ପ୍ରମୂଖ ଖବର
  • ସୁନ୍ଦରଗଡ଼ : ରାସ୍ତାରେ ହୁତୁ ହୁତୁ ହୋଇ ଜଳିଗଲା କୋଇଲା ବୋଝେଇ ଟ୍ରେଲର; ଅଳ୍ପକେ ବର୍ତ୍ତିଲେ ଡ୍ରାଇଭର
  • ||
  • ସମ୍ବଲପୁର : ହୀରାକୁଦରୁ ନିଷ୍କାସନ ହେବ ବର୍ଷର ପ୍ରଥମ ବନ୍ୟାଜଳ, ଆସନ୍ତା ୬ରୁ ଖୋଲିବ ଗେଟ୍
  • ||
  • ସୁନ୍ଦରଗଡ଼ : ହାଇୱା-ଓମିନି ଭ୍ୟାନ୍‌ ମୁହାଁମୁହିଁ ଧକ୍କା:୨ ମୃତ, ୪ ଗୁରୁତର
  • ||
  • ହିମାଚଳ ପ୍ରଦେଶରେ ପ୍ରକୃତିର ତାଣ୍ଡବ; ୩୭ ମୃତ, ୪୦୦ କୋଟିରୁ ଅଧିକ କ୍ଷୟକ୍ଷତି
  • ||
  • ଇଣ୍ଡିଆ-ଇଂଲଣ୍ଡ ଦ୍ବିତୀୟ ଟେଷ୍ଟ,କ୍ୟାପ୍ଟେନ୍ ଶୁବମନଙ୍କ ଡବଲ ସେଞ୍ଚୁରୀ, ୫୧୦ ରନ୍‌ ପିଛା କରୁଛି ଘରୋଇ ଦଳ
  • ||
  • ମୟୂରଭଞ୍ଜ : କାଶିଆବେଡା ଗାଁରେ ଅଭାବନୀୟ ଘଟଣା, ଘରେ ପଶି ବୃଦ୍ଧଙ୍କୁ ଦଳିଦେଲା ଦନ୍ତା
  • ||
  • ଲଗାତାର ଘୂର୍ଣ୍ଣିବଳୟ, ଛାଡ଼ିବନି ବର୍ଷା : ଆଜି ସୁନ୍ଦରଗଡ଼କୁ ଅରେଞ୍ଜ, ୭ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ ଜାରି
  • ||
  • ସରି ଆସୁଛି ଜନ୍ମବେଦୀରେ ଲୀଳାଖେଳା; ଆଜି ସନ୍ଧ୍ୟା ଦର୍ଶନ, ଆଡ଼ପ ମଣ୍ଡପରେ ଶେଷ ଦିଅଁ ଦେଖା
  • ||
  • କଳାହାଣ୍ଡି : ଲଗାଣ ବର୍ଷାର ପ୍ରଭାବ: ଥୁଆମୂଳ ରାମପୁରର ସ୍ଥିତି ବେହାଲ, ଜନଜୀବନ ପ୍ରଭାବିତ
  • ||

ବନ୍ଧୁକ ମୁନରେ ଲକ୍ଷାଧିକ ଟଙ୍କାର ସୂନା ଗହଣା ଏବଂ ନଗଦ ଟଙ୍କା ଲୁଟ୍‌, ଜଣେ ଅଟକ

Published By : Harapriya Sethi | October 3, 2024 8:50 AM

ଜଳେଶ୍ୱର,୦୩/୧୦: ଦୋକାନ ବନ୍ଦ କରି ଘରକୁ ଫେରୁଥିବା ବେଳେ ଗହଣା ଦୋକାନୀଙ୍କୁ ଆକ୍ରମଣ କଲେ ଦୁର୍ବୃତ୍ତ ।  ବନ୍ଧୁକ ମୁନରେ ଲକ୍ଷାଧିକ ଟଙ୍କାର ସୂନା ଗହଣା ଏବଂ ନଗଦ ଟଙ୍କା ଲୁଟିନେଲେ ଲୁଟେରା । ସମ୍ପତିଆ ଗ୍ରାମର ଘନଶ୍ୟାମ କାମିଳାଙ୍କର ଡେମୁରିଆ ମାର୍କେଟରେ ଥିବା ମିନତୀ ଜୁଏଲାର୍ସରୁ ଏହି ଲୁଟ୍‌ ହୋଇଛି । ଏହି ଘଟଣାରେ ଜଣଙ୍କୁ ଅଟକ ରଖିଛି ପୋଲିସ । ବାଲେଶ୍ୱର ଜିଲ୍ଲା ଜଳେଶ୍ୱର ଥାନା ଡେମୁରିଆ ଠାରେ ଏଭଳି ଘଟଣା ଘଟିଛି । 

ସୂଚନା ମୁତାବକ, ସବୁଦିନ ଭଳି ଘନଶ୍ୟାମ ବୁଧବାର ବିଳମ୍ବିତ ରାତିରେ ଦୋକାନ ବନ୍ଦ କରି ଏକ ବାଇକ ଯୋଗେ ଘରକୁ ଫେରୁଥିଲେ । ଏହି ସମୟରେ ଏକ ନିଛାଟିଆ ରାସ୍ତାରେ ୩ ଜଣ ଦୁର୍ବୃତ୍ତ ଗାଡି ଅଟକାଇବା ସହ ବିଭିନ୍ନ ମାରଣାସ୍ତ୍ରରେ ଘନଶ୍ୟାମକୁ ଆକ୍ରମଣ କରିଥିଲେ । ତାଙ୍କ ମୁଣ୍ଡରେ ବନ୍ଧୁକ ଲଗାଇ ଭୟଭୀତ କରାଇ ଲକ୍ଷାଧିକ ଟଙ୍କାର ସୂନା ଗହଣା ଏବଂ ଟଙ୍କା ଭର୍ତ୍ତି ବ୍ୟାଗ୍‌ ଛଡାଇ ନେଇ ଏକ କଳା ରଙ୍ଗର ଆପାଚି ବାଇକରେ ଘଟଣାସ୍ଥଳରୁ ଚମ୍ପଟ ମାରିଥିଲେ । ଏହି ଘଟଣା ସମ୍ବନ୍ଧରେ ଘନଶ୍ୟାମ ତୁରନ୍ତ ଜଳେଶ୍ୱର ଥାନାରେ ଏକ ଲିଖିତ ଅଭିଯୋଗ କରିଥିଲେ । ଅଭିଯୋଗ ଆଧାରରେ ଘଟଣାସ୍ଥଳରେ ଜଳେଶ୍ୱର ପୋଲିସ ପହଞ୍ଚି ଲୁଟେରାମାନଙ୍କୁ ଧରିବା ପାଇଁ ବିଭିନ୍ନ ସ୍ଥାନରେ ଚଢଉ କରିବା ସହ ସନ୍ଦେହରେ ଜଣକୁ ଅଟକ ରଖି ଅଧିକ ତଦନ୍ତ କରୁଛି । 

 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.