ପ୍ରମୂଖ ଖବର
  • ଭୁବନେଶ୍ବର OSSSC ଅଫିସ ଘେରିଲେ ଶହଶହ ପରୀକ୍ଷାର୍ଥୀ । କମ୍ବାଇନ୍ଡ ରିକ୍ରୁଟମେଣ୍ଟ ପରୀକ୍ଷାରେ ଅନିୟମିତତା ଅଭିଯୋଗରେ ଘେରାଉ
  • ||
  • ଢ଼େଙ୍କାନାଳ: ଦୁଷ୍କର୍ମ ପୀଡ଼ିତାଙ୍କୁ ଭେଟିଲେ ମହିଳା କମିଶନ
  • ||
  • କଳାହାଣ୍ଡି: ପୂଜକଙ୍କୁ ଚାପଡରେ ହାଣିଲେ ଦୁୁର୍ବୃତ୍ତ, ଗୁରୁତର ଅବସ୍ଥାରେ ମେଡିକାଲରେ ଭର୍ତ୍ତି
  • ||
  • ଚନ୍ଦନେଶ୍ବର: ବ୍ୟାଙ୍କ ଭିତରୁ ଲୁଟ୍, ଗ୍ରାହକଙ୍କ ଠାରୁ ୩୦ହଜାର ନେଇଗଲେ ଲୁଟେରା
  • ||
  • ଦୁର୍ନୀତି ଅଭିଯୋଗ ଆସିଲେ ମାଫ୍ ନାହିଁ, ୫ ବର୍ଷରେ ୮୧ ସରପଞ୍ଚଙ୍କ ବିରୋଧରେ ହୋଇଛି କାର୍ଯ୍ୟାନୁଷ୍ଠାନ
  • ||
  • ଭୁବନେଶ୍ଵର : ୧୦ ବର୍ଷରେ ୨୫ ବାଘ ଏବଂ ୪୧ ହାତୀଙ୍କୁ ହତ୍ୟା କରିଛନ୍ତି ଶିକାରୀ, ହାତୀ ମଣିଷ ଲଢେଇରେ ଯାଇଛି ୧୧୪୫ ଜୀବନ
  • ||
  • ଢେଙ୍କାନାଳ ଲଜ୍ଜ୍ୟା : ୪ ଅଭିଯୁକ୍ତଙ୍କ ଡାକ୍ତରୀ ମାଇନା ସହ ଡିଏନଏ ଟେଷ୍ଟ ପାଇଁ ହେଲା ନମୁନା ସଂଗ୍ରହ
  • ||
  • କୋଲକାତା ଆନ୍ଦୋଳନରତ ଡାକ୍ତରଙ୍କୁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ, ସନ୍ଧ୍ୟା ସୁଦ୍ଧା କାର୍ଯ୍ୟରେ ଯୋଗ ଦିଅ, ନହେଲେ କାର୍ଯ୍ୟାନୁଷ୍ଠାନ
  • ||
  • ଦୁର୍ବଳ ହୋଇ ଛତିଶଗଡ଼ ମୁହାଁ ଲଘୁଚାପ: ଭୀଷଣ ବର୍ଷା ପାଇଁ ମାଲକାନଗିରି, ଗଞ୍ଜାମରେ ସ୍କୁଲ ଛୁଟି ଘୋଷଣା
  • ||

ରିଲାଏନ୍ସ ଫାଉଣ୍ଡେସନ୍ ପକ୍ଷରୁ ୫୧୦୦ଛାତ୍ରଛାତ୍ରୀଙ୍କୁ ଛାତ୍ରବୃତ୍ତି ପ୍ରଦାନ ପାଇଁ ଆବେଦନ ଆହ୍ୱାନ, ଶେଷ ତାରିଖ ଅକ୍ଟୋବର ୬

ମୁମ୍ବାଇ,୧୪/୬ : ରିଲାଏନ୍ସ ଫାଉଣ୍ଡେସନ୍ ପକ୍ଷରୁ ୨୦୨୪-୨୫ ଶିକ୍ଷା ବର୍ଷ ପାଇଁ ୫,୧୦୦ ଛାତ୍ରଛାତ୍ରୀଙ୍କୁ ଛାତ୍ରବୃତ୍ତି ପ୍ରଦାନ କରିବା ନେଇ ଘୋଷଣା କରାଯାଇଛି ଏବଂ ଏଥିପାଇଁ ଆବେଦନ ଆହ୍ୱାନ କରାଯାଇଛି । ସମଗ୍ର ଭାରତରେ ଥିବା ଶିକ୍ଷାନୁଷ୍ଠାନଗୁଡ଼ିକରୁ ପୂର୍ଣ୍ଣକାଳୀନ ନିୟମିତ ଡିଗ୍ରୀ ପାଠ୍ୟକ୍ରମରେ ନାମ ଲେଖାଉଥିବା ପ୍ରଥମ ବର୍ଷ ସ୍ନାତକ ଓ ସ୍ନାତକୋତ୍ତର ଛାତ୍ରଛାତ୍ରୀ ଏଥିପାଇଁ ଆବେଦନ କରିପାରିବେ।

ସ୍ନାତକ ପାଠ୍ୟକ୍ରମରେ ସମସ୍ତ ବିଷୟରେ ଛାତ୍ରବୃତ୍ତି ଦିଆଯାଉଛି ଏବଂ ଯୋଗ୍ୟ ବିବେଚିତ ୫୦୦୦ ସ୍ନାତକ ଛାତ୍ରଛାତ୍ରୀଙ୍କୁ ୨ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଛାତ୍ରବୃତ୍ତି ପ୍ରଦାନ କରାଯିବ। ସ୍ନାତକ ପାଠ୍ୟକ୍ରମରେ ପ୍ରଥମ ବର୍ଷରେ ଯୋଗ ଦେଉଥିବା ସମସ୍ତ ଛାତ୍ରଛାତ୍ରୀ ଏହି ଛାତ୍ରବୃତ୍ତି ପାଇଁ ଆବେଦନ କରିପାରିବେ। ସେମାନଙ୍କୁ ଯୋଗ୍ୟତା ଏବଂ ପାରିବାରିକ ଆୟ ଆଧାରରେ ଏହି ଛାତ୍ରବୃତ୍ତି ପ୍ରଦାନ କରାଯିବ, ଯାହା ଦ୍ୱାରା ବିନା ଆର୍ଥିକ ବୋଝରେ ସେମାନେ ନିଜ ପାଠପଢ଼ା ଜାରି ରଖିପାରିବେ।

ସ୍ନାତକୋତ୍ତର ପାଠ୍ୟକ୍ରମରେ ଇଞ୍ଜିନିୟରିଙ୍ଗ, ଟେକ୍ନୋଲୋଜି, ଶକ୍ତି ଏବଂ ଲାଇଫ ସାଇନ୍ସ ବିଷୟ ଗୁଡ଼ିକରେ ଛାତ୍ରବୃତ୍ତି ଦିଆଯାଉଛି ଏବଂ ଏହା କେବଳ ଯୋଗ୍ୟତା ଆଧାରରେ ଦିଆଯିବ। ସ୍ନାତକୋତ୍ତର ପାଠ୍ୟକ୍ରମରେ ନାମ ଲେଖାଉଥିବା ୧୦୦ ଛାତ୍ରଛାତ୍ରୀମାନଙ୍କୁ ୬ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଛାତ୍ରବୃତ୍ତି ପ୍ରଦାନ କରାଯିବ। ରିଲାଏନ୍ସ ଫାଉଣ୍ଡେସନ କେବଳ ପାଠପଢା ପାଇଁ ପାଣ୍ଠି ଦେଇନଥାଏ ବରଂ ଛାତ୍ରଛାତ୍ରୀମାନଙ୍କୁ ବିଶେଷଜ୍ଞ ସହାୟତା ମଧ୍ୟ ଉପଲବ୍ଧ କରାଇଥାଏ ଯାହା ଦ୍ୱାରା ସେମାନେ ନିଜର ସାମର୍ଥ୍ୟକୁ ବୁଝିପାରିବେ ଏବଂ ଭବିଷ୍ୟତର ଲକ୍ଷ୍ୟ ସ୍ଥିର କରିପାରିବେ । ରିଲାଏନ୍ସ ଏ ପର୍ଯ୍ୟନ୍ତ ୨୩,୦୦୦ରୁ ଅଧିକ ଛାତ୍ରବୃତ୍ତି ପ୍ରଦାନ କରିଛି । ରିଲାଏନ୍ସ ଫାଉଣ୍ଡେସନର ୱେବସାଇଟ www.scholarships.reliancefoundation.org ମାଧ୍ୟମରେ ଛାତ୍ରଛାତ୍ରୀ ଅନଲାଇନରେ ଆବେଦନ କରିପାରିବେ ଏବଂ ଅଧିକ ସୂଚନା ହାସଲ କରିପାରିବେ। ଆବେଦନ କରିବାର ଶେଷ ତାରିଖ ହେଉଛି ଅକ୍ଟୋବର ୬, ୨୦୨୪ ।

ରିଲାଏନ୍ସ ଫାଉଣ୍ଡେସନ ଛାତ୍ରବୃତ୍ତିର ଉଦ୍ଦେଶ୍ୟ ହେଉଛି ଉତ୍କର୍ଷତାକୁ ପ୍ରୋତ୍ସାହିତ କରିବା ଏବଂ ଭାରତର ଅଭିବୃଦ୍ଧି କାହାଣୀର ନେତୃତ୍ୱ ନେବାରେ ଅଗ୍ରଣୀ ହେବା ପାଇଁ ଯୁବକମାନଙ୍କୁ ସଶକ୍ତ କରିବା। ସାମଗ୍ରିକ ସହାୟତା ଏବଂ ଉଦାର ଆର୍ଥିକ ଅନୁଦାନ ମାଧ୍ୟମରେ ଏହି ବୃତ୍ତି ଛାତ୍ରଛାତ୍ରୀମାନଙ୍କୁ ସେମାନଙ୍କର ଶିକ୍ଷାଗତ ଏବଂ ବୃତ୍ତିଗତ ଆକାଂକ୍ଷା ହାସଲ କରିବାରେ ସାହାଯ୍ୟ କରିବ । ବାଲ୍ୟ ଶିକ୍ଷାଠାରୁ ଆରମ୍ଭ କରି ଉଚ୍ଚଶିକ୍ଷା ପର୍ଯ୍ୟନ୍ତ ରିଲାଏନ୍ସ ଫାଉଣ୍ଡେସନ କାର୍ଯ୍ୟର କେନ୍ଦ୍ରରେ ରହିଛି ଶିକ୍ଷା। ୨୦୨୨ ଡିସେମ୍ବରରେ, ରିଲାଏନ୍ସର ପ୍ରତିଷ୍ଠାତା-ଅଧ୍ୟକ୍ଷ ଧୀରୁଭାଇ ଅମ୍ବାନୀଙ୍କ ୯୦ତମ ଜୟନ୍ତୀ ଅବସରରେ ରିଲାଏନ୍ସ ଫାଉଣ୍ଡେସନ୍‌ର ପ୍ରତିଷ୍ଠାତା ତଥା ଅଧ୍ୟକ୍ଷା ଶ୍ରୀମତୀ ନୀତା ଅମ୍ବାନୀ ଆସନ୍ତା ୧୦ ବର୍ଷ ମଧ୍ୟରେ ରିଲାଏନ୍ସ ଫାଉଣ୍ଡେସନ ୫୦,୦୦୦ ବୃତ୍ତି ପ୍ରଦାନ କରିବ ବୋଲି ଘୋଷଣା କରିଥିଲେ। ଯାହା ଫଳରେ ଏହା ଭାରତର ସର୍ବବୃହତ ଘରୋଇ ଛାତ୍ରବୃତ୍ତିରେ ପରିଣତ ହୋଇଛି। ସେବେଠାରୁ ପ୍ରତିବର୍ଷ ୫୧୦୦ ଛାତ୍ରଛାତ୍ରୀଙ୍କୁ ଏହି ବୃତ୍ତି ପ୍ରଦାନ କରାଯାଉଛି।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.