ପ୍ରମୂଖ ଖବର
  • କଟକ : ନିଆଁ ଲାଗି ଜଳିଗଲା ୩ ବଖରା ଘର, କାରଣ ଅସ୍ପଷ୍ଟ
  • ||
  • କାଠଯୋଡି ନଦୀରେ ଗାଧୋଇବା ବେଳେ ଅଘଟଣ, ପାଣିରେ ବୁଡ଼ି ନାବାଳକ ମୃତ
  • ||
  • ଭଞ୍ଜନଗର : ବ୍ରାହ୍ମଣପଦର ଗ୍ରାମରେ ହତ୍ୟାକାଣ୍ଡ, ସଂଘବଦ୍ଧ ଆକ୍ରମଣରେ ଯୁବକଙ୍କ ମୃତ୍ୟୁ
  • ||
  • ବେଗୁନିଆପଡ଼ା : ପୂର୍ବ ଶତ୍ରୁତାରୁ ୨ ଭାଇଙ୍କୁ ହତ୍ୟା, ପୋଲିସର ତଦନ୍ତ ଆରମ୍ଭ
  • ||
  • ଭାରସାମ୍ୟ ହରାଇ ଦଳବୋଝେଇ ଖାଲକୁ ଖସିଲା ଟ୍ୟାଙ୍କର୍‌, ଡ୍ରାଇଭର ମୃତ
  • ||
  • ତଣ୍ଡିକେରା ଛକରୁ ଦୁଇ ସନ୍ଦିଗ୍ଧଙ୍କୁ ଉଠାଇନେଲା ଚନ୍ଦନପୁର ପୁଲିସ, ଚାଲିଛି ପରିଚୟ ଖୋଜା
  • ||
  • IPL 2025: ଆଜି ସୁପରଜାଏଣ୍ଟ୍‌ସ- ଇଣ୍ଡିଆନ୍ ମଧ୍ୟ ହେବ କଡ଼ା ଟକ୍କର, ନଜରରେ ପନ୍ତ, ରୋହିତଙ୍କ ବ୍ୟାଟିଂ
  • ||
  • ବଦଳିବ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ ଠିକଣା, ୟୁନିଟ୍‌-୨ କ୍ୟାପିଟାଲ ନର୍ସରୀ ପାଖକୁ ଉଠିଯିବ
  • ||
  • ଯାଜପୁରରେ ଚାଞ୍ଚଲ୍ୟ, କର୍ମଜୀବୀ ମହିଳାଙ୍କୁ ହାତ ମୁହଁ ବାନ୍ଧି ଗଣଦୁଷ୍କର୍ମ ଅଭିଯୋଗ
  • ||
  • ଦିନିକିଆ ଗଞ୍ଜାମ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ, ବ୍ରହ୍ମପୁର ମା’ ବୁଢ଼ୀ ଠାକୁରାଣୀଙ୍କୁ ଅସ୍ଥାୟୀ ମଣ୍ଡପରେ ଦର୍ଶନ କରିବେ
  • ||
  • ମୟୂରଭଞ୍ଜ : ଦୋକାନୀଙ୍କୁ ଠେଙ୍ଗାରେ ପିଟି ସୁନା ବ୍ୟାଗ୍‌ ଲୁଟ୍‌, ଲକ୍ଷାଧିକ ଟଙ୍କାର ଅଳଙ୍କାର ଲୁଟିନେଲେ ୪ ଦୁର୍ବୃତ୍ତ
  • ||
  • ଭଦ୍ରକ : ଗୋରୁ ବୋଝେଇ ପିକଅପ୍‌ ଗାଡ଼ି ଦୁର୍ଘଟଣା ଗ୍ରସ୍ତ: ୩ ଗୋରୁ ମୃତ, ଡ୍ରାଇଭର ଗୁରୁତର
  • ||
  • ରବିବାରଠୁ ତାତିରେ ବିରତି: ୨ ତାରିଖ ଯାଏ ବର୍ଷା ସହ ଘଡ଼ଘଡ଼ି ସମ୍ଭାବନା, ୫ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ
  • ||

ଲାଞ୍ଚ ନେଇ ଧରାପଡ଼ିଲେ ରାଜସ୍ୱ ନିରୀକ୍ଷକ

Published By : Prameya | March 30, 2025 12:34 AM

ଫୁଲବାଣୀ : ଲାଞ୍ଚ ନେବା ବେଳେ ଧରାପଡ଼ିଲେ ରାଜସ୍ୱ ନିରୀକ୍ଷକ । ଫିରିଙ୍ଗିଆ ବ୍ଲକ୍‌ କ୍ରାଣ୍ଡିବାଲି ସର୍କଲର ରାଜସ୍ୱ ନିରୀକ୍ଷକ ଦେବାଶୀଷ ନାଏକ ଭିଜିଲାନ୍ସ ହାତରେ ଧରା ପଡ଼ିଛନ୍ତି । ପାହିରାଜୁ ପଞ୍ଚାୟତ କୁସୁପାଜୁର ସୁଦର୍ଶନ କହଁର ଆବାସ ଯୋଜନାରେ ପାଇଥିବା ଗୃହ ନିର୍ମାଣ ପାଇଁ ଇଟା ଭାଟି କରିଥିଲେ। 

ସମ୍ପୃକ୍ତ ଆରଆଇ ଏହି ଇଟାଭାଟି ବେଆଇନ ଭାବରେ କରିଛ କହି ତାଙ୍କୁ ଧମକ ଦେଇଥିଲେ। ୭ ହଜାର ଟଙ୍କା ଲାଞ୍ଚ ନ ଦେଲେ ତାଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ହେବ ବୋଲି କହିଥିଲେ। ସୁଦର୍ଶନ ଭିଜିଲାନ୍ସ ବିଭାଗର ଦ୍ୱାରସ୍ଥ ହୋଇଥିଲେ। ଆଜି ଦେବାଶୀଷ କ୍ରାଣ୍ଡିବାଲି ପଞ୍ଚାୟତ କାର୍ଯ୍ୟାଳୟ ପରିସରରେ ଥିବା ନିଜ କାର୍ଯ୍ୟାଳୟରେ ସୁଦର୍ଶନଙ୍କ ଠାରୁ ଲାଞ୍ଚ ଟଙ୍କା ଗ୍ରହଣ କରିବାବେଳେ ପୂର୍ବ ପ୍ରସ୍ତୁତି ପ୍ରକାରେ ଫୁଲବାଣୀ ଭିଜିଲାନ୍ସ ଡିଏସ୍‌ପି ହେମନ୍ତ ମହାନ୍ତିଙ୍କ ନେତୃତ୍ୱରେ ଟିମ ତାଙ୍କୁ ଧରିଥିଲେ। 

ତାଙ୍କ ଠାରୁ ୭ହଜାର ଟଙ୍କା ଜବତ କରାଯିବା ସହ ଆୟ ବହିଃର୍ଭୁତ ସମ୍ପତ୍ତି ନେଇ ୨ଟି ସ୍ଥାନରେ ଚଢ଼ାଉ କରାଯାଇଛି। ବ୍ରହ୍ମପୁର ଭିଜିଲାନ୍ସ ଥାନାରେ ମାମଲା ରୁଜୁ କରାଯାଇ ଅଧିକ ତଦନ୍ତ ଚାଲିଥିବା ଭିଜିଲାନ୍ସ ଡିଏସ୍‌ପି ସୂଚନା ଦେଇଛନ୍ତି।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.