ପ୍ରମୂଖ ଖବର
  • ଗୁଗୁଲ୍-ମେଟାକୁ ଇଡ଼ି ନୋଟିସ୍‌, ଅନ୍‌ଲାଇନ୍ ବେଟିଂ ଆପ୍‌ ମାମଲାରେ ସମନ୍‌
  • ||
  • ପୁରୀ: ବଳଙ୍ଗା ଥାନା ଅଞ୍ଚଳରେ ଅଭାବନୀୟ ଘଟଣା, ନାବାଳିକାଙ୍କୁ ନିଆଁ ଲଗାଇ ପୋଡ଼ି ଦେଲେ ୩ ଦୃର୍ବୃତ୍ତ
  • ||
  • ଢେଙ୍କାନାଳ ଗଉଡ଼କାଟେଣିରେ ଟ୍ରକ୍-‌ହାୱାଇ ମୁହାଁମୁହିଁ ଧକ୍କା, ହାୱାଇ ଡ୍ରାଇଭର ଗୁରୁତର
  • ||
  • ଶିକ୍ଷକ ଅଭାବରୁ ସ୍କୁଲରେ ତାଲା ପକାଇଲେ ଗ୍ରାମବାସୀ, ଧାରଣାରେ ଛାତ୍ରଛାତ୍ରୀ
  • ||
  • ମାଲକାନଗିରି: ଏନ୍‌କାଉଣ୍ଟରରେ ୬ ମାଓବାଦୀ ନିହତ, AK-47, SRL ରାଇଫଲ୍ ସମେତ ବିପୁଳ ବିସ୍ଫୋରକ ଜବତ
  • ||
  • କେନ୍ଦ୍ରକୁ ସୁପ୍ରିମକୋର୍ଟଙ୍କ ଚେତାବନୀ, ଏନ୍‌ଆଇଏ ମାମଲା ପାଇଁ ସ୍ୱତନ୍ତ୍ର କୋର୍ଟ ବନାଅ...
  • ||
  • ଜଳେଶ୍ବର: ଟ୍ରକ୍‌କୁ ଧକ୍କା ଦେଲା ବସ୍‌; ୩୦ ଜଣ ଯାତ୍ରୀ ଆହତ
  • ||
  • ଶନିବାରଠୁ ଚାଷୀ ପଞ୍ଜୀକରଣ, ଅଗଷ୍ଟ ୨୦ ଯାଏ ଚାଲିବ ପ୍ରକ୍ରିୟା: ନଭେମ୍ବର ପ୍ରଥମ ସପ୍ତାହରୁ ଧାନକିଣା
  • ||
  • ୨୩ରେ ଲଘୁଚାପ, ୨୫ରେ ନେଇପାରେ ଅବପାତ ରୂପ: ଆଜିଠୁ ପଶ୍ଚିମ ଓ ଦକ୍ଷିଣ ଓଡ଼ିଶାରେ ଅଧିକ ବର୍ଷା ଆଶଙ୍କା
  • ||

ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରାପଡିଲେ ଆରଆଇ

Published By : Suraj Kumar | October 19, 2024 8:52 PM

ଯାଜପୁର,୧୯।୧୦ : ଜମି ମ୍ୟୁଟେସନ ପାଇଁ ୧୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧର୍ମଶାଳା ତହସିଲର ବଳରାମପୁର  ଆରଆଇ ଧରାପଡିଛନ୍ତି। ଆରଆଇ ଜଣକ ହେଲେ ସୁଶାନ୍ତ  ସ୍ବାଇଁ।

ଏକ ଜମିର ମ୍ୟୁଟେସନ ପାଇଁ ରିପୋର୍ଟ ଦେବାକୁ ଧର୍ମଶାଳା ତହସିଲର ବଳରାମପୁର  ଆର. ଆଇ ସୁଶାନ୍ତ  ସ୍ବାଇଁ ଆବେଦନକାରୀକୁ ୧୦ ହଜାର ଟଙ୍କା ଲାଞ୍ଚ ମାଗିଥିଲେ। ଏ ସମ୍ପର୍କରେ ସେ ଭିଜିଲାନ୍ସରେ ଜଣାଇଥିଲେ। ଯୋଜନା ମୁତାବକ ଆଜି  ସୁଶାନ୍ତଙ୍କୁ ଆବେଦନକାରୀ ଲାଞ୍ଚ ଦେଉଥିବା ବେଳେ ପୂର୍ବରୁ ଲୁଚି ରହିଥିବା ଭିଜିଲାନ୍ସ ଟିମ୍ ମାଡି ବସିଥିଲେ।  ସୁଶାନ୍ତଙ୍କ ଠାରୁ ଟଙ୍କା ଜବତ କରିଥିଲେ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.