ପ୍ରମୂଖ ଖବର
  • ମେକ୍ସିକୋ ଏବଂ ଇୟୁ ଉପରେ ଟାରିଫ୍‌ ବୋମା ପକାଇଲେ ଟ୍ରମ୍ପ, ଲାଗିବ ୩୦ ପ୍ରତିଶତ ଶୁଳ୍କ
  • ||
  • ପ୍ରଥମ ଥର ଟି-୨୦ ବିଶ୍ୱକପ୍ ପାଇଁ ଯୋଗ୍ୟତା ଅର୍ଜନ କଲା ଇଟାଲୀ, ନେଦରଲ୍ୟାଣ୍ଡସକୁ ବି ମିଳିଲା ସୁଯୋଗ
  • ||
  • ଏଫଏମ କଲେଜ ଛାତ୍ରୀ ଆତ୍ମହତ୍ୟା ଉଦ୍ୟମ ଘଟଣା ; କଲେଜ ଅଧ୍ୟକ୍ଷ ନିଲମ୍ବିତ, ଏଚଓଡି ଗିରଫ
  • ||
  • ବ୍ରହ୍ମପୁର ରେଳ ଷ୍ଟେସନରୁ ୨ ଜଣଙ୍କ ମୃତଦେହ ଉଦ୍ଧାର, ବିଷ ପିଇ ଜୀବନ ହାରିଥିବା ସନ୍ଦେହ
  • ||
  • ନୀଳଗିରି ବ୍ଲକ ତେଲିପାଳ ପଞ୍ଚାୟତ ଋଷିଆ କେନାଲରେ ଅଘଟଣ, ବଜ୍ରପାତରେ ୩ ମୃତ
  • ||
  • କଟକ: ଓସିଏ କନ୍‌ଫରେନ୍ସ ହଲ୍‌ରେ ଅଗ୍ନିକାଣ୍ଡ , କାରଣ ଅସ୍ପଷ୍ଟ
  • ||
  • ଅସହ୍ୟ ହେଲା ଅଧ୍ୟାପକଙ୍କ ନିର୍ଯାତନା, ଦେହରେ ପେଟ୍ରୋଲ ଢାଳି ନିଆଁ ଲଗାଇଲେ ଛାତ୍ରୀ, ଉଦ୍ଧାର କରିବାକୁ ଯାଇ ଛାତ୍ର ଗୁରୁତର
  • ||
  • ରାୟଗଡ଼ା : କଞ୍ଜାମଯୋଡି ଗ୍ରାମରେ କଙ୍ଗାରୁକୋର୍ଟ ଘଟଣା: ରାୟଗଡ଼ା ଉପଜିଲ୍ଲାପାଳଙ୍କ ତଦନ୍ତ ନିର୍ଦ୍ଦେଶ
  • ||
  • ଅନୁଗୁଳ : ସାପ କାମୁଡ଼ାରେ ନାବାଳକ ମୃତ
  • ||
  • କଟକ : ପାରିବାରିକ କଳହର କରୁଣ ପରିଣତି, ମୁଣ୍ଡଳୀ ବ୍ରିଜ୍‌ରେ ଗାଡ଼ି ରଖି ମହାନଦୀକୁ ଡେଇଁ ପଡ଼ିଲେ ଯୁବକ!
  • ||
  • ମୁମ୍ବାଇରୁ ଓଡ଼ିଶା ଫେରିବେ ବିରୋଧୀ ଦଳ ନେତା ନବୀନ, ସ୍ୱାଗତ ପାଇଁ ବିଜେଡି ନେତା ଓ କର୍ମୀ ପ୍ରସ୍ତୁତ
  • ||
  • ଡ୍ରାଇଭର ମହାସଂଘ ହାତ ଛାଡ଼ିଲେ ବସ୍‌ ମାଲିକ, ରାଜ୍ୟରେ ସ୍ୱାଭାବିକ ହେଲା ଘରୋଇ ବସ୍‌ ଚଳାଚଳ
  • ||
  • ଦିଲ୍ଲୀରେ ଭୁଶୁଡ଼ିଲା ୪ ମହଲା ବିଲ୍ଡିଂ, ୧୨ ଜଣ ଚାପି ହୋଇଥିବା ଆଶଙ୍କା
  • ||
  • ଦୁର୍ବଳ ହେଉଛି ମାଓ ସଙ୍ଗଠନ, ଆତ୍ମସମର୍ପଣ କଲେ ୨୨ ମାଓବାଦୀ
  • ||
  • ଭୁବନେଶ୍ୱର : ପୁଲିସ ଭବନ ସମ୍ମୁଖରେ ସିରିଜ୍ ଦୁର୍ଘଟଣା, ଡ୍ରାଇଭର ଗୁରୁତର
  • ||
  • କେନ୍ଦୁଝର: ଗୋଠଛଡ଼ା ଦନ୍ତା ଆକ୍ରମଣରେ ଜଣେ ମୃତ, ଜଣେ ଗୁରୁତର
  • ||
  • ଅହମ୍ମଦାବାଦ ପ୍ଲେନ୍‌ କ୍ରାସ୍‌ର ଆସିଲା ତଦନ୍ତ ରିପୋର୍ଟ, ଉଡ଼ାଣର ୯୦ ସେକେଣ୍ଡରେ ବନ୍ଦ ହୋଇଥିଲା ବିମାନ ଇଞ୍ଜିନ୍‌
  • ||
  • ମେଗା ରୋଜଗାର ମେଳା, ଆଜି ୫୧ ହଜାର ନିଯୁକ୍ତିପତ୍ର ବାଣ୍ଟିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି
  • ||
  • ଘୂର୍ଣ୍ଣିବଳୟ ସକ୍ରିୟ: ଆଜି ୧୩ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ, ୧୩ରୁ ଅଧିକ ବର୍ଷା ହୋଇପାରେ
  • ||

ସିଆଚିନ ଗ୍ଲେସିୟରରେ ଜିଓ ସେବା,୫ଜି ସେବା ପ୍ରଦାନ କରିବାରେ ହେଲା ଦେଶର ପ୍ରଥମ ଅପରେଟର

Published By : Anindita Ratha | January 14, 2025 1:43 PM

ନୂଆଦିଲ୍ଲୀ,୧୪/୦୧: ରିଲାଏନ୍ସ ଜିଓ ବିଶ୍ୱର ସବୁଠାରୁ ଉଚ୍ଚ ଯୁଦ୍ଧ କ୍ଷେତ୍ର ସିଆଚିନ ଗ୍ଲେସିୟରରେ ଇଣ୍ଟରନେଟ ସେବା ପହଞ୍ଚାଇବାକୁ ସକ୍ଷମ ହୋଇଛି । ଭାରତୀୟ ସେନାର ଫାୟାର ଆଣ୍ଡ୍‌ ଫ୍ୟୁରି ଫୋର୍ସ ପକ୍ଷରୁ ସୋସିଆଲ ମିଡିଆ ପ୍ଲାଟଫର୍ମ ଏକ୍ସରେ ଏ ନେଇ ଏକ ପୋଷ୍ଟ ଜରିଆରେ ସୂଚନା ଦିଆଯାଇଛି । 

ସେନା ମୁତାବକ, ଜିଓ ଟେଲିକମ ଏବଂ ଭାରତୀୟ ସେନା ମିଳିତ ହୋଇ ବିଶ୍ୱର ସବୁଠାରୁ ଉଚ୍ଚ ଯୁଦ୍ଧକ୍ଷେତ୍ର ସିଆଚୀନ ଗ୍ଲେସିୟରରେ ପ୍ରଥମ ୫ଜି ମୋବାଇଲ ଟାୱାରକୁ ସଫତଳାପୂର୍ବକ ସ୍ଥାପନ କରିଛନ୍ତି । ଏହାକୁ ସିଆଚୀନର ଏକ ପ୍ରଣ୍ଟ ପୋଷ୍ଟରେ ସ୍ଥାପନ କରାଯାଇଛି । ୧୬ ହଜାର ଫୁଟ ଉଚ୍ଚରେ ସ୍ଥାପନ ହୋଇଛି ଏହି ଟାୱାର । ଜାନୁଆରୀ ୧୫ ରେ ସେନା ଦିବସ ଅବ୍ୟବହିତ ପୂର୍ବରୁ ସିଆଚିନ୍‌ ଗ୍ଲେସିଅରରେ ୪ଜି ଏବଂ ୫ଜି ସେବା ଆରମ୍ଭ କରି ଜିଓ ଏକ ଅଭୂତପୂର୍ବ ସଫଳତା ହାସଲ କରିଛି । ସିଆଚିନ୍‌ ଗ୍ଲାସିଅରରେ ସେବା ଆରମ୍ଭ କରିବାରେ ଜିଓ ଦେଶର ପ୍ରଥମ ଅପରେଟର ହୋଇଛି । ଏହାକୁ ଏକ ଉଲ୍ଲେଖନୀୟ ସଫଳତା ଭାବେ ଅଭିହିତ କରି ସେନା ପକ୍ଷରୁ କୁହାଯାଇଛି ଯେ, ଏହି ଅଦମ୍ୟ ସଫଳତା ଆମର ସାହସୀ ସୈନିକମାନଙ୍କ ପାଇଁ ସମର୍ପିତ, ଯେଉଁମାନେ ଆହ୍ୱାନମୂଳକ କଠିନ ପରିସ୍ଥିତିରେ ନିୟୋଜିତ ଥାଇ ଏହି ଆହ୍ୱାନକୁ ସମ୍ପୂର୍ଣ କରିଥିଲେ ।


Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.