ନୂଆଦିଲ୍ଲୀ,୧୩/୮: କେଲକାତା ଆର.ଜି. କର ମେଡିକାଲ କଲେଜ ହସ୍ପିଟାଲରେ ଟ୍ରେନି ମହିଳା ଡାକ୍ତରଙ୍କୁ ଦୁଷ୍କର୍ମ ଓ ହତ୍ୟା ଘଟଣା । ଏନେଇ ତେଜିବାରେ ଲାଗିଛି ଆନ୍ଦୋଳନ। ସେହିପରି ଫେଡେରେସନ ଅଫ ଅଲ୍ ଇଣ୍ଡିଆ ମେଡିକାଲ ଆସୋସିଏସନ ଆଜି ଦେଶ ବ୍ୟାପୀ ଆନ୍ଦୋଳନର ଡାକରା ଦେଇଛି । ସମସ୍ତ ମେଡିକାଲରେ ଓପିଡି ସେବା ବନ୍ଦ ରଖିବାକୁ ଡାକରା ଦେଇଛି ଫେଡେରେସନ।
ସେପଟେ କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ଜେପି ନଡ୍ଡାଙ୍କୁ ଚିଠି ଲେଖିଛି ଇଣ୍ଡିଆନ ମେଡିକାଲ ଆସୋସିଏସନ । ଘଟଣାର ନିରପେକ୍ଷ ତଦନ୍ତ ଦାବି କରିଛି ଆଇଏମଏ । ଏହାସହ ଦୋଷୀ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ଦାବି ହୋଇଛି । କେଉଁ ସ୍ଥିତିରେ ଏଭଳି ଅପରାଧ ଘଟିଲା ତାହାର ଆମୂଳଚୂଳ ତଦନ୍ତ ସହ କାର୍ଯ୍ୟକ୍ଷେତ୍ରରେ ଡାକ୍ତରମାନଙ୍କ ସୁରକ୍ଷା ସୁନିଶ୍ଚିତ କରିବାକୁ ତୁରନ୍ତ ପଦକ୍ଷେପ ନେବାକୁ ଇଣ୍ଡିଆନ ମେଡିକାଲ ଆସୋସିଏସନ ଦାବି କରିଛି । ତେବେ ଗତ ୯ ତାରିଖରେ ଟ୍ରେନି ମହିଳା ଡାକ୍ତରଙ୍କୁ ଦୁଷ୍କର୍ମ ପରେ ହତ୍ୟା କରାଯାଇଥିଲା । ଏହାକୁ ନେଇ ସାରା ଦେଶରେ ଡାକ୍ତରମାନେ ଆନ୍ଦୋଳନ କରୁଥିବା ବେଳେ କୋଲକାତା ଆର.ଜି. କର ମେଡିକାଲ କଲେଜର ପ୍ରିନ୍ସିପାଲ୍ ଡାକ୍ତର ସନ୍ଦୀପ ଘୋଷ୍ ନିଜ ପଦରୁ ଇସ୍ତଫା ଦେଇଛନ୍ତି। ଏଥିସହ ପୋଲିସ ଜଣେ ଅଭିଯୁକ୍ତ କରିଥିବା ବେଳେ ଘଟଣାର ତଦନ୍ତ କରୁଛନ୍ତି।