ପୁରୀ, ୨।୩ : ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟିଛି। ମାର୍ଚ୍ଚ ୨୫ରେ ହେବ ରତ୍ନଭଣ୍ଡାର ଅଳଙ୍କାର ଗଣତି ମଣତି । ଚୈତ୍ୟ ଶୁଳ୍କ ସପ୍ତମୀ ତିଥିରେ ହେବ ଗଣତି ମଣତି ।ଅପରାହ୍ନ ୧ଟା ୪୫ ମିନିଟରୁ ଆରମ୍ଭ ହେବ ଅଳଙ୍କାର ଗଣତି ମଣତି। ବୈଠକ ପରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢୀ ସୂଚନା ଦେଇଛନ୍ତି। ସରକାରଙ୍କ ଏସଓପି ଅନୁଯାୟୀ ଗଣତି ମଣତି କରାଯିବ ।

ଶ୍ରୀମନ୍ଦିର ପରିଚାଳନା କମିଟିର ଗୁରୁତ୍ୱପୂର୍ଣ୍ଣ ବୈଠକ ସୋମବାର ଅନୁଷ୍ଠିତ ହୋଇଥିଲା। ଗଜପତି ମହାରାଜା ଦିବ୍ୟସିଂହ ଦେବଙ୍କ ଅଧ୍ୟକ୍ଷତାରେ ଏହି ବୈଠକରେ ମୁଖ୍ୟ ପ୍ରଶାସକ, ପୁରୀ ଜିଲ୍ଲାପାଳ, ଏସପି ଙ୍କ ସହିତ ପରିଚାଳନା କମିଟି ସଦସ୍ୟ ମାନେ ଯୋଗ ଦେଇଥିଲେ। ପୂର୍ବରୁ ରତ୍ନଭଣ୍ଡାର ରତ୍ନ ଅଳଙ୍କାରର ଗଣତି ମଣତି ପାଇଁ ଏସଓପି ପ୍ରସ୍ତୁତ ହୋଇଥିବାବେଳେ ତାରିଖ ଓ ଶୁଭ ବେଳା ସ୍ଥିର କରାଯାଇଛି।