ପ୍ରମୂଖ ଖବର
  • ରାୟଗଡ଼ା : ଟ୍ରେଲର ଧକ୍କାରେ ମହିଳା କନେଷ୍ଟବଳଙ୍କ ମୃତ୍ୟୁ, ୨ ଗୁରୁତର
  • ||
  • 'ରାଜ୍ୟରେ ଏବେ ବନ୍ୟା ପରିସ୍ଥିତି ନାହିଁ, ବିପଦ ସଙ୍କେତ ତଳେ ଜଳସ୍ତର': ଜଳ ସମ୍ପଦ ବିଭାଗ ସର୍ବୋଚ୍ଚ ଯନ୍ତ୍ରୀ
  • ||
  • ବୌଦ୍ଧ : ଭାରସାମ୍ୟ ହରାଇ ଓଲଟିଲା ସିମେଣ୍ଟ ବୋଝେଇ ଟ୍ରକ୍‌, ଡ୍ରାଇଭର ଆହତ
  • ||
  • ବାହୁଡ଼ା ଯାତ୍ରା ପାଇଁ ଜନସମୁଦ୍ର ବଡ଼ଦାଣ୍ଡ, ଘଣ୍ଟଘଣ୍ଟା ନାଦରେ ପ୍ରକମ୍ପିତ ଶ୍ରୀକ୍ଷେତ୍ର
  • ||
  • ଜନ୍ମବେଦୀରୁ ବାହୁଡ଼ିବେ ଦାରୁବ୍ରହ୍ମ, ଶରଧାବାଲିରେ ରଥାରୂଢ ଚତୁର୍ଦ୍ଧାମୂର୍ତ୍ତି
  • ||
  • ବୌଦ୍ଧ : ରେଳ ଧାରଣାରେ ଶୋଇ ରିଲ୍ସ ବନାଇଲେ ନାବାଳକ, ସୋସିଆଲ ମିଡିଆରେ ଭିଡିଓ ଭାଇରାଲ
  • ||
  • ନୌସେନାରେ ପ୍ରଥମ ମହିଳା ଫାଇଟର ପାଇଲଟ ହେଲେ ଆସ୍ଥା ପୁନିଆ, ମିଳିଲା ୱିଙ୍ଗ୍ ଅଫ୍‌ ଗୋଲ୍ଡ
  • ||
  • ବାହୁଡ଼ିବେ ଦାରୁଦିଅଁ, ସୁରକ୍ଷା ବଳୟରେ ଶ୍ରୀକ୍ଷେତ୍ର: ପହଣ୍ଡିରେ ୨, ରଥ ସୁରକ୍ଷାରେ ୬ ଆଇପିଏସ୍‌କୁ ଦାୟିତ୍ୱ
  • ||
  • ଆହୁରି ୩ ଦିନ ଭିଜିବ ଓଡ଼ିଶା, ବାହୁଡ଼ାରେ ବର୍ଷା ସମ୍ଭାବନା; ୬ ଜିଲ୍ଲାକୁ ଆଲର୍ଟ
  • ||

ପିଏମ କିଶାନର ୧୮ ତମ କିସ୍ତି ପ୍ରଦାନ ; ପୁରୀରେ ପିଏମ କିଶାନ ଉତ୍ସବ ଦିବସ ପାଳିତ

Published By : Gurupada Nath | October 5, 2024 5:25 PM

ପୁରୀ,୫/୧୦ : ଆଜି ଜିଲ୍ଲା କୃଷି କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ପିଏମ କିଶାନ ଉତ୍ସବ ଦିବସ ପାଳିତ ହୋଇଯାଇଛି । ଓ୍ବେବ କାଷ୍ଟିଂ ମାଧ୍ୟମରେ ପ୍ରଦର୍ଶିତ ଏହି କାର୍ଯ୍ୟକ୍ରମରେ ମହାରାଷ୍ଟ୍ରର ଓ୍ୱାସିମରୁ ପିଏମ କିଶାନର ୧୮ ତମ କିସ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ପ୍ରଦାନ କରିବା ସହ କୃଷି ଓ କୃଷକର ଉନ୍ନତିରେ ଏହି ଅର୍ଥ ସହାୟତା ପ୍ରଦାନ କରିବ ବୋଲି କହିଥିଲେ । 

ପୁରୀ ଜିଲ୍ଲା ସ୍ତରୀୟ କାର୍ଯ୍ୟକ୍ରମରେ ମୁଖ୍ୟ କୃଷି ଅଧିକାରୀ ପ୍ରଦୀପ ଦାଶ, ଜିଲ୍ଲା ମତ୍ସ୍ୟ ଅଧିକାରୀ ବିଭୂତି ରଞ୍ଜନ ରାଉତ, ଜିଲ୍ଲା ପ୍ରାଣୀ ଚିକିତ୍ସା ଅଧିକାରୀ ଶରତ ବେହେରା, ଏଆରସିଏସ ସ୍ବରୂପ କର, ସୂଚନା ଓ ଲୋକ ସମ୍ପର୍କ ଉପ ନିର୍ଦ୍ଦେଶକ ସନ୍ତୋଷ ସେଠୀ, ମୃର୍ତ୍ତିକା ସଂରକ୍ଷଣ ବିଭାଗର ସହକାରୀ ନିର୍ଦ୍ଦେଶକ ସ୍ୱୟଂପ୍ରଭା ଦାସ, ପୁରୀ ଜିଲ୍ଲା କୃଷି ଅଧିକାରୀ ସୁଶାନ୍ତ ଦାସ ପ୍ରମୁଖ ଯୋଗଦେଇ କୃଷକମାନଙ୍କୁ ଶୁଭେଚ୍ଛା ଜଣାଇଥିଲେ । 

ପୁରୀ ଜିଲ୍ଲାର ମୋଟ ୧୫୪୯୦୭ଜଣ କୃଷକଙ୍କୁ ଜଣ ପିଛା ୨ ହଜାର ଟଙ୍କ ହିସାବରେ ମୋଟ ୩୦୯୮୧୪୦୦୦ ଟଙ୍କା ଡିବିଟି ମାଧ୍ୟମରେ ସେମାନଙ୍କ ଆକାଉଣ୍ଟ ଦ୍ଵାରା ସହାୟତା ଦିଆଯାଇଛି ବୋଲି ମୁଖ୍ୟ କୃଷି ଅଧିକାରୀ ଶ୍ରୀ ଦାଶ ସୂଚନା ଦେଇଥିଲେ । ଏହି କାର୍ଯ୍ୟକ୍ରମରେ ଅନ୍ୟାନ୍ୟ କୃଷି ଅଧିକାରୀ, କର୍ମଚାରୀ ଓ ଜିଲ୍ଲାର ବିଭିନ୍ନ ବ୍ଲକରୁ ଶତାଧିକ କୃଷକ ମାନେ ଯୋଗଦେଇଥିଲେ ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.