ପ୍ରମୂଖ ଖବର
  • ସମ୍ବଲପୁର : ହୀରାକୁଦରୁ ନିଷ୍କାସନ ହେବ ବର୍ଷର ପ୍ରଥମ ବନ୍ୟାଜଳ, ଆସନ୍ତା ୬ରୁ ଖୋଲିବ ଗେଟ୍
  • ||
  • ସୁନ୍ଦରଗଡ଼ : ହାଇୱା-ଓମିନି ଭ୍ୟାନ୍‌ ମୁହାଁମୁହିଁ ଧକ୍କା:୨ ମୃତ, ୪ ଗୁରୁତର
  • ||
  • ହିମାଚଳ ପ୍ରଦେଶରେ ପ୍ରକୃତିର ତାଣ୍ଡବ; ୩୭ ମୃତ, ୪୦୦ କୋଟିରୁ ଅଧିକ କ୍ଷୟକ୍ଷତି
  • ||
  • ଇଣ୍ଡିଆ-ଇଂଲଣ୍ଡ ଦ୍ବିତୀୟ ଟେଷ୍ଟ,କ୍ୟାପ୍ଟେନ୍ ଶୁବମନଙ୍କ ଡବଲ ସେଞ୍ଚୁରୀ, ୫୧୦ ରନ୍‌ ପିଛା କରୁଛି ଘରୋଇ ଦଳ
  • ||
  • ମୟୂରଭଞ୍ଜ : କାଶିଆବେଡା ଗାଁରେ ଅଭାବନୀୟ ଘଟଣା, ଘରେ ପଶି ବୃଦ୍ଧଙ୍କୁ ଦଳିଦେଲା ଦନ୍ତା
  • ||
  • ଲଗାତାର ଘୂର୍ଣ୍ଣିବଳୟ, ଛାଡ଼ିବନି ବର୍ଷା : ଆଜି ସୁନ୍ଦରଗଡ଼କୁ ଅରେଞ୍ଜ, ୭ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ ଜାରି
  • ||
  • ସରି ଆସୁଛି ଜନ୍ମବେଦୀରେ ଲୀଳାଖେଳା; ଆଜି ସନ୍ଧ୍ୟା ଦର୍ଶନ, ଆଡ଼ପ ମଣ୍ଡପରେ ଶେଷ ଦିଅଁ ଦେଖା
  • ||
  • କଳାହାଣ୍ଡି : ଲଗାଣ ବର୍ଷାର ପ୍ରଭାବ: ଥୁଆମୂଳ ରାମପୁରର ସ୍ଥିତି ବେହାଲ, ଜନଜୀବନ ପ୍ରଭାବିତ
  • ||

ବିରଳ ପ୍ରଜାତିର ଗରୁଡ଼ ପକ୍ଷୀ ଉଦ୍ଧାର

Published By : Harapriya Sethi | November 9, 2024 9:31 AM

ଚଣ୍ଡିଖୋଲ,୦୯/୧୧: ଜାବେରା ବ୍ରାହ୍ମଣୀ ସେତୁ ନିକଟରୁ ଏକ ବିରଳ ପକ୍ଷୀ ଛୁଆଟି ଉଦ୍ଧାର ହୋଇଛି । ବନ ବିଭାଗର କର୍ମଚାରୀ ପକ୍ଷୀଟିର ସ୍ୱାସ୍ଥ୍ୟାବସ୍ଥା ପରୀକ୍ଷା କରି ଚିକିତ୍ସା କରିଛନ୍ତି । ଏହି ପକ୍ଷୀ ଛୁଆଟି ଗରୁଡ଼ ପକ୍ଷୀ ବୋଲି ବନ ବିଭାଗ ପକ୍ଷରୁ ସୂଚନା ମିଳିଛି । ଯାଜପୁର ଜିଲ୍ଲା ଚଣ୍ଡିଖୋଲସ୍ଥିତ ଜାବେରା ବ୍ରାହ୍ମଣୀ ବ୍ରିଜ୍‌ ନିକଟରେ ଏଭଳି ଘଟଣା ଘଟିଛି । 

ସୂଚନା ମୁତାବକ, ଜାବେରା ବ୍ରାହ୍ମଣୀ ବ୍ରିଜ୍‌ ନିକଟରେ ଏକ ବିରଳ ପକ୍ଷୀ ଛୁଆ ଦେଖିବାକୁ ପାଇଥିଲେ ସ୍ଥାନୀୟଲୋକେ । ଏ ନେଇ ସ୍ଥାନୀୟ ଲୋକେ ଗଡ଼ମଧୁପୁର ବନ ବିଭାଗକୁ ଖବର ଦେଇଥିଲେ । ଖବର ପାଇ ବନ ବିଭାଗର କର୍ମଚାରୀ ଉକ୍ତ ସ୍ଥାନରେ ପହଞ୍ଚି ପକ୍ଷୀଟିକୁ ଉଦ୍ଧାର କରିଥିଲେ । ଏହି ବିରଳ ପ୍ରଜାତିର ପକ୍ଷୀଟି ଗରୁଡ଼ ପକ୍ଷୀ ବୋଲି ବନ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ପକ୍ଷୀଟିର ସ୍ୱାସ୍ଥ୍ୟାବସ୍ଥା ପରୀକ୍ଷା କରାଯାଇ ଚିକିତ୍ସା କରାଯାଇଛି । ଏ ନେଇ ଉପସ୍ଥିତ ଅଧିକାରୀଙ୍କୁ ଅବଗତ କରାଯାଇ ଥିବା ଫରେଷ୍ଟର କହିଛନ୍ତି । ପକ୍ଷୀ ଛୁଆଟି ଏଠାକୁ କେଉଁଭଳି ଆସିଲା, ସେ ନେଇ ବନ ବିଭାଗ ପକ୍ଷରୁ ତଦନ୍ତ ଜାରି ରହିଛି । 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.