ପ୍ରମୂଖ ଖବର
  • ଭୁବନେଶ୍ୱର : ଏମ୍ସରେ ପହଞ୍ଚିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ; ଏମ୍ସର ନିର୍ଦ୍ଦେଶକଙ୍କ ସହ କରିଲେ ଆଲୋଚନା
  • ||
  • FM କଲେଜରେ ଛାତ୍ରୀଙ୍କ ଆତ୍ମହତ୍ୟା ଉଦ୍ୟମ ଘଟଣା; ପୀଡ଼ିତାଙ୍କ ପରିବାରକୁ ଭେଟିବେ ମୁଖ୍ୟମନ୍ତ୍ରୀ
  • ||
  • ରାଜ୍ୟସଭାକୁ ୪ ମନୋନୀତ, ମନୋନୀତ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
  • ||
  • ବାଲେଶ୍ବର: ଟ୍ରକ୍‌ ଧକ୍କାରେ ଓଲଟି ପଡ଼ିଲା ବସ୍‌, ୨୦ରୁ ଉର୍ଦ୍ଧ୍ୱ ଗୁରୁତର
  • ||
  • ଏନ୍‌ସିଇଆର୍‌ଟି ବିଏଡ୍‌ ପ୍ରବେଶିକା ପରୀକ୍ଷା, ଆଜି ରାଜ୍ୟର ୪୪ କେନ୍ଦ୍ରରେ ୨୨ ହଜାର ଛାତ୍ରଛାତ୍ରୀ ଦେବେ ପରୀକ୍ଷା
  • ||
  • ସୋମବାର ଓଡ଼ିଶା ଆସୁଛନ୍ତି ରାଷ୍ଟ୍ରପତି: ଆଜି ପୁଲିସର କାର୍‌କେଡ୍‌ ରିହର୍ସାଲ, ଜଗିବେ ୫୦ ପ୍ଲାଟୁନ୍‌ ଫୋର୍ସ
  • ||
  • ଗାଜା ଉପରେ ଇସ୍ରାଏଲର ଭୟଙ୍କର ହମଲା, ୧୧୦ ପାଲେଷ୍ଟାନୀୟ ମୃତ
  • ||
  • ୧୬ରେ ବଙ୍ଗୋପସାଗରରେ ପୁଣି ଏକ ଘୂର୍ଣ୍ଣିବଳୟ ସମ୍ଭାବନା, ଆଜି ବର୍ଷା ନେଇ ଅଧା ଓଡ଼ିଶାକୁ ୟେଲୋ ଓ୍ବାର୍ଣ୍ଣିଂ
  • ||

ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନା ପାଇଁ ୬୪୪ କୋଟି ବ୍ୟୟ ବରାଦ

Published By : Gurupada Nath | November 26, 2024 5:30 PM

ଭୁବନେଶ୍ବର, ୨୬/୧୧ :  ମୁଖ୍ୟମନ୍ତ୍ରୀ ମଙ୍ଗଳବାର ବିଧାନସଭାରେ ୨୦୨୪-୨୫ ଆର୍ଥିକ ବର୍ଷର ଅତିରିକ୍ତ ବଜେଟ ଉପସ୍ଥାପନ କରିଛନ୍ତି। ଏଥିପାଇଁ ମୋଟ ୧୨,୧୫୬ କୋଟି ଟଙ୍କାର ବ୍ୟୟ ବରାଦ କରାଯାଇଛି । 

ସ୍ବାସ୍ଥ୍ୟ କ୍ଷେତ୍ରରେ ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନା ପାଇଁ ୬୪୪ କୋଟି ଟଙ୍କା ବ୍ୟବସ୍ଥା କରାଯାଇଛି । ସେହିଭଳି ମେଡ଼ିକାଲ କଲେଜ ଓ ହସ୍ପିଟାଲ ପାଇଁ ୫ କୋଟି ଟଙ୍କା ବ୍ୟୟ ବରାଦ କରାଯାଇଛି । ସ୍ୱାସ୍ଥ୍ୟ ସଚେତନତା ସମ୍ବନ୍ଧୀୟ ସୂଚନା, ଶିକ୍ଷା ଓ ଯୋଗାଯୋଗ ପାଇଁ ୧୦କୋଟି ଟଙ୍କା ବ୍ୟବସ୍ଥା କରାଯାଇଛି । ଔଷଧୀୟ ଉଦ୍ଭିଦ ମିଶନ ସମେତ ଆୟୁଷ ସମ୍ପର୍କିତ ଜାତୀୟ ମିଶନ ପାଇଁ ୨୦କୋଟି ଟଙ୍କା ବ୍ୟବସ୍ଥା କରାଯାଇଛି । ରାଜ୍ୟ ଭାଗ ଜାତୀୟ ସ୍ୱାସ୍ଥ୍ୟ ମିଶନ (NHM) ପାଇଁ ୧୦୫୬ କୋଟି ଟଙ୍କା ବ୍ୟବସ୍ଥା କରାଯାଇଛି । ଔଷଧ କିଣିବା ପାଇଁ ୨୨ କୋଟି ଟଙ୍କା ବ୍ୟବସ୍ଥା କରାଯାଇଛି ।

 

 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.