ପ୍ରମୂଖ ଖବର
  • ଅନୁଗୁଳ : ସାପ କାମୁଡ଼ାରେ ନାବାଳକ ମୃତ
  • ||
  • କଟକ : ପାରିବାରିକ କଳହର କରୁଣ ପରିଣତି, ମୁଣ୍ଡଳୀ ବ୍ରିଜ୍‌ରେ ଗାଡ଼ି ରଖି ମହାନଦୀକୁ ଡେଇଁ ପଡ଼ିଲେ ଯୁବକ!
  • ||
  • ମୁମ୍ବାଇରୁ ଓଡ଼ିଶା ଫେରିବେ ବିରୋଧୀ ଦଳ ନେତା ନବୀନ, ସ୍ୱାଗତ ପାଇଁ ବିଜେଡି ନେତା ଓ କର୍ମୀ ପ୍ରସ୍ତୁତ
  • ||
  • ଡ୍ରାଇଭର ମହାସଂଘ ହାତ ଛାଡ଼ିଲେ ବସ୍‌ ମାଲିକ, ରାଜ୍ୟରେ ସ୍ୱାଭାବିକ ହେଲା ଘରୋଇ ବସ୍‌ ଚଳାଚଳ
  • ||
  • ଦିଲ୍ଲୀରେ ଭୁଶୁଡ଼ିଲା ୪ ମହଲା ବିଲ୍ଡିଂ, ୧୨ ଜଣ ଚାପି ହୋଇଥିବା ଆଶଙ୍କା
  • ||
  • ଦୁର୍ବଳ ହେଉଛି ମାଓ ସଙ୍ଗଠନ, ଆତ୍ମସମର୍ପଣ କଲେ ୨୨ ମାଓବାଦୀ
  • ||
  • ଭୁବନେଶ୍ୱର : ପୁଲିସ ଭବନ ସମ୍ମୁଖରେ ସିରିଜ୍ ଦୁର୍ଘଟଣା, ଡ୍ରାଇଭର ଗୁରୁତର
  • ||
  • କେନ୍ଦୁଝର: ଗୋଠଛଡ଼ା ଦନ୍ତା ଆକ୍ରମଣରେ ଜଣେ ମୃତ, ଜଣେ ଗୁରୁତର
  • ||
  • ଅହମ୍ମଦାବାଦ ପ୍ଲେନ୍‌ କ୍ରାସ୍‌ର ଆସିଲା ତଦନ୍ତ ରିପୋର୍ଟ, ଉଡ଼ାଣର ୯୦ ସେକେଣ୍ଡରେ ବନ୍ଦ ହୋଇଥିଲା ବିମାନ ଇଞ୍ଜିନ୍‌
  • ||
  • ମେଗା ରୋଜଗାର ମେଳା, ଆଜି ୫୧ ହଜାର ନିଯୁକ୍ତିପତ୍ର ବାଣ୍ଟିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି
  • ||
  • ଘୂର୍ଣ୍ଣିବଳୟ ସକ୍ରିୟ: ଆଜି ୧୩ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ, ୧୩ରୁ ଅଧିକ ବର୍ଷା ହୋଇପାରେ
  • ||

ଅଜଣା ଗାଡ଼ି ଧକ୍କାରେ ଅବସରପ୍ରାପ୍ତ କର୍ଣ୍ଣଲଙ୍କ ମୃତ୍ୟୁ

Published By : Harapriya Sethi | February 1, 2025 2:47 PM

ଭୁବନେଶ୍ବର,୦୧/୦୨: ରାସ୍ତା ପାର ହେବା ବେଳେ ଧକ୍କା ଦେଲା ଅଜଣା ଗାଡ଼ି । ଦୁର୍ଘଟଣାରେ ଚାଲିଗଲା ଅବସରପ୍ରାପ୍ତ କର୍ଣ୍ଣଲଙ୍କ ଜୀବନ । ମୃତକ ଅବସରପ୍ରାପ୍ତ କର୍ଣ୍ଣଲ ରବିନ୍ଦ୍ର ବେହେରା ବୋଲି ଜଣାପଡିଛି । ରାଜଧାନୀ ଭୁବନେଶ୍ୱରରେ ଏଭଳି ଘଟଣା ଘଟିଥିବାର ଖବର ସାମ୍ନାକୁ ଆସିଛି । 

ସୂଚନା ମୁତାବକ, କର୍ଣ୍ଣଲ ରବିନ୍ଦ୍ର ଡିଫେନ୍ସ କଲୋନିରେ ରହୁଥିଲେ । ଆଜି ଶନିବାର ହୋଇଥିବାରୁ ସେ ଚନ୍ଦ୍ରଶେଖରପୁର ଶନି ମନ୍ଦିର ଯାଇଥିଲେ । ମନ୍ଦିର ସମ୍ମୁଖରେ ରାସ୍ତା ପାର ହେଉଥିଲେ । ଏହି ସମୟରେ ଏକ ଅଜଣା ଗଡ଼ି ଆସି ତାଙ୍କୁ ଧକ୍କା ଦେଇଥିଲା । ଫଳରେ ସେ ଗୁରୁତର ଅବସ୍ଥାରେ ରାସ୍ତାରେ ପଡ଼ି ରହିଥିଲେ । ଏହା ଦେଖି ସ୍ଥାନୀୟ ଲୋକେ ତୁରନ୍ତ ପୋଲିସ ଏବଂ ଆମ୍ୱୁଲାନ୍ସକୁ ଖବର ଦେଇଥିଲେ । ହେଲେ ଦୁର୍ଭାଗ୍ୟବଶତଃ ଆମ୍ୱୁଲାନ୍ସ ଆସିବା ପୂର୍ବରୁ ତାଙ୍କର ମୃତ୍ୟୁ ହୋଇଥିଲା । ଖବର ପାଇ ପୋଲିସ ଘଟଣା ସ୍ଥଳରେ ପହଞ୍ଚି ମୃତଦେହ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଛି । ଏହା ସହ ମୃତକଙ୍କ ପରିବାର ଲୋକଙ୍କୁ ମଧ୍ୟ ଏହି ଘଟଣା ସମ୍ପର୍କରେ ଅବଗତ କରିଛି । ଏଥି ସହିତ ଘଟଣାର ତଦନ୍ତ ଚଳାଇଛି ପୋଲିସ ।  



Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.