ପ୍ରମୂଖ ଖବର
  • ଆଫ୍ରିକାରେ ୩ ଭାରତୀୟଙ୍କୁ ଅପହରଣ କରିନେଲେ ଅଲ୍ କାଏଦା ଆତଙ୍କୀ, ସୁରକ୍ଷିତ ଉଦ୍ଧାର ପାଇଁ ଭାରତର ପ୍ରକ୍ରିୟା
  • ||
  • ବୌଦ୍ଧ : ବାପାଙ୍କ ମୃତ୍ୟୁ ଖବର ଶୁଣି ଘରକୁ ଯାଉଥିଲେ ଦମ୍ପତି, ଦୁର୍ଘଟଣାରେ ଚାଲିଗଲା ଜୀବନ
  • ||
  • ବାଲେଶ୍ୱର : ବିପଦ ସଂକେତ ତଳେ ସୁବର୍ଣ୍ଣରେଖା, ଏବେବି ପାଣି ଘେରରେ ୨୦ରୁ ଅଧିକ ଗାଁ
  • ||
  • ୭ ଯାଏ ବର୍ଷା, ପଶ୍ଚିମ ଓଡ଼ିଶାରେ ପ୍ରବଳ ଛେଚିବ
  • ||
  • ଇଣ୍ଡୋନେସିଆ ବାଲିରେ ଅଘଟଣ, ୬୫ ଯାତ୍ରୀଙ୍କୁ ନେଇ ଯାଉଥିବା ଡଙ୍ଗା ବୁଡ଼ି ୪ ମୃତ, ଅନେକ ନିଖୋଜ
  • ||

ରିଲାଏନ୍ସ ରିଟେଲ ସହଭାଗିତାରେ ଟିରା ପକ୍ଷରୁ ବିଶ୍ୱର ଅଗ୍ରଣୀ ବିଳାସପୂର୍ଣ୍ଣ ସ୍କିନ୍‌ କେୟାର ବ୍ରାଣ୍ଡ 'ଅଗଷ୍ଟିନସ୍‌ ବେଡ଼ର୍' ର ଭାରତରେ ଶୁଭାରମ୍ଭ...

Published By : Ladu Kishor | October 8, 2024 9:53 PM

ମୁମ୍ବାଇ: ରିଲାଏନ୍ସ ରିଟେଲର ଓମିନି ଚାନେଲ ସୌନ୍ଦର୍ଯ୍ୟ ପ୍ଲାଟଫର୍ମ ‘ଟିରା’ ପକ୍ଷରୁ ଭାରତରେ ବିଶ୍ୱର ଅଗ୍ରଣୀ ବିଳାସପୂର୍ଣ୍ଣ ସ୍କିନ କେୟାର ଏବଂ ହେୟାର କେୟାର ବ୍ରାଣ୍ଡ ‘ଅଗଷ୍ଟିନସ୍‌ ବେଡ଼ର’ର ଶୁଭାରମ୍ଭ କରାଯାଇଛି । ଏହି ବ୍ରାଣ୍ଡ ଏହାର ଅତ୍ୟାଧୁନିକ ବିଜ୍ଞାନ ଆଧାରିତ ସୂତ୍ର ପାଇଁ ଜଣାଶୁଣା, ଯାହା ୩୦ ବର୍ଷର ଅନୁସନ୍ଧାନ ଏବଂ ଟିଏଫସି ୮ ଜ୍ଞାନକୌଶଳ ଉପରେ ଆଧାରିତ। ଏହି ଜ୍ଞାନକୌଶଳ ଶରୀରର ପ୍ରାକୃତିକ ଦକ୍ଷତାକୁ ସକ୍ରିୟ କରି ତ୍ୱଚାକୁ ଠିକ କରିବା ଏବଂ ପୁନର୍ଜୀବିତ କରିବାରେ ସହାୟକ ହୋଇଥାଏ ।

ଟିରାର ସହ-ପ୍ରତିଷ୍ଠାତା ଭକ୍ତି ମୋଦୀ କହିଛନ୍ତି ଯେ,“ଆମର ପ୍ଲାଟଫର୍ମର ଉଦ୍ଦେଶ୍ୟ ହେଉଛି ଭାରତୀୟ ଗ୍ରାହକ ମାନଙ୍କୁ ଉଭୟ ବିଶ୍ୱ ଏବଂ ଘରୋଇ କ୍ଷେତ୍ରର ଶ୍ରେଷ୍ଠ ବ୍ରାଣ୍ଡ ଗୁଡିକ ଉପଲବ୍ଧ କରାଇବା। 'ଅଗଷ୍ଟିନସ୍‌ ବେଡ଼ର୍‌ ର ଶୁଭାରମ୍ଭ ଭାରତରେ ଆମର ବିଳାସପୂର୍ଣ୍ଣ ସ୍କିନ କେୟାର ପୋର୍ଟଫୋଲିଓକୁ ଅଧିକ ସଶକ୍ତ କରିବ । ଏହା ଆମ ଗ୍ରାହକ ମାନଙ୍କ ପାଇଁ ଏକ ଖାସ ସୁଯୋଗ ।"

ଅଗଷ୍ଟିନସ୍‌ ବେଡ଼ର୍‌ ର ସିଇଓ ଚାର୍ଲ୍ସ ରୋସିୟର୍‌ କହିଛନ୍ତି ଯେ, “ଟିରା ସହ ଏହି ସହଭାଗୀତା ଆମ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ, କାରଣ ଏହା ଆମକୁ ବିଶ୍ୱର ସବୁଠାରୁ ଉତ୍ସାହଭରା ସୌନ୍ଦର୍ଯ୍ୟ ବଜାରରେ ପ୍ରବେଶ କରିବାର ସୁଯୋଗ ଦେଉଛି  । ଅଗଷ୍ଟିନସ୍‌ ବେଡ଼ର୍‌ କଲେକ୍ସନ ଟିରାର ଅନଲାଇନ୍‌ ପ୍ଲାଟଫର୍ମ ଏବଂ ମୁମ୍ବାଇ, ଦିଲ୍ଲୀ, ହାଇଦ୍ରାବାଦ ଓ ବେଙ୍ଗାଲୁରୁରେ ଅବସ୍ଥିତ ନିର୍ଦ୍ଦିଷ୍ଟ ଟିରା ଷ୍ଟୋରଗୁଡିକରେ ମଧ୍ୟ ଉପଲବ୍ଧ ରହିଛି। 

 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.