ପ୍ରମୂଖ ଖବର
  • ଆଇପିଏଲ୍‌କୁ ନେଇ ବିସିସିଆଇ ବଡ଼ ନିଷ୍ପତ୍ତି..ଭାରତ- ପାକ୍ ଯୁଦ୍ଧ ସ୍ଥିତି ପରେ ଅଧାରୁ IPL ଟୁର୍ଣ୍ଣାମେଣ୍ଟ ସ୍ଥଗିତ
  • ||
  • ଶିମିଳିପାଳ ପାଦ ଦେଶରୁ ତିନି ଶିକାରୀ ଗିରଫ, ୩ ବନ୍ଧୁକ ଜବତ
  • ||
  • ବଢୁଛି ଭାରତ-ପାକିସ୍ତାନ ଉତ୍ତେଜନା, ସ୍ଥଳପଥ ପରେ ଜଳପଥରେ ବି ହାଇଆଲର୍ଟ ଜାରି
  • ||
  • ବଢିଲା ଭାରତ - ପାକିସ୍ତାନ ଯୁଦ୍ଧ ଭୟ, ବିଜୁ ପଟ୍ଟନାୟକ ଏୟାରପୋର୍ଟରେ ହାଇଆଲର୍ଟ ଜାରି
  • ||
  • ଚଣ୍ଡୀଗଡ଼ରେ ବାଜିଲା ଯୁଦ୍ଧ ସାଇରନ୍, ଲୋକଙ୍କୁ ଘର ଭିତରେ ରହିବାକୁ ଅନୁରୋଧ
  • ||
  • ସ୍ୱଦେଶ ବାହୁଡ଼ି ଯିବେ ବିଦେଶୀ ଖେଳାଳି, ଖୁବ୍‌ଶୀଘ୍ର ବଡ଼ ନିଷ୍ପତ୍ତି ନେଇପାରେ ବିସିସିଆଇ
  • ||
  • ଚଣ୍ଡୀଗଡ଼​‌ରେ ବାଜିଲା ସାଇରନ୍‌, ଏୟାରଫୋର୍ସ ଷ୍ଟେସନ୍‌କୁ ଓ୍ବାର୍ଣ୍ଣିଂ, ଲୋକଙ୍କୁ ଘରୁ ନବାହାରିବାକୁ ନିର୍ଦ୍ଦେଶ
  • ||
  • LOC ଏବଂ IBରେ କଡ଼ା ଜବାବ, ପାକିସ୍ତାନର ୫୦ରୁ ଉର୍ଦ୍ଧ୍ଵ ଡ୍ରୋନ୍ ଖସାଇଲା ଭାରତ
  • ||
  • ଶ୍ରୀକ୍ଷେତ୍ରରେ ବଢ଼ିଲା ସୁରକ୍ଷା ବ୍ୟବସ୍ଥା, ପୋଲିସ ଛାଉଣୀରେ ବଡ଼ଦେଉଳ
  • ||
  • ବରଯାତ୍ରୀ ବସ୍‌ - କଣ୍ଟେନର ଟ୍ରକ୍‌ ମୁହାଁମୁହିଁ ଧକ୍କା: ହେଲପର୍‌ ଗୁରୁତର, ୧୦ ରୁ ଉର୍ଦ୍ଧ୍ୱ ଆହତ
  • ||
  • ମୟୂରଭଞ୍ଜ : ବରଯାତ୍ରୀ ବସ୍‌ - କଣ୍ଟେନର ଟ୍ରକ୍‌ ମୁହାଁମୁହିଁ ଧକ୍କା: ହେଲପର୍‌ ଗୁରୁତର, ୧୦ ରୁ ଉର୍ଦ୍ଧ୍ୱ ଆହତ
  • ||
  • ଘୋର ଆର୍ଥିକ ସଂକଟରେ ପାକ୍‌ ଅର୍ଥନୀତି: ଆଜି ପାକ୍‌କୁ ଋଣ ପ୍ରଦାନ ନେଇ ସମୀକ୍ଷା କରିବ ଆଇଏମ୍‌ଏଫ, ଭାରତର ବିରୋଧ
  • ||
  • ଅମୃତସର ବାସିନ୍ଦାଙ୍କୁ ଘରେ ରହିବାକୁ ନିର୍ଦ୍ଦେଶ, ଝରକା ଠାରୁ ଦୂରରେ ଏବଂ ଲାଇଟ୍ ବନ୍ଦ ରଖିବାକୁ ନିର୍ଦ୍ଦେଶାବଳୀ ଜାରି
  • ||
  • ଭାରତୀୟ ସେନାକୁ ସଫଳତା , ଧରାପଡିଲା ପାକିସ୍ତାନୀ ପାଇଲଟ୍
  • ||
  • ସମୀକ୍ଷା କରିବେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ, CDS ଏବଂ ୩ ସେନା ମୁଖ୍ୟଙ୍କ ସହ ଯୁଦ୍ଧ ସ୍ଥିତି ନେଇ କରିବେ ଆଲୋଚନା
  • ||
  • ଭାରତ-ପାକ୍ ଯୁଦ୍ଧ ନେଇ ସସପେନ୍ସ: ଆଇପିଏଲ୍‌ ଆୟୋଜନ ଉପରେ ହୋଇପାରେ ବଡ଼ ନିଷ୍ପତ୍ତି
  • ||
  • ବାଲେଶ୍ବର ଚାନ୍ଦିପୁର କ୍ଷେପଣାସ୍ତ୍ର ଘାଟିରେ ବଢ଼ିଲା ସୁରକ୍ଷା, ଅପରାହ୍ନ ୨ଟାରେ ବସିବ ଗୁରୁତ୍ୱପୂର୍ଣ୍ଣ ବୈଠକ
  • ||
  • ପାକିସ୍ତାନ ଉପରେ ଆକ୍ରମଣକୁ ନେଇ ବିସ୍ତୃତ ତଥ୍ୟ ଦେବ ବୈଦେଶିକ ମନ୍ତ୍ରଣାଳୟ,ସକାଳ ୯ଟାରେ ପ୍ରେସ ମିଟ୍
  • ||
  • ରାଜ୍ୟରେ ଆହୁରି ବଢ଼ିବ ଗରମ ପ୍ରକୋପ, ୧୦ରୁ ୧୪ ପ୍ରଚଣ୍ଡ ତାତି,ପଶ୍ଚିମରେ ହିଟ୍‌ୱେଭ୍‌, ଉପକୂଳରେ ଗୁଳୁଗୁଳି ଆଶଙ୍କା
  • ||

ଭୂତକୋଠି ପାଲଟିଛି ଗ୍ରାମ୍ୟ ଉନ୍ନୟନ ବିଭାଗର ବଙ୍ଗଳା ; ୫୦ ଲକ୍ଷରୁ ଊର୍ଦ୍ଧ୍ବ ଟଙ୍କାର ପ୍ରକଳ୍ପ ବେକାର

Published By : Prameya | March 27, 2025 12:45 AM

ଚନ୍ଦନେଶ୍ୱର,୨୬/୩ : ଭୂତକୋଠି ପାଲଟିଛି ସରକାରୀ ବଙ୍ଗଳା । ୫୦ ଲକ୍ଷରୁ ଊଦ୍ଧ ଟଙ୍କାରେ ନିମିର୍ତ ଏହି ବଙ୍ଗଳାକୁ ୨୦୧୦ରୁ ଏ ପର୍ଯ୍ୟନ୍ତ ଥରେ ମଧ୍ୟ ବିଭାଗୀୟ ଅଧିକାରୀ ଆସିଲେ ନାହିଁ । ରକ୍ଷଣାବେକ୍ଷଣ ଅଭାବରୁ ନଷ୍ଟ ହେବାକୁ ବସିଲାଣି ଘର । ଏଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ଭୋଗରାଇ ବ୍ଲକରେ । ଗ୍ରାମ୍ୟ ଉନ୍ନୟନ ବିଭାଗ ଅଧୀନରେ ରହିଛି ଏହି ବଙ୍ଗଳା । ଗ୍ରାମ୍ୟ ଉନ୍ନୟନ ବିଭାଗର ଅନୁମିତି କ୍ରମେ ଭୋଗରାଇର ଦେହୁର୍ଦ୍ଦା ପଞ୍ଚାୟତ ଅଧୀନ କେନ୍ଦ୍ର ସ୍ଥଳ ଥାନା ଛକ ନିକଟରେ ପ୍ରାୟ ୫୦ଲକ୍ଷ ବ୍ୟୟ ଅଟକଳରେ ଏକ ବଙ୍ଗଳା ନିର୍ମାଣ ହେଲା । ୨୦୧୦ରେ ତତ୍‌କାଳୀନ ଭୋଗରାଇ ବିଧାୟକ ଅନନ୍ତ ଦାସ ଏବଂ ପଞ୍ଚାୟତ ସମିତି ଅଧ୍ୟକ୍ଷ ଗଣପତି ଗିରିଙ୍କ ଦ୍ୱାରା ଏହା ଉଦ୍‌ଘାଟନ ହୋଇଥିଲା । ମାତ୍ର ଏପର୍ଯ୍ୟନ୍ତ ତାହା କାମରେ ଆସୁନାହିଁ । 

ବିଭାଗୀୟ ଏସଡିଓ କିମ୍ବା କନିଷ୍ଠ ଯନ୍ତ୍ରୀ ଏଠାରେ ଏକ ରାତି ବି କଟାଇ ନାହାନ୍ତି । ବିଭାଗ ଅଧୀନରେ କାର୍ଯ୍ୟ କରୁଥିବା ଠିକାଦାର ସଂସ୍ଥାଙ୍କ ନିମନ୍ତେ ଏହା ଆଶ୍ରୟସ୍ଥଳୀ ପାଲଟିଥିବା ଚର୍ଚ୍ଚା ହୁଏ । ୧୫ ବର୍ଷ ପୂର୍ବରୁ ନିର୍ମାଣ ହୋଇଥିବା ଏହି ଗୃହ ଅପରିତ୍ୟକ୍ତ ଅବସ୍ଥାରେ ରହିଛି । ବିଭିନ୍ନ ଅନାବନା ଗଛରେ ପୂରିଲାଣି ପରିସର । ସରକାର ଲକ୍ଷ ଲକ୍ଷ ଟଙ୍କା ରାଜସ୍ୱ ହରାଇଥିଲେ ମଧ୍ୟ ଉଦ୍ଦେଶ୍ୟ ସଫଳ ନହେବା ପରିତାପର ବିଷୟ ପାଲଟିଛି । ଏ ନେଇ ଗ୍ରାମ୍ୟ ଉନ୍ନୟନ ବିଭାଗର କନିଷ୍ଠ ଯନ୍ତ୍ରୀ ଶ୍ୟାମଳ କିସ୍କୁ କହନ୍ତି ତାହା ବିଭାଗର ଅତିଥି ଗୃହ । ବିଭାଗ ଅଧୀନରେ କୌଣସି ଅତିଥି ଆସିଲେ ରହିବେ । ଏହାର ରକ୍ଷଣାବେକ୍ଷଣ ଆମ ହାତରେ ରହିଛି ।  ତେବେ ସରକାରୀ ଅର୍ଥର ଏଭଳି ଦୁରୁପଯୋଗ ନକରି ଏହା ବ୍ୟବହାର କରିବାକୁ ବୁଦ୍ଧିଜୀବୀ ମହଲରେ ଦାବି ହେଉଛି ।

 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.