଣୀ ସୁଭଦ୍ରା
  • ||
  • ପାଟଣା : ଚୋରାଚାଲାଣ ବେଳେ ମାଡ଼ିବସିଲା ବନ ବିଭାଗ, ଶାଳ କାଠ ବୋଝେଇ ସ୍କର୍ପିଓ ଜବତ
  • ||
  • ଜଳେଶ୍ଵର : ବିପଦ ସଂକେତ ଉପରେ ପ୍ରବାହିତ ହେଉଛି ଜଳକା, ବନ୍ୟା ଆଶଙ୍କା
  • ||
  • ଭଦ୍ରକ : ଫୁଲୁଛି ବୈତରଣୀ ଓ ସାଳନ୍ଦୀ, ହଦଗଡ଼ ଡ୍ୟାମ୍‌ରୁ ୨ଟି ଗେଟ୍ ଦେଇ ହେଉଛି ବନ୍ୟାଜଳ ନିଷ୍କାସନ
  • ||

ରଥଯାତ୍ରା ପାଇଁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ନୀତି ନିର୍ଘଣ୍ଟ ପ୍ରସ୍ତୁତ, ସାଢେ ୯ଟାରେ ପହଣ୍ଡି… ୪ଟାରେ ରଥଟଣା

ପୁରୀ, ୩୦/୦୬ : ଆଉ ଦିନକ ପରେ ବିଶ୍ଵ ପ୍ରସିଦ୍ଧ ଘୋଷଯାତ୍ରା। ଏଥିପାଇଁ ଚଳଚଞ୍ଚଳ ହୋଇ ଉଠିଲାଣି ଶ୍ରୀକ୍ଷେତ୍ର। ଦୀର୍ଘ ଦୁଇ ବର୍ଷର କରୋନା କଟକଣା ପରେ ଏଥର ଚର୍ମଚକ୍ଷୁରେ ମହାପ୍ରଭୁଙ୍କ ଘୋଷଯାତ୍ରା ଦେଖିବେ ଶ୍ରଦ୍ଧାଳୁ। ତେବେ ଶ୍ରୀଜିଉଙ୍କ ରଥଯାତ୍ରା କିଭଳି ଭାବରେ ଶାନ୍ତି ଶୃଙ୍ଖଳାର ସହ ହୋଇପାରିବ ସେନେଇ ନୀତି ନିର୍ଘଣ୍ଟ ସ୍ଥିର କରିଛି ଶ୍ରୀମନ୍ଦିର ପ୍ରଶାସନ।

ନୀତି ନିର୍ଘଣ୍ଟ ଅନୁଯାୟୀ, ଆସନ୍ତାକାଲି ସକାଳ ୬ଟାରେ ହେବ ମଙ୍ଗଳ ଆଳତୀ, ୭ଟାରେ ଅବକାଶ ନୀତି ପରେ ୮ଟାରେ ସକାଳ ଧୂପ ନୀତି ହେବ। ଏହାପରେ ୯ଟାରେ ରଥ ପ୍ରତିଷ୍ଠା କରାଯିବ। ୯ଟା ୧୫ରେ ମଙ୍ଗଳର୍ପଣ ହେବ। ୯ଟା ୩୦ରେ ପହଣ୍ଡି ହେବ। ୧୨ଟା ୩୦ରେ ଶ୍ରୀଜିଉଙ୍କ ପହଣ୍ଡି ବିଜେ ଶେଷ ହେବ। ଏହାପରେ ୧ଟା ୩୦ରେ ଚିତା ଲାଗି ହେବ। ୨ଟା ୩୦ରେ ଗଜପତି ଛେରା ପହଁରା କରିବେ। ୩ଟାରେ ଚାରମାଳ ଓ ଘୋଡ଼ା ଲାଗିବ। ୪ଟାରେ ରଥଟଣା ହେବ।

ତେବେ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଏହି ନୀତି ନିର୍ଘଣ୍ଟ ହୋଇଥଲେ ହେଁ ଏହା କେବଳ ସୂଚନା ପାଇଁ ଉଦ୍ଦିଷ୍ଟ।‌ ଏହାର ପୂର୍ବରୁ କିମ୍ବା ପରେ ମଧ୍ୟ ନୀତି ସମ୍ପାଦିତ ହୋଇପାରେ ବୋଲି ପ୍ରଶାସନ ପକ୍ଷରୁ କୁହାଯାଇଛି।‌