ପ୍ରମୂଖ ଖବର
  • ବିହାରରେ ୧୭ଟି ରାଜନୈତିକ ଦଳକୁ ନିର୍ବାଚନ ଆୟୋଗଙ୍କ କାରଣ ଦର୍ଶାଅ ନୋଟିସ୍
  • ||
  • ଖନ୍ତାପଡ଼ା : ବାଇକକୁ ପଛରୁ ଧକ୍କା ଦେଲା ବସ୍ , ଅଙ୍ଗନବାଡି କର୍ମୀ ମୃତ ,ଶିକ୍ଷକ ଆହତ
  • ||
  • ମତ୍ସ୍ୟ ସେବାରେ ୨୧୭ ନୂତନ ପଦବୀ ଏବଂ ଉଦ୍ୟାନ କୃଷି ସେବାରେ ୬୭ ନୂତନ ପଦବୀ ସୃଷ୍ଟି
  • ||
  • ଦିଗପହଣ୍ଡି ଓସ୍ତାପଲ୍ଲୀରେ ବ୍ୟାପୁଛି ଝାଡାବାନ୍ତି, ମୃତ୍ୟୁ ସଂଖ୍ୟା ୨ରେ ପହଞ୍ଚିଲା
  • ||
  • ପ୍ରସିଦ୍ଧ ୟୁଟ୍ୟୁବର ମନୀଷ କଶ୍ୟପ ‘ଜନ ସୁରାଜ’ ପାର୍ଟିରେ ସାମିଲ
  • ||
  • ପ୍ରକାଶ ପାଇଲା ଯୁକ୍ତ ୨ ପ୍ରଥମ ମେଧା ତାଲିକା, କାଲିଠୁ ଆରମ୍ଭ ହେବ ନାମଲେଖା: ୨୪ରୁ ଏକାଦଶ ଶ୍ରେଣୀ ପାଠପଢ଼ା
  • ||
  • ସୁରକ୍ଷା ବାହିନୀକୁ ବଡ଼ ସଫଳତା, ଏନକାଉଣ୍ଟରରେ PLGA ବାଟାଲିୟନ ଡେପୁଟି କମାଣ୍ଡର ନିହତ
  • ||
  • ରାଜଧାନୀରୁ ୨୬୫ ଗ୍ରାମ ବ୍ରାଉନ ସୁଗର ଜବତ, ଅଭିଯୁକ୍ତ ଗିରଫ
  • ||
  • ଢେଙ୍କାନାଳ : ଫାର୍ମହାଉସ୍‌ରୁ ଶ୍ରମିକଙ୍କ ସନ୍ଦେହଜନକ ମୃତଦେହ ଉଦ୍ଧାର, ତଦନ୍ତ କରୁଛି ପୁଲିସ
  • ||
  • IT ଅଫିସରେ ହାଜର ହେଲେ ବିଶାଳ ଦାସ, କିଛି ଦିନ ପୂର୍ବରୁ ହୋଇଥିଲା ଚଢାଉ
  • ||
  • ଭଦ୍ରକ : ବିପଦ ସଂକେତ ତଳେ ବୈତରଣୀରେ ବନ୍ୟା ଜଳ, ୧୮.୦୭ ମିଟରରେ ପ୍ରବାହିତ
  • ||
  • ଅଧରପଣା ପାଇ ତୃପ୍ତ ହେବେ ଦେବାଦେବୀଙ୍କ ସମେତ ଯୋଗିନୀଗଣ, ପଣା ସଂଗ୍ରହ ଉପରେ ଲାଗିଲା କଟକଣା
  • ||
  • ଢେଙ୍କାନାଳ : ୪୦ ଟିକିଆ ହାତୀପଲ ନଦୀ ପାର ବେଳେ ଅଘଟଣ, ବ୍ରାହ୍ମଣୀ ନଦୀରେ ଭାସିଗଲେ ୩ ହାତୀ, ଦୀର୍ଘ ସମୟର ପରେ ଉଦ୍ଧାର
  • ||
  • ରଥାରୂଢ଼ ଠାକୁରଙ୍କୁ ଅଧର ପଣା ଭୋଗ ଅର୍ପଣ ନୀତି, ଆଜି ପାର୍ଶ୍ୱଦେବାଦେବୀ ଓ ଅଶରୀରଙ୍କୁ ହେବ ସମର୍ପଣ
  • ||
  • ବାଲେଶ୍ୱର : ବାଗୁଡ଼ି ଯୋଡ଼ାମ୍ବ ଛକ SBI ଏଟିଏମ୍‌ରୁ ଲୁଟ୍, ଗ୍ୟାସ୍‌ କଟରରେ ଏଟିଏମ୍‌ କାଟି ଟଙ୍କା ଲୁଟିନେଲେ ଦୁର୍ବୃତ୍ତ
  • ||
  • ବଙ୍ଗୋପସାଗରେ ଲଘୁଚାପ ସକ୍ରିୟ; ଆଜି ୭ ଜିଲ୍ଲାରେ ପ୍ରବଳ ବର୍ଷା ନେଇ ଅରେଞ୍ଜ, ୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି
  • ||

ଶ୍ରୀମନ୍ଦିର ରତ୍ନଭଣ୍ଡାର ମରାମତି କାର୍ଯ୍ୟ ଶେଷ

Published By : Suraj Kumar | July 7, 2025 7:50 PM

ପୁରୀ, ୭।୭ ଶ୍ରୀମନ୍ଦିର ଭିତର ଓ ବାହାର ରତ୍ନଭଣ୍ଡାର ମରାମତି ଓ ସଂରକ୍ଷଣ କାର୍ଯ୍ୟ ଶେଷ ହୋଇଛି। ରତ୍ନଭଣ୍ଡାର ମରାମତି କାର୍ଯ୍ୟ ଶେଷ ପରେ ଏଏସଆଇ ଶ୍ରୀମନ୍ଦିର ପ୍ରଶାସନକୁ ଚାବି ହସ୍ତାନ୍ତର କରିଛି। ପ୍ରାୟ ଦୁଇଶହ କିମ୍ବା ତିନି ଶହ ବର୍ଷ ପାଇଁ ରତ୍ନଭଣ୍ଡାର ମରାମତି କାର୍ଯ୍ୟ କରାଯାଇଛି ବୋଲି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢୀ ସୂଚନା ଦେଇଛନ୍ତି। 

୨୦୨୪ ଜୁଲାଇ ୧୪ ରୁ ଭିତର ଓ ବାହାର ରତ୍ନଭଣ୍ଡାର ଖୋଲା ଯାଇଥିଲା। ରତ୍ନ ଅଳଙ୍କାର ଅସ୍ଥାୟୀ ଷ୍ଟ୍ରଙ୍ଗ ରୁମକୁ ସ୍ଥାନାନ୍ତର କରାଯାଇଥିଲା। ୧୭ ଡିସେମ୍ବର ୨୦୨୪ରୁ ଆରମ୍ଭ ହୋଇଥିଲା ରତ୍ନଭଣ୍ଡାର ମରାମତି କାର୍ଯ୍ୟ। ୬ ମାସ ଧରି ରତ୍ନଭଣ୍ଡାର ମରାମତି କାର୍ଯ୍ୟ ଜାରି ରହିଥିଲା। ମହାପ୍ରଭୁଙ୍କ ବିଭନ୍ନ ନୀତି କାନ୍ତି ଓ ଶ୍ରଦ୍ଧାଳୁଙ୍କ ସମାଗମକୁ ଦୃଷ୍ଟିରେ ରଖି ବିଭିନ୍ନ ସମୟରେ ମରାମତି କାର୍ଯ୍ୟ ବନ୍ଦ ରଖାଯାଇଥିଲା। ୯୫ ଦିନ‌ ଧରି ରତ୍ନଭଣ୍ଡାର ମରାମତି କାର୍ଯ୍ୟ ଚାଲିଥିବା ବେଳେ ୩୩୨ ଘଣ୍ଟା ୪୭ ମିନିଟ କାର୍ଯ୍ୟ ହୋଇଛି। ଭିତର ରତ୍ନଭଣ୍ଡାରର ନଷ୍ଟ ହୋଇଥିବା ପଥର ଗୁଡିକ ବଦଳା ଯାଇଛି। ବାହାର ରତ୍ନଭଣ୍ଡାରରେ ବର୍ମାଟିକ କାଠରେ କବାଟ ଲଗାଯାଇଥିବା ବେଳେ ଏହାକୁ ଖୁବଶୀଘ୍ର ରୂପା ଛାଉଣୀ କରାଯିବ। ସେହିପରି ଭିତର ରତ୍ନଭଣ୍ଡାର କବାଟକୁ ସୁନା ଛାଉଣୀ ମଧ୍ୟ କରାଯିବ ବୋଲି କହିଛନ୍ତି ମୁଖ୍ୟ ପ୍ରଶାସକ। ରତ୍ନଭଣ୍ଡାରର ୬ ଟି ତାଲା ପଡିଛି। ତେବେ ଚାବିଗୁଡ଼ିକ ଭଣ୍ଡାର ମେକାପ, ଗଜପତିଙ୍କ ପ୍ରତିନିଧି, ଭଣ୍ଡାର ମେକାପଙ୍କ ପାଖରେ ରଖାଯାଇଛି। ଭିତର ଓ ବାହାର ରତ୍ନଭଣ୍ଡାର ସମ୍ପୂର୍ଣ୍ଣ ସୁରକ୍ଷିତ। ରତ୍ନଭଣ୍ଡାରର ସ୍ଥାୟୀ ମରାମତି ଓ ସଂରକ୍ଷଣ କାର୍ଯ୍ୟ କରାଯାଇଛି। ୫୨୦ ପଥର ବଦଳା ଯାଇଛି।  ରତ୍ନଭଣ୍ଡାର ଅଳଙ୍କାରଗୁଡିକ ମୂଳ ଭଣ୍ଡାରକୁ ଆଣିବା ପାଇଁ ପରବର୍ତ୍ତୀ ସମୟରେ ନିଷ୍ପତ୍ତି ନିଆଯିବ ବୋଲି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ କହିଛନ୍ତି ।

ସେପଟେ ଏଏସଆଇ ଅଧିକ୍ଷକ ଡି. ବି ଗଡ଼ନାୟକ  ସୂଚନା ଦେଇଛନ୍ତି ୫୨୦ ଟି ଛୋଟ ଓ ବଡ ପଥର ସ୍ଥାପନ କରାଯାଇଛି। ବାହାର ରତ୍ନଭଣ୍ଡାର ରୂପା ଛାଉଣୀ ଶେଷ ହୋଇଛି। ଭଲ ଭାବେ ରତ୍ନଭଣ୍ଡାର ମରାମତି କାର୍ଯ୍ୟ କରାଯାଇଛି। ୧୫ ଟି ଷ୍ଟେନଲେସ ଷ୍ଟିଲ ବିମ୍ ଲାଗିଛି। 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.