PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ସୁନ୍ଦରଗଡ଼ : ସୁନ୍ଦରଗଡ଼ ଟାଉନ ଥାନା ଅନ୍ତର୍ଗତ ରିଜେଣ୍ଟ ମାର୍କେଟ୍‌ ଅଞ୍ଚଳରେ ଏକ ସମ୍ପ୍ରଦାୟର ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ, ଫାଙ୍କା ଗୁଳି ଚାଳନା କରି ୧୦ ଅଟକ
  • ||
  • ସୁନ୍ଦରଗଡ଼ : ସୁନ୍ଦରଗଡ଼ ଟେନ୍ସା ଗୀତାରାଣୀ ମାଇନ୍ସ ସମ୍ମୁଖରେ ଅଘଟଣ, ହାଇଓ୍ୱା ସହ ଜିଅନ୍ତା ଜଳିଗଲେ ଡ୍ରାଇଭର
  • ||
  • ବଡ଼ବିଲ : କେନ୍ଦୁଝର ଜିଲ୍ଲା ବାମେବାରୀ ଥାନା ବସନ୍ତପୁର ମାଝୀ ସାହିରେ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ବିଭତ୍ସ ହତ୍ୟାକାଣ୍ଡ, କଟୁରୀରେ ହାଣି ମୁଣ୍ଡଗଣ୍ଡି ଅଲଗା କରିଦେଲା ଦୁର୍ବୃତ୍ତ
  • ||
  • ବାରିପଦା : ବାରିପଦା ଷ୍ଟେସନ ଠାରେ ଗଛ ପଡ଼ି ଇଲେକ୍ଟ୍ରିକ ତାର ଛିଡି ଅଟକିଲା ଟ୍ରେନ, ବିଳମ୍ବରେ ଚାଲିବ ଟ୍ରେନ
  • ||
  • ଭଦ୍ରକ : ସମ୍ଭାବ୍ୟ ବନ୍ୟା ଲାଗି ଛୁଟି ବାତିଲ, ମୁକାବିଲା ପାଇଁ ଓଡ୍ରାଫ-ଏନ୍‌ଡିଆରଏଫ୍‌-ଅଗ୍ନିଶମ ବାହିନୀ ପ୍ରସ୍ତୁତ
  • ||
  • ବାରିପଦା : ବିଶୋଇ ଥାନା ଲୋହାକାନି ଭୋଳ ବେଡା ଗ୍ରାମରେ ବିଳମ୍ୱିତ ରାତିରେ ଭୁଷୁଡିଲା ଘରର କାନ୍ଥ, ଚାଲିଗଲା ଦୁଇ ଭଉଣୀଙ୍କ ଜୀବନ
  • ||
  • ଲକ୍ଷ୍ନୌ : ଭୂକମ୍ପରେ ଥରିଲା ଲକ୍ଷ୍ନୌ ସମେତ ୟୁପିର କେତେକ ଜିଲ୍ଲା , କୌଣସି କ୍ଷୟକ୍ଷତି ହୋଇନଥିବା ସୂଚନା
  • ||
  • ପୁରୀ : ଶ୍ରଦ୍ଧାଳୁଙ୍କ ବେକରେ ବ୍ଲେଡ୍‌ ମାରି ସୁନା ଚେନ୍‌ ଲୁଟ ଉଦ୍ୟମ ଫେଲ୍, ଧରାପଡି ଛେଚା ଖାଇଲେ ୩ ଲୁଟେରା
  • ||
  • ସମ୍ବଲପୁର : ୬୨୧.୦୨ ଫୁଟ୍‌କୁ ଖସିଲା ହୀରାକୁଦ ଜଳଭଣ୍ଡାର ଜଳସ୍ତର, ୨୦ ଗେଟ ଦେଇ ଚାଲିଛି ବନ୍ୟାଜଳ ନିଷ୍କାସନ
  • ||
  • ଭୁବନେଶ୍ୱର : ୨୧ରୁ ବନ୍ୟାଞ୍ଚଳ ଗସ୍ତ କରିବ ପିସିସି ଟିମ୍‌, ୨୩ ସୁଦ୍ଧା ଦେବେ ରିପୋର୍ଟ
  • ||
  • ବାଲିଗୁଡ଼ା : ଦାରିଙ୍ଗବାଡ଼ି ବ୍ଲକ ତିଲୋରୀ ପଞ୍ଚାୟତର ସିମନବାଡ଼ି ଗ୍ରାମ ନିକଟରେ ଥିବା ପୋଲର ପାର୍ଶ୍ଵ ରାସ୍ତା ଧସି ଯାଇଛି, ବସ୍ ଚଳାଚଳ ସମ୍ପୂର୍ଣ୍ଣ ଠପ୍
  • ||
  • କେନ୍ଦୁଝର : କେନ୍ଦୁଝର ଜିଲ୍ଲା ସଦର ବ୍ଲକ ମହାଦେଇଯୋଡ଼ା ପଞ୍ଚାୟତ ଟିକରପଡ଼ାରେ ଲଗାଣ ବର୍ଷାରେ କାନ୍ଥ ଭୁଷୁଡ଼ି ସ୍ତ୍ରୀ ମୃତ, ସ୍ୱାମୀ ଗୁରୁତର
  • ||
  • ଜୟପୁର/ଦିଲ୍ଲୀ : ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଚାଲିଗଲା ୬ଶ୍ରଦ୍ଧାଳୁଙ୍କ ଜୀବନ : ୨୦ରୁ ଅଧିକ ଆହତ, ପ୍ରଧାନମନ୍ତ୍ରୀଙ୍କ ଶୋକପ୍ରକାଶ
  • ||
  • ନୂଆଦିଲ୍ଲୀ : ବାଙ୍କ ବିହାରୀ ମନ୍ଦିରରେ ବଡ଼ ଧରଣ ଅଘଟଣ, ମଙ୍ଗଳା ଆରତୀ ସମୟରେ ଦଳା ଚକଟାରେ ଦୁଇ ମୃତ
  • ||

ବିଜେପି କାଟିଲା ଶତ୍ରୁଘ୍ନ ସିହ୍ନାଙ୍କ ଟିକେଟ୍, କଂଗ୍ରେସରେ ହୋଇପାରନ୍ତି ସାମିଲ

ନୂଆଦିଲ୍ଲୀ,୨୩।୩: ଆଜି ବିଜେପି ବିହାରରେ ଏନଡିଏର ୪୦ଟି ଲୋକସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା ହୋଇଛି। ତେବେ ଏହି  ପ୍ରାର୍ଥୀ ତାଲିକାରେ ନାହାଁନ୍ତି ଶତୃଘ୍ନ ସିହ୍ନା। ଶତୃଘ୍ନ ବିଜେପିରେ ରହି ଦଳକୁ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ବହୁବାର ସମାଲୋଚନା କରୁଥିବାରୁ ତାଙ୍କୁ ଟିକେଟ୍‌ ମିଳି ନାହିଁ ବୋଲି ଆଶଙ୍କା କରାଯାଉଛି। ଶତୃଘ୍ନଙ୍କ ବଦଳରେ କେନ୍ଦ୍ରମନ୍ତ୍ରୀ ରବିଶଙ୍କର ପ୍ରସାଦଙ୍କୁ ବିଜେପି ପାଟନା ସାହିବରୁ ପ୍ରାର୍ଥୀ କରିଛି। ରବିଶଙ୍କର ପ୍ରଥମଥର ପାଇଁ ଲୋକସଭା ନିର୍ବାଚନ ଲଢ଼ିବେ। ଶତ୍ରୁଘ୍ନଙ୍କ ସହିତ  ଶହନୱାଜ ହୁସେନ୍‌ଙ୍କୁ ମଧ୍ୟ  ଟିକେଟ୍‌ ମିଳିନାହିଁ। ତେବେ ଶହନଓ୍ବାଙ୍କୁ କାହିଁକି ଟିକେଟ୍ ମିଳିନାହିଁ ତାହା ସ୍ପଷ୍ଟ ହୋଇପାରିନାହିଁ। ଆଗକୁ ଶତ୍ରୁଘ୍ନ କଂଗ୍ରେସରେ ସାମିଲ ହୋଇପାରନ୍ତି ବୋଲି ଚର୍ଚ୍ଚା ହେଉଛି।

ଅନ୍ୟପକ୍ଷେ ନୱାଦାର ସାଂସଦ ତଥା କେନ୍ଦ୍ରମନ୍ତ୍ରୀ ଗିରିରାଜ ସିଂହଙ୍କୁ ଦଳ ଏଥର ବେଗୁସରାଇରୁ ପ୍ରାର୍ଥୀ କରିଛି। ନୱାଦା ଆସନରେ ଏନ୍‌ଡିଏର ସହଯୋଗୀ ଦଳ ଏଲଜେପି ଚନ୍ଦନ କୁମାରଙ୍କୁ ପ୍ରାର୍ଥୀ କରିବ। ଜମୁଇରୁ ଏଲଜେପିର ଚିରାଗ ପାଶ୍ୱାନ ପ୍ରାର୍ଥୀ ହେବେ। ପୂର୍ବ ଚମ୍ପାରନ୍‌ରୁ କେନ୍ଦ୍ର କୃଷିମନ୍ତ୍ରୀ ରାଧା ମୋହନ ସିଂହ, ପାଟଲିପୁତ୍ରରୁ ରାମକ୍ରିପାଲ ଯାଦବ, ଆରାରୁ ଆର.କେ ସିଂହ, ବକସାରରୁ ଅଶ୍ୱିନୀ ଚୌବେ ଓ ସାରନରୁ ରାଜୀବ ପ୍ରତାପ ରୁଡ଼ି ପ୍ରାର୍ଥୀ ହୋଇଛନ୍ତି।ବିହାରର ୪୦ଟି ଆସନରୁ ବିଜେପି ଓ ନୀତୀଶ କୁମାରଙ୍କ ଜେଡିୟୁ ୧୭ଟି ଲେଖାଏ ଆସନରେ ପ୍ରାର୍ଥୀ ଦେଇଥିବା ବେଳେ ରାମବିଲାସ ପାଶ୍ୱାନଙ୍କ ଏଲଜେପି ୬ଟି ଆସନରେ ଲଢ଼ିବ। ତେବେ ଦଳ ପକ୍ଷରୁ ଏପର୍ଯ୍ୟନ୍ତ ୫ ଜଣ ପ୍ରାର୍ଥୀଙ୍କ ନାଁ ଘୋଷଣା କରାଯାଇଛି।