ପ୍ରମୂଖ ଖବର
  • ବଲାଙ୍ଗୀର : ରାଜେନ୍ଦ୍ର ବିଶ୍ଵବିଦ୍ୟାଳୟରେ ଆଶାନ୍ତି, ହଷ୍ଟେଲ ଫି ବୃଦ୍ଧି ନେଇ ଧାରଣା ଦେଲେ ଛାତ୍ରଛାତ୍ରୀ
  • ||
  • ବାରିପାଦ: ବିଚ୍‌ ରାସ୍ତାରେ ଯୁବକଙ୍କୁ ଭୁଜାଲି ମାଡ଼, ଆହତ ଅବସ୍ଥାରେ ମେଡିକାଲରେ ଭର୍ତ୍ତି
  • ||
  • ବୁଧବାର ମେୟରଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକ, ଯୋଗଦେବେ ସବୁ ଷ୍ଟାଣ୍ଡିଂ କମିଟିର ଅଧ୍ୟକ୍ଷ ଏବଂ କର୍ପୋରେଟର
  • ||
  • ସୁନ୍ଦରଗଡ଼ : ପୋଖରୀରୁ ଅଜଣା ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହ
  • ||
  • କେନ୍ଦ୍ରାପଡ଼ା : ଆଳିରେ ସିରିଜ୍‌ ଚୋରି, ଲକ୍ଷାଧିକ ଟଙ୍କାର ଅଳଙ୍କାର ନେଇଗଲେ ଦୁର୍ବୃତ୍ତ
  • ||
  • ବର୍ମିଂହାମ୍‌ରେ ଇଣ୍ଡିଆ-ଇଂଲଣ୍ଡ ଦ୍ୱିତୀୟ ଟେଷ୍ଟ: ପ୍ରତ୍ୟାବର୍ତ୍ତନ ପାଇଁ ପ୍ରସ୍ତୁତ ଗିଲ୍‌ ବାହିନୀ, ବୁମ୍‌ରା ଖେଳିବେ କି ନାହିଁ ହୋଇନି ସ୍ପଷ୍ଟ
  • ||
  • ବାହୁଡ଼ା ଯାତ୍ରା ପ୍ରସ୍ତୁତି: ଆଜ୍ଞାମାଳ ବିଜେ ପରେ ଶରଧାବାଲିରେ ଦକ୍ଷିଣ ମୋଡ଼ ନେବ ତିନ ରଥ
  • ||
  • ବଡ଼ବିଲ: ଖଣିରେ ଧସିଲା ମାଟି ଅତଡ଼ା, ଚାଲିଗଲା ୩ ଜୀବନ
  • ||
  • ନନ୍ଦିଘୋଷ ଭାଙ୍ଗିଲେ ରାଗରୋଷରେ ଜର୍ଜରିତ ମା’ଲକ୍ଷ୍ମୀ ଠାକୁରାଣୀ, ମହାପ୍ରଭୁଙ୍କ ଆଜ୍ଞାମାଳ ପାଇ ଫେରିଲେ
  • ||
  • ଉତ୍ତର-ପଶ୍ଚିମରେ ପ୍ରବଳ ବର୍ଷା ଆଶଙ୍କା: ପୁଣି ଘୂର୍ଣ୍ଣିବଳୟ ସମ୍ଭାବନା, ୫ରୁ ବର୍ଷା ବଢ଼ିପାରେ
  • ||

୧୬ ଆକାଂକ୍ଷୀ ଜିଲ୍ଲା ପାଇଁ ୧୬ ବରିଷ୍ଠ IASଙ୍କୁ ନିଯୁକ୍ତି, ଆକାଂକ୍ଷୀ ଜିଲ୍ଲାର ଅଗ୍ରଗତି ନେଇ କରିବେ ସମୀକ୍ଷା

Published By : Rasmita Pradhan | October 10, 2024 9:32 AM

ଭୁବନେଶ୍ୱର, ୧୦/୧୦ : ୧୬ ବରିଷ୍ଠ ଭାରତୀୟ ପ୍ରଶାସନିକ ସେବା (ଆଇଏଏସ୍‌) ଅଧିକାରୀଙ୍କୁ ୧୬ଟି ଆକାଂକ୍ଷୀ ଜିଲ୍ଲାର ଦାୟିତ୍ୱ ଦିଆଯାଇଛି। ଏହି ଜିଲ୍ଲାଗୁଡିକରେ କିଭଳି ଆକାଂକ୍ଷୀ ଜିଲ୍ଲା କାର୍ଯ୍ୟକ୍ରମ ଓ ଆକାଂକ୍ଷୀ ବ୍ଲକ କାର୍ଯ୍ୟକ୍ରମ ଠିକ ଭାବେ କାର୍ଯ୍ୟକାରୀ ହୋଇପାରିବ, ତାହାର ତଦାରଖ କରିବା ପାଇଁ ଏହି ଦାୟିତ୍ୱ ଦିଆଯାଇଛି। ବିଭିନ୍ନ ସମୟରେ ନୀତି ଆୟୋଗ ଦ୍ୱାରା ଦିଆଯାଉଥିବା କାର୍ଯ୍ୟଗୁଡ଼ିକର ମଧ୍ୟ ଏହି ଅଧିକାରୀମାନେ ସମୀକ୍ଷା କରିବେ। 

ଶିଳ୍ପ ବିଭାଗ ପ୍ରମୁଖ ସଚିବ ହେମନ୍ତ ଶର୍ମାଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ କେନ୍ଦୁଝର ଜିଲ୍ଲାର ଦାୟିତ୍ୱ ଦିଆଯାଇଛି । ସେହିପରି ପଞ୍ଚାୟତିରାଜ ବିଭାଗ ପ୍ରମୁଖ ସଚିବ ସୁଶିଲ ଲୋହାନିଙ୍କୁ କଳାହାଣ୍ଡି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ପ୍ରମୁଖ ସଚିବ ବିଷ୍ଣୁପଦ ସେଠୀଙ୍କୁ ମାଲକାନଗିରି, ଯୋଜନା ଓ ସଂଯୋଜନା ବିଭାଗ ପ୍ରମୁଖ ସଚିବ ଚିତ୍ରା ଅରୁମୁଗମଙ୍କୁ କୋରାପୁଟ, ଅର୍ଥ ବିଭାଗ ପ୍ରମୁଖ ସଚିବ ଶାଶ୍ୱତ ମିଶ୍ରଙ୍କୁ ବରଗଡ଼, ନଗର ଉନ୍ନୟନ ପ୍ରମୁଖ ସଚିବ ଉଷା ପାଢ଼ୀଙ୍କୁ କନ୍ଧମାଳ, ପୂର୍ତ୍ତ ବିଭାଗ ପ୍ରମୁଖ ସଚିବ ବୀର ବିକ୍ରମ ଯାଦବଙ୍କୁ ବଲାଙ୍ଗୀର, ସୂଚନା ପ୍ରଯୁକ୍ତି ପ୍ରମୁଖ ସଚିବ ବିଶାଲ ଦେବଙ୍କୁ ନୂଆପଡ଼ା, ସୂଚନା ଓ ଲୋକସମ୍ପର୍କ ବିଭାଗ ପ୍ରମୁଖ ସଚିବ ସଞ୍ଜୟ କୁମାର ସିଂଙ୍କୁ ମୟୂରଭଞ୍ଜ, ମହିଳା ଓ ଶିଶୁ କଲ୍ୟାଣ ବିଭାଗ ପ୍ରମୁଖ ସଚିବ ଶୁଭା ଶର୍ମାଙ୍କୁ ଗଜପତି, କ୍ରୀଡ଼ା ପ୍ରମୁଖ ସଚିବ ଭାସ୍କରଜ୍ୟୋତି ଶର୍ମାଙ୍କୁ ନବରଙ୍ଗପୁର, ଗଣଶିକ୍ଷା ସଚିବ ଶାଲିନୀ ପଣ୍ଡିତଙ୍କୁ ରାୟଗଡ଼ା, ସ୍ୱାସ୍ଥ୍ୟ ସଚିବ ଆଶ୍ୱତୀ ଏସଙ୍କୁ ସୁନ୍ଦରଗଡ଼, ଉଚ୍ଚଶିକ୍ଷା ସଚିବ ଅରବିନ୍ଦ ଅଗ୍ରୱାଲଙ୍କୁ ସମ୍ବଲପୁର, ବିଡିଏ ଉପାଧ୍ୟକ୍ଷ ଏନ୍‌ ତିରୁମାଳା ନାୟକଙ୍କୁ ନୟାଗଡ଼ ଓ ଜଳ ସମ୍ପଦ ବିଭାଗ ଅତିରିକ୍ତ ସଚିବ ସୁଧାଂଶୁ ମୋହନ ସାମଲଙ୍କୁ ଢ଼େଙ୍କାନାଳ ଜିଲ୍ଲା ଦାୟିତ୍ୱ ଦିଆଯାଇଛି । ରାଜ୍ୟ ସରକାରଙ୍କ ଯୋଜନା ଓ ସଂଯୋଜନା ବିଭାଗ ପକ୍ଷରୁ ଏନେଇ ବିଜ୍ଞପ୍ତି ପ୍ରକାଶ ପାଇଛି ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.