ପ୍ରମୂଖ ଖବର
  • ବୌଦ୍ଧ : ବାପାଙ୍କ ମୃତ୍ୟୁ ଖବର ଶୁଣି ଘରକୁ ଯାଉଥିଲେ ଦମ୍ପତି, ଦୁର୍ଘଟଣାରେ ଚାଲିଗଲା ଜୀବନ
  • ||
  • ବାଲେଶ୍ୱର : ବିପଦ ସଂକେତ ତଳେ ସୁବର୍ଣ୍ଣରେଖା, ଏବେବି ପାଣି ଘେରରେ ୨୦ରୁ ଅଧିକ ଗାଁ
  • ||
  • ୭ ଯାଏ ବର୍ଷା, ପଶ୍ଚିମ ଓଡ଼ିଶାରେ ପ୍ରବଳ ଛେଚିବ
  • ||
  • ଇଣ୍ଡୋନେସିଆ ବାଲିରେ ଅଘଟଣ, ୬୫ ଯାତ୍ରୀଙ୍କୁ ନେଇ ଯାଉଥିବା ଡଙ୍ଗା ବୁଡ଼ି ୪ ମୃତ, ଅନେକ ନିଖୋଜ
  • ||

ସହିଦ ଜୟୀ ରାଜଗୁରୁଙ୍କ ଜୟନ୍ତୀ ପାଳିତ

Published By : Harapriya Sethi | November 10, 2024 1:26 PM

ପୁରୀ,୧୦/୧୧: ସହିଦ ଜୟୀ ରାଜଗୁରୁ ସାହସ, ଶୌର୍ଯ୍ୟ ଓ ଅଦମ୍ୟ ବୀରତ୍ବର ପ୍ରତୀକ । ସ୍ବାଧୀନତା ସଂଗ୍ରାମରେ ତାଙ୍କର ଅବଦାନ ଅବିସ୍ମରଣୀୟ ବୋଲି କହିଛନ୍ତି ଭାରପ୍ରାପ୍ତ ଜିଲ୍ଲାପାଳ ଶରତଚନ୍ଦ୍ର ବେହେରା । ଜିଲ୍ଲା ପ୍ରଶାସନ,ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଜୟୀ ରାଜଗୁରୁଙ୍କ ଜନ୍ମ ସ୍ଥାନ ବୀର ହରେକୃଷ୍ଣପୁର ଛକ ନିକଟସ୍ଥ ପ୍ରତିମୂର୍ତ୍ତି ଓ ବୀର ହରେକୃଷ୍ଣପୁର ଗ୍ରାମରେ ଥିବା ଜୟୀ ରାଜଗୁରୁଙ୍କ ପ୍ରତିମୂର୍ତ୍ତିରେ ଆଜି ଅଁଳା ନବମୀ ତିଥିର ପୂର୍ବାହ୍ନରେ ମାଲ୍ୟାର୍ପଣ କରାଯାଇଥିଲା ।

ଭାରପ୍ରାପ୍ତ ଜିଲ୍ଲାପାଳ ଶ୍ରୀ ବେହେରା ଜୟୀ ରାଜଗୁରୁଙ୍କ ସ୍ମୃତି ଚାରଣ କରି ଏହି ସଂଗ୍ରାମୀଙ୍କ ପ୍ରତି ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ । ଅନ୍ୟମାନଙ୍କ ମଧ୍ୟରେ ସୂଚନା ଓ ଲୋକ ସମ୍ପର୍କ ଉପ ନିର୍ଦ୍ଦେଶକ ସନ୍ତୋଷ କୁମାର ସେଠୀ, ବୀର ହରେକୃଷ୍ଣପୁର ଗ୍ରାମ କମିଟି ସଭାପତି ଭାସ୍କର ନାରାୟଣ ରଥ, ସମ୍ପାଦକ ପ୍ରକୃତି ମିଶ୍ର, ସଦସ୍ୟ ଅଶୋକ ରଥ, ଅଜୟ ତ୍ରିପାଠୀ, ଦୀପକ ଦାଶ, ଦେବୀଦତ୍ତ ହୋତା ପ୍ରମୁଖ ଜୟନ୍ତୀ କାର୍ଯ୍ୟକ୍ରମରେ ଯୋଗ ଦେଇ ମାଲ୍ୟାର୍ପଣ ଓ ସ୍ମୃତି ଚାରଣ କରିଥିଲେ । ପୂର୍ବରୁ ପୁରୀ ରେଲୱେ ଷ୍ଟେସନଠାରେ ଥିବା ଜୟୀ ରାଜଗୁରୁଙ୍କ ପ୍ରତିମୂର୍ତ୍ତିରେ ସୂଚନା ଓ ଲୋକ ସମ୍ପର୍କ କାର୍ଯ୍ୟାଳୟ ପକ୍ଷରୁ ମାଲ୍ୟାର୍ପଣ କରାଯାଇଥିଲା ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.