ପ୍ରମୂଖ ଖବର
  • ହିମାଚଳ ପ୍ରଦେଶରେ ପ୍ରକୃତିର ତାଣ୍ଡବ; ୩୭ ମୃତ, ୪୦୦ କୋଟିରୁ ଅଧିକ କ୍ଷୟକ୍ଷତି
  • ||
  • ଇଣ୍ଡିଆ-ଇଂଲଣ୍ଡ ଦ୍ବିତୀୟ ଟେଷ୍ଟ,କ୍ୟାପ୍ଟେନ୍ ଶୁବମନଙ୍କ ଡବଲ ସେଞ୍ଚୁରୀ, ୫୧୦ ରନ୍‌ ପିଛା କରୁଛି ଘରୋଇ ଦଳ
  • ||
  • ମୟୂରଭଞ୍ଜ : କାଶିଆବେଡା ଗାଁରେ ଅଭାବନୀୟ ଘଟଣା, ଘରେ ପଶି ବୃଦ୍ଧଙ୍କୁ ଦଳିଦେଲା ଦନ୍ତା
  • ||
  • ଲଗାତାର ଘୂର୍ଣ୍ଣିବଳୟ, ଛାଡ଼ିବନି ବର୍ଷା : ଆଜି ସୁନ୍ଦରଗଡ଼କୁ ଅରେଞ୍ଜ, ୭ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ ଜାରି
  • ||
  • ସରି ଆସୁଛି ଜନ୍ମବେଦୀରେ ଲୀଳାଖେଳା; ଆଜି ସନ୍ଧ୍ୟା ଦର୍ଶନ, ଆଡ଼ପ ମଣ୍ଡପରେ ଶେଷ ଦିଅଁ ଦେଖା
  • ||
  • କଳାହାଣ୍ଡି : ଲଗାଣ ବର୍ଷାର ପ୍ରଭାବ: ଥୁଆମୂଳ ରାମପୁରର ସ୍ଥିତି ବେହାଲ, ଜନଜୀବନ ପ୍ରଭାବିତ
  • ||

୧୭ରୁ ଆରମ୍ଭ ହେବ ରତ୍ନଭଣ୍ଡାର ମରାମତି କାର୍ଯ୍ୟ, ଛତିଶା ନିଯୋଗ ବୈଠକରେ ନୀତି ନିର୍ଘଣ୍ଟ

Published By : Rasmita Pradhan | December 13, 2024 12:31 PM

ପୁରୀ, ୧୩/୧୨ : ଆସନ୍ତା ୧୭ ତାରିଖରୁ ଆରମ୍ଭ ହେବ ଶ୍ରୀମନ୍ଦିର ରତ୍ନଭଣ୍ଡାର ମରାମତି କାର୍ଯ୍ୟ। ଛତିଶା ନିଯୋଗ ବୈଠକରେ ଏନେଇ ନୀତି ନିର୍ଘଣ୍ଟ ଅନୁମୋଦିତ ହୋଇଛି। ଚୂଡାନ୍ତ ହୋଇଥିବା ନୀତି ନିର୍ଘଣ୍ଟ, ଠାକୁରଙ୍କ ସେବାପୂଜା, ଶୃଙ୍ଖଳିତ ଦର୍ଶନ ନେଇ ବୈଠକରେ ଆଲୋଚନା ହୋଇଛି। ଏହି ବୈଠକରେ ଏଏସଆଇ ଅଧିକ୍ଷକ, ଏସପି ଓ ସେବାୟତ ଉପସ୍ଥିତ ଥିଲେ।

ସୂଚନାନୁଯାୟୀ, ଶ୍ରୀମନ୍ଦିର କାର୍ଯ୍ୟାଳୟରେ ପୁରୀ ଜିଲ୍ଲାପାଳ ସିଦ୍ଧାର୍ଥ ଶଙ୍କର ସ୍ଵାଇଁଙ୍କ ଅଧ୍ୟକ୍ଷତାରେ ଗୁରୁତ୍ଵପୂର୍ଣ୍ଣ ବୈଠକ ବସିଥିଲା। ଆସନ୍ତା ୧୭ରୁ ରତ୍ନଭଣ୍ଡାର ମରାମତି କାର୍ଯ୍ୟ ଆରମ୍ଭ ହେବ ବୋଲି ଏହି ବୈଠକରେ ନୀତି ନିର୍ଘଣ୍ଟ ହୋଇଛି। ଏନେଇ ଏଏସଆଇ ଅଧିକାରୀ ସୂଚନା ଦେଇଛନ୍ତି। ମରାମତି କାର୍ଯ୍ୟ ପୂର୍ବରୁ ପ୍ରଥମେ ଲୁହା ଭାରା ବନ୍ଧା ଯିବ। ଏହାପରେ ବାହାର ଓ ପରେ ଭିତର ରତ୍ନଭଣ୍ଡାର ମରାମତି କାର୍ଯ୍ୟ ଆରମ୍ଭ କରାଯିବ। ଦିନକୁ ଚାରିରୁ ପାଞ୍ଚ ଘଣ୍ଟା କାର୍ଯ୍ୟ କରାଯିବ। ପୁରୁଣା ଲୁହା ବିମ୍ ଓ ନଷ୍ଟ ହୋଇଯାଇଥିବା ପଥର‌ ଗୁଡ଼ିକୁ ମଧ୍ୟ ଅପସରଣ କରାଯିବ।


Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.