PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ସମ୍ବଲପୁର: ଶେଷରେ ଚେତିଲେ ସମ୍ବଲପୁର ପୁଲିସ, ଭାଙ୍ଗିଲା କୋରେକ୍ସ ମାଫିଆଙ୍କ ଘର
  • ||
  • ବଲାଙ୍ଗୀର: ରାସ୍ତା ଉପରେ ଜଳିଗଲା ଚଳନ୍ତା କାର୍, ନିଆଁକୁ ଆୟତ୍ତ କଲେ ଅଗ୍ନିଶମ ଟିମ୍
  • ||
  • ନୂଆପଡ଼ା : ଘର ଭିତରୁ ବୃଦ୍ଧାଙ୍କୁ ଟାଣିନେଲା ମହାବଳ ବାଘ, ସ୍ଥାନୀୟ ଅଞ୍ଚଳରେ ଚାଞ୍ଚଲ୍ୟ
  • ||
  • ବିଶ୍ୱ ଘରଚଟିଆ ଦିବସ, ଏ ବର୍ଷର ଥିମ୍ ‘ଆଇ ଲଭ୍‌ ସ୍ପାରୋ’..
  • ||
  • ଭୁବନେଶ୍ଵର : ଆଜି ବିଶ୍ୱ ପଖାଳ ଦିବସ, ପାଗ ଖରାପ ଲାଗି ଟିକେ ମାନ୍ଦା, ଆଗୁଆ ପାଳିଲେ ଆମିଷ ପ୍ରେମୀ
  • ||
  • କେନ୍ଦୁଝର ସଦର : ଥାନାରେ ପହଞ୍ଚିଲା ସ୍ଵାମୀ-ସ୍ତ୍ରୀଙ୍କ କଳି, ଫାଶୀ ଲଗାଇ ଆତ୍ମହତ୍ୟା କଲା ସ୍ଵାମୀ
  • ||
  • ବୌଦ୍ଧ : କେନ୍ଦୁକାଠ ବୋଝେଇ ଟ୍ରକ୍ ଜବତ, ୩ ଗିରଫ
  • ||

ମହାପୁରୁଷଙ୍କ ତ୍ୟାଗ, ବଳିଦାନର ପଟାନ୍ତର ନାହିଁ : ରାଜସ୍ବ ମନ୍ତ୍ରୀ

ଜଗତସିଂହପୁର, ୨୬।୧ ଜଗତସିଂହପୁରର ନବକୃଷ୍ଣ ଚୌଧୁରୀ ଷ୍ଟାଡିୟମରେ ୭୪ତମ ସାଧାରଣତନ୍ତ୍ର ଦିବସ ପାଳିତ ହୋଇଯାଇଛି l ମୁଖ୍ୟ ଅତିଥି ଭାବେ ରାଜସ୍ବ ମନ୍ତ୍ରୀ ପ୍ରମିଳା ମଲ୍ଲିକ ଯୋଗଦେଇ ସମ୍ମିଳିତ ପରେଡରେ ଅଭିବାଦନ ଗ୍ରହଣ କରିଥିଲେ l ଏହି ଅବସରରେ ମନ୍ତ୍ରୀ ଶ୍ରୀମତୀ ମଲ୍ଲିକ ଦେଶର ମୁକ୍ତି ସଂଗ୍ରାମ ଉପରେ ଆଲୋକପାତ କରିବା ସହ ମହାପୁରୁଷ ଙ୍କ ତ୍ୟାଗ, ବଳିଦାନ ଆଦିର ପଟାନ୍ତର ନାହିଁ ବୋଲି କହିଥିଲେ l ଜଗତସିଂହପୁର ବିଧାୟକ ପ୍ରଶାନ୍ତ ମୁଦୁଲି, ଜିଲ୍ଲପାଳ ପାରୁଲ ପଟାୱରୀ, ଏସପି ରାହୁଲ ପିଆର ପ୍ରମୁଖ ଉପସ୍ଥିତ ରହିଥିଲେ l ପ୍ରାରମ୍ଭରେ ସହର ବରପୁତ୍ର ମାନଙ୍କ ପ୍ରତିମୂର୍ତ୍ତିରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରାଯାଇଥିଲା l ଜିଲ୍ଲାସ୍ତରୀୟ  ସାଧାରଣତନ୍ତ୍ର ଦିବସ ଉତ୍ସବରେ ଜଗତସିଂହପୁର ପୌରାଞ୍ଚଳର ପରିଷଦ ମାନଙ୍କୁ ନିମନ୍ତ୍ରଣ ପତ୍ର ଦିଆଯାଇ ନଥିବାକୁ ନେଇ ଆଜି ଚାପା ଅସନ୍ତୋଷ ପ୍ରକାଶ ପାଇଥିଲା ।