ପ୍ରମୂଖ ଖବର
  • Women's Triseries IND VS SRI; ସ୍ମୃତିଙ୍କ ଶତକୀୟ ପାଳି, ଶ୍ରୀଲଙ୍କାକୁ ୩୪୩ରନ୍‌ର ଟାର୍ଗେଟ
  • ||
  • ଏବେ ବି ଜାରି ଅପରେସନ୍ 'ସିନ୍ଦୂର', ଭାରତୀୟ ବାୟୁସେନା ଦେଲା ବଡ଼ ସୂଚନା
  • ||
  • ବଲାଙ୍ଗୀର : ଓଲଟିଲା ସିମେଣ୍ଟ ବୋଝେଇ ଟ୍ରକ୍‌, ଡ୍ରାଇଭର ଗୁରୁତର
  • ||
  • ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିଲେ ତିନି ସେନା ମୁଖ୍ୟ, ପିଏମ୍‌ଙ୍କ ବାସ ଭବନ ପ୍ରତିରକ୍ଷା ମନ୍ତ୍ରୀ, ଏନ୍ଏସଏଙ୍କ ସମେତ ସିଡିଏସ
  • ||
  • ମୟୂରଭଞ୍ଜ : ବିଲରୁ ନବଜାତକର ମୃତଦେହ ଉଦ୍ଧାର, ପୋଲିସର ତଦନ୍ତ ଆରମ୍ଭ
  • ||
  • ସୁନ୍ଦରଗଡ଼ : ପୂର୍ବ ଶତ୍ରୁତାରୁ ଗଡ଼ିଲା ମୁଣ୍ଡ, ପୋଡ଼ୋଶୀକୁ କଟୁରୀରେ ହାଣି ହତ୍ୟା
  • ||
  • ଆସନ୍ତା ସପ୍ତାହରେ ଯୁକ୍ତ ଦୁଇ ରେଜଲ୍ଟ,ସିବିଏସ୍‌ଇ ଦଶମ, ଦ୍ୱାଦଶ ଫଳ ବି ପ୍ରକାଶ ପାଇବ
  • ||
  • ରଥଖଳା ହାଲ୍‌ଚାଲ୍‌... ଆଜି ଗୁଜ ଅନୁକୂଳ କରିବେ ରୂପକାର, ଚକ ତିଆରି ପାଇଁ ଖୋଳାହେବ ଯନ୍ତାଗାଡ଼
  • ||
  • ମହିଳା ତ୍ରିରାଷ୍ଟ୍ରୀୟ ସିରିଜ୍‌: ଆଜି ଭାରତ-ଶ୍ରୀଲଙ୍କା ଫାଇନାଲ ଫାଇଟ୍‌, ଟିମ୍‌ ଇଣ୍ଡିଆ ପଲ୍ଲା ଭାରି
  • ||
  • ବାଲେଶ୍ୱର : ଗୋରୁ ବୋଝେଇ ଟ୍ରକ୍‌ ଜବତ: ୪୦ ରୁ ଉର୍ଦ୍ଧ୍ୱ ଗୋରୁ ଉଦ୍ଧାର, ଡ୍ରାଇଭର ଫେରାର
  • ||
  • ଶ୍ରୀମନ୍ଦିରରେ ଶ୍ରୀନୃସିଂହ ଦେବଙ୍କ ଜନ୍ମ ନୀତି, ମହାପ୍ରଭୁଙ୍କ ଆଜ୍ଞାମାଳ ପାଇ ମୁକ୍ତିମଣ୍ଡପସ୍ଥ ଖଟୁଲିରେ ବିଜେ ହେବେ
  • ||
  • ଭୁବନେଶ୍ୱର : ୪୪୦ଭୋଲ୍ଟ ତାରରୁ ଘରେ ଲାଗିଲା ନିଆଁ, ଅଳ୍ପକେ ବର୍ତିଲେ ପରିବାର ଲୋକେ
  • ||
  • ଏଥର ଆଗୁଆ ଆସିବ ମୌସୁମୀ, ଓଡ଼ିଶାକୁ ବି ଶୀଘ୍ର ଛୁଇଁପାରେ: ୫ ଦିନ ଯାଏ ପ୍ରଚଣ୍ଡ ତାତି, ଗୁଳୁଗୁଳିରୁ ମିଳିବନି ତ୍ରାହି
  • ||

ଇଂଲଣ୍ଡ ଗସ୍ତ ପୂର୍ବରୁ ରୋହିତ ଶର୍ମାଙ୍କ ବଡ଼ ନିଷ୍ପତ୍ତି, ଟେଷ୍ଟ କ୍ରିକେଟରୁ ନେଲେ ସନ୍ନ୍ୟାସ

Published By : Prameya | May 7, 2025 8:11 PM

ମୁମ୍ବାଇ,୭/୫ :   ଭାରତୀୟ କ୍ରିକେଟ୍ ଟିମର ଅଧିନାୟକ ରୋହିତ ଶର୍ମା ଟେଷ୍ଟ କ୍ରିକେଟରୁ ନେଲେ ସନ୍ନ୍ୟାସ । ରୋହିତ ନିଜ ଇନଷ୍ଟାଗ୍ରାମରେ ଷ୍ଟୋରୀ ସେୟାର କରି ଏହି କଥାର ସୂଚନା ଦେଇଛନ୍ତି । ରୋହିତ ନିଜ ପୋଷ୍ଟରେ ଲୋକଙ୍କ ଭଲ ପାଇବା ଲାଗି ଧନ୍ୟବାଦ କହିଛନ୍ତି । 

ରୋହିତ ଶର୍ମା ଏହି ନିଷ୍ପତ୍ତି ଭାରତୀୟ କ୍ରିକେଟ ଟିମର ଇଂଲଣ୍ଡ ଗସ୍ତ ପୂର୍ବରୁ ନେଇଛନ୍ତି । ଟିମ୍ ଇଣ୍ଡିଆର ଇଂଲଣ୍ଡ ବିପକ୍ଷରେ ୫ଦିବସୀୟ ଟେଷ୍ଟ ସିରିଜ ଆରମ୍ଭ ହେବାକୁ ଅଛି । ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ପ୍ରଥମ ଟେଷ୍ଟ ମ୍ୟାଚ୍ ୨୦ଜୁନରେ ଖେଳାଯିବ ।

ପ୍ରକାଶ ଯେ, ଭାରତ ଲାଗି ୬୭ଟେଷ୍ଟ ଖେଳିଥିବା ରୋହିତ ଶର୍ମାଙ୍କୁ ନେଇ ଚର୍ଚ୍ଚା ହେଉଥିଲା କି ଇଂଲଣ୍ଡ ଗସ୍ତ ଲାଗି ତାଙ୍କୁ ଅଧିନାୟକରୁ ହଟାଇ ଦିଆଯାଇପାରେ ଏବଂ ଚୟନକର୍ତ୍ତା କୌଣସି ନୂଆ ଖେଳାଳୀଙ୍କୁ ଅଧିନାୟକ ଦାୟିତ୍ବ ଦେଇପାରନ୍ତି । ଏହି ଖବର ବହୁ ଜୋରରେ ଗଣମାଧ୍ୟମରେ ଚର୍ଚ୍ଚା ଲାଗି ରହିଥିଲା । ମାତ୍ର ଏହା ପୂର୍ବରୁ ରୋହିତ ନିଜେ ପୋଷ୍ଟ କରି ଟେଷ୍ଟ କ୍ରିକେଟରୁ ସନ୍ନ୍ୟାସ ନେଇଛନ୍ତି। 

ରୋହିତ ଇନଷ୍ଟାଷ୍ଟୋରୀରେ ନିଜ ଟେଷ୍ଟ କ୍ୟାପ୍ ସହ ଲେଖିଛନ୍ତି, ହେଲୋ ସମସ୍ତଙ୍କୁ, ମୁଁ ଏହା କହିବାକୁ ଚାହୁଁଛି କି ମୁଁ ଟେଷ୍ଟ କ୍ରିକେଟରୁ ସନ୍ନ୍ୟାସ ନେଉଛି । ଧଳା ଜର୍ସିରେ ଦେଶ ଲାଗି ପ୍ରତିନିଧିତ୍ବ କରିବା ମୋ ଲାଗି ସମ୍ମାନର କଥା । ଆପଣଙ୍କ ଭଲ ପାଇବା ଏବଂ ସପୋର୍ଟ ଲାଗି ଧନ୍ୟବାଦ । ମୁଁ ଓ୍ବାନଡେରେ ଭାରତର ପ୍ରତିନିଧିତ୍ବ କରିବା ଜାରି ରଖିବି । ’

 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.