ପ୍ରମୂଖ ଖବର
  • ମେକ୍ସିକୋ ଏବଂ ଇୟୁ ଉପରେ ଟାରିଫ୍‌ ବୋମା ପକାଇଲେ ଟ୍ରମ୍ପ, ଲାଗିବ ୩୦ ପ୍ରତିଶତ ଶୁଳ୍କ
  • ||
  • ପ୍ରଥମ ଥର ଟି-୨୦ ବିଶ୍ୱକପ୍ ପାଇଁ ଯୋଗ୍ୟତା ଅର୍ଜନ କଲା ଇଟାଲୀ, ନେଦରଲ୍ୟାଣ୍ଡସକୁ ବି ମିଳିଲା ସୁଯୋଗ
  • ||
  • ଏଫଏମ କଲେଜ ଛାତ୍ରୀ ଆତ୍ମହତ୍ୟା ଉଦ୍ୟମ ଘଟଣା ; କଲେଜ ଅଧ୍ୟକ୍ଷ ନିଲମ୍ବିତ, ଏଚଓଡି ଗିରଫ
  • ||
  • ବ୍ରହ୍ମପୁର ରେଳ ଷ୍ଟେସନରୁ ୨ ଜଣଙ୍କ ମୃତଦେହ ଉଦ୍ଧାର, ବିଷ ପିଇ ଜୀବନ ହାରିଥିବା ସନ୍ଦେହ
  • ||
  • ନୀଳଗିରି ବ୍ଲକ ତେଲିପାଳ ପଞ୍ଚାୟତ ଋଷିଆ କେନାଲରେ ଅଘଟଣ, ବଜ୍ରପାତରେ ୩ ମୃତ
  • ||
  • କଟକ: ଓସିଏ କନ୍‌ଫରେନ୍ସ ହଲ୍‌ରେ ଅଗ୍ନିକାଣ୍ଡ , କାରଣ ଅସ୍ପଷ୍ଟ
  • ||
  • ଅସହ୍ୟ ହେଲା ଅଧ୍ୟାପକଙ୍କ ନିର୍ଯାତନା, ଦେହରେ ପେଟ୍ରୋଲ ଢାଳି ନିଆଁ ଲଗାଇଲେ ଛାତ୍ରୀ, ଉଦ୍ଧାର କରିବାକୁ ଯାଇ ଛାତ୍ର ଗୁରୁତର
  • ||
  • ରାୟଗଡ଼ା : କଞ୍ଜାମଯୋଡି ଗ୍ରାମରେ କଙ୍ଗାରୁକୋର୍ଟ ଘଟଣା: ରାୟଗଡ଼ା ଉପଜିଲ୍ଲାପାଳଙ୍କ ତଦନ୍ତ ନିର୍ଦ୍ଦେଶ
  • ||
  • ଅନୁଗୁଳ : ସାପ କାମୁଡ଼ାରେ ନାବାଳକ ମୃତ
  • ||
  • କଟକ : ପାରିବାରିକ କଳହର କରୁଣ ପରିଣତି, ମୁଣ୍ଡଳୀ ବ୍ରିଜ୍‌ରେ ଗାଡ଼ି ରଖି ମହାନଦୀକୁ ଡେଇଁ ପଡ଼ିଲେ ଯୁବକ!
  • ||
  • ମୁମ୍ବାଇରୁ ଓଡ଼ିଶା ଫେରିବେ ବିରୋଧୀ ଦଳ ନେତା ନବୀନ, ସ୍ୱାଗତ ପାଇଁ ବିଜେଡି ନେତା ଓ କର୍ମୀ ପ୍ରସ୍ତୁତ
  • ||
  • ଡ୍ରାଇଭର ମହାସଂଘ ହାତ ଛାଡ଼ିଲେ ବସ୍‌ ମାଲିକ, ରାଜ୍ୟରେ ସ୍ୱାଭାବିକ ହେଲା ଘରୋଇ ବସ୍‌ ଚଳାଚଳ
  • ||
  • ଦିଲ୍ଲୀରେ ଭୁଶୁଡ଼ିଲା ୪ ମହଲା ବିଲ୍ଡିଂ, ୧୨ ଜଣ ଚାପି ହୋଇଥିବା ଆଶଙ୍କା
  • ||
  • ଦୁର୍ବଳ ହେଉଛି ମାଓ ସଙ୍ଗଠନ, ଆତ୍ମସମର୍ପଣ କଲେ ୨୨ ମାଓବାଦୀ
  • ||
  • ଭୁବନେଶ୍ୱର : ପୁଲିସ ଭବନ ସମ୍ମୁଖରେ ସିରିଜ୍ ଦୁର୍ଘଟଣା, ଡ୍ରାଇଭର ଗୁରୁତର
  • ||
  • କେନ୍ଦୁଝର: ଗୋଠଛଡ଼ା ଦନ୍ତା ଆକ୍ରମଣରେ ଜଣେ ମୃତ, ଜଣେ ଗୁରୁତର
  • ||
  • ଅହମ୍ମଦାବାଦ ପ୍ଲେନ୍‌ କ୍ରାସ୍‌ର ଆସିଲା ତଦନ୍ତ ରିପୋର୍ଟ, ଉଡ଼ାଣର ୯୦ ସେକେଣ୍ଡରେ ବନ୍ଦ ହୋଇଥିଲା ବିମାନ ଇଞ୍ଜିନ୍‌
  • ||
  • ମେଗା ରୋଜଗାର ମେଳା, ଆଜି ୫୧ ହଜାର ନିଯୁକ୍ତିପତ୍ର ବାଣ୍ଟିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି
  • ||
  • ଘୂର୍ଣ୍ଣିବଳୟ ସକ୍ରିୟ: ଆଜି ୧୩ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ, ୧୩ରୁ ଅଧିକ ବର୍ଷା ହୋଇପାରେ
  • ||

ଲଗାତାର ୧୧ ଥର ପାଇଁ ଅପରିବର୍ତ୍ତିତ ରେପୋ ରେଟ୍, ଇଏମଆଇରେ ହେବନି କୌଣସି ପରିବର୍ତ୍ତନ

Published By : Anindita Ratha | December 6, 2024 11:06 AM

ନୂଆଦିଲ୍ଲୀ,୦୬/୧୨: ଅପରିବର୍ତ୍ତିତ ରହିଲା ରେପୋ ରେଟ । ଲଗାତାର ଏକାଦଶ ଥର ପାଇଁ ରେପୋ ରେଟ୍‌ରେ କୌଣସି ପରିବର୍ତ୍ତନ କରାଯାଇ ନାହିଁ । ରେପୋ ରେଟ୍‌କୁ ୬.୫ ପ୍ରତିଶତରେ ସ୍ଥିର ରଖିଛି ଭାରତୀୟ ରିଜର୍ଭ ବ୍ୟାଙ୍କ  । ଫଳରେ  ଇଏମଆଇରେ ହେବନି କୌଣସି ପରିବର୍ତ୍ତନ।  ଏନେଇ ଆରବିଆଇ ଗଭର୍ଣ୍ଣର ତଥା ଏମପିସି ଅଧ୍ୟକ୍ଷ ଶକ୍ତିକାନ୍ତ ଦାସ ନିଜର ଶେଷ କାର୍ଯ୍ୟକାଳ ସମୟରେ ସୂଚନା ଦେଇଛନ୍ତି ।

ତେବେ କ୍ରମାଗତ ଏକାଦଶ ଥର ପାଇଁ ରେପୋ ରେଟରେ ପରିବର୍ତ୍ତନ କରାଯାଇନାହିଁ । ଗତ ବର୍ଷ ଫେବୃଆରୀରେ ଶେଷ ଥର ପାଇଁ ରେପୋ ରେଟ୍ ପରିବର୍ତ୍ତନ ହୋଇଥିଲା। ଏହା ପରଠାରୁ କୌଣସି ପରିବର୍ତ୍ତନ କରାଯାଇ ନାହିଁ। ମୁଦ୍ରାସ୍ଫିତୀକୁ ନିୟନ୍ତ୍ରଣରେ ରଖିବା ପାଇଁ ଏହି ପଦକ୍ଷେପ ନିଆଯାଇଥିବା କୁହାଯାଉଛି। ରେପୋ ହାରରେ କୌଣସି ପରିବର୍ତ୍ତନ ନହେବା କାରଣରୁ ଘର ଏବଂ କାର ଲୋନ୍ ସମେତ ସମସ୍ତ ପ୍ରକାରର ଲୋନର ଇଏମଆଇ ପୂର୍ବ ପରି ସମାନ ରହିଛି।  ଲୋନ ନେଇ ଇଏମଆଇ ଦେଉଥିଲେ ଏହା ବୃଦ୍ଧି ପାଇବନି । ରେପୋ ରେଟ୍‌କୁ ୬.୫ ପ୍ରତିଶତରେ ଅପରିବର୍ତ୍ତିତ ରଖିବାକୁ ନିଷ୍ପତ୍ତି ନିଆଯାଇଥିବା ନେଇ ଏମପିସି  ବୈଠକରେ କହିଛନ୍ତି ଆରବିଆଇ ଗଭର୍ଣ୍ଣର ଶକ୍ତିକାନ୍ତ ଦାସ । ସେ ଆହୁରି ମଧ୍ୟ କହିଛନ୍ତି ଯେ, ଦରଦାମ ବୃଦ୍ଧିରେ ନିୟନ୍ତ୍ରଣ ଆମର ପ୍ରାଥମିକତା  । ଅପରିବର୍ତ୍ତିତ ରେପୋରେଟ ବର୍ତ୍ତମାନର ଅର୍ଥନୈତିକ ଅବସ୍ଥା ପ୍ରତି ଏକ ସତର୍କ ଆଭିମୁଖ୍ୟ ସୂଚାଉଥିବା ସେ କହିଛନ୍ତି । ପ୍ରକାଶ ଥାଉକି, ରିଜର୍ଭ ବ୍ୟାଙ୍କ ବାଣିଜ୍ୟିକ ବ୍ୟାଙ୍କଗୁଡିକୁ ଯେଉଁ ସୁଧହାରରେ ଋଣ ଦେଇଥାଏ, ତାକୁ ରେପୋ ରେଟ କହନ୍ତି । ଏଥିରେ ପରିବର୍ତ୍ତନ ହେଲେ ବାଣିଜ୍ୟିକ ବ୍ୟାଙ୍କ ଗ୍ରାହକ ସିଧାସଳଖ ପ୍ରଭାବିତ ହୋଇଥାନ୍ତି ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.