ପ୍ରମୂଖ ଖବର
  • ଚନ୍ଦନେଶ୍ଵର: କଟକଣା ନମାନିବା ପଡ଼ିଲା ମହଙ୍ଗା, ୨ବୋଟ ସହ ମାଲିକକୁ ଧରିଲା ପୁଲିସ
  • ||
  • ମାଲକାନିରି: ପୁଣି ୧୭ ମାଓବାଦୀଙ୍କ ଆତ୍ମସମର୍ପଣ, ୫୦ ହଜାର ଚେକ୍ ପ୍ରଦାନ କଲେ ଏସ୍‌ପି
  • ||
  • ପାକିସ୍ତାନରେ ଭୂକମ୍ପ ଝଟକା , ରେକ୍ଟର ସ୍କେଲରେ ୪.୨ ତୀବ୍ରତା ରେକର୍ଡ
  • ||
  • ବହୁର୍ଚ୍ଚିତ ନବ ଦାସ ହତ୍ୟା ଘଟଣା, ଗାନ୍ଧି ଛକ ଫଣ୍ଡିରେ କ୍ରାଇମ୍‌ବ୍ରାଞ୍ଚ ଖୋଳତାଡ଼
  • ||
  • ୩ ବର୍ଷ ପରେ ଅଙ୍କିତାଙ୍କୁ ମିଳିଲା ନ୍ୟାୟ; ୩ ଅଭିଯୁକ୍ତ ଦୋଷୀ ସାବ୍ୟସ୍ତ
  • ||
  • 'ପାକିସ୍ତାନ କାଶ୍ମୀରକୁ ଭୁଲିବନି କି ଛାଡ଼ିବନି '; ପାକ୍‌ ସେନାମୁଖ୍ୟ ଆସିମ୍‌ ମୁନୀରଙ୍କ ମୁହଁଫୁଟାଣି
  • ||
  • ସୁନ୍ଦରଗଡ଼ : ପ୍ଲାଣ୍ଟରେ ଶ୍ରମିକଙ୍କ ଉପରେ ମାଡ଼ିଗଲା ଆଇରନ୍‌ ବୋଝେଇ ଟ୍ରକ୍, କ୍ଷତିପୂରଣ ଦାବିରେ ଉତ୍ତେଜନା
  • ||
  • ରାୟଗଡ଼ା :ଯୁବ ବ୍ୟବସାୟୀଙ୍କ ଘରୁ ଚୋରି, ଲକ୍ଷାଧିକ ଟଙ୍କା ସହ ଅଳଙ୍କାର ଲୁଟି ନେଲେ ଦୁର୍ବୃତ୍ତ
  • ||
  • ସିକ୍କିମ ଦୁର୍ଘଟଣାରେ ବିଜେପି ନେତ୍ରୀ ଇତିଶ୍ରୀ ଜେନାଙ୍କ ପରିବାର ନିଖୋଜ
  • ||
  • ସମ୍ୱଲପୁର : ବସ୍‌କୁ ପଛରୁ ପିଟିଲା କୋଇଲା ବୋଝେଇ ଟ୍ରକ୍‌, ୨୦ ଆହତ
  • ||
  • ସିକ୍କିମରେ ଟୁରିଷ୍ଟ ଗାଡି ଦୁର୍ଘଟଣାରେ ଦୁଃଖ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ, ଯାତ୍ରୀଙ୍କ ସୁରକ୍ଷା ଓ ଚିକିତ୍ସା ପରିଚାଳନା ପାଇଁ ଓଡ଼ିଶାରୁ ଯିବ ଟିମ୍
  • ||
  • ନୟାଗଡ଼ : ବାଣୁଆ ଗୁଳିରେ ଆମ୍ୱ ଗୋଟାଳି ମୃତ, ଶିକାରୀକୁ ଅଟକ ରଖିଲେ ଗ୍ରାମବାସୀ
  • ||
  • ଶୁକ୍ରବାର ବିଏମ୍‌ସି ବୈଠକ: ଉଠିବ ବିଧାୟକଙ୍କ ପାଇଁ ଏସ୍‌ଓପି ଦାବି, ବିଜେଡି କର୍ପୋରେଟର ହୋ ହଲ୍ଲା କରିବେ
  • ||
  • ବଲାଙ୍ଗୀର : ବଜ୍ରାଘାତରେ ଯୁବକଙ୍କ ମୃତ୍ୟୁ
  • ||
  • IPL 2025: ଆଜି ମୁମ୍ବାଇ-ଗୁଜରାଟ ଏଲିମିନେଟର ଲଢ଼େଇ, ପରାଜିତ ଦଳ ହେବ ବିଦା
  • ||
  • ‘ଅପରେସନ ସିଲ୍ଡ’, ଆଜି ପାକିସ୍ତାନ ସୀମାରେ ଦ୍ୱିତୀୟ ନାଗରିକ ସୁରକ୍ଷା ମକ୍‌ଡ୍ରିଲ
  • ||
  • ଅନୁଗୁଳ : ଭିଜିଲାନ୍ସ ପଞ୍ଝାରେ RD ବିଭାଗର ମୁଖ୍ୟଯନ୍ତ୍ରୀ, ଏକକାଳୀନ ୪ଟି ସ୍ଥାନରେ ଚଢାଉ
  • ||
  • ପୂର୍ବତନ ବିଧାୟକ ପ୍ରସନ୍ନ ପଟ୍ଟନାୟକଙ୍କର ଦେହାନ୍ତ, ରାଜ୍ୟର ପ୍ରଥମ ବିଜେପି MLA ଥିଲେ
  • ||
  • ଗଭୀର ଅବପାତ ପଳେଇଲା, ବଡ଼ ବର୍ଷା ହେଲାନି: ଆଜିଠୁ କମିବ ବର୍ଷା, ଜୁନ୍ ୧ରୁ ୩ ଯାଏ ବଢ଼ିବ ତାପମାତ୍ରା
  • ||
  • ପାଣି ଟାଙ୍କିରେ ପଡ଼ି ନାବାଳିକା ମୃତ୍ୟୁ ଘଟଣା: ରାତି ଅଧରେ ହେଲା ଶବ ବ୍ୟବଚ୍ଛେଦ
  • ||

ନିମ୍ନମାନର ରାସ୍ତା ପାଇଁ ବାତେଲିମା ପଞ୍ଚାୟତବାସୀଙ୍କ ରାସ୍ତା ଅବରୋଧ, ୭ ଘଣ୍ଟା ପରେ ସ୍ୱାଭାବିକ ହେଲା ଯାତାୟାତ

Published By : Harapriya Sethi | May 19, 2025 10:17 AM

ଲାଞ୍ଜିଗଡ,୧୯/୦୫: କଲାହାଣ୍ଡି ଜିଲ୍ଲା ଲାଞ୍ଜିଗଡ ବ୍ଲକ ବାତେଲିମା ପଞ୍ଚାୟତବାସୀ ନିଜ ପଞ୍ଚାୟତକୁ ଭଲ ରାସ୍ତା ନଥିବା ଯୋଗୁଁ ବର୍ଷ ବର୍ଷ ଧରି ପ୍ରଶାସନ ନିକଟରେ ବାରମ୍ବାର ଅଭିଯୋଗ କରିଥିଲେ । ପ୍ରଶାସନ ନଶୁଣିବାରୁ ରବିବାର ବାତେଲିମା ଠାରୁ ନିଆଳି ସଂଯୋଗ କରୁଥିବା ମୁଖ୍ୟ ରାସ୍ତା ଅବରୋଧ କରିଥିଲେ । ଯାହା ଫଳରେ ମୁଖ୍ୟ ରାସ୍ତାରେ ପ୍ରାୟ ୭ ଘଣ୍ଟା କାଳ ଯାତାୟାତ ସମ୍ପୂର୍ଣ୍ଣ ଭାବେ ଠପ୍ ହୋଇଥିଲା। ଖବର ପାଇ ବାତେଲିମା ସରପଞ୍ଚ କରୁଣା ମାଝୀ ଘଟଣା ସ୍ଥଳରେ ପହଞ୍ଚି ବୁଝାସୁଝା କରିବା ପରେ ଯାତାୟାତ ସ୍ୱାଭାବିକ ହୋଇଥିଲା। 

ପଞ୍ଚାୟତବାସୀଙ୍କ ଅଭିଯୋଗ ଅନୁସାରେ ବାତେଲିମା ପଞ୍ଚାୟତକୁ ୪ ଟି ଆର୍ଡି ରାସ୍ତା ସଂଯୋଗ କରୁଥିବା ବେଳେ ବାତେଲିମା- ନିଆଳି,ବାତେଲିମା-କଂସାରୀ, ବାତେଲିମା-ସିନ୍ଧିବାହିଲି, ବାତେଲିମା-ଲାଞ୍ଜିଗଡ ସଂଯୋଗ କରୁଥିବା ଆର୍ଡି ରାସ୍ତାଟି ବର୍ଷ ବର୍ଷ ଧରି ଶୋଚନୀୟ ଅବସ୍ଥାରେ ପଡ଼ି ରହିଛି । ଯାହା ଫଳରେ ପଞ୍ଚାୟତକୁ ଆମ୍ବୁଲାନ୍ସ ଯିବା କଷ୍ଟକର ହୋଇପଡ଼ିଥିବା ବେଳେ ଗୁରୁତର ରୋଗୀ, ଗର୍ଭବତୀ ଓ ପ୍ରସୂତି ମହିଳାଙ୍କୁ ଡାକ୍ତରଖାନା ନେବା ସମ୍ଭବ ହେଉନାହିଁ।

ଏହାକୁ ନେଇ ବ୍ଲକ ଏବଂ ଜିଲ୍ଲା ପ୍ରଶାସନ ରାଜନେତା ନିକଟରେ ବାରମ୍ବାର ଅଭିଯୋଗ ପରେ ମଧ୍ୟ କୌଣସି ସୁଫଳ ମିଳି ନଥିବା ଯୋଗୁଁ ରବିବାର ସକାଳ ୮ ଘଣ୍ଟାରୁ ଅପରାହ୍ଣ ୨ ଟା ପର୍ଯ୍ୟନ୍ତ ବାତେଲିମା ଠାରୁ ନିଆଳି ସଂଯୋଗ କରୁଥିବା ମୁଖ୍ୟ ରାସ୍ତା ଅବରୋଧ କରିଥିଲେ। ଯାହା ଫଳରେ ମୁଖ୍ୟ ରାସ୍ତାରେ ପ୍ରାୟ ୭ ଘଣ୍ଟା କାଳ ଯାତାୟାତ ସମ୍ପୂର୍ଣ୍ଣ ଭାବେ ଠପ୍ ହୋଇଥିଲା। ଖବର ପାଇ ବାତେଲିମା ସରପଞ୍ଚ କରୁଣା ମାଝୀ ଘଟଣା ସ୍ଥଳରେ ପହଞ୍ଚି ବୁଝାସୁଝା କରିବା ପରେ ଯାତାୟାତ ସ୍ୱାଭାବିକ ହୋଇଥିଲା । 

ଆଗାମୀ ସାତ ଦିନ ମଧ୍ୟରେ ପ୍ରଶାସନ ପକ୍ଷରୁ କୌଣସି ପଦକ୍ଷେପ ନ ନେଲେ ରାଜରାସ୍ତାକୁ ଓଲ୍ଲାଇବା ସହିତ ବ୍ଲକ କାର୍ଯ୍ୟାଳୟରେ ଧାରଣା ଦେବା ସହ ଓ ଜିଲ୍ଲାପାଳଙ୍କୁ ସାକ୍ଷାତ କରିବୁ ବୋଲି ବାତେଲିମା ପୂର୍ବତନ ସରପଞ୍ଚ ଧନୁ ମାଝୀ, ୱାର୍ଡ ମେମ୍ବର ଭଗବାନ ପାତ୍ର, ପୂର୍ବତନ ସମିତି ସଭ୍ୟା ବାସନ୍ତୀ ସାମଲ, ନିର୍ମଳ ସାମଲ, ମୁରଲୀ ନାଏକ, ରୋମିଓ ରଞ୍ଜନ ସାମଲ, କୁମ୍ଭେ ମାଝୀ, ନବୀନ ମାଝୀ, ପ୍ରଭୁରଞ୍ଜନ ସାମଲ, ମାର୍କଣ୍ଡ ଦଣ୍ଡସେନା, ତରୁଣ ସାମଲ, ସୁଭଦ୍ରା ପ୍ରଧାନୀ, ଜୟନ୍ତୀ ଦଣ୍ଡସେନା, କୁମାରୀ ଗୌଡ଼, ସୁକୁମାରି ଦଳପତି, କ୍ଷତି ଭୋଇ, ସଭାରୀ ପାତ୍ର ସମେତ ବାତେଲିମା ପଞ୍ଚାୟତବାସୀ ଚେତାବନୀ ଦେଇଛନ୍ତି । ଏନେଇ ସରପଞ୍ଚ କରୁଣା ମାଝୀଙ୍କୁ ପଚାରିବାରୁ, ମୁଁ ରାସ୍ତାକୁ ନେଇ ପଞ୍ଚାୟତ ସମିତି ବୈଠକରେ ବାରମ୍ବାର ଅଭିଯୋଗ କରିଛି । ଏହା ବ୍ୟତୀତ ଜିଲ୍ଲାପାଳ ନିକଟରେ ମଧ୍ୟ ଅଭିଯୋଗ କରିଛି । କିଛି ରାସ୍ତାକୁ ନେଇ ପ୍ରଶାସନ ପକ୍ଷରୁ କୌଣସି ପଦକ୍ଷେପ ନେଉନାହାନ୍ତି । ତେଣୁ ରବିବାର ପଞ୍ଚାୟତବାସୀ ଉତ୍ତ୍ୟକ୍ତ ହୋଇ ରାସ୍ତା ଅବରୋଧ କରିଥିଲେ ବୋଲି ପ୍ରକାଶ କରିଥିଲେ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.