ପ୍ରମୂଖ ଖବର
  • ତାମିଲ ଅଭିନେତା-କମେଡ଼ିଆନ ଏସ୍‌. କୃଷ୍ଣମୂର୍ତ୍ତି ଦେହାନ୍ତ, ୭୧ ବର୍ଷ ବୟସରେ ପରଲୋକ
  • ||
  • ଢେଙ୍କାନାଳ : ଅଜଣା ଯୁବକଙ୍କ ଗଳିତ ମୃତଦେହ ଠାବ, ତଦନ୍ତ କରୁଛି ପୁଲିସ
  • ||
  • ଶ୍ରୀମନ୍ଦିରର ଅନନ୍ୟ ପରମ୍ପରା, ଆଜି ବାଡ଼ି ନୃସିଂହଙ୍କ ଚାରି ଆଶ୍ରମ ବିଜେ ସହ ଶ୍ରୀକ୍ଷେତ୍ର ପରିକ୍ରମା କରିବେ
  • ||
  • ବୌଦ୍ଧ: ଭିଜିଲାନ୍ସ ପଞ୍ଝାରେ ବୌଦ୍ଧ ଏମ୍‌ଭିଆଇ ଗୋଳାପ ଚନ୍ଦ୍ର ହାଁସଦା ,ଏକାକାଳୀନ ୬ଟି ସ୍ଥାନରେ ଚାଲିଛି ଚଢ଼ାଉ
  • ||
  • ଦୁଇଦିନିଆ କେନ୍ଦୁଝର ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ, ମା’ ତାରିଣୀଙ୍କ ନଡ଼ିଆ ସଂଗ୍ରହ ଗାଡ଼ିର କରିବେ ଶୁଭ ଉଦ୍‌ଘାଟନ
  • ||
  • ରାୟଗଡ଼ା : ଦୋକାନ ଘର ଉପରେ ଚଢିଗଲା ଟ୍ୟାଙ୍କର; ଜଣେ ମୃତ ୨ ଗୁରୁତର
  • ||
  • ଅଧ ରାତିରେ ଭୂକମ୍ପରେ ଥରିଲା ପାକିସ୍ତାନ, ରିକ୍ଟର ସ୍କେଲରେ ତୀବ୍ରତା ୪.୮ ରେକର୍ଡ
  • ||
  • ବଳଙ୍ଗା ପୀଡ଼ିତା ମୃତ୍ୟୁ ଘଟଣା, ଆଜି ଦିଲ୍ଲୀ ଏମ୍‌ସରେ ମୃତଦେହ ବ୍ୟବଚ୍ଛେଦ ପରେ ମରଶରୀର ଓଡ଼ିଶା ଅଣାଯିବ
  • ||
  • ଜୀବନ ଯୁଦ୍ଧରେ ହାରିଗଲେ ବଳଙ୍ଗା ପୀଡ଼ିତା,ଘଟଣାରେ କାହାର ସମ୍ପୃକ୍ତି ନାହିଁ କହିଲା ପୁଲିସ, ରାଜନୀତି କରନି କହିଲେ ବାପା
  • ||
  • ବାଲେଶ୍ୱର : ଦହିସଡା ପାଟଣା ସାହିରେ ଅଗ୍ନିକାଣ୍ଡ, ହୁତୁହୁତୁ ହୋଇ ଜଳିଗଲା ୨ ବଖରା ଘର
  • ||
  • ଦିନରେ ଗୁଳୁଗୁଳି, ରାତିରେ ବର୍ଷା; ଆଜି ଉତ୍ତର ଓଡ଼ିଶାରେ ଅଳ୍ପ, ଦକ୍ଷିଣରେ କାଁଭାଁ ବର୍ଷା ସମ୍ଭାବନା
  • ||

ସାଗରିକ ନାଥ ‘ଏନ୍‌ଆଇଏ’ର ଏସପି ନିଯୁକ୍ତ

Published By : Gurupada Nath | August 2, 2025 6:41 PM

ଭୁବନେଶ୍ବର,୨/୮ : ସାଗରିକା ନାଥ ଜାତୀୟ ତଦନ୍ତକାରୀ ସଂସ୍ଥା (ଏନ୍‌ଆଇଏ)ର ଏସ୍‌ପି ଭାବେ ନିଯୁକ୍ତି ପାଇଛନ୍ତି । ୨୦୧୬ବ୍ୟାଚ୍‌ର ଓଡ଼ିଶା କ୍ୟାଡର ଆଇପିଏସ୍‌ ଅଫିସର ସାଗରିକା ନାଥଙ୍କ ‘ଏନ୍‌ଆଇଏ’ରେ ଏସ୍‌ପି ନିଯୁକ୍ତି ନେଇ ଗୃହ ମନ୍ତ୍ରଣାଳୟର ସଚିବ ସଂଜୀବ କୁମାର ଓଡ଼ିଶା ସରକାରଙ୍କ ମୁଖ୍ୟ ଶାସନ ସଚିବଙ୍କୁ ଚିଠି ଲେଖି ଏହା ସ୍ପଷ୍ଟ କରିଛନ୍ତି। 

ସୂଚନାଯୋଗ୍ୟ ଯେ, ସାଗରିକା ନାଥ ବର୍ତ୍ତମାନ ଖୋର୍ଦ୍ଧା ଏସପି ଭାବେ କାର୍ଯ୍ୟ କରୁଛନ୍ତି । ଏହା ପୂର୍ବରୁ ସେ ବାଲେଶ୍ବର ଏବଂ ସୁନ୍ଦରଗଡ଼ରେ ଏସପି ଭାବେ କାମ କରି ପ୍ରଶଂସାର ପାତ୍ରୀ ହୋଇଥିଲେ। ୩୭ ବର୍ଷୀୟା ଓଡ଼ିଆ ଆଇପିଏସ୍ ଅଧିକାରୀ ସାଗରିକା ନାଥ ପୁଲିସ ଚାକିରିରେ ନିଷ୍ଠାପର ସେବା ଓ ସାହସିକତା ପାଇଁ ସାରା ଓଡ଼ିଶାରେ ବେଶ୍ ଲୋକପ୍ରିୟ।  

 

 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.