ପ୍ରମୂଖ ଖବର
  • ଭୁବନେଶ୍ୱର : ଏମ୍ସରେ ପହଞ୍ଚିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ; ଏମ୍ସର ନିର୍ଦ୍ଦେଶକଙ୍କ ସହ କରିଲେ ଆଲୋଚନା
  • ||
  • FM କଲେଜରେ ଛାତ୍ରୀଙ୍କ ଆତ୍ମହତ୍ୟା ଉଦ୍ୟମ ଘଟଣା; ପୀଡ଼ିତାଙ୍କ ପରିବାରକୁ ଭେଟିବେ ମୁଖ୍ୟମନ୍ତ୍ରୀ
  • ||
  • ରାଜ୍ୟସଭାକୁ ୪ ମନୋନୀତ, ମନୋନୀତ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
  • ||
  • ବାଲେଶ୍ବର: ଟ୍ରକ୍‌ ଧକ୍କାରେ ଓଲଟି ପଡ଼ିଲା ବସ୍‌, ୨୦ରୁ ଉର୍ଦ୍ଧ୍ୱ ଗୁରୁତର
  • ||
  • ଏନ୍‌ସିଇଆର୍‌ଟି ବିଏଡ୍‌ ପ୍ରବେଶିକା ପରୀକ୍ଷା, ଆଜି ରାଜ୍ୟର ୪୪ କେନ୍ଦ୍ରରେ ୨୨ ହଜାର ଛାତ୍ରଛାତ୍ରୀ ଦେବେ ପରୀକ୍ଷା
  • ||
  • ସୋମବାର ଓଡ଼ିଶା ଆସୁଛନ୍ତି ରାଷ୍ଟ୍ରପତି: ଆଜି ପୁଲିସର କାର୍‌କେଡ୍‌ ରିହର୍ସାଲ, ଜଗିବେ ୫୦ ପ୍ଲାଟୁନ୍‌ ଫୋର୍ସ
  • ||
  • ଗାଜା ଉପରେ ଇସ୍ରାଏଲର ଭୟଙ୍କର ହମଲା, ୧୧୦ ପାଲେଷ୍ଟାନୀୟ ମୃତ
  • ||
  • ୧୬ରେ ବଙ୍ଗୋପସାଗରରେ ପୁଣି ଏକ ଘୂର୍ଣ୍ଣିବଳୟ ସମ୍ଭାବନା, ଆଜି ବର୍ଷା ନେଇ ଅଧା ଓଡ଼ିଶାକୁ ୟେଲୋ ଓ୍ବାର୍ଣ୍ଣିଂ
  • ||

ରାଇକିଆରେ ବ୍ଲକ ସ୍ତରୀୟ ସାଧାରଣତନ୍ତ୍ର ଦିବସ

Published By : Harapriya Sethi | January 26, 2025 1:41 PM

ରାଇକିଆ,୨୬/୦୧: ବିଜୟ ଉଚ୍ଚ ବିଦ୍ୟାଳୟ ପଡିଆ ଠାରେ ବ୍ଲକ ସ୍ତରୀୟ ୭୬ ତମ ସାଧାରଣତନ୍ତ୍ର ଦିବସ ପାଳିତ ହୋଇଛି । ଘୁ.ଉଦୟଗିରି ବିଧାୟକ ପ୍ରଫୁଲ ଚନ୍ଦ୍ର ପ୍ରଧାନ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଜାତୀୟ ପତାକା ଉତ୍ତୋଳନ କରିଥିଲେ । ବ୍ଲକ ପ୍ରଶାସନ ପକ୍ଷରୁ ଆୟୋଜିତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ସମବେତ ପ୍ୟାରେଡ୍‌ର ଅଭିବାଦନ ଗ୍ରହଣ କରି ଛାତ୍ରଛାତ୍ରୀ ଓ ଅଞ୍ଚଳବାସୀଙ୍କ ବକ୍ତବ୍ୟ ରଖିଥିଲେ। ଦେଶ ପାଇଁ ବଳିଦାନ ଦେଇଥିବା ମହାପୁରୁଷଙ୍କୁ ମନେ ପକାଇ ଶ୍ରଦ୍ଧାଞ୍ଜଳୀ ଅର୍ପଣ କରିଥିଲେ ବିଧାୟକ। 

ଦେଶର ଗଣତନ୍ତ୍ରକୁ ଶକ୍ତିଶାଳୀ କରିବା ପାଇଁ ସେ ଛାତ୍ରଛାତ୍ରୀଙ୍କୁ ପରାମର୍ଶ ଦେଇଥିଲେ। ବିଭିନ୍ନ ପ୍ରତିଯୋଗିତାର କୃତୀ ଛାତ୍ରଛାତ୍ରୀଙ୍କୁ ପୁରଷ୍କୃତ କରାଯାଇଥିଲା। ବିଭିନ୍ନ କ୍ଷେତ୍ରରେ କୃତିତ୍ୱ ଅର୍ଜନ କରିଥିବା ପ୍ରତିଭା ମାନଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା। କାର୍ଯ୍ୟକ୍ରମରେ ଅନ୍ୟମାନଙ୍କ ମଧ୍ୟରେ ବ୍ଲକ ଅଧ୍ୟକ୍ଷ ପ୍ରୀତମ ଚନ୍ଦ୍ର ପ୍ରଧାନ, ଜିଲ୍ଲାପରିଷଦ ସଦସ୍ୟ ସତ୍ୟବାନ ପାତ୍ର, ରାଇକିଆ ସରପଞ୍ଚ ଗୀତାଞ୍ଜଳି ନାୟକ, ଏମପି ପ୍ରତିନିଧି ସନ୍ତୋଷ କୁମାର ଲେଙ୍କା ପ୍ରମୁଖ ମଞ୍ଚାସୀନ ଥିଲେ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.