PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କେନ୍ଦୁଝର ସଦର : ମଦ୍ୟପଙ୍କ ଉନ୍ମୁକ୍ତ କାଣ୍ଡ, ବାପାକୁ ପିଟିପିଟି ହତ୍ୟା କଲା ପୁଅ
  • ||
  • ଭୁବନେଶ୍ଵର : ଅକ୍ଟୋବର ୨ରୁ ଏକ ମାସ ବ୍ୟାପି ପଦଯାତ୍ରା କରିବ ବିଜେଡି, ୨୯ ଏବଂ ୩୦ ତାରିଖରେ ବସିବ ପ୍ରସ୍ତୁତି ବୈଠକ
  • ||
  • ବାରିପଦା : ବ୍ୟାଙ୍କ୍‌ରେ ଭୟାବହ ଅଗ୍ନିକାଣ୍ଡ, ଜଳିଗଲା ଏଟିଏମ୍
  • ||
  • ଭୁବନେଶ୍ଵର : ରାଜଧାନୀରେ ଚାଞ୍ଚଲ୍ୟ, ବାର୍‌ରେ ୩ଟି ବୋମାମାଡ଼ କଲେ ୨ ଦୁର୍ବୃତ୍ତ
  • ||

ମର୍ମନ୍ତୁଦ ସଡ଼କ ଦୁର୍ଘଟଣା, ସ୍ତ୍ରୀ ଆଗରେ ଚାଲିଗଲା ସ୍ବାମୀର ଜୀବନ

ବୌଦ୍ଧ, ୧୨/୮ : ବୌଦ୍ଧ ୫୭ନଂ ଜାତୀୟ ଖୁଣ୍ଟବନ୍ଧ ଛକ ନିକଟରେ ମର୍ମନ୍ତୁଦ ସଡକ ଦୁର୍ଘଟଣା । ସ୍ତ୍ରୀ ଆଗରେ ଚାଲିଗଲା ସ୍ବାମୀର ଜୀବନ । ସ୍ବାମୀ ସ୍ତ୍ରୀ ବାଇକ୍ ଯୋଗେ ଘରକୁ ଫେରୁଥିବା ସମୟରେ ଅନ୍ୟ ଏକ ବାଇକ୍ ସହ ମୁହାଁ ମୁହିଁ ଧକ୍କା ହୋଇଥିଲା ।  ଫଳରେ ଘଟଣାସ୍ଥଳରେ ଦୁଇ ଜଣଙ୍କର ମୃତ ହୋଇଥିବାବେଳେ ୧ ଗୁରୁତର ହୋଇପଡ଼ିଛନ୍ତି ।

ମୃତକ ହେଲେ ବାଦିକଟା ଗ୍ରାମର ଜଗନ୍ନାଥ ଜଗଦଲା ଅନ୍ୟ ମୃତ ବ୍ୟକ୍ତିଙ୍କ ପରିଚୟ ମିଳିପାରି ନାହିଁ । ଗୁରୁତର ପଦ୍ମାଳୟା ଜଗଦଲାକୁ ବୁର୍ଲା ସ୍ଥାନାନ୍ତର କରାଯାଇଛି । ଘଟଣାସ୍ଥଳରେ ବୌଦ୍ଧ ପୋଲିସର ପହଞ୍ଚି ମୃତଦେହକୁ ବ୍ୟବଚ୍ଛେଦ ପାଇଁ ପଠାଇଥିବାବେଳେ ଗାଡ଼ି ଦୁଇଟିକୁ ଜବତ କରି ତଦନ୍ତ ଚଳାଇଛି ।