ପ୍ରମୁଖ ଖବର
  • ଭୁବନେଶ୍ଵର : ଲୁମ୍ବିନୀ ବିହାର ମା' ମଙ୍ଗଳା ବସ୍ତିରେ ବିଲ୍ ଗେଟ୍‌ସ, ଲୋକମାନଙ୍କୁ ଭେଟି ବିଭିନ୍ନ ମୌଳିକ ସୁବିଧା ସମ୍ପର୍କରେ ପଚାରି ବୁଝିଲେ
  • ||
  • ଭୁବନେଶ୍ଵର : ଓଡ଼ିଶା ଆସୁଛନ୍ତି ମହାମହିମ, ମା' କିଚକେଶ୍ଵରୀଙ୍କ ଦର୍ଶନ ସହ ବିଭିନ୍ନ କାର୍ଯ୍ୟକ୍ରମରେ ଦେବେ ଯୋଗ
  • ||

ନୀଳଗିରିରେ ଉପଖଣ୍ଡ ସ୍ତରୀୟ ସାଧାରଣତନ୍ତ୍ର ଦିବସ ପାଳିତ, ଜାତୀୟ ପତାକା ଉତ୍ତୋଳନ କଲେ ଉପଜିଲ୍ଲାପାଳ

ନୀଳଗିରି, ୨୬/୧ : ୭୫ ତମ ସାଧାରଣତନ୍ତ୍ର ଦିବସ ଅବସରରେ ବାଲେଶ୍ଵର ଜିଲ୍ଲା ନୀଳଗିରିରେ ଉପଖଣ୍ଡସ୍ତରୀୟ ସାଧାରଣତନ୍ତ୍ର ଦିବସ ପାଳିତ ହୋଇଛି। ସାଢେ ୮ଟାରେ ନୀଳଗିରି ଥାନା ପଡିଆ ଠାରେ ଉପଜିଲ୍ଲାପାଳ ମନ୍ଦରଧର ମହାଳିକ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଜାତୀୟ ପତାକା ଉତ୍ତୋଳନ କରିଛନ୍ତି। ପରେ ପରେଡ ତଥା ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ଏହାପରେ ହସ୍ପିଟାଲ ଓ ଜେଲରେ ରହୁଥିବା ଅନ୍ତେବାସୀଙ୍କୁ ଫଳ ଓ ମିଷ୍ଟାନ୍ନ ବଣ୍ଟନ କରାଯାଇଛି।

ଭୋର ୪ ଟାରେ ରାମଧୁନ ପରିବେଷଣ ହୋଇଥିବା ବେଳେ ୭ଟା ସମୟରେ ପ୍ରଭାତଫେରି ଅନୁଷ୍ଠିତ ହୋଇଛି। ସେହିପରି ସାଢେ ୭ଟାରେ ବିଭିନ୍ନ ସରକାରୀ ଓ ବେସରକାରୀ ଅନୁଷ୍ଠାନ ତରଫରୁ ଜାତୀୟ ପତାକା ଉତ୍ତୋଳନ ହୋଇଛି। 

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.