ପ୍ରମୂଖ ଖବର
  • ସୁନ୍ଦରଗଡ଼ : ରାସ୍ତାରେ ହୁତୁ ହୁତୁ ହୋଇ ଜଳିଗଲା କୋଇଲା ବୋଝେଇ ଟ୍ରେଲର; ଅଳ୍ପକେ ବର୍ତ୍ତିଲେ ଡ୍ରାଇଭର
  • ||
  • ସମ୍ବଲପୁର : ହୀରାକୁଦରୁ ନିଷ୍କାସନ ହେବ ବର୍ଷର ପ୍ରଥମ ବନ୍ୟାଜଳ, ଆସନ୍ତା ୬ରୁ ଖୋଲିବ ଗେଟ୍
  • ||
  • ସୁନ୍ଦରଗଡ଼ : ହାଇୱା-ଓମିନି ଭ୍ୟାନ୍‌ ମୁହାଁମୁହିଁ ଧକ୍କା:୨ ମୃତ, ୪ ଗୁରୁତର
  • ||
  • ହିମାଚଳ ପ୍ରଦେଶରେ ପ୍ରକୃତିର ତାଣ୍ଡବ; ୩୭ ମୃତ, ୪୦୦ କୋଟିରୁ ଅଧିକ କ୍ଷୟକ୍ଷତି
  • ||
  • ଇଣ୍ଡିଆ-ଇଂଲଣ୍ଡ ଦ୍ବିତୀୟ ଟେଷ୍ଟ,କ୍ୟାପ୍ଟେନ୍ ଶୁବମନଙ୍କ ଡବଲ ସେଞ୍ଚୁରୀ, ୫୧୦ ରନ୍‌ ପିଛା କରୁଛି ଘରୋଇ ଦଳ
  • ||
  • ମୟୂରଭଞ୍ଜ : କାଶିଆବେଡା ଗାଁରେ ଅଭାବନୀୟ ଘଟଣା, ଘରେ ପଶି ବୃଦ୍ଧଙ୍କୁ ଦଳିଦେଲା ଦନ୍ତା
  • ||
  • ଲଗାତାର ଘୂର୍ଣ୍ଣିବଳୟ, ଛାଡ଼ିବନି ବର୍ଷା : ଆଜି ସୁନ୍ଦରଗଡ଼କୁ ଅରେଞ୍ଜ, ୭ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ ଜାରି
  • ||
  • ସରି ଆସୁଛି ଜନ୍ମବେଦୀରେ ଲୀଳାଖେଳା; ଆଜି ସନ୍ଧ୍ୟା ଦର୍ଶନ, ଆଡ଼ପ ମଣ୍ଡପରେ ଶେଷ ଦିଅଁ ଦେଖା
  • ||
  • କଳାହାଣ୍ଡି : ଲଗାଣ ବର୍ଷାର ପ୍ରଭାବ: ଥୁଆମୂଳ ରାମପୁରର ସ୍ଥିତି ବେହାଲ, ଜନଜୀବନ ପ୍ରଭାବିତ
  • ||

ଟ୍ୟାଙ୍କର ଧକ୍କାରେ ଯୁବକଙ୍କ ମୃତ୍ୟୁ ଘଟଣା, କ୍ଷତି ପୂରଣ ଦାବିରେ ଶବ ରଖି ରାସ୍ତା ଅବରୋଧ

Published By : Harapriya Sethi | January 2, 2025 10:35 AM

କଳାହାଣ୍ଡି,୦୨/୦୧: ଡିସେମ୍ବର ୨୯ ତାରିଖରେ ଟ୍ୟାଙ୍କର ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ ପରେ ଶବ ରଖି ରାସ୍ତା ଅବରୋଧ କରିଛନ୍ତି ଲୋକେ । କଳାହାଣ୍ଡି ମୋଟେର ମୁଖିଗୁଡ଼ା ମୁଖ୍ୟ ରାସ୍ତା ବାନେର ଛକରେ ଶବ ରଖି ରାସ୍ତା ଅବରୋଧ କରାଯାଉଥିବାରୁ ଯାତାୟତ ବାଧାପ୍ରାପ୍ତ ହେଉଛି ।

ସୂଚନା ମୁତାବକ, ଡିସେମ୍ବର ୨୯ ତାରିଖ ଅର୍ଥାତ ରବିବାରରେ ବାନେର ଗାଁର ଉଛବ ବାଗ ଏକ ବାଇକ୍‌ ଯୋଗେ ବିଜମରା ଧନୁଯାତ୍ରା ଦେଖି ଫେରୁଥିବା ବେଳେ କଲୋନୀ ପଡା ବନ୍ଧ ପାର୍ଶ୍ଵରେ ଏକ ଟ୍ୟାଙ୍କର ଗାଡି ଧକ୍କା ଦେଇଥିଲା । ଏଥିରେ ଉଛବ ଗୁରୁତର ଭାବେ ଆହତ ହୋଇଥିଲେ । ତାଙ୍କୁ ପ୍ରଥମେ ଜୟପାଟଣା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା । ପରେ ଭବାନୀପାଟଣା ସ୍ଥିତ ସ୍ଥାନାନ୍ତରିତ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଥିଲା । ସେଠାରେ ମଧ୍ୟ ସ୍ୱାସ୍ଥ୍ୟବସ୍ତା ସଙ୍କଟାପର୍ଣ୍ଣ ହେବାରୁ ରାୟପୁରର ଏକ ଘୋରଇ ହସ୍ପିଟାଲରେ ଚିକିତ୍ସା କରାଯାଉଥିଲା । ବର୍ତ୍ତମାନ ଉଛବଙ୍କ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ହୋଇଛି । ଶବ ଗାଁକୁ ଫେରିଲା ପରେ ପରିବାର ଓ ଗାଁ ଲୋକେ କ୍ଷତିପୂରଣ ଦାବିରେ ରାସ୍ତା ଅବରୋଧ କରିଛନ୍ତି।

 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.