ପ୍ରମୁଖ ଖବର
  • ଧର୍ମଗଡ଼ : ଏସଡିଓଙ୍କ ସନ୍ଦେହଜନକ ମୃତ୍ୟୁ, ସରକାରୀ କ୍ଵାର୍ଟର୍ସରୁ ମିଳିଲା ମୃତଦେହ
  • ||
  • ଭୁବନେଶ୍ଵର : ୧୪ରେ ବିଜେଡି କାର୍ଯ୍ୟକାରିଣୀ ବୈଠକ, ପ୍ରସ୍ତୁତ ହେବ ଆଗାମୀ ରାଜନୈତିକ ଖସଡ଼ା
  • ||
  • ବାଙ୍କୀ : ମହାନଦୀକୁ ଡେଇଁ ଯୁବକଙ୍କ ଆତ୍ମହତ୍ୟା ଉଦ୍ୟମ, ଉଦ୍ଧାର କଲେ ଅଗ୍ନିଶମ ବାହିନୀ
  • ||
  • ଅନୁଗୁଳ: ପବିତ୍ର ମୋହନ ପ୍ରଧାନ ସରକାରୀ ହସ୍ପିଟାଲ୍‌ର ଭିଡିଓ କନ୍‌ଫରେନ୍‌ସିଂରେ ଉଦ୍‌ଘାଟନ କରିବେ ମୁଖ୍ୟମନ୍ତ୍ରୀ
  • ||
  • ନୂଆଦିଲ୍ଲୀ: ଟି-ଟ୍ୱେଣ୍ଟି ବିଶ୍ୱକପ୍‌ ଲୋଗୋ ଉନ୍ମୋଚିତ କଲା ଆଇସିସି, ଆମେରିକା ଓ ୱେଷ୍ଟ ଇଣ୍ଡିଜ ମିଳିତ ଭାବେ କରିବେ ଆୟୋଜନ
  • ||
  • ଭୁବନେଶ୍ୱର: ୧୯ ପ୍ରକଳ୍ପକୁ ସିଙ୍ଗିଲ୍‌ ୱିଣ୍ଡୋ ମଞ୍ଜୁରି କଲେ ରାଜ୍ୟ ସରକାର: ୪୮୦୦ କୋଟି ନିବେଶ, ୧୭୫୫୩ ନିଯୁକ୍ତି ସମ୍ଭାବନା
  • ||
  • ଭୁବନେଶ୍ୱର: ବର୍ଷା ପରେ ବଦଳିଲା ପାଗର ମିଜାଜ: ୩ରୁ ୫ ଡିଗ୍ରୀ ଯାଏଁ ତଳକୁ ଖସିବ ରାତିର ପାରଦ,୧୦ରୁ ବଢିବ ଶୀତ
  • ||

ଅଟୋ ଚାଳକଙ୍କୁ ଗୁଳିମାଡ଼ ଘଟଣା : ଅଭିଯୁକ୍ତ ଅଟକ, ମାଉଜର ଜବତ

ରାଉରକେଲା, ୦୬।୧୧ : ରାଉରକେଲା ବିଶ୍ରା ଥାନା ଅଞ୍ଚଳରେ ଅଟୋ ଚାଳକଙ୍କୁ ଗୁଳିମାଡ଼ ଘଟଣା।  ଗୁଳିମାଡ଼ କରିଥିବା ଯୁବକ ଥାନାରେ ଅଟକ । ପୋଲିସର ତଦନ୍ତ ଜାରି।

ସୂଚନା ଅନୁଯାୟୀ, ରାଉରକେଲା ବିଶ୍ରା ବିଚ୍‌ ରାସ୍ତାରେ ଅଟୋ ଚାଳକ ଏମ୍‌.ଡି ରାଜାଙ୍କୁ ଗୁଳି ମରାଯାଇଥିଲା । ଯାହାପରେ ସେ ଗୁରୁତର ହୋଇପଡିଥିଲା । ଗୁରୁତର ଅବସ୍ଥାରେ ତାଙ୍କୁ ମେଡିକାଲରେ ଭର୍ତ୍ତି କରାଯାଇଥିଲା। ଏବେ ତାଙ୍କର ଚିକିତ୍ସା ଜାରି ରହିଛି । ତେବେ ତାଙ୍କ ଅବସ୍ଥା ଏବେ ଗୁରୁତର ଥିବା ଜଣାପଡିଛି ।

ଅଟୋ ଚାଳକଙ୍କୁ ଗୁଳିମାଡ଼, ଗୁରୁତର ଅବସ୍ଥାରେ ଡାକ୍ତରଖାନାରେ ଭର୍ତ୍ତି

ସେପଟେ ଗୁଳିମାଡ଼ ପରେ ପୋଲିସ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି। ଅଭିଯୁକ୍ତକୁ ଧରିବା ନେଇ ବିଭିନ୍ନ ସ୍ଥାନରେ ଚଢାଉ କରିଥିଲା। ଶେଷରେ ଗୁଳିମାଡ଼ କରିଥିବା ଯୁବକକୁ ଥାନାରେ ଅଟକ ରଖିଛି। ଏହାସହିତ ଘଟଣାରେ ବ୍ୟବହୃତ ଦେଶୀ ମାଉଜରକୁ ମଧ୍ୟ ଜବତ କରିଛି । ପୂର୍ବ ଶତ୍ରୁତାରୁ ଗୁଳିମାଡ଼ ହୋଇଥିବା ସନ୍ଦେହ କରାଯାଉଛି । ତଦନ୍ତ ପରେ ସ୍ପଷ୍ଟ ହେବ ବୋଲି ପୋଲିସ କହିଛି। 

  • prameyanews
  • PrameyaOdia
  • prameya
  • Copyright © 2022 - Summa Real Media Private Limited. All Rights Reserved.