ପ୍ରମୂଖ ଖବର
  • FM କଲେଜରେ ଛାତ୍ରୀଙ୍କ ଆତ୍ମହତ୍ୟା ଉଦ୍ୟମ ଘଟଣା; ପୀଡ଼ିତାଙ୍କ ପରିବାରକୁ ଭେଟିବେ ମୁଖ୍ୟମନ୍ତ୍ରୀ
  • ||
  • ରାଜ୍ୟସଭାକୁ ୪ ମନୋନୀତ, ମନୋନୀତ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
  • ||
  • ବାଲେଶ୍ବର: ଟ୍ରକ୍‌ ଧକ୍କାରେ ଓଲଟି ପଡ଼ିଲା ବସ୍‌, ୨୦ରୁ ଉର୍ଦ୍ଧ୍ୱ ଗୁରୁତର
  • ||
  • ଏନ୍‌ସିଇଆର୍‌ଟି ବିଏଡ୍‌ ପ୍ରବେଶିକା ପରୀକ୍ଷା, ଆଜି ରାଜ୍ୟର ୪୪ କେନ୍ଦ୍ରରେ ୨୨ ହଜାର ଛାତ୍ରଛାତ୍ରୀ ଦେବେ ପରୀକ୍ଷା
  • ||
  • ସୋମବାର ଓଡ଼ିଶା ଆସୁଛନ୍ତି ରାଷ୍ଟ୍ରପତି: ଆଜି ପୁଲିସର କାର୍‌କେଡ୍‌ ରିହର୍ସାଲ, ଜଗିବେ ୫୦ ପ୍ଲାଟୁନ୍‌ ଫୋର୍ସ
  • ||
  • ଗାଜା ଉପରେ ଇସ୍ରାଏଲର ଭୟଙ୍କର ହମଲା, ୧୧୦ ପାଲେଷ୍ଟାନୀୟ ମୃତ
  • ||
  • ୧୬ରେ ବଙ୍ଗୋପସାଗରରେ ପୁଣି ଏକ ଘୂର୍ଣ୍ଣିବଳୟ ସମ୍ଭାବନା, ଆଜି ବର୍ଷା ନେଇ ଅଧା ଓଡ଼ିଶାକୁ ୟେଲୋ ଓ୍ବାର୍ଣ୍ଣିଂ
  • ||

୨୫ ଫୁଟ ଲମ୍ବର ଅଜଗର ଉଦ୍ଧାର, ବାରୁଣା ବନ୍ତ ଜଙ୍ଗଲରେ ଛାଡ଼ିଲା ବନ ବିଭାଗ

Published By : Harapriya Sethi | November 8, 2024 1:13 PM

ଚଣ୍ଡିଖୋଲ,୦୮/୧୧: ଯାଜପୁର ଜିଲ୍ଲା ବଡ଼ଚଣା ଅଞ୍ଚଳରୁ ଉଦ୍ଧାର ହେଲା ବିରାଟକାୟ ଅଜଗର । ଏହି ସାପଟିର ଲମ୍ୱା ୨୫ଫୁଟ ହୋଇଥିବା ସୂଚନା ମିଳିଛି । ଉଦ୍ଧାର ପରେ ସାପଟିକୁ ବନ ବିଭାଗ ବାରୁଣା ବନ୍ତ ସଂରକ୍ଷିତ ଜଙ୍ଗଲରେ ଛାଡ଼ିଥିବା ଜଣାପଡ଼ିଛି । 

ସୂଚନା ମୁତାବକ, ସ୍ଥାନୀୟ ତେଲିଗଡ ନଟିଆ ଗେଟ୍ ନିକଟରେ ଏକ ଅଜଗର ଯାଉଥିବା ଲୋକେ ଦେଖିଥିଲେ । ପରେ ଏନେଇ ଚଣ୍ଡିଖୋଲ ବନ ବିଭାଗ କର୍ମଚାରୀଙ୍କୁ ଖବର ଦେଇଥିଲେ । ଖବର ପାଇ ବନ ବିଭାଗର କର୍ମଚାରୀ ଗାଁରେ ପହଞ୍ଚି ଥିଲେ । ସେଠାରେ ପହଞ୍ଚି ଅଜଗରକୁ ଉଦ୍ଧାର କରି ତାର ସ୍ବାସ୍ଥ୍ୟ ପରୀକ୍ଷା କରିଥିଲେ । ପରେ ସ୍ଥାନୀୟ ବାରୁଣା ବନ୍ତ ସଂରକ୍ଷିତ ଜଙ୍ଗଲରେ ଛାଡ଼ି ଦିଆଯାଇଥିବା ବନ ବିଭାଗ ସୂଚନା ଦେଇଛି ।

 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.