ପ୍ରମୂଖ ଖବର
  • ରବିବାର ଖୋଲିବ ହୀରାକୁଦ ଜଳଭଣ୍ଡାର ଗେଟ୍, ନିଷ୍କାସିତ ହେବ ପ୍ରଥମ ବନ୍ୟା ଜଳ, ୧୨ ଜିଲ୍ଲାକୁ କରାଗଲା ସତର୍କ
  • ||
  • ମହଣ ମହଣ ସୁନାରେ ଝଟକିବେ ଦାରୁବ୍ରହ୍ମ, ରଥାରୂଢ଼ ଶ୍ରୀଜିଉଙ୍କ ରାଜରାଜେଶ୍ୱର ବେଶ ଦର୍ଶନ କରିବେ ଶ୍ରଦ୍ଧାଳୁ
  • ||
  • ଆମେରିକା ଟେକ୍ସାସରେ ଭୟଙ୍କର ବନ୍ୟା ସ୍ଥିତି, ୪୩ ମୃତ ୨୩ ନିଖୋଜ
  • ||
  • ଟ୍ରମ୍ପଙ୍କୁ ସିଧା ଟକ୍କର ଦେବେ ଏଲନ ମସ୍କ; ନୂଆ ଦଳର କଲେ ଘୋଷଣା
  • ||
  • ଲଘୁଚାପ ରୂପ ନେଇପାରେ ଘୂର୍ଣ୍ଣିବଳୟ: ଆସନ୍ତା ୩ ଦିନ ପ୍ରବଳ ବର୍ଷା ସମ୍ଭାବନା, ୮ରୁ ଉପକୂଳରେ କମିବ
  • ||

ଟ୍ରକ ସହ ମୁହାମୁହିଁ ଧକ୍କା ହେଲା ବସ୍ ; ୫ ମୃତ,୧୫ ଗୁରୁତର

Published By : Anindita Ratha | November 21, 2024 8:15 AM

ନୂଆଦିଲ୍ଲୀ,୨୧/୧୧: ଉତ୍ତରପ୍ରଦେଶରେ ମର୍ମନ୍ତୁଦ ସଡକ ଦୁର୍ଘଟଣା। ଟ୍ରକ ସହ ମୁହାମୁହିଁ ଧକ୍କା ହେଲା ବସ୍। ଫଳରେ ୫ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୧୫ ଜଣ ଗୁରୁତର ଆହତ ହୋଇଛନ୍ତି । ସମସ୍ତ ଆହତଙ୍କୁ ନିକଟସ୍ଥ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । ତେବେ ଉତ୍ତରପ୍ରଦେଶ ଅଲିଗଡ ଜିଲ୍ଲାର ଯମୁନା ଏକ୍ସପ୍ରେସଓ୍ବେରେ ଏହି ଘଟଣା ଘଟିଥିବା ଜଣାପଡିଛି । ଏହି ଘଟଣାର ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଜାରି ରଖିଛି । 

ସୂଚନା ମୁତାବକ, ଗତକାଲି ବିଳମ୍ବିତ ରାତିରେ ଡ଼ବଲ ଡେକର ବସଟି ଦିଲ୍ଲୀରୁ ଆଜମଗଡ଼ ଯାଉଥିଲା । ସେହି ସମୟରେ ଅଲିଗଡ଼ ଜିଲ୍ଲାର ଯମୁନା ଏକ୍ସପ୍ରେସଓ୍ବେରେ  ବସ୍ ସହ ଏକ ଟ୍ରକର ମୁହାମୁହିଁ ଧକ୍କା ହୋଇଥିଲା । ଫଳରେ ଘଟଣାରେ ୫ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୧୫ ଯାତ୍ରୀ ଗୁରୁତର ଆହତ ହୋଇଥିଲେ । ଏନେଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ସମସ୍ତ ମୃତଦେହକୁ ବ୍ୟବଚ୍ଛେଦ ପାଇଁ ପଠାଇଥିବା ବେଳେ ସମସ୍ତ ଗୁରୁତରଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରିଛି। ତେବେ କିଛି ଜଣଙ୍କ ସ୍ବାସ୍ଥ୍ୟାବସ୍ତା ସଙ୍କଟାପନ୍ନ ଥିବା ପୋଲିସ ପକ୍ଷରୁ ସୂଚନା ମିଳିଛି। ତେବେ ମୃତକଙ୍କ ଭିତରେ ତିନି ଜଣ ପୁରୁଷ ଥିବା ବେଳେ ଜଣେ ମହିଳା ଓ ଜଣେ ଶିଶୁ ଅଛନ୍ତି । କିନ୍ତୁ ବର୍ତ୍ତମାନ ସୁଦ୍ଧା ସେମାନଙ୍କ ପରିଚୟ ମିଳିନି।  

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.