ପ୍ରମୂଖ ଖବର
  • ଘୋର ଆର୍ଥିକ ସଂକଟରେ ପାକ୍‌ ଅର୍ଥନୀତି: ଆଜି ପାକ୍‌କୁ ଋଣ ପ୍ରଦାନ ନେଇ ସମୀକ୍ଷା କରିବ ଆଇଏମ୍‌ଏଫ, ଭାରତର ବିରୋଧ
  • ||
  • ଅମୃତସର ବାସିନ୍ଦାଙ୍କୁ ଘରେ ରହିବାକୁ ନିର୍ଦ୍ଦେଶ, ଝରକା ଠାରୁ ଦୂରରେ ଏବଂ ଲାଇଟ୍ ବନ୍ଦ ରଖିବାକୁ ନିର୍ଦ୍ଦେଶାବଳୀ ଜାରି
  • ||
  • ଭାରତୀୟ ସେନାକୁ ସଫଳତା , ଧରାପଡିଲା ପାକିସ୍ତାନୀ ପାଇଲଟ୍
  • ||
  • ସମୀକ୍ଷା କରିବେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ, CDS ଏବଂ ୩ ସେନା ମୁଖ୍ୟଙ୍କ ସହ ଯୁଦ୍ଧ ସ୍ଥିତି ନେଇ କରିବେ ଆଲୋଚନା
  • ||
  • ଭାରତ-ପାକ୍ ଯୁଦ୍ଧ ନେଇ ସସପେନ୍ସ: ଆଇପିଏଲ୍‌ ଆୟୋଜନ ଉପରେ ହୋଇପାରେ ବଡ଼ ନିଷ୍ପତ୍ତି
  • ||
  • ବାଲେଶ୍ବର ଚାନ୍ଦିପୁର କ୍ଷେପଣାସ୍ତ୍ର ଘାଟିରେ ବଢ଼ିଲା ସୁରକ୍ଷା, ଅପରାହ୍ନ ୨ଟାରେ ବସିବ ଗୁରୁତ୍ୱପୂର୍ଣ୍ଣ ବୈଠକ
  • ||
  • ପାକିସ୍ତାନ ଉପରେ ଆକ୍ରମଣକୁ ନେଇ ବିସ୍ତୃତ ତଥ୍ୟ ଦେବ ବୈଦେଶିକ ମନ୍ତ୍ରଣାଳୟ,ସକାଳ ୯ଟାରେ ପ୍ରେସ ମିଟ୍
  • ||
  • ରାଜ୍ୟରେ ଆହୁରି ବଢ଼ିବ ଗରମ ପ୍ରକୋପ, ୧୦ରୁ ୧୪ ପ୍ରଚଣ୍ଡ ତାତି,ପଶ୍ଚିମରେ ହିଟ୍‌ୱେଭ୍‌, ଉପକୂଳରେ ଗୁଳୁଗୁଳି ଆଶଙ୍କା
  • ||

ଗଛକୁ ପିଟିଲା ବାଇକ୍;୨ମୃତ, ଜଣେ ଗୁରୁତର

Published By : prameya | March 27, 2025 8:54 AM

ଦାରିଙ୍ଗବାଡି,୨୭/୦୩:  ଦାରିଙ୍ଗବାଡ଼ିରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଗଛକୁ ପିଟିଲା ବାଇକ୍  । ଫଳରେ ୨ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଜଣେ ଗୁରୁତର ଆହତ ହୋଇଛନ୍ତି । ତେବେ ଦାରିଙ୍ଗବାଡ଼ି ଥାନା ଅନ୍ତର୍ଗତ ଶ୍ରାନିକେତା ନିକଟ ବୁଲାଣିରେ ଏହି ଘଟଣା ଘଟିଛି। ମୃତକମାନେ ଶ୍ରାନିକେତା ପଞ୍ଚାୟତ ପାଙ୍ଗାରାହା ଗ୍ରାମର ଶମ୍ଭୁନାଥ ପ୍ରଧାନ ଓ ମଣ୍ଟୁ ପ୍ରଧାନ ବୋଲି ଜଣାପଡ଼ିଛି। ସେହିପରି ଗୁରୁତର ଜଣକ ସାମେଲ ନାୟକ ।

ଏହା ମଧ୍ୟ ପଢନ୍ତୁ- କଂଗ୍ରେସ କର୍ମୀଙ୍କୁ ରୋକିବାକୁ କମିଶନରେଟ୍ ପୁଲିସର ପ୍ରସ୍ତୁତି, ସୁରକ୍ଷା ପାଇଁ ୮୦ ପ୍ଲାଟୁନ୍‌ ଫୋର୍ସ ମୁତୟନ

ସୂଚନା ମୁତାବକ, ବୁଧବାର ଦିନ ବିଳମ୍ବିତ ରାତିରେ ତିନି ଜଣ ମିଶି ବାଇକ୍ ଯୋଗେ ଦଣ୍ଡିମାହା ଗ୍ରାମକୁ ଯାଇ ଘରକୁ ଫେରୁଥିଲେ । ସେହି ସମୟରେ ଶ୍ରାନିକେତା ନିକଟ ଏକ ବୁଲାଣିରେ ଗଛ ସହ ଧକ୍କା ହୋଇଥିଲା । ଫଳରେ ଘଟଣାସ୍ଥଳରେ ୨ ଜଣ ମୃତ୍ୟବରଣ କରିଥିବା ବେଳେ ଜଣେ ଗୁରୁତର ହୋଇଥିଲେ । ତେବେ ଗୁରୁତର  ସାମେଲଙ୍କ ଅବସ୍ଥା ଗୁରୁତର ଥିବା ଯୋଗୁଁ ତାଙ୍କୁ ଦାରିଙ୍ଗବାଡି ମେଡ଼ିକାଲରେ ପ୍ରାଥମିକ ଚିକିତ୍ସା କରି ବ୍ରହ୍ମପୁର ବଡ଼ ମେଡିକାଲକୁ ସ୍ଥାନାନ୍ତର କରାଯାଇଛି । ଦାରିଙ୍ଗବାଡି ପୋଲିସ ଘଟଣାସ୍ଥଳରେ ପହଞ୍ଚି ବାଇକ୍ ଜବତ କରିବା ସହ ମୃତଦେହ ଜବତ କରି ଘଟଣାର ଅଧିକ ତଦନ୍ତ କରୁଛି । 


Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.