ପ୍ରମୂଖ ଖବର
  • ରାୟଗଡ଼ା : ଟ୍ରେଲର ଧକ୍କାରେ ମହିଳା କନେଷ୍ଟବଳଙ୍କ ମୃତ୍ୟୁ, ୨ ଗୁରୁତର
  • ||
  • 'ରାଜ୍ୟରେ ଏବେ ବନ୍ୟା ପରିସ୍ଥିତି ନାହିଁ, ବିପଦ ସଙ୍କେତ ତଳେ ଜଳସ୍ତର': ଜଳ ସମ୍ପଦ ବିଭାଗ ସର୍ବୋଚ୍ଚ ଯନ୍ତ୍ରୀ
  • ||
  • ବୌଦ୍ଧ : ଭାରସାମ୍ୟ ହରାଇ ଓଲଟିଲା ସିମେଣ୍ଟ ବୋଝେଇ ଟ୍ରକ୍‌, ଡ୍ରାଇଭର ଆହତ
  • ||
  • ବାହୁଡ଼ା ଯାତ୍ରା ପାଇଁ ଜନସମୁଦ୍ର ବଡ଼ଦାଣ୍ଡ, ଘଣ୍ଟଘଣ୍ଟା ନାଦରେ ପ୍ରକମ୍ପିତ ଶ୍ରୀକ୍ଷେତ୍ର
  • ||
  • ଜନ୍ମବେଦୀରୁ ବାହୁଡ଼ିବେ ଦାରୁବ୍ରହ୍ମ, ଶରଧାବାଲିରେ ରଥାରୂଢ ଚତୁର୍ଦ୍ଧାମୂର୍ତ୍ତି
  • ||
  • ବୌଦ୍ଧ : ରେଳ ଧାରଣାରେ ଶୋଇ ରିଲ୍ସ ବନାଇଲେ ନାବାଳକ, ସୋସିଆଲ ମିଡିଆରେ ଭିଡିଓ ଭାଇରାଲ
  • ||
  • ନୌସେନାରେ ପ୍ରଥମ ମହିଳା ଫାଇଟର ପାଇଲଟ ହେଲେ ଆସ୍ଥା ପୁନିଆ, ମିଳିଲା ୱିଙ୍ଗ୍ ଅଫ୍‌ ଗୋଲ୍ଡ
  • ||
  • ବାହୁଡ଼ିବେ ଦାରୁଦିଅଁ, ସୁରକ୍ଷା ବଳୟରେ ଶ୍ରୀକ୍ଷେତ୍ର: ପହଣ୍ଡିରେ ୨, ରଥ ସୁରକ୍ଷାରେ ୬ ଆଇପିଏସ୍‌କୁ ଦାୟିତ୍ୱ
  • ||
  • ଆହୁରି ୩ ଦିନ ଭିଜିବ ଓଡ଼ିଶା, ବାହୁଡ଼ାରେ ବର୍ଷା ସମ୍ଭାବନା; ୬ ଜିଲ୍ଲାକୁ ଆଲର୍ଟ
  • ||

ଚୋରି କରିବାକୁ ଆସି ଘର ପୋଡିଦେଲେ ଦୁର୍ବୃତ୍ତ, ପୋଲିସର ତଦନ୍ତ ଆରମ୍ଭ

Published By : Harapriya Sethi | January 4, 2025 11:52 AM

ବ୍ରହ୍ମପୁର, ୦୪/୦୧: ଚୋରି କରିବାକୁ ଆସି ଘରେ ନିଆଁ ଲଗାଇଦେଲେ ଦୁର୍ବୃତ୍ତ । ଏଭଳି କାଣ୍ଡ କରିଥିବା ଅଞ୍ଚଳବାସୀ ଅଭିଯୋଗ କରିଥିବା ବେଳେ ଗଞ୍ଜାମ ଜିଲ୍ଲା ବ୍ରହ୍ମପୁର ବୈଦ୍ୟନାଥପୁର ଥାନା ଅନ୍ତର୍ଗତ ଖୋଦାସିଙ୍ଗି କଳିଙ୍ଗ ନଗର ୨ୟ ଗଳିରେ ରହୁଥିବା ଦେବୀ ପ୍ରସାଦ ପଟ୍ଟନାୟକଙ୍କ ଘରେ ଏଭଳି ଘଟଣା ଘଟିଛି । 

ସୂଚନା ମୁତାବକ, ଶୁକ୍ରବାର ରାତିରେ ଦେବୀ ପ୍ରସାଦ ପଟ୍ଟନାୟକଙ୍କ ପରିବାର ଲୋକେ ଘରେ ନଥିବା ବେଳେ ଚୋରି କରିବାକୁ ଆସି ପରେ ନିଆଁ ଲଗାଇ ଦେଲେ ଦୁର୍ବୁତ୍ତ । ନିଆଁ ଲାଗିବା ପରେ ଘରୁ ଧୁଆଁ ବାହାରିଥିଲା । ଏହା ଦେଖି ସ୍ଥାନୀୟଲୋକେ ତୁରନ୍ତ ଅଗ୍ନିଶମ ବାହିନୀକୁ ଖବର ଦେଇଥିଲେ । ଖବର ପାଇ ଘଟଣାସ୍ଥଳରେ ଅଗ୍ନିଶମ ବାହିନୀ ଏବଂ ପୋଲିସ ପହଞ୍ଚି ନିଆଁକୁ ଆୟତ କରିଛନ୍ତି । ହେଲେ ଏହାରି ଭିତରେ ସବୁ ଜଳି ପୋଡି ନଷ୍ଟ ହୋଇଥିବା ଜଣା ପଡିଛି। ପୂର୍ବରୁ ୪ ଥର ଏହି ଅଞ୍ଚଳ ଏବଂ ସମ୍ପୃକ୍ତ ପରିବାରଙ୍କ ଘରେ ଚୋରି ହୋଇଥିବା ଅଞ୍ଚଳବାସୀ ଅଭିଯୋଗ କରିଛନ୍ତି । ଅଭିଯୋଗ ପରେ ପୋଲିସ ଏହି ଘଟଣାର ତଦନ୍ତ ଚଳାଇଛି ।

 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.