କୁକୁଡ଼ାଖଣ୍ଡି,୨୮/୦୯: ଗଞ୍ଜାମ ଜିଲ୍ଲା କୁକୁଡ଼ାଖଣ୍ଡିର ପୋଷ୍ଟ୍ ଅଫିସ ସମ୍ମୁଖରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା।  ଡାଲା ଅଟୋ ଓ ଯାତ୍ରୀବାହୀ ଅଟୋ ମୁହାଁମୁହିଁ ଧକ୍କା ହୋଇଛି । ଫଳରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ଦୁଇ ଜଣ ଗୁରୁତର ହୋଇଛନ୍ତି । 
ସୂଚନା ମୁତାବକ, ହିଞ୍ଜିଳିକାଟୁରୁ ପରିବା ଲୋଡ୍ କରି ବ୍ରହ୍ମପୁର ଅଭିମୁଖେ ଯାଉଥିବା ଏକ ଡାଲା ଅଟୋ ଓ ବ୍ରହ୍ମପୁରରୁ ହିଞ୍ଜିଳିକାଟୁ ଅଭିମୁଖେ ଯାଉଥିବା ଏକ ଯାତ୍ରୀବାହୀ ଅଟୋ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଥିଲା। ଫଳରେ ଅଟୋ ଡ୍ରାଇଭର ସହ ଦୁଇ ଯାତ୍ରୀ ଗୁରୁତର ଆହତ ହୋଇଥିଲେ। ଦୁର୍ଘଟଣାର ଶବ୍ଦ ଶୁଣି ନିକଟସ୍ଥ ଲୋକମାନେ ଘଟଣାସ୍ଥଳକୁ ଦୌଡ଼ିଆସିଥିଲେ। ସ୍ଥାନୀୟ ଲୋକଙ୍କ ସହାୟତାରେ ଆହତମାନଙ୍କୁ ଉଦ୍ଧାର କରି ପ୍ରଥମେ କୁକୁଡ଼ାଖଣ୍ଡି ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରକୁ ପହଞ୍ଚାଇଥିଲେ। ପରେ ସେମାନଙ୍କର ଅବସ୍ଥା ଗୁରୁତର ହେବାରୁ ବ୍ରହ୍ମପୁର ବଡ଼ ମେଡିକାଲକୁ ସ୍ଥାନାନ୍ତରିତ କରାଯାଇଥିଲା। ସେଠାରେ ଡାକ୍ତରଙ୍କ ଜଣେ ଆହତରୁ ମୃତ୍ୟୁ ଘୋଷଣା କରିଛନ୍ତି । ମୃତ ଯୁବକ ଜଣଙ୍କ ହିଞ୍ଜିଳି ଅଞ୍ଚଳର ବୋଲି ଜଣାପଡ଼ିଛି। ସେହିପରି ଗୁରୁତର ଆହତମାନଙ୍କ ମଧ୍ୟରୁ ଜଣେ ଯୁବକ ଆସ୍କା ବାବନପୁର ଅଞ୍ଚଳର ବୋଲି ଜଣାପଡ଼ିଛି। ଏହି ଘଟଣା ସମ୍ବନ୍ଧରେ ସଦର ପୁଲିସ୍  ଖବର ପାଇ ତୁରନ୍ତ ଘଟଣାସ୍ଥଳକୁ ପହଞ୍ଚିଥିଲେ। ପୁଲିସ୍ ଦୁର୍ଘଟଣାଗ୍ରସ୍ତ ଗାଡିକୁ ଜବତ କରିଥିବା ବେଳେ ଡାଲା ଅଟୋ ଡ୍ରାଇଭରଙ୍କୁ ମଧ୍ୟ ପୁଲିସ୍ ଅଟକ ରଖିଥିବା ଜଣାପଡିଛି।