ପ୍ରମୂଖ ଖବର
  • ରାୟଗଡ଼ା : କଞ୍ଜାମଯୋଡି ଗ୍ରାମରେ କଙ୍ଗାରୁକୋର୍ଟ ଘଟଣା: ରାୟଗଡ଼ା ଉପଜିଲ୍ଲାପାଳଙ୍କ ତଦନ୍ତ ନିର୍ଦ୍ଦେଶ
  • ||
  • ଅନୁଗୁଳ : ସାପ କାମୁଡ଼ାରେ ନାବାଳକ ମୃତ
  • ||
  • କଟକ : ପାରିବାରିକ କଳହର କରୁଣ ପରିଣତି, ମୁଣ୍ଡଳୀ ବ୍ରିଜ୍‌ରେ ଗାଡ଼ି ରଖି ମହାନଦୀକୁ ଡେଇଁ ପଡ଼ିଲେ ଯୁବକ!
  • ||
  • ମୁମ୍ବାଇରୁ ଓଡ଼ିଶା ଫେରିବେ ବିରୋଧୀ ଦଳ ନେତା ନବୀନ, ସ୍ୱାଗତ ପାଇଁ ବିଜେଡି ନେତା ଓ କର୍ମୀ ପ୍ରସ୍ତୁତ
  • ||
  • ଡ୍ରାଇଭର ମହାସଂଘ ହାତ ଛାଡ଼ିଲେ ବସ୍‌ ମାଲିକ, ରାଜ୍ୟରେ ସ୍ୱାଭାବିକ ହେଲା ଘରୋଇ ବସ୍‌ ଚଳାଚଳ
  • ||
  • ଦିଲ୍ଲୀରେ ଭୁଶୁଡ଼ିଲା ୪ ମହଲା ବିଲ୍ଡିଂ, ୧୨ ଜଣ ଚାପି ହୋଇଥିବା ଆଶଙ୍କା
  • ||
  • ଦୁର୍ବଳ ହେଉଛି ମାଓ ସଙ୍ଗଠନ, ଆତ୍ମସମର୍ପଣ କଲେ ୨୨ ମାଓବାଦୀ
  • ||
  • ଭୁବନେଶ୍ୱର : ପୁଲିସ ଭବନ ସମ୍ମୁଖରେ ସିରିଜ୍ ଦୁର୍ଘଟଣା, ଡ୍ରାଇଭର ଗୁରୁତର
  • ||
  • କେନ୍ଦୁଝର: ଗୋଠଛଡ଼ା ଦନ୍ତା ଆକ୍ରମଣରେ ଜଣେ ମୃତ, ଜଣେ ଗୁରୁତର
  • ||
  • ଅହମ୍ମଦାବାଦ ପ୍ଲେନ୍‌ କ୍ରାସ୍‌ର ଆସିଲା ତଦନ୍ତ ରିପୋର୍ଟ, ଉଡ଼ାଣର ୯୦ ସେକେଣ୍ଡରେ ବନ୍ଦ ହୋଇଥିଲା ବିମାନ ଇଞ୍ଜିନ୍‌
  • ||
  • ମେଗା ରୋଜଗାର ମେଳା, ଆଜି ୫୧ ହଜାର ନିଯୁକ୍ତିପତ୍ର ବାଣ୍ଟିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି
  • ||
  • ଘୂର୍ଣ୍ଣିବଳୟ ସକ୍ରିୟ: ଆଜି ୧୩ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ, ୧୩ରୁ ଅଧିକ ବର୍ଷା ହୋଇପାରେ
  • ||

ଓଡ଼ିଶା ସ୍ୱାଧୀନତା ସଂଗ୍ରାମର ସାହସୀ ଯୋଦ୍ଧା ବୀର ସୁରେନ୍ଦ୍ର ସାଏ, ଜୀବନର ଅଧା ସମୟ ବିତାଇଥିଲେ କାରାଗାରରେ...

Published By : Anindita Ratha | January 23, 2025 8:59 AM

ଭୁବନେଶ୍ୱର,୨୩/୦୧: ଜାତୀୟ ମୁକ୍ତି ସଂଗ୍ରାମର ମହାନାୟକ ତଥା ସ୍ବାଧୀନତା ସଂଗ୍ରାମୀ ବୀର ସୁରେନ୍ଦ୍ର ସାଏ । ୧୮୦୯ ମସିହା ଆଜିର ଦିନରେ ସେ କରିଥିଲେ ଜନ୍ମଗ୍ରହଣ । ପ୍ରତିଟି ଓଡ଼ିଆଙ୍କ ଗର୍ବ, ଗୌରବ ଓ ସମ୍ମାନ ବୀର ସୁରେନ୍ଦ୍ର ସାଏ । ୧୮୫୭ ସିପାହୀ ବିଦ୍ରୋହ ପୂର୍ବରୁ ସେ ବ୍ରିଟିଶ ସରକାରଙ୍କ ବିରୋଧରେ ଆନ୍ଦୋଳନ ଆରମ୍ଭ କରିଥିଲେ । ଜୀବନକାଳର ସେ ଅଧା ସମୟ କାରାଗାରରେ କାଟିଥିବା ବେଲେ ଶେଷ ନିଶ୍ୱାସ ଯାଏଁ ସେ ବନ୍ଦୀ ଜୀବନ ବିତାଇଥିଲେ ।

ସମ୍ବଲପୁର ଭୂଖଣ୍ଡରେ ସ୍ପର୍ଧିତ ସ୍ବାଭିମାନର ସ୍ବର ଥିଲେ ସେ। ସିପାହୀ ବିଦ୍ରୋହକୁ ଯଦି ଭାରତୀୟ ମୁକ୍ତି ସଂଗ୍ରାମର ପ୍ରଥମ ଉଦ୍ୟମ ବୋଲି କୁହାଯାଏ ତେବେ ନିଶ୍ଚିତ ତାହା ସୁରେନ୍ଦ୍ରଙ୍କ ପ୍ରତି ଅନ୍ୟାୟ ହେବ। କାରଣ ତା’ର ବହୁବର୍ଷ ପୂର୍ବରୁ ସେ ଇଂରେଜ ଶାସନ ଓ ବିଦେଶୀ ସାମ୍ରାଜ୍ୟବାଦ ବିରୋଧରେ ଆରମ୍ଭ କରି ସାରିଥିଲେ ବିଦ୍ରୋହ। ଇଂରେଜମାନେ ସିପାହୀ ବିଦ୍ରୋହକୁ ବର୍ଷ କେଇଟା ମଧ୍ୟରେ ଦମନ କରିବାରେ ଏକପ୍ରକାର ସଫଳ ହୋଇଥିଲେ। ମାତ୍ର ସମ୍ବଲପୁରରେ ଏହାର ଦୀର୍ଘ ବର୍ଷ ପର ଯାଏ ସଂଗ୍ରାମର ବହ୍ନି ଜଳିଥିଲା। ସୁରେନ୍ଦ୍ର ସାଏ ଓ ତାଙ୍କ ସାଥୀମାନେ ଏହାକୁ ଜଳାଇ ରଖିଥିଲେ। ସେମାନଙ୍କ ନିକଟରେ ସାଧନ ନଥିଲା, ଆଧୁନିକ ଅସ୍ତ୍ରଶସ୍ତ୍ର ନଥିଲା କି ପ୍ରଶିକ୍ଷଣ ବ୍ୟବସ୍ଥା ନଥିଲା। ଦୀର୍ଘ ସାତ ବର୍ଷ ଧରି ସେମାନେ ଶକ୍ତିଶାଳୀ ଇଂରେଜ ସୈନ୍ୟଙ୍କୁ ନୟାନ୍ତ କରିଥିଲେ। ଯେତେବେଳେ ଆକୁମାରୀ ହିମାଚଳ ଦେଶର ସମସ୍ତ ଅଞ୍ଚଳ ଇଂରେଜ ଶାସନାଧୀନ ହୋଇସାରିଥିଲା, ସେତେବେଳେ କେବଳ ସୁରେନ୍ଦ୍ର ସାଏ ଓ ତାଙ୍କ ସହଯୋଗୀଙ୍କ ପାଇଁ ସମ୍ବଲପୁର ଥିଲା ବ୍ୟତିକ୍ରମ। ବ୍ରିଟିଶ ସାମ୍ରାଜ୍ୟରେ ପୂର୍ଣ୍ଣରୂପେ ବିଲୀନ ହେବାରେ ସମ୍ବଲପୁର ଥିଲା ଦେଶର ଶେଷ ସ୍ବାଧୀନ ରାଜ୍ୟ। ସୁରେନ୍ଦ୍ର ସାଏ ଓ ସମ୍ବଲପୁର ମାଟିର ଏହି ବଳିଦାନ କାହାଣୀ ଆଜି ବି କେବଳ ସ୍ଥାନୀୟ କିଂବଦନ୍ତୀ ଭଳି ରହିଛି। 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.