ପ୍ରମୂଖ ଖବର
  • ନୂଆଦିଲ୍ଲୀରେ ବସିବ ନୀତି ଆୟୋଗ ବୈଠକ, ଅଧ୍ୟକ୍ଷତା କରିବେ ପ୍ରଧାନମନ୍ତ୍ରୀ
  • ||
  • କିଏ ନେବ ରାଜ୍ୟ କଂଗ୍ରେସ ନେତୃତ୍ୱ ? ଦିଲ୍ଲୀ ଦରବାରରେ ଛାମୁଆ ନେତା, ଚର୍ଚ୍ଚାରେ ତାରା, ମୋକିମ, ପ୍ରସାଦ ଓ ସପ୍ତଗିରି
  • ||
  • ଶନିବାରଠୁ ଶ୍ରୀଲଙ୍କା-ଭାରତ ଟି-ଟ୍ୱେଣ୍ଟି ସିରିଜ୍,ପାଲିକେଲେରେ ଖେଳାଯିବ ପ୍ରଥମ ମୁକାବିଲା
  • ||
  • ଶନିବାର ନୀତି ଆୟୋଗ ସାଧାରଣ ପରିଷଦ ବୈଠକ, ଦିଲ୍ଲୀରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
  • ||
  • ଲଘୁଚାପ ସକ୍ରିୟ: ଆସନ୍ତା ୪ ଦିନ ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା, ସତର୍କ କରାଇଲେ ଏସ୍‌ଆରସି
  • ||

୩୧ରେ ସରିବ ଆଞ୍ଚଳିକ ଶିକ୍ଷା ପ୍ରତିଷ୍ଠାନ ନାମଲେଖା ଆବେଦନ, ଜୁନ୍‌ ୧୬ରେ ପ୍ରବେଶିକା ପରୀକ୍ଷା

ଭୁବନେଶ୍ୱର, ୨୯।୫: ଆଞ୍ଚଳିକ ଶିକ୍ଷା ପ୍ରତିଷ୍ଠାନରେ ନାମଲେଖା ପାଇଁ ଆବେଦନ ଆରମ୍ଭ ହୋଇଛି । ମେ ୩୧ ତାରିଖ ପର୍ଯ୍ୟନ୍ତ ଏହି ଆବେଦନ ପ୍ରକ୍ରିୟା ଚାଲୁରହିବ । ତେବେ ଜୁନ୍‌ ୧୭ ତାରିଖରେ ସିଇଇ ପରୀକ୍ଷା ହେବ । ଏହି ପରୀକ୍ଷାକୁ ଆଞ୍ଚଳିକ ଶିକ୍ଷା ପ୍ରତିଷ୍ଠାନ ଭୁବନେଶ୍ୱର ପରିଚାଳନା କରୁଛି । 

ଜାତୀୟ ଶିକ୍ଷକ ଅନୁସନ୍ଧାନ ଓ ପ୍ରଶିକ୍ଷଣ ପ୍ରତିଷ୍ଠାନ (ଏନ୍‌ସିଇଆର୍‌ଟି) ଅଧୀନ ଆଞ୍ଚଳିକ ଶିକ୍ଷା ପ୍ରତିଷ୍ଠାନର ଭୁବନେଶ୍ୱର, ଭୋପାଳ, ଆଜମେର, ମୟୀଶୂର ଓ ଶିଲଂରେ ୨୦୨୪-୨୫ ଶିକ୍ଷା ବର୍ଷ ପାଇଁ ବିଏବିଇଡି, ବିଏସ୍‌ସି ବିଏଡ୍‌, ବିଏଡ୍‌, ବିଏଡ୍‌- ଏମ୍‌ଇଡିଏମ୍‌ଏସ୍‌ସିଏଡ୍‌ ଶିକ୍ଷା ଭିତ୍ତିକ ଅଧ୍ୟୟନରେ ନାମଲେଖା ପାଇଁ ଆବେଦନ କରାଯାଉଛି । ଅଧିକ ସୂଚନା ପାଇଁ ଛାତ୍ରଛାତ୍ରୀମାନେ ଏନ୍‌ସିଇଆର୍‌ଟି ୱେବ୍‌ସାଇଟ୍‌ ଙ୍ଗଙ୍ଗଙ୍ଗ.ମରର.ଦ୍ଭମରକ୍ସଗ୍ଧ.ଶକ୍ଟଙ୍ଖ.ସଦ୍ଭରେ ଲଗ୍‌ଇନ୍‌ କରିବା ସହ ହେଲ୍‌ଫ ଲାଇନ ନମ୍ବର ୮୨୮୦୩୩୭୧୮୯, ୮୨୮୦୩୩୭୧୯୦ରେ ଯୋଗାଯୋଗ କରିପାରିବେ ।

 

 

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.