ପ୍ରମୂଖ ଖବର
  • ଜାମ୍ମୁ-କାଶ୍ମୀରରେ ଏନକାଉଣ୍ଟର, ୩ ଯବାନ ଆହତ , ଜଣେ ଆତଙ୍କୀ ନିପାତ
  • ||
  • ମୁମ୍ବାଇରେ ଭୁଶୁଡିଲା ତିନି ମହଲା କୋଠା, ଚାପି ହୋଇ ଚାଲିଗଲା ୨ ଜୀବନ, ଏକାଧିକ ଆହତ
  • ||
  • ନୂଆଦିଲ୍ଲୀରେ ବସିବ ନୀତି ଆୟୋଗ ବୈଠକ, ଅଧ୍ୟକ୍ଷତା କରିବେ ପ୍ରଧାନମନ୍ତ୍ରୀ
  • ||
  • କିଏ ନେବ ରାଜ୍ୟ କଂଗ୍ରେସ ନେତୃତ୍ୱ ? ଦିଲ୍ଲୀ ଦରବାରରେ ଛାମୁଆ ନେତା, ଚର୍ଚ୍ଚାରେ ତାରା, ମୋକିମ, ପ୍ରସାଦ ଓ ସପ୍ତଗିରି
  • ||
  • ଶନିବାରଠୁ ଶ୍ରୀଲଙ୍କା-ଭାରତ ଟି-ଟ୍ୱେଣ୍ଟି ସିରିଜ୍,ପାଲିକେଲେରେ ଖେଳାଯିବ ପ୍ରଥମ ମୁକାବିଲା
  • ||
  • ଶନିବାର ନୀତି ଆୟୋଗ ସାଧାରଣ ପରିଷଦ ବୈଠକ, ଦିଲ୍ଲୀରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
  • ||
  • ଲଘୁଚାପ ସକ୍ରିୟ: ଆସନ୍ତା ୪ ଦିନ ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା, ସତର୍କ କରାଇଲେ ଏସ୍‌ଆରସି
  • ||

ସିମେଣ୍ଟ ବୋଝେଇ ଟ୍ରକକୁ ଧକ୍କା ଦେଲା ଯାତ୍ରୀବାହୀ ବସ୍, ୨ମୃତ

ଯାଜପୁର,୮/୬: ଯାଜପୁର ବଡ଼ଚଣା ଥାନା କଡେଇ ଛକରେ ମର୍ମନ୍ତୁଦ ସଡକ ଦୁର୍ଘଟଣା। ଟ୍ରକକୁ ଧକ୍କା ଦେଲା ଯାତ୍ରୀବାହୀ ବସ୍। ଏନେଇ ଘଟଣାସ୍ଥଳରେ ଦୁଇ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ 20 ରୁ ଉର୍ଦ୍ଧ ଯାତ୍ରୀ ଗୁରୁତର ଆହତ ହୋଇଛନ୍ତି। ଆହତମାନଙ୍କୁ ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି । ସେହିପରି ଗୁରୁତରମାନଙ୍କୁ କଟକ ବଡ ମେଡିକାଲ ସ୍ଥାନାନ୍ତର କରାଯାଇଛି । 

ସୂଚନା ଅନୁଯାୟୀ, ବସଟି ପର୍ଯ୍ୟଟକଙ୍କୁ ଧରି କୋଲକାତାରୁ ପୁରୀ ଆସୁଥିଲା। ସେହି ସମୟରେ  କଡେଇ ଛକ ନିକଟରେ ଦୁର୍ଘଟଣା ହୋଇଥଲା । ଯାହାଫଳରେ ବସରେ ଥିବା 50ରୁ ଉର୍ଦ୍ଧ ଯାତ୍ରୀଙ୍କ ମଧ୍ୟରୁ ଘଟଣାସ୍ଥଳରେ 2 ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ 30 ରୁ ଉର୍ଦ୍ଧ୍ବ ଯାତ୍ରୀ ଗୁରୁତର ଆହତ ହୋଇଛନ୍ତି। ଘଟଣାସ୍ଥଳରେ ପୋଲିସ୍ ଏବଂ ଦମକଳବାହିନୀ ପହଞ୍ଚି ଉଦ୍ଧାର କାର୍ଯ୍ୟ ଜାରି ରଖିଛନ୍ତି । ପୋଲିସ ପ୍ରଥମେ ୧୩ ଜଣ ଯାତ୍ରୀଙ୍କୁ ନେଇ ବଡ଼ଚଣା ମେଡିକାଲ ଆଣିଥିଲା । ସେଠାରେ ଗୁରୁତରମାନଙ୍କୁ କଟକ ସ୍ଥାନାନ୍ତରଣ କରାଯାଇଛି । ଅନ୍ୟମାନଙ୍କୁ ପୋଲିସ ପ୍ରାଥମିକ ଚିକିତ୍ସା ପରେ ଛାଡ଼ି ଦେଇଛି ।


 

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.